ହାତ ପାହାନ୍ତାରେ ମିଳିଲା ସରକାରୀ ସୁବିଧା, ୬୦ରୁ ଊର୍ଦ୍ଧ୍ୱ ଖାଦ୍ୟ ବ୍ୟବସାୟୀଙ୍କ ପଞ୍ଜୀକରଣ କଲା ବିଭାଗ

ଦାରିଙ୍ଗବାଡି, ୧୨।୩ (ଅରୁଣ ସାହୁ )-କନ୍ଧମାଳ ଜିଲାରେ ଖାଦ୍ୟ ନିରାପତ୍ତାକୁ ଅଧିକା ଗୁରୁତ୍ୱ ଦିଆଯାଇଛି। ସମସ୍ତ ଖାଦ୍ୟ ବ୍ୟବସାୟ କରୁଥିବା ବ୍ୟବସାୟୀଙ୍କୁ ଖାଦ୍ୟ ନିରାପତ୍ତାକୁ କିଭଳି ପାଳନ କରିବେ ସେନେଇ ସଚେତନ କରାଯିବା ସହ ସେମାନଙ୍କୁ ଏହି ବ୍ୟବସାୟ କରିବା ପାଇଁ ନାମ ପଞ୍ଜୀକରଣ ବ୍ୟବସ୍ଥା କରାଯାଇଛି। ବୁଧବାର ଜାଗୃତି ସଭଗୃହ ପରିସର ମଧ୍ୟରେ ଜିଲା ସ୍ବାସ୍ଥ୍ୟ ସମିତି ପକ୍ଷରୁ ପଞ୍ଜୀକରଣ ମେଳା ଅନୁଷ୍ଠିତ ହୋଇଯାଇଛି। ଏଥିରେ ଜିଲା ଖାଦ୍ୟ ନିରାପତ୍ତା ପ୍ରାଧିକାରଣର ଅଧିକାରୀ ସତ୍ୟବ୍ରତ ଷେଣ୍ଢ ସମସ୍ତ ବ୍ୟବସାୟୀମାନଙ୍କୁ ଖାଦ୍ୟ ସୁରକ୍ଷା ସମ୍ପର୍କରେ ସଚେତନ କରାଇବା ସହ ଅନଲାଇନ ପଞ୍ଜୀକୃତ କରାଇଥିଲେ। ଯେଉଁ ମାନେ ଏହି ଶିବିରରେ ପଞ୍ଜୀକୃତ କରିବାରୁ ବଞ୍ଚିତ ହୋଇଛନ୍ତି ସେମାନେ ଅନଲାଇନରେ ପଞ୍ଜୀକୃତ କରାଇପାରିବେ ବୋଲି ସେ କହିଛନ୍ତି।

ପ୍ରକାଶ ଯେ, ଜିଲା ଖାଦ୍ୟ ନିରାପତ୍ତା ଅଧିକାରୀ ଷେଣ୍ଢ କହିଛନ୍ତି ଯେ ଜିଲାର ବିଭିନ୍ନ ବ୍ଲକରେ ଏଭଳି ଶିବିର କରାଯାଇ ପଞ୍ଜୀକୃତ କରାଯାଉଛି। ପ୍ରଥମେ ଜି.ଉଦୟଗିରି ବ୍ଲକରେ ଏହି ମେଳା ଅନୁଷ୍ଠିତ ହୋଇଥିବା ବେଳେ ଦିତୀୟ ବ୍ଲକ ଭାବେ ଦାରିଙ୍ଗବାଡିରେ ଏହି ମେଳା ର ଆୟୋଜନ କରାଯାଇଥିବା ସେ କହିଛନ୍ତି। ହାତ ପାହାନ୍ତାରେ ବ୍ୟବସାୟୀମାନଙ୍କ ପଞ୍ଜୀକୃତ ହୋଇଥିବାରୁ ଦାରିଙ୍ଗବାଡ଼ି ବଣିକ ସଙ୍ଘ ସମେତ ବ୍ରାହ୍ମଣୀଗାଁ, ସିମନବାଡି, ଗଦାପୁର, ବୁଡଗୁଡା ଆଦି ପଞ୍ଚାୟତ ଅଞ୍ଚଳର ବ୍ୟବସାୟୀମାନେ ଜିଲା ପ୍ରଶାସନ ଓ ଖାଦ୍ୟ ନିରାପତ୍ତା ପ୍ରାଧିକରଣ ବିଭାଗକୁ ସାଧୁବାଦ ଜଣାଇଛନ୍ତି। ଏହାଦ୍ୱାରା ବ୍ୟବସାୟୀ ଏବଂ ଜିଲାପ୍ରଶାସନ ସହ ଉତ୍ତମ ସମ୍ପର୍କ ସ୍ଥାପନ ହୋଇପାରିଥିବା ବ୍ୟବସାୟୀ ସଙ୍ଘର ଦିଲୀପ କୁମାର ସାହୁ, ଭଗବାନ ସାହୁ, ଲଡ଼ୁ କିଶୋର ସାହୁ ପ୍ରମୁଖ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସାପ ନେଲା ଚାଷୀଙ୍କ ଜୀବନ

ପାତ୍ରପୁର,୨୨ା୮(ଉମା ଚରଣ ନେପାକ): ଜରଡ଼ା ଥାନା ଆମପୁର ପଞ୍ଚାୟତ ମହାଦେଈପୁର ଗ୍ରାମରେ ସାପ କାମୁଡ଼ାରେ ଜଣେ ଚାଷୀଙ୍କ ମୃତ୍ୟୁ ଘଟିଛି। ସେ ହେଲେ ବାସୁଦେବ ପ୍ରଧାନ(୬୪)। ଶନିବାର…

ଘରେ ବସି ସ୍କୁଲ ପ୍ରୋଜେକ୍ଟ କରୁଥିଲେ ଛାତ୍ର, ମାରିଲା କରେଣ୍ଟ…

ଖଲ୍ଲିକୋଟ,୨୨।୮( ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ବ୍ଲକ ଅଧୀନ କୈରାସି ଗ୍ରାମରେ ଶନିବାର ଏକ ଦୁଃଖଦ ଘଟଣା ଘଟିଛି। ବିଦ୍ୟୁତ୍‌ କରେଣ୍ଟ ଲାଗି ଜଣେ…

ଲଘୁଚାପ ଛଡାଇ ନେଇଛି ମତ୍ସ୍ୟଜୀବୀଙ୍କ ଜୀବିକା

ଛତ୍ରପୁର, ୨୨ା୮ (ଦ୍ୱାରକା ପଟ୍ଟନାୟକ/ଦିଲୀପ ସାମଲ): ବଙ୍ଗୋପସାଗରରେ ସୃଷ୍ଟି ହେଉଛି ତୁହାକୁ ତୁହା ଲଘୁଚାପ। ଏଥିପାଇଁ ସମୁଦ୍ର ଅଶାନ୍ତ ରହିଛି। ମତ୍ସ୍ୟଜୀବୀଙ୍କ ସୁରକ୍ଷା ପାଇଁ ଆଞ୍ଚଳିକ ପାଣିପାଗ…

ପୋଲିସର ନିଶାମୁକ୍ତ ଅଭିଯାନକୁ ନେଇ ବଢ଼ିଲା ଚର୍ଚ୍ଚା

କୋକସରା,୨୨ା୮(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ଥାନା ପକ୍ଷରୁ ଗତ କିଛିଦିନ ହେଲା ନିଶା ମୁକ୍ତ ଅଭିଯାନ ଆରମ୍ଭ ହୋଇଛି। ଅଞ୍ଚଳର ବିଭିନ୍ନ ସ୍କୁଲ, କଲେଜ…

ପାରାଦୀପରୁ ବାହାରିଥିବା ଜାହାଜ ଗଭୀର ସମୁଦ୍ରରୁ ନିଖୋଜ, ଏଥିରେ ଥିଲେ ୨୪ ନାବିକ, ଚାଲିଛି ଖୋଜା

ପାରାଦୀପ,୨୨ା୮(ଶରତ ରାଉତ): ପାରାଦୀପ ବନ୍ଦରରୁ ଲୁହାପଥର ବୋଝେଇ କରି ଚାଇନା ଯାଉଥିବା ଏକ ପଣ୍ୟବାହୀ ଜାହାଜ ଏମ୍‌ଭି ‘ଓସେନ ଓ୍ବିନର’ ଗତ ଶୁକ୍ରବାର ରାତିରୁ ନିଖୋଜ ଥିବା…

ବନ୍ଧୁକ ଦେଖାଇ ଗହଣା ବ୍ୟବସାୟୀଙ୍କଠାରୁ ଦୁର୍ବୃତ୍ତ ଲୁଟିନେଲେ ଲକ୍ଷାଧିକ ଟଙ୍କାର ସୁନା ଅଳଙ୍କାର, ବାଇକ୍‌ ଛାଡ଼ି…

ମୋରଡ଼ା,୨୨ା୮(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡା ଥାନା ଅଞ୍ଚଳରେ ବନ୍ଧୁକ ମୁନରେ ଜଣେ ଗହଣା ବ୍ୟବସାୟୀଙ୍କୁ ଲୁଟ୍‌ ହୋଇଛି। ସୂଚନା ଅନୁଯାୟୀ, ଶୁଳିଆପଦା ଥାନା ଅଧୀନ କୋଷ୍ଠା…

ସ୍ବାୟତ୍ତ ଶାସନ ଦିବସ ପାଳନ ନେଇ ପ୍ରସ୍ତୁତି ଚୂଡ଼ାନ୍ତ

ଦିଗପହଣ୍ଡି,୨୨।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନ୍‌ଏସି ପକ୍ଷରୁ ଅଗଷ୍ଟ ୩୧ରେ ପାଳନ ହେବାକୁ ଥିବା ସ୍ବାୟତ୍ତ ଶାସନ ଦିବସ ପାଳନ ଉପଲକ୍ଷେ ଏକ ପ୍ରସ୍ତୁତି…

ନିଶାଦ୍ରବ୍ୟ ସେବନ ବିରୋଧରେ ଶପଥ, ପଥଭ୍ରଷ୍ଟ ଯୁବବର୍ଗଙ୍କୁ ସମାଜର ମୁଖ୍ୟସ୍ରୋତରେ ସାମିଲ ପାଇଁ…

ଦିଗପହଣ୍ଡି/ଚିକିଟି,୨୨ା୮(ଅଶେଷ ନାଥ ମିଶ୍ର/ପ୍ରକାଶ ଚନ୍ଦ୍ର ସାହୁ): ଗଞ୍ଜାମ ଜିଲା କେ.ନୂଆଗାଁ ଥାନା ଆମ ପୋଲିସ ସମିତି ପକ୍ଷରୁ ନିଶାମୁକ୍ତ ଓଡ଼ିଶା ଅଭିଯାନ ଆନୁକୂଲ୍ୟରେ ଚିକିଟିଗଡ଼ ରାଜକବି ହାଇସ୍କୁଲ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri