ଟାଇମ୍ସ ସ୍କୋୟାର୍‌ରେ ପ୍ରଦର୍ଶିତ ହେଲା କୋଣାର୍କ ଚକର ପ୍ରତିକୃତି

ଭୁବନେଶ୍ୱର,୧୭।୮(ଶର୍ମିଷ୍ଠା ପାଣିଗ୍ରାହୀ)କୋଣାର୍କର କଳା, ଭାସ୍କର୍ଯ୍ୟକୁ ଅନ୍ତର୍ଜାତୀୟ ସ୍ତରରେ ପ୍ରଚାର ପ୍ରସାରରେ ଲାଗିପଡିଛନ୍ତି ସେଫ୍‌ ବିକାଶ ଖାନ୍ନା। ଯେଉଁମାନେ କୋଣାର୍କ ଆସି ଏହାର ସୌନ୍ଦର୍ଯ୍ୟକୁ ଉପଲବ୍ଧି କରି ପାରିନାହାନ୍ତି ଏବେ ସେମାନେ ପ୍ରତିକୃତି ଦେଖି ଓଡ଼ିଶାର କଳା ଓ ଭାସ୍କର୍ଯ୍ୟକଳାକୁ ଜାଣିପାରିବେ। ଏହି ପରିପ୍ରେକ୍ଷୀରେ ୭୭ତମ ସ୍ବାଧୀନତା ଦିବସ ପାଳନ ଅବସରରେ ସେ ୟୁଏସ୍‌ଏର ନ୍ୟୁୟର୍କସ୍ଥିତ ଟାଇମ୍ସ ସ୍କୋୟାର୍‌ରେ ସ୍ଥାପନ କରିଛନ୍ତି କୋଣାର୍କ ଚକର ପ୍ରତିକୃତି। ଏହାର ଓଜନ ୧୭୫୦ କିଲୋଗ୍ରାମ ରହିଛି। ୮ଫୁଟ ଲମ୍ବ, ୬ଫୁଟ ଉଚ୍ଚ ଓ ୧ଫୁଟ ମୋଟେଇ ବିଶିଷ୍ଟ ଏହି ପ୍ରତିକୃତି ବାଲି ପଥରରେ ତିଆରି ହୋଇଛି। ଅଗଷ୍ଟ ୨୨ ପର୍ଯ୍ୟନ୍ତ ଏହା ସେଠାରେ ପ୍ରଦର୍ଶିତ ହେବ।

ସେଫ୍‌ ଖାନ୍ନା ସୋସିଆଲ ମିଡିଆ ପୋଷ୍ଟରେ ଏ ନେଇ ଶିଳ୍ପୀ ଅମରେଶ ଚନ୍ଦ୍ର ବିନ୍ଧାଣୀ ଓ ତାଙ୍କ ଟିମ୍‌ଙ୍କୁ ପ୍ରଶଂସା କରିଛନ୍ତି। ସେ କହିଛନ୍ତି, କୋଣାର୍କ ମନ୍ଦିର ତ୍ରୟୋଦଶ ଶତାବ୍ଦୀରୁ ତିଆରି ହେଲାଣି। ଅନେକ ପ୍ରାକୃତିକ ବିପର୍ଯ୍ୟୟର ସାମ୍ନା କଲା ପରେ ତାହା ଆଜି ବି ଅକ୍ଷୁର୍ଣ୍ଣ ଓ ସୁନ୍ଦର। ଏହାର କଳା ଅନନ୍ୟ। ପ୍ରାୟ ୫ବର୍ଷ ଧରି ଏହାକୁ ଆଣିବାକୁ ଚେଷ୍ଟା କରିଛି। ଶେଷରେ ସ୍ବପ୍ନ ସାକାର ହୋଇଛି। ଏବେ ଏହାକୁ ସାରା ବିଶ୍ୱ ଦେଖୁଛି ବୋଲି ସେ ଖୁସିରେ ପରିପ୍ରକାଶ କରିଛନ୍ତି। ସେ ମଧ୍ୟ ତାଙ୍କ ପୋଷ୍ଟରେ ଫିଲ୍ମ ନିର୍ମାତା ଜିତେନ୍ଦ୍ର ମିଶ୍ରଙ୍କୁ ଧନ୍ୟବାଦ ଜଣାଇଛନ୍ତି। ତାଙ୍କର ଏହି ପୋଷ୍ଟ ସୋସିଆଲ ମିଡିଆରେ ଆସିବା ପରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, ବାଲୁକା ଶିଳ୍ପୀ ସୁଦର୍ଶନ ପଟ୍ଟନାୟକ, ଫିଲ୍ମ ନିର୍ମାତା ନୀଳମାଧବ ପଣ୍ଡା ପ୍ରମୁଖ କୃତଜ୍ଞତା ଜଣାଇବା ସହ ଓଡ଼ିଶାର ଏହି ଦୁର୍ଲଭ କଳାକୁ ସାରା ବିଶ୍ୱରେ ପରିଚିତ କରାଇଥିବାରୁ ଖୁସିବ୍ୟକ୍ତ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୨୧ ଦିନ ପରେ ଶିକ୍ଷକ ଆନ୍ଦୋଳନ ସ୍ଥଗିତ, ସରକାରଙ୍କ ସହ ସଫଳ ବୈଠକ ପରେ…

ଭୁବନେଶ୍ୱର,୫।୯: ଶିକ୍ଷକ ଓ କର୍ମଚାରୀଙ୍କ ଅହୋରାତ୍ର ଆନ୍ଦୋଳନ ୨୧ଦିନ ପରେ ସ୍ଥଗିତ ହୋଇଛି। ଶନିବାର ରାତି ପ୍ରାୟ ୮ଟାରେ ଭୁବନେଶ୍ୱର ଲୋୟର ପିଏମ୍‌ଜିସ୍ଥିତ ଧାରଣାସ୍ଥଳରେ ଆଠଟି ସଂଗଠନର…

ପାକିସ୍ତାନକୁ ହରାଇ ଭାରତର ଲଗାତର ତୃତୀୟ ବିଜୟ

ଦୁବାଇ,୫ା୯: ମହିଳା ଏସିଆ କପ୍‌ ଟି୨୦ ପ୍ରତିଯୋଗିତାରେ ଶନିବାର ଅନୁଷ୍ଠିତ ମ୍ୟାଚ୍‌ରେ ଭାରତ ୭ ଉଇକେଟରେ ପାକିସ୍ତାନକୁ ପରାସ୍ତ କରିଛି। ପୂର୍ବରୁ ସେମିଫାଇନାଲରେ ସ୍ଥାନ ପକ୍କା କରିଥିବା…

ବରଗଡ଼ରେ ଠିକାଦାରଙ୍କୁ ଅପହରଣ ଘଟଣା: ୪୮ ଘଣ୍ଟାରେ ଅଭିଯୁକ୍ତଙ୍କୁ ଗିରଫ ଦାବି କଲା ବିଜେଡି, ନହେଲେ ଆନ୍ଦୋଳନ…

ବରଗଡ଼,୫।୯ (ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ବିଜେପୁର ନିର୍ବାଚନମଣ୍ଡଳୀରେ ଜଣେ ଠିକାଦାରଙ୍କୁ ଅପହରଣ ଓ ଟେଣ୍ଡର ପ୍ରକ୍ରିୟାକୁ ନେଇ ଉପୁଜିଥିବା ଘଟଣାକୁ ନେଇ ବିଜେଡି ପକ୍ଷରୁ ଶନିବାର…

ଠିକାଦାରଙ୍କ ବିଲ୍‌ କରାଇଦେବାକୁ ନେଉଥିଲେ ଲାଞ୍ଚ; ଭିଜିଲାନ୍ସ ଜାଲରେ ଡ୍ରେନେଜ୍‌ ଏଇ: ଅଫିସ୍‌ ଗାଡ଼ିରୁ ଲକ୍ଷାଧିକ ଟଙ୍କା ଜବତ

କେନ୍ଦ୍ରାପଡ଼ା/ମାର୍ଶାଘାଇ, ୫।୯(ଜଗନ୍ନାଥ ଧଳ/ଶୁଭେନ୍ଦୁ ପ୍ରସାଦ ଚୌଧୁରୀ): କେନ୍ଦ୍ରାପଡ଼ା ଜିଲା ଡ୍ରେନେଜ୍‌ ଡିଭିଜନ୍‌ର ଆସିଷ୍ଟାଣ୍ଟ ଇଞ୍ଜିନିୟର (ଏଇ) ଅନୁପମା ସାହୁ ଭିଜିଲାନ୍ସ ହାତରେ ଶନିବାର ଧରାପଡ଼ିଛନ୍ତି। ତାଙ୍କ ନିକଟରୁ…

ଗୁରୁଦିବସରେ ଗୁରୁଙ୍କ ପ୍ରତିବାଦ: କଳା ବ୍ୟାଚ୍ ପିନ୍ଧି ‘କଳା ଦିବସ’ ପାଳିଲେ ଅଂଶୁପା ସ୍ନାତକ ମହାବିଦ୍ୟାଳୟ ଅଧ୍ୟାପକ

ବାଙ୍କୀ,୫।୯(ଶୁଭେନ୍ଦୁ ମହାପାତ୍ର): ଗୋଟିଏ ପଟେ ସାରା ରାଜ୍ୟରେ ଗୁରୁଦିବସ ପାଳିତ ହୋଇଯାଇଥିବା ବେଳେ ବାଙ୍କୀ ଉପଖଣ୍ଡ ଅଂଶୁପା ସ୍ନାତକ ମହାବିଦ୍ୟାଳୟଠାରେ ଦେଖିବାକୁ ମିଳିଛି ଭିନ୍ନ ଚିତ୍ର। ଓସ୍ନେଲିଆ…

ପ୍ରକଳ୍ପ ଟନେଲରୁ ଜୀବିତ ଉଦ୍ଧାର ହେଲେ ଚାଇନା ନାଗରିକ

କାଠମାଣ୍ଡୁ,୫ା୯: ନେପାଳର ରସୁଓ୍ବା ଜିଲାରେ ଏକ ଜଳବିଦ୍ୟୁତ୍‌ ପ୍ରକଳ୍ପ ଟନେଲ ମଧ୍ୟରୁ ଶନିବାର ଜଣେ ଚାଇନା ନାଗରିକଙ୍କୁ ଜୀବନ୍ତ ଉଦ୍ଧାର କରାଯାଇଛି। ବନ୍ୟା କ୍ଷତିଗ୍ରସ୍ତ ଅପର ତ୍ରିଶୂଳୀ-୧…

‘ଆସନ୍ତା ମାର୍ଚ୍ଚ-ଏପ୍ରିଲରେ ପଞ୍ଚାୟତ ନିର୍ବାଚନ’

ଭୁବନେଶ୍ୱର,୫।୯ : ରାଜ୍ୟରେ ଆସନ୍ତା ମାର୍ଚ୍ଚ ମାସ ଶେଷ କିମ୍ବା ଏପ୍ରିଲ ପ୍ରଥମ ସପ୍ତାହରେ ପଞ୍ଚାୟତ ନିର୍ବାଚନ ହୋଇପାରେ। ଏନେଇ ରାଜ୍ୟ ନିର୍ବାଚନ କମିଶନର ମଧୁସୂଦନ ପାଢ଼ୀ…

ଦୁଲୀପ ଟ୍ରଫି ଖେଳିବାର ୩ ଦିନ ମଧ୍ୟରେ ଟି୨୦ ଖେଳିବା ଚାଲେଞ୍ଜିଂ ହେବ: ଇଶାନ

ଚେନ୍ନାଇ,୫ା୯: ଦୁଲୀପ ଟ୍ରଫି ଫାଇନାଲ ଶେଷ ହେବାର ୩ ଦିନ ମଧ୍ୟରେ ଭାରତୀୟ ଦଳ ପାଇଁ ଟି୨୦ ଖେଳିବା ଚାଲେଞ୍ଜିଂ ହେବ ବୋଲି ତିଲକ ବର୍ମା ଏବଂ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri