ଜେଲରେ ଯୁବମୋର୍ଚ୍ଚା କାର୍ଯ୍ୟକର୍ତ୍ତାଙ୍କୁ ଭେଟିଲେ ଭାଜପା ବିଧାୟକ ଦଳ ପ୍ରତିନିଧି

ଭୁବନେଶ୍ୱର,୧୮ା୩(ବ୍ୟୁରୋ): ଭାଜପାର ୨୨ ଜଣ ଯୁବମୋର୍ଚ୍ଚା କାଯର୍‌ୟକର୍ତ୍ତା ୧୮ ଦିନ ହେବ ଜେଲରେ ରହିଛନ୍ତି। ଭାଜପା ବିଧାୟକ ଦଳର ଏକ ପ୍ରତିନିଧି ଦଳ ଶୁକ୍ରବାର ଝାରପଡ଼ା ଜେଲରେ ଥିବା ଯୁବମୋର୍ଚ୍ଚା କାଯର୍‌ୟକର୍ତ୍ତାଙ୍କୁ ଭେଟିଛନ୍ତି। କାଯର୍‌ୟକର୍ତ୍ତାମାନେ ଏ ପର୍ଯ୍ୟନ୍ତ ଜେଲରୁ ବାହାରିପାରି ନାହାନ୍ତି। ଦୀର୍ଘ ୨୩ ବର୍ଷର ଶାସନ ପରେ ମଧ୍ୟ ଓଡ଼ିଶାର ଆଇନଶୃଙ୍ଖଳା ବିପର୍ଯ୍ୟୟ ହେବା ବିଜେଡି ସରକାରର ସବୁଠୁ ବଡ଼ ବିଫଳତା ବୋଲି ପ୍ରତିନିଧି ଦଳ ନେତାମାନେ କହିଛନ୍ତି। ଅନ୍ୟାୟ, ଭ୍ରଷ୍ଟାଚାର, ଦୁର୍ନୀତିରେ ଉବୁଟୁବୁ ବିଜେଡି ସରକାର ଯୋଗୁ ଆଜି ରାଜ୍ୟବାସୀ ନିଜକୁ ଅସୁରକ୍ଷିତ ମଣୁଛନ୍ତି। ରାଜ୍ୟବାସୀଙ୍କ ସ୍ବାର୍ଥରେ ଏହାର ପ୍ରତିବାଦ କରୁଥିବା ବିରୋଧୀଙ୍କ ସ୍ବରକୁ ବିଜେଡି ସରକାର ଦମନ କରିବାର ପ୍ରୟାସ ଅତ୍ୟନ୍ତ ଅଗଣତାନ୍ତ୍ରିକ ଓ ଲଜ୍ଜାଜନକ ା ପୂର୍ବତନ ମନ୍ତ୍ରୀ ନବ ଦାସ ହତ୍ୟାକାଣ୍ଡର ସତ୍ୟାସତ୍ୟ ଉନ୍ମୋଚନ, ବିପର୍ଯ୍ୟସ୍ତ ଆଇନ ଶୃଙ୍ଖଳାକୁ ବିରୋଧ କରି ଶାନ୍ତିଶୃଙ୍ଖଳା ସହିତ ଆନ୍ଦୋଳନ କରୁଥିବା ୨୨ ଜଣ ଯୁବମୋର୍ଚ୍ଚା କାଯର୍‌ୟକର୍ତ୍ତାଙ୍କୁ ମିଛ ଦଫା ଲଗାଇ ଜେଲରେ ଭର୍ତ୍ତି କରିଦିଆଯାଇଥିବା ନେଇ ଅଭିଯୋଗ କରିଛନ୍ତି। ଏହି ପ୍ରତିନିଧି ଦଳରେ ବିଧାୟକ ନାଉରୀ ନାଏକ, ମୁକେଶ ମହାଲିଙ୍ଗ, ସୁକାନ୍ତ ନାୟକ, ଭବାନୀ ନାଏକ, ନିତ୍ୟାନନ୍ଦ ଗଣ୍ଡ, ନବଚରଣ ମାଝି, ବୁଢ଼ାନ ମୁର୍ମୁ, ସନାତନ ବିଜୁଳି, ଗଣେଶ ରାମ ଖୁଣ୍ଟିଆ, ସୂରଜ ସୂଯର୍‌ୟବଂଶୀ, ସାଧାରଣ ସମ୍ପାଦକ ଗୋଲକ ମହାପାତ୍ର, ମୁଖପାତ୍ର ଠାକୁର ରଣଜିତ୍‌ ଦାସ, କାଯର୍‌ୟକାରିଣୀ ସଦସ୍ୟ ପବିତ୍ର ଦାଶ, ରବି ବେହେରା, ରଶ୍ମିରଞ୍ଜନ କାନୁନଗୋ, ଯୁବମୋର୍ଚ୍ଚା ସାଧାରଣ ସମ୍ପାଦକ ଓମ୍‌ ପ୍ରକାଶ ମିଶ୍ର, ସମ୍ବଲପୁର ଜିଲା ଯୁବମୋର୍ଚ୍ଚା ସଭାପତି ଅଶ୍ୱିନୀ ମାଝି ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

IPLରେ ଇତିହାସ ରଚିଲେ ମହମ୍ମଦ ଶାମି, ୪ ଓଭରରେ…

ନୂଆଦିଲ୍ଲୀ,୫।୪: ମହମ୍ମଦ ଶାମି ୨୦୨୬ IPL ସିଜିନରେ ଲକ୍ଷ୍ନୌ ସୁପର ଜାଏଣ୍ଟ୍ସ (LSG) ପାଇଁ ଖେଳୁଛନ୍ତି। ବର୍ତ୍ତମାନ ଟୁର୍ଣ୍ଣାମେଣ୍ଟର ୧୦ମ ଲିଗ ମ୍ୟାଚ ହାଇଦ୍ରାବାଦର ରାଜୀବ ଗାନ୍ଧୀ…

ମଧ୍ୟପ୍ରାଚ୍ୟ ଉତ୍ତେଜନା ଉପରେ ପାକିସ୍ତାନର ‘ମଧ୍ୟସ୍ଥତା’: ଇରାନ ସ୍ପଷ୍ଟ କଲା ମତ, ଇସ୍ରାଏଲ କହିଲା – ପାକିସ୍ତାନ ଉପରେ ଭରସା ନାହିଁ

ତେହରାନ,୫।୪: ଇରାନ ଏବଂ ଆମେରିକା ମଧ୍ୟରେ ଉତ୍ତେଜନା ବୃଦ୍ଧି ପାଉଥିବାବେଳେ, କୂଟନୈତିକ କାର୍ଯ୍ୟକଳାପ ତୀବ୍ର ହୋଇଛି। ଏହି ସମୟରେ, ଇରାନର ଉପ-ବୈଦେଶିକ ମନ୍ତ୍ରୀ ସେୟଦ ଆବାସ ଆରାକଚି…

ଲିଙ୍ଗରାଜଙ୍କୁ ଉଠାଇ ନେଲା ପୋଲିସ, ବିରୋଧ କରି ଏକାଠି ହେଲେ ଡଙ୍ଗରିଆ

କଲ୍ୟାଣସିଂହପୁର,୫ା୪(ଦୀପକ କୁମାର ପରିଡ଼ା): ଲିଙ୍ଗରାଜ ଆଜାଦଙ୍କୁ ପୋଲିସ ଉଠାଇ ନେଇ ଥିବାରୁ ଏହାକୁ ବିରୋଧ କରି ପୁଣି ଏକାଠି ହୋଇଛନ୍ତି ନିୟମଗିରିରେ ବସବାସ କରୁଥିବା ଦଙ୍ଗରିଆ। ରାୟଗଡ଼ା…

ଭିଡ଼ିଓ ଶେୟାର କରି ଆମେରିକାକୁ ବଡ଼ ଝଟକା ଦେଲା ଇରାନ, ପାଇଲଟଙ୍କୁ ଉଦ୍ଧାର କରିବାକୁ ଆସିଥିବା ଏୟାରକ୍ରାପ୍ଟ ଧ୍ୱଂସ!

ତେହରାନ,୫।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷ ମଧ୍ୟରେ, ଆମେରିକାର ସେନା ୪୮ ଘଣ୍ଟା ଧରି ଲୁଚି ରହିବା ପରେ ଏକ ଉଦ୍ଧାର କାର୍ଯ୍ୟ ପରେ ଏହାର ଜଣେ ବାୟୁସେନା…

ଟୋଲ ଗେଟରେ ଆଉ ଲାଗିବ ନାହିଁ ଲମ୍ବା ଲାଇନ, ସରକାର ବଦଳାଇବେ ପେମେଣ୍ଟ ସିଷ୍ଟମ

ନୂଆଦିଲ୍ଲୀ,୫।୪: ଯଦି ଆପଣ ପ୍ରାୟତଃ ରାଜପଥରେ ଯାତ୍ରା କରନ୍ତି, ତେବେ ଏହି ଖବର ଆପଣଙ୍କ ପାଇଁ ଗୁରୁତ୍ୱପୂର୍ଣ୍ଣ। ସରକାର ଏବେ ଟୋଲ ପ୍ଲାଜାରେ ନଗଦ ଦେୟକୁ ସମ୍ପୂର୍ଣ୍ଣ…

ଭାଜପାରେ ଯୋଗଦେବେ ରାଘବ ଚଢା? ମୋଦିଙ୍କ ସମାଲୋଚନା କରିଥିବା ପୋଷ୍ଟ କଲେ ଡିଲିଟ୍‌, ବଢିଲା ହଲଚଲ  

ନୂଆଦିଲ୍ଲୀ,୫।୪: ଦେଶର ରାଜନୈତିକ ମହଲରେ ଏବେ ଏକ ବଡ଼ ଧରଣର ଚର୍ଚ୍ଚା ଜୋର ଧରିଛି। ଆମ ଆଦମୀ ପାର୍ଟିର ବରିଷ୍ଠ ନେତା ତଥା ଏମ୍‌ପି ରାଘବ ଚଢା…

ତାରାତାରିଣୀଙ୍କ ଦର୍ଶନ କଲେ ପ୍ରଧାନମନ୍ତ୍ରଙ୍କ ସଚିବ: ପୂଜାର୍ଚ୍ଚନା କରି ନେଲେ ଆଶୀର୍ବାଦ

ପୁରୁଷୋତ୍ତମପୁର,୫ା୪(ସବିତା ମିଶ୍ର): ମାନ୍ୟବର ପ୍ରଧାନମନ୍ତ୍ରୀଙ୍କ ଦିତୀୟ ପ୍ରମୁଖ ସଚିବ ତଥା ଭାରତୀୟ ରିଜର୍ଭ ବ୍ୟାଙ୍କର ପୂର୍ବତନ ଗଭର୍ଣ୍ଣର ଶକ୍ତିକାନ୍ତ ଦାଶ ଓ ତାଙ୍କ ସ୍ତ୍ରୀ ରବିବାର ଗଞ୍ଜାମ…

ଔଷଧ ଉପରେ ୧୦୦% ଟାରିଫ୍‌ ଘୋଷଣା କଲେ ଟ୍ରମ୍ପ, ଭାରତୀୟଙ୍କୁ ଝଟ୍‌କା!

ଓ଼୍ବାଶିଂଟନ,୫।୪: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଏକ ସାମ୍ପ୍ରତିକ ନିଷ୍ପତ୍ତି ଭାରତୀୟ ଔଷଧ କ୍ଷେତ୍ରକୁ ପ୍ରଭାବିତ କରିଛି। ଟ୍ରମ୍ପ ପ୍ରଶାସନ ଆମେରିକା ସରକାରଙ୍କ ସହିତ ମୂଲ୍ୟ ଚୁକ୍ତିନାମାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri