ନବଦାସଙ୍କ ହତ୍ୟା ମାମଲାରେ ତଦନ୍ତ ଅଧିକାରୀଙ୍କୁ ରିପୋର୍ଟ ତଲବ

ଭୁବନେଶ୍ୱର,୨୦।୧: ପୂର୍ବତନ ମନ୍ତ୍ରୀ ନବଦାସ ହତ୍ୟା ମାମଲାରେ ତଦନ୍ତ ଅଧିକାରୀଙ୍କୁ ରିପୋର୍ଟ ତଲବ ଦିଆଯାଇଛି। ତଦନ୍ତ ଅଧିକାରୀଙ୍କୁ କ୍ରାଇମବ୍ରାଞ୍ଚ ମୁଖ୍ୟାଳୟ ପକ୍ଷରୁ ରିପୋର୍ଟ ତଲବ ହୋଇଛି। ସମ୍ପ୍ରତି ଗଣମାଧ୍ୟମରେ ପ୍ରକାଶ ପାଉଥିବା ଖବର ନେଇ ରିପୋର୍ଟ ମଗାଯାଇଛି। କାହିଁକି ଏସବୁ ଚର୍ଚ୍ଚା ଚାଲିଛି, ସତ୍ୟାସତ୍ୟ କଣ ରହିଛି, ଏ ନେଇ ରିପୋର୍ଟ ମଗାଯାଇଛି। ରିପୋଟ ମର୍ଗାଯାଇଥିବା ନେଇ କ୍ରାଇମବ୍ରାଞ୍ଚ ମୁଖ୍ୟାଳୟ ପକ୍ଷରୁ ସୂଚନା ମିଳିଛି।

ନବ ଦାସଙ୍କ ହତ୍ୟା ମାମଲାରେ ବଡ ପ୍ରତିକ୍ରିୟା ଦେଇଛନ୍ତି ଝିଅ ଦୀପାଳି ଦାସ। ପୂର୍ବରୁ ଅନେକ ଥର ନବ ଦାସ ହତ୍ୟା ଘଟଣାର ସିବିଆଇ ତଦନ୍ତ ଦାବି ହେଉଥିଲା ବେଳେ ଏହି ସ୍ୱର ଆହୁରି ମଜବୁଥ୍ ହୋଇଛି। ସିବିଆଇ ତଦନ୍ତ ପାଇଁ ଲିଖିତ ଭାବେ ଦେବାକୁ କହିଛନ୍ତି ଦୀପାଳି।ସେ କହିଛନ୍ତି ସିବିଆଇ ତଦନ୍ତ ପାଇଁ ପୂର୍ବରୁ ମୁଖ୍ୟମନ୍ତ୍ରୀଙ୍କୁ ଅନୁରୋଧ କରିଛି। ଏବେ ପରିବାରରେ ଆଲୋଚନା ଚାଲିଛି, ଆଗକୁ ନିଶ୍ଚିତ ଲେଖିକି ଜଣାଇବୁ।

ଏହା ପୂର୍ବରୁ ଏକ ଖବରଦାତା ସମ୍ମିଳନୀରେ ଦୀପାଳି କହିଥିଲେ, ‘ବର୍ତ୍ତମାନ ଭାଜପା ସରକାରରେ ଥିବା କେତେକ ବିଧାୟକ ମୋତେ ଓ ଆମ ପରିବାରକୁ ବଦନାମ କରିବା ଭଳି ମନ୍ତବ୍ୟ ଦେଉଛନ୍ତି। ଏପରିକି କିଛି ଗଣମାଧ୍ୟମ ଆମ ପରିବାର ଏବଂ ମୋ ବିଷୟରେ ବାରମ୍ବାର ଖବର ମଧ୍ୟ ପ୍ରସାରଣ କରୁଛନ୍ତି। ଏପରିକି ଭାଜପା ସରକାରରେ ଥିବା ୨ ବିଧାୟକ ବାରମ୍ବାର ମୋ ବାପାଙ୍କ ହତ୍ୟା ଘଟଣାର ସିବିଆଇ ତଦନ୍ତ କରାଇବାରେ କାହିଁକି ଦୀପାଳି ଚୁପ ରହିଛନ୍ତି ବୋଲି ପ୍ରଶ୍ନ କରୁଛନ୍ତି। ଏଣୁ ଆମ ପରିବାର ଏବଂ ମୋ ପକ୍ଷରୁ ଓଡ଼ିଶାର ମୁଖ୍ୟମନ୍ତ୍ରୀଙ୍କୁ ନିବେଦନ ମୋ ବାପା ତଥା ପୂର୍ବତନ ମନ୍ତ୍ରୀ ନବ ଦାସଙ୍କ ହତ୍ୟାକାଣ୍ଡର ସିବିଆଇ ତଦନ୍ତ କରିବେ କି ବୋଲି ପ୍ରଶ୍ନ କରିଛନ୍ତି। ଏହା ସହିତ ମୋର ଭାଇ ବିଶାଳ ଦାସଙ୍କୁ ବିନା ୱାରେଣ୍ଟ କିମ୍ବା ବିନା ଜୁଡ଼ିସିଆଲ ଆଦେଶରେ କାହିଁକି ଛତିଶଗଡ଼ରେ ପୋଲିସ ହାଜତରେ ରଖାଯାଇଥିଲା ତା’ର ଉତ୍ତର ମୋହନ ସରକାର ଦିଅନ୍ତୁ ବୋଲି ଦୀପାଳି କହିଛନ୍ତି।’


Enter your email to get our daily news in your inbox.

All Right Reserved By Dharitri.Com

ଘରେ ବିଲେଇ ରଖିବାକୁ ନେଇ ଘରେ ହେଉଥିଲା ଯୁକ୍ତିତର୍କ, ଜିଦିରେ ଜୀବନ ହାରିଦେଲେ ଡାକ୍ତର

ନୂଆଦିଲ୍ଲୀ,୨୩।୩: ହାଇଦ୍ରାବାଦର ଆଲୱାଲ ଅଞ୍ଚଳରେ ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି । ଯେଉଁଠାରେ ଜଣେ ୨୩ ବର୍ଷୀୟା ଏମବିବିଏସ ଡାକ୍ତର ବିଲେଇ ପାଇଁ ଆତ୍ମହତ୍ୟା କରିଛନ୍ତି ।…

ଉତ୍କଟ ହେବାକୁ ଯାଉଛି ଗ୍ୟାସ ସଙ୍କଟ, ୧୪.୨ କିଲୋଗ୍ରାମ ସିଲିଣ୍ଡରରେ ଆଗକୁ ମିଳିବ ମାତ୍ର ଏତିକି କିଲୋ ଗ୍ୟାସ! ପ୍ରସ୍ତୁତ ହେଲାଣି ‘ପ୍ଲାନ ବି’

ନୂଆଦିଲ୍ଲୀ,୨୩।୩: ଆମେରିକା ଏବଂ ଇରାନ ମଧ୍ୟରେ ସଂଘର୍ଷ ହେତୁ ହର୍ମୁଜ ପ୍ରଣାଳୀ ଅବରୋଧ ହେବା ଯୋଗୁ ଭାରତର ତୈଳ ଏବଂ ଗ୍ୟାସ ଯୋଗାଣ ଗୁରୁତର ଭାବରେ ବାଧାପ୍ରାପ୍ତ…

ଭାଜପାରେ ଯୋଗଦେବେ କି ରାଘବ ଚଢା: ସବୁ ଖୋଲି କହିଦେଲେ ସଂଜୟ ସିଂହ

ନୂଆଦିଲ୍ଲୀ,୨୩।୩: ଆମ ଆଦମୀ ପାର୍ଟି (ଆପ)ର ଏମ୍‌ପି ରାଘବ ଚଢା ଦଳ ଛାଡ଼ିବେ ବୋଲି ଜୋରସୋରରେ ଚର୍ଚ୍ଚା ଛାଲିଛି। ଦଳୀୟ କାର୍ଯ୍ୟକ୍ରମଗୁଡ଼ିକରେ ତାଙ୍କର ଦୀର୍ଘ ଅନୁପସ୍ଥିତି, ମଦ…

ମାମୁ ଘର ଆଗରେ ଖେଳୁଥିଲେ ଭୁଷୁଡ଼ିଲା  କାନ୍ଥ:  ଆଖିବୁଜିଲା  କୁନି ଝିଅ, ମା’ ବଡ଼ ଝିଅ…

ତିହିଡି଼,୨୩।୩(ସଞ୍ଜିତ ବଳ): ତିହିଡି଼ ବ୍ଲକ ପୀରହାଟ ଥାନା ସାହାପୁର ପଞ୍ଚାୟତ ଅଧୀନ କାଶୀପୁର ଗ୍ରାମରେ ରବିବାର ସନ୍ଧ୍ୟାରେ ଏକ ଅଘଟଣ ଘଟିଛି l ଗ୍ରାମର ନାରାୟଣ ବେହେରା…

ଗାଁରେ ପଶି ତାଣ୍ଡବ ରଚିଲା ଦନ୍ତା, ଭାଙ୍ଗିଲା ବାଇକ୍‌-ସାଇକେଲ୍‌

ବୌଦ୍ଧ,୨୩।୩: ବୌଦ୍ଧ ଜିଲା ବୌଦ୍ଧ ବନଖଣ୍ଡ ସୁବଳୟା ଗାଁରେ ହାତୀ ଆତଙ୍କ ଦେଖାଦେଇଛି। ଏନେଇ ଗ୍ରାମବାସୀ ଭୟଭୀତ ହୋଇପଡିଛନ୍ତି। ମିଳିଥିବା ସୂଚନା ମୁତାବକ, ରବିବାର ବିଳମ୍ୱିତ ରାତିରେ…

ବିବାଦୀୟ ସ୍ଥାନରେ ବାସନ୍ତୀ ପୂଜା ବନ୍ଦ:୧୬୩ ଧାରା ଜାରିକଲେ ପ୍ରଶାସନ,ଅଶାନ୍ତ ହେଉଛି…             

ଭୋଗରାଇ, ୩।୪ ( ପ୍ରଦୀପ ଦାସ ): ରାତି ପାହିଲେ ମଧୁ ପାର୍ବଣ । ମା ବାସନ୍ତୀ ଦେବୀଙ୍କ ଷଷ୍ଠୀ  ପୂଜା । ସବୁଠି ମାଙ୍କ ଆରାଧନା…

 ପଡୋଶୀ ଘର ଅଳିଆ ଗଦାରୁ ବ୍ୟାପିଲା ନିଆଁ: ଜଳିଗଲା….

ପରଜଙ୍ଗ,୨୩।୩ ( ନିଗମାନନ୍ଦ ଦଳବେହେରା): ଢ଼େଙ୍କାନାଳ ଜିଲା  ପରଜଙ୍ଗ ବ୍ଲକ ପିତିରି ପଞ୍ଚାୟତ ପଡିିଆଭଙ୍ଗା ସାହିରେ ଭୟାବହ ଅଗ୍ନିକାଣ୍ଡ ଘଟିଛି। ଏଥିରେ ଗ୍ରାମର ରମେଶ ଜେନାଙ୍କ  ଦୁଇ…

ଆଦିବାସୀ ସାଧ୍ବୀ ପଦ୍ମଶ୍ରୀ ପୂର୍ଣ୍ଣମାସୀ ଯାନୀ ଅସୁସ୍ଥ, ହସ୍ପିଟାଲରେ ଭର୍ତ୍ତି

ଫୁଲବାଣୀ,୨୩।୩ (ରାକେଶ କୁମାର ରାଉତ): ଆଦିବାସୀ ସାଧ୍ବୀ ପଦ୍ମଶ୍ରୀ ପୂର୍ଣ୍ଣମାସୀ ଯାନୀ ଅସୁସ୍ଥ । ତାଙ୍କୁ ପ୍ରଥମେ ଖଜୁରୀପଡା ମେଡିକାଲରେ ଭର୍ତ୍ତି କରାଯିବା ପରେ ଫୁଲବାଣୀ ଜିଲା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri