ରାମଚନ୍ଦ୍ରଙ୍କ ପାଇଁ ଆବାସ ଘର ସ୍ବପ୍ନ

କାଏମା,୨୧ା୨(ଡି.ଏନ୍‌.ଏ.): ପ୍ରଧାନମନ୍ତ୍ରୀ ଆବାସ ଯୋଜନା ରାମଚନ୍ଦ୍ର ପରିଡାଙ୍କ ପାଇଁ ସାତ ସପନ ହୋଇଛି। ବୃଦ୍ଧ ବୟସରେ ରାମଚନ୍ଦ୍ରଙ୍କ ଜୀବନ ଭଙ୍ଗାଘରେ ଦୁର୍ଦ୍ଦଶା ଭିତରେ ବିତୁଛି। ଧର୍ମଶାଳା ଥାନା ଅନ୍ତର୍ଗତ ମିର୍ଜାପୁର ଗ୍ରାମପଞ୍ଚାୟତ ଗୋବିନ୍ଦରାମପାଟଣାରେ ରାମଚନ୍ଦ୍ରଙ୍କ ଘର। ପରିବାର କହିଲେ ସେ ଆଉ ତାଙ୍କ ସ୍ତ୍ରୀ ସରସ୍ବତୀ। ପୁଅ କୈଳାସ ଅଲଗା ହୋଇ ଅନ୍ୟତ୍ର ରହୁଛନ୍ତି। ଦିନବେଳା ରାମଚନ୍ଦ୍ର ଗୁହାଳ ଘରେ ରହୁଥିବା ବେଳେ ରାତିି ସମୟରେ ଘରପିଣ୍ଡାରେ ଶୁଅନ୍ତି। ନିର୍ବାଚନ ସମୟରେ ବିଭିନ୍ନ ପ୍ରତିଶ୍ରୁତି ମିଳିଥିବା ବେଳେ ଏବେ ତାହା ପାଣିର ଗାର ହୋଇଛି ବୋଲି ରାମଚନ୍ଦ୍ର କହିଛନ୍ତି। ସରସ୍ବତୀ ୨ ମାସ ହେବ ଭତ୍ତା ପାଉନାହାନ୍ତି। ଏଥିପାଇଁ ସେ ପଞ୍ଚାୟତ କାର୍ଯ୍ୟାଳୟକୁ ଦୌଡ଼ି ଦୌଡ଼ି ନୟାନ୍ତ ହୋଇସାରିଛନ୍ତି। ଭତ୍ତା ମିଳୁ ନ ଥିବାରୁ ବହୁକଷ୍ଟରେ ଜୀବନ ବିତୁଛି। ଆବାସ ଯୋଜନାରେ ନାମ ମଧ୍ୟ ନାହିଁ। କୌଣସି ଗରିବ ଦୁଃଖକଷ୍ଟରେ ଏବଂ କଚ୍ଚା ଘର ରହିବ ନାହିଁ ବୋଲି ସରକାର କହୁଥିବାବେଳେ ରାମଚନ୍ଦ୍ରଙ୍କ କ୍ଷେତ୍ରରେ ଏହା ଓଲଟା ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଋ଼ଣ ଖିଲାପ ପରେ ଘର ଅଧିଗ୍ରହଣ କଲା ବ୍ୟାଙ୍କ

ପାରାଦୀପ,୨୪।୪(ଶରତ ରାଉତ):ପାରାଦୀପ ଲକ୍‌ ଥାନା ଅନ୍ତର୍ଗତ ଗଡ଼ଠାରେ ମଙ୍ଗଳବାର ଏକ କୋଠାଘରକୁ ବ୍ୟାଙ୍କ କର୍ତ୍ତୃପକ୍ଷ ନିଜ ହେପାଜତକୁ ନେଇଛନ୍ତି। ଉକ୍ତ ଘର ପାଇଁ ନିଆଯାଇଥିବା ଋ଼ଣ...

ଶୁଖିଲାଣି ଜଳାଶୟ, ଉତ୍କଟ ଜଳ ସଙ୍କଟ

ଜଗତ୍‌ସିଂହପୁର, ୨୩ା୪ (ପ୍ରମୋଦ କୁମାର ନାୟକ):ପ୍ରବଳ ଗ୍ରୀଷ୍ମପ୍ରବାହ ଯୋଗୁ ଜଗତ୍‌ସିଂହପୁର ସହରରେ ଜଳସଙ୍କଟ ସୃଷ୍ଟି ହୋଇଛି। ଗଡିଆ, ପୋଖରୀଗୁଡିକ ଶୁଖିଯିବା ସହ ଭୂତଳ ଜଳସ୍ତର ହ୍ରାସ...

ବିଜେଡି, ଭାଜପାରେ ଗୋଷ୍ଠୀ କନ୍ଦଳ

ପଟ୍ଟାମୁଣ୍ଡାଇ,୨୪ା୪ (କଳ୍ପତରୁ ନାୟକ):କେନ୍ଦ୍ରାପଡ଼ା ଜିଲା ରାଜନଗର ବିଧାନସଭା ଆସନ ସବୁବେଳେ ରାଜ୍ୟ ରାଜନୀତିରେ ସମ୍ବେଦନଶୀଳ ଓ ଗୁରୁତ୍ୱପୂର୍ଣ୍ଣ ହୋଇଆସିଛି। ସବୁଥର ଏହି ଆସନରେ ବିଜେଡି ଓ...

ବିଜେଡି ଛାଡ଼ିଲେ ବରିଷ୍ଠ ନେତା ଭକ୍ତିପ୍ରସାଦ

ଅନୁଗୋଳ,୨୪।୪ (ଅମିତ କୁମାର ସାମଲ):ଅନୁଗୋଳ ଜିଲାର ବରିଷ୍ଠ ନେତା ଭକ୍ତି ପ୍ରସାଦ ଦାସ ମଙ୍ଗଳବାର ବିଜୁ ଜନତା ଦଳରୁ ଇସ୍ତଫା ଦେଇଛନ୍ତି। ଦଳରେ ତାଙ୍କୁ ଅଣଦେଖା...

ରଣେନ୍ଦ୍ରଙ୍କ ଭାଇରାଲ ଭିଡିଓକୁ ନେଇ ହଇଚଇ

ନିମାପଡ଼ା,୨୪ା୪(ରଞ୍ଜନ ପଟ୍ଟନାୟକ):ପୁରୀ ଜିଲା ବିଜେଡି ପର୍ଯ୍ୟବେକ୍ଷକ ରଣେନ୍ଦ୍ର ପ୍ରତାପ ସ୍ବାଇଁଙ୍କ ଭାଇରାଲ ଭିଡିଓକୁ ନେଇ ଏବେ ନିମାପଡ଼ା ବିଧାନସଭା ନିର୍ବାଚନମଣ୍ଡଳୀରେ ହଟଚମଟ ସୃଷ୍ଟି ହୋଇଛି। ସମ୍ପ୍ରତି...

ପଦପଦବୀ ଅପେକ୍ଷା ସମ୍ମାନ, ବିଶ୍ୱାସ ବଡ଼

ଖୋର୍ଦ୍ଧା,୨୪ା୪(ପ୍ରଭାତ ପାଣିଗ୍ରାହୀ): ପାଖେଇ ଆସୁଛି ସାଧାରଣ ନିର୍ବାଚନ। ଭୁବନେଶ୍ୱର ଲୋକ ସଭା ଆସନ ପାଇଁ ବିଜେଡି ମନ୍ମଥ ରାଉତରାୟ, ଭାଜପା ଅପରାଜିତା ଷଡ଼ଙ୍ଗୀ ଏବଂ କଂଗ୍ରେସ...

ଡବଲ ଇଞ୍ଜିନ ସରକାର କରିବାକୁ ଧର୍ମେନ୍ଦ୍ରଙ୍କ ଆହ୍ବାନ

ଝାରସୁଗୁଡ଼ା,୨୪ା୪ (ସଞ୍ଜୟ ମାଲି):ଝାରସୁଗୁଡା ଜିଲା ଲଇକେରା ବ୍ଲକରେ ମଙ୍ଗଳବାର ଭାଜପା ପକ୍ଷରୁ ଏକ ମିଶ୍ରଣ ପର୍ବ ଅନୁଷ୍ଠିତ ହୋଇଥିଲା। ଏଥିରେ ଲଇକେରା ବିଜେଡି ମହିଳା ନେତ୍ରୀ...

ପ୍ରଦୀପ୍ତଙ୍କୁ ରୋକିବାକୁ ବିଜେଡିର ମହିଳା କାର୍ଡ

ଭବାନୀପାଟଣା,୨୪।୪(ଉତ୍ତମ କୁମାର ଦାଶ):କଳାହାଣ୍ଡି ଜିଲା ଭବାନୀପାଟଣା ବିଧାନସଭା ଆସନ ପାଇଁ ପ୍ରମୁଖ ରାଜନୈତିକ ଦଳ ଭାଜପା, ବିଜେଡି ଓ କଂଗ୍ରେସ ସେମାନଙ୍କ ପ୍ରାର୍ଥୀ ଘୋଷଣା କରିସାରିଛନ୍ତି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri