ଆମେରିକାରେ ଅଚ୍ୟୁତ ସାମନ୍ତଙ୍କ ନାମରେ ଖୋଲିବ ଗବେଷଣା କେନ୍ଦ୍ର

ଭୁବନେଶ୍ୱର,୨୧ା୯(ଶର୍ମିଷ୍ଠା ପାଣିଗ୍ରାହୀ):ଆମେରିକାର ସରକାରୀ ବିଶ୍ୱବିଦ୍ୟାଳୟ ସିଟି ୟୁନିଭର୍ସିଟି ଅଫ୍‌ ନ୍ୟୁୟର୍କ(କ୍ୟୁନି)ରେ ଶିକ୍ଷାବିତ୍‌, ସାମାଜିକ କର୍ମୀ ତଥା କିଟ୍‌ ଓ କିସ୍‌ ପ୍ରତିଷ୍ଠାତା ଅଚ୍ୟୁତ ସାମନ୍ତଙ୍କ ନାମରେ ଗବେଷଣା କେନ୍ଦ୍ର ଖୋଲିବ। ଆସନ୍ତା ମାସରେ ‘ଅଚ୍ୟୁତ ସାମନ୍ତ ଇଣ୍ଡିଆ ଇନିସିଏଟିଭ ଅଫ୍‌ ଦି କ୍ୟୁନି କ୍ରେଷ୍ଟ ଇନ୍‌ଷ୍ଟିଚ୍ୟୁଟ୍‌ (ଏଏସ୍‌ଆଇଆଇସିସିଆଇ) ନାମରେ ଏହି ଗବେଷଣା କେନ୍ଦ୍ର ସ୍ଥାପନ କରାଯିବ। ଏନେଇ ଶୁକ୍ରବାର ଅନୁଷ୍ଠିତ ଏକ ସ୍ବତନ୍ତ୍ର କାର୍ଯ୍ୟକ୍ରମରେ କ୍ୟୁନି ବିଶ୍ୱବିଦ୍ୟାଳୟ ସଭାପତି ଡ. ମିଲ୍‌ଟନ ସାଣ୍ଟିଆଗୋ ଘୋଷଣା କରିଛନ୍ତି। ଏହି ଗବେଷଣା କେନ୍ଦ୍ରରେ ସେହି ବିଶ୍ୱବିଦ୍ୟାଳୟର ଛାତ୍ରୀଛାତ୍ର ଓ ଅଧ୍ୟାପକମାନେ ଓଡ଼ିଶାର କଳା, ସଂସ୍କୃତି, ପରମ୍ପରା ଉପରେ ଗବେଷଣା, ଶିକ୍ଷା ବିନିମୟ ସହ ଅଚ୍ୟୁତଙ୍କ କାର୍ଯ୍ୟକଳାପ ଉପରେ ଗବେଷଣା ଓ ଅଧ୍ୟୟନ କରିବେ। କ୍ୟୁନି ସଭାପତି ଡ. ସାଣ୍ଟିଆଗୋ ମୁମ୍ବାଇ ଏବଂ ହାଇଦ୍ରାବାଦସ୍ଥିତ ଆମେରିକା ଦୂତାବାସର କନ୍‌ସଲ ଜେନେରାଲଙ୍କୁ ନେଇ ଏକ ୧୫ଜଣିଆ ପ୍ରତିନିଧିମଣ୍ଡଳୀ ଗୁରୁବାର କିଟ୍‌ ଓ କିସ୍‌ ପରିଦର୍ଶନରେ ଆସିଥିଲା। କିଟ୍‌ ଓ କିସ୍‌ ପ୍ରତିଷ୍ଠାତା ଡ. ସାମନ୍ତ ଓଡ଼ିଶାର କଳା ସଂସ୍କୃତି ଉପରେ ଆମେରିକାର ଏକ ଖ୍ୟାତିସମ୍ପନ୍ନ ବିଶ୍ୱବିଦ୍ୟାଳୟରେ ଶିକ୍ଷା ବିନିମୟ ଓ ଗବେଷଣା କରାଯିବା ଓଡ଼ିଶା ପାଇଁ ଏକ ଗୌରବର ବିଷୟ ବୋଲି କହିଛନ୍ତି।

କାର୍ଯ୍ୟକ୍ରମରେ ହାଇଦ୍ରାବାଦରେ ଅବସ୍ଥାପିତ ଆମେରିକା କନ୍‌ସଲ ଜେନେରାଲ ଆଲେକଜାଣ୍ଡର ମାକ୍‌ ଲରେନ, ମୁମ୍ବାଇରେ ଅବସ୍ଥାପିତ ଆମେରିକା କନ୍‌ସଲ ଜେନେରାଲ ସୀତା ରାଇଟର, କିଟ୍‌ ଓ କିସ୍‌ ପ୍ରତିଷ୍ଠାତା ଡ. ସାମନ୍ତ, କିଟ୍‌ ବିଶ୍ୱବିଦ୍ୟାଳୟ କୁଳପତି ପ୍ରଫେସର ଶରଣଜିତ ସିଂହ, ଉପକୁଳପତି ପ୍ରଫେସର ଦେବାଶିଷ ବନ୍ଦ୍ୟୋପାଧ୍ୟାୟ, କୁଳସଚିବ ଡ. ଜ୍ଞାନ ରଞ୍ଜନ ମହାନ୍ତି, କିସ୍‌ ବିଶ୍ୱବିଦ୍ୟାଳୟ କୁଳପତି ପ୍ରଫେସର ଦୀପକ ବେହେରା, ମହାନିର୍ଦ୍ଦେଶକ ଡ. କାହ୍ନୁ ଚରଣ ମାହାଲି, କୁଳସଚିବ ଡ. ପ୍ରଶାନ୍ତ କୁମାର ରାଉତରାୟ ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଦୁଇ ଭାଇଙ୍କ ଝଗଡ଼ାରୁ ବଳି ପଡିଲେ ଶାଶୁ, ସାନଭାଇର କାଠ ଫାଳିଆ ମାଡ଼ରେ…

ବ୍ରହ୍ମଗିରି,୧୭।୩(ସ୍ୱାଧୀନ ଚମ୍ପତିରାୟ): ପୁରୀ ଜିଲା ଆରଖକୁଦ ମେରାନି ଥାନା ଅନ୍ତର୍ଗତ ପାଣ୍ଡାପୋଖରୀ ଗ୍ରାମରେ ଲୋମଟାଙ୍କୁରା ହତ୍ୟାକାଣ୍ଡ ହୋଇଛି । ସାନ ଭାଇର ଠେଙ୍ଗା ମାଡ଼ରେ ବଡ଼ ଭାଇର…

ସ୍ତ୍ରୀଙ୍କୁ ତଣ୍ଟି ଚିପି ମାରିବାକୁ ହତ୍ୟା ଉଦ୍ୟମ, ସ୍ବାମୀଙ୍କୁ ବାନ୍ଧି କୋର୍ଟଚାଲାଣ କଲା ପୋଲିସ

ଦିଗପହଣ୍ଡି,୧୭ା୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କରପଡ଼ା ଗ୍ରାମର ବୁଡୁ ବେହେରା ତାଙ୍କ ସ୍ତ୍ରୀ ସୁଶୀଳା ବେହେରାଙ୍କୁ ତଣ୍ଟି ଚିପି ହତ୍ୟା ଉଦ୍ୟମ କରିଥିବା…

ସୋଫିଆ ଫିର୍ଦ୍ଦୋସ କଂଗ୍ରେସରୁ ନିଲମ୍ବିତ ପରେ ମୁହଁ ଖୋଲିଲେ ମହମ୍ମଦ ମୋକିମ: ମୋ ଝିଅକୁ କରାଯାଉଥିଲା…

ଭୁବନେଶ୍ୱର,୧୭।୩: ରାଜ୍ୟ ସଭା ନିର୍ବାଚନରେ ଏଥର ମଧ୍ୟ କଂଗ୍ରେସରେ ଗଡ଼ବଡ଼ ପରିଲକ୍ଷିତ ହୋଇଛି। କଂଗ୍ରେସ ବିଧାୟକ ଦାଶରଥି ଗମାଙ୍ଗ, ରମେଶ ଜେନା ଏବଂ ସୋଫିଆ ଫିର୍ଦ୍ଦୋସ ପାର୍ଟିର…

ସନରାଇଜର୍ସ ହାଇଦ୍ରାବାଦର ନେତୃତ୍ୱ ନେଇପାରନ୍ତି ଇଶାନ କିଶନ

ନୂଆଦିଲ୍ଲୀ,୧୭ା୩: ଭାରତର ବାମହାତୀ ବିସ୍ଫୋରକ ବ୍ୟାଟର ଇଶାନ କିଶନ ଆଇପିଏଲ୍‌ର ପ୍ରାରମ୍ଭିକ କିଛି ମ୍ୟାଚ୍‌ରେ ସନରାଇଜର୍ସ ହାଇଦ୍ରାବାଦ ଦଳର ନେତୃତ୍ୱ ନେଇପାରନ୍ତି। ନିୟମିତ ଅଧିନାୟକ ପ୍ୟାଟ କୁମିନ୍ସ…

ବାଘ ଘାସ ଖାଇବାର କାଲି ଦେଖିଲି, କାହାକୁ ଏମିତି କହିଦେଲେ ଭକ୍ତ ଦାସ

କଟକ,୧୭।୩(ପ୍ରଭୁ କଲ୍ୟାଣ ପାଲ): ରାଜ୍ୟ ସଭା  ନିର୍ବାଚନରେ  ୩ କଂଗ୍ରେସ ବିଧାୟକଙ୍କ କ୍ରସ ଭୋଟିଂ ନେଇ ବିଧାୟକ, ବିଧାୟିକାଙ୍କୁ  ନିଲମ୍ବନ କରାଯାଇଛି। ଏହି ପ୍ରସଙ୍ଗରେ ପିସିସି  ସଭାପତି…

ପାକିସ୍ତାନ ଉପରେ ନିଆଁବାଣ ହେଲା ଭାରତ: କଠୋର କାର୍ଯ୍ୟାନୁଷ୍ଠାନ ପାଇଁ କଲା ଦାବି

ଇସଲାମାବାଦ୍‌,୧୭।୩: ପାକିସ୍ତାନ ଦ୍ୱାରା ହୋଇଥିବା କଥିତ ବିମାନ ଆକ୍ରମଣରେ କାବୁଲରେ ବହୁ ସଂଖ୍ୟକ ଲୋକଙ୍କ ମୃତ୍ୟୁ ପରେ ଭାରତ ତୀବ୍ର ପ୍ରତିକ୍ରିୟା ପ୍ରକାଶ କରିଛି। ଏହି ଘଟଣା…

ସୁପ୍ରିମକୋର୍ଟଙ୍କ ବଡ଼ ନିଷ୍ପତ୍ତି, ପୋଷ୍ୟ ସନ୍ତାନ ଗ୍ରହଣ କରୁଥିବା ମା’ ମଧ୍ୟ ମ୍ୟାଟରନିଟି ଲିଭ୍ ପାଇବା ହକଦାର

ନୂଆଦିଲ୍ଲୀ,୧୭।୩: ସୁପ୍ରିମକୋର୍ଟ ପୋଷ୍ୟ ସନ୍ତାନ ଗ୍ରହଣ କରୁଥିବା ମହିଳାମାନଙ୍କ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ରାୟ ଦେଇଛନ୍ତି। କୋର୍ଟ ରାୟ ଦେଇଛନ୍ତି ଯେ ପୋଷ୍ୟ ସନ୍ତାନ ଗ୍ରହଣ କରୁଥିବା…

ଶୀଘ୍ର କରନ୍ତୁ ଏହି କାମ: ଘରୋଇ ଗ୍ୟାସ ଗ୍ରାହକଙ୍କ ପାଇଁ ସରକାରଙ୍କ ଘୋଷଣା, ବାଧ୍ୟତାମୂଳକ ହେଲା…

ନୂଆଦିଲ୍ଲୀ,୧୭।୩: ସରକାର ସମସ୍ତ ଘରୋଇ ଗ୍ୟାସ ଗ୍ରାହକଙ୍କ ପାଇଁ ବାୟୋମେଟ୍ରିକ ଆଧାର ପ୍ରମାଣୀକରଣ ବା eKYCକୁ ବାଧ୍ୟତାମୂଳକ କରିଛନ୍ତି। ସବସିଡି ଲାଭ ସଠିକ ହିତାଧିକାରୀଙ୍କ ପାଖରେ ପହଞ୍ଚିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri