ବିବାହର ପ୍ରଲୋଭନ ଦେଖାଇ ସମ୍ପର୍କ: ଯୁବତୀ ଏବେ ୪ ମାସର ଗର୍ଭବତୀ

ଜୟପୁର, ୨୯।୧(ପବନ ପାଣିଗ୍ରାହୀ): ଯୁବତୀଙ୍କୁ ବିବାହର ପ୍ରଲୋଭନ ଦେଖାଇ ତାଙ୍କୁ ଗର୍ଭବତୀ ଓ ପରେ ପ୍ରତାରଣା କରିବା ଅଭିଯୋଗରେ ଜୟପୁର ମହିଳା ପୋଲିସ ଜଣେ ଯୁବକଙ୍କୁ ଗିରଫ କରିଛି। ଗିରଫ ଅଭିଯୁକ୍ତ ହେଲେ ଜୟପୁର ସହର ହାନାଗୁଡ଼ାର ସିମନ ନାଗ (୨୬)।

ଅଭିଯୁକ୍ତ ଜଣଙ୍କ ଯୁବତୀଙ୍କୁ ବିବାହର ପ୍ରଲୋଭନ ଦେଖାଇ ତାଙ୍କ ସହ ଶାରିରିକ ସମ୍ପର୍କ ରଖିଥିଲେ। ଏହା ମଧ୍ୟରେ ଯୁବତୀ ଜଣକ ୪ମାସର ଗର୍ଭବତୀ ହୋଇଥିବା ବେଳେ ଅଭିଯୁକ୍ତ ଜଣକ ବିବାହ କରିବାକୁ ମନା କରି ଦେଇଥିଲେ।

ଏନେଇ ପୀଡ଼ିତା ଜୟପୁର ମହିଳା ଥାନାରେ ଅଭିଯୋଗ କରିଥିଲେ। ଅଭିଯୋଗ ଆଧାରରେ ମହିଳା ପୋଲିସ ଏକ ମମଲା(ନଂ.୧୮୬/ ୨୫) ରୁଜୁ କରି ତଦନ୍ତ ଆରମ୍ଭ କରିଥିବା ପୋଲିସ ପକ୍ଷରୁ ସୂଚନା ଦିଆଯାଇଛି।