ରାମଚନ୍ଦ୍ରଙ୍କ ପାଇଁ ଆବାସ ଘର ସ୍ବପ୍ନ

କାଏମା,୨୧ା୨(ଡି.ଏନ୍‌.ଏ.): ପ୍ରଧାନମନ୍ତ୍ରୀ ଆବାସ ଯୋଜନା ରାମଚନ୍ଦ୍ର ପରିଡାଙ୍କ ପାଇଁ ସାତ ସପନ ହୋଇଛି। ବୃଦ୍ଧ ବୟସରେ ରାମଚନ୍ଦ୍ରଙ୍କ ଜୀବନ ଭଙ୍ଗାଘରେ ଦୁର୍ଦ୍ଦଶା ଭିତରେ ବିତୁଛି। ଧର୍ମଶାଳା ଥାନା ଅନ୍ତର୍ଗତ ମିର୍ଜାପୁର ଗ୍ରାମପଞ୍ଚାୟତ ଗୋବିନ୍ଦରାମପାଟଣାରେ ରାମଚନ୍ଦ୍ରଙ୍କ ଘର। ପରିବାର କହିଲେ ସେ ଆଉ ତାଙ୍କ ସ୍ତ୍ରୀ ସରସ୍ବତୀ। ପୁଅ କୈଳାସ ଅଲଗା ହୋଇ ଅନ୍ୟତ୍ର ରହୁଛନ୍ତି। ଦିନବେଳା ରାମଚନ୍ଦ୍ର ଗୁହାଳ ଘରେ ରହୁଥିବା ବେଳେ ରାତିି ସମୟରେ ଘରପିଣ୍ଡାରେ ଶୁଅନ୍ତି। ନିର୍ବାଚନ ସମୟରେ ବିଭିନ୍ନ ପ୍ରତିଶ୍ରୁତି ମିଳିଥିବା ବେଳେ ଏବେ ତାହା ପାଣିର ଗାର ହୋଇଛି ବୋଲି ରାମଚନ୍ଦ୍ର କହିଛନ୍ତି। ସରସ୍ବତୀ ୨ ମାସ ହେବ ଭତ୍ତା ପାଉନାହାନ୍ତି। ଏଥିପାଇଁ ସେ ପଞ୍ଚାୟତ କାର୍ଯ୍ୟାଳୟକୁ ଦୌଡ଼ି ଦୌଡ଼ି ନୟାନ୍ତ ହୋଇସାରିଛନ୍ତି। ଭତ୍ତା ମିଳୁ ନ ଥିବାରୁ ବହୁକଷ୍ଟରେ ଜୀବନ ବିତୁଛି। ଆବାସ ଯୋଜନାରେ ନାମ ମଧ୍ୟ ନାହିଁ। କୌଣସି ଗରିବ ଦୁଃଖକଷ୍ଟରେ ଏବଂ କଚ୍ଚା ଘର ରହିବ ନାହିଁ ବୋଲି ସରକାର କହୁଥିବାବେଳେ ରାମଚନ୍ଦ୍ରଙ୍କ କ୍ଷେତ୍ରରେ ଏହା ଓଲଟା ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଗୁଣ୍ଡା ସାହୁ ଅପହରଣ ମାମଲା: ଗିରଫ ୪ ଅଭିଯୁକ୍ତ କୋର୍ଟ ଚାଲାଣ , ଜାମିନ ନାମଞ୍ଜୁର ହେବାରୁ

ବଲାଙ୍ଗୀର, ୧୭।୮ (ସୁନିଲ କୁମାର ମହାନ୍ତି): ବଲାଙ୍ଗୀରର ବ୍ୟବସାୟୀ ନରେନ୍ଦ୍ର ଓରଫ୍ ଗୁଣ୍ଡା ସାହୁ ଅପହରଣ ମାମଲାରେ ଗିରଫ ହୋଇଥିବା ୪ ଜଣ ଅଭିଯୁକ୍ତଙ୍କୁ ବଲାଙ୍ଗୀର ପୋଲିସ…

ପିଉସାଙ୍କୁ ହତ୍ୟା କରି ପୋଡିଦେବା ଘଟଣା: ଜମି ବିବାଦ ନା ଗୁଣି ଗାରେଡି, ୨ ଜଣଙ୍କୁ…

ଦାରିଙ୍ଗବାଡି,୧୭।୮(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ବାଡାବାଙ୍ଗା ପଞ୍ଚାୟତ ସିକନବାଡି ଗାଁରେ ଏକ ହତ୍ୟା ଘଟଣାର ପୋଲିସ ଖୁଲାସା କରିଛି। ହତ୍ୟାର ଶିକାର ହୋଇଛନ୍ତି ଉକ୍ତ…

ବ୍ରାହ୍ମଣୀରେ ଭୟଙ୍କର ବନ୍ୟା: ବିପଦ ସଙ୍କେତ ଡେଇଁ ୨୦ ଫୁଟରେ ପ୍ରବାହିତ ଜଳ, ଅଳଭା ଠାରେ ଘଳିଆ

ପଟ୍ଟାମୁଣ୍ଡାଇ,୧୭।୮ (କଳ୍ପତରୁ ନାୟକ): କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ଦେଇ ପ୍ରବାହିତ ବ୍ରାହ୍ମଣୀ ନଦୀରେ ବନ୍ୟା ପରିସ୍ଥିତି ଅତ୍ୟନ୍ତ ଗମ୍ଭୀର ରୂପ ଧାରଣ କରିଛି। ବ୍ରାହ୍ମଣୀ ନଦୀର ବିପଦ…

ପବିତ୍ର ଶ୍ରାବଣ ସୋମବାରକୁ ସଂକ୍ରାନ୍ତି ସଂଯୋଗ: ବିଭିନ୍ନ ମନ୍ଦିରରେ କାଉଡ଼ିଆଙ୍କ ପାଇଁ….

କଲ୍ୟାଣସିଂହପୁର, ୧୭।୮ (ଦୀପକ କୁମାର ପରିଡ଼ା): ପବିତ୍ର ଶ୍ରାବଣ ମାସର ତୃତୀୟ ସୋମବାର ତଥା ସିଂହ ସଂକ୍ରାନ୍ତି ଅବସରରେ କଲ୍ୟାଣସିଂହପୁର ବ୍ଲକର ବିଭିନ୍ନ ପ୍ରମୁଖ ଶୈବପୀଠ ଓ…

ବନ୍ୟାପାଣିରେ ଭାସିଯାଇଥିଲେ ଯୁବକ, ୪ଦିନ ପରେ ମୃତଦେହ ଉଦ୍ଧାର

ଧାମନଗର,୧୭।୮(ଦେବେନ୍ଦ୍ର ଆନ୍ଦିଆ): ଧାମନଗର ବ୍ଲକ ଦିହୁଡ଼ି-ଆନନ୍ଦପୁର ପଞ୍ଚାୟତ ପାହଡ଼ପୁର ଯେନାସାହି ଗ୍ରାମର ଗଣେଶ ଜେନା (୫୨)ଙ୍କ ମୃତଦେହ ଉଦ୍ଧାର କରାଯାଇଛି । ନିଖୋଜର ୪ଦିନ ପରେ ଜଙ୍ଗଲରୁ…

‘ଚାଷ ପଦ୍ଧତିରେ ଆବଶ୍ୟକ ପରିବର୍ତ୍ତନ‘: କୃଷି ବିଜ୍ଞାନ କେନ୍ଦ୍ରରେ ୨୫ ଜଣ ଅଗ୍ରଣୀ ଚାଷୀ

କର୍ଲାମୁଣ୍ଡା, ୧୭।୮ (ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ଆତ୍ମା ତଥା କଳାହାଣ୍ଡି ପିଡି ଆତ୍ମା ପକ୍ଷରୁ ୨୫ ଜଣ ଅଗ୍ରଣୀ ଚାଷୀଙ୍କୁ ନେଇ ସୋନପୁର…

ବର୍ଷାରେ ଧୋଇଯାଇଥିଲା ରାସ୍ତା, ମରାମତି ପରେ ଯୋଗାଯୋଗ ସ୍ବାଭାବିକ

କେନ୍ଦୁଝର,୧୭।୮(ନରେଶ ଚନ୍ଦ୍ର ପଟ୍ଟନାୟକ): ପ୍ରବଳ ବର୍ଷା ସାଙ୍ଗକୁ ମାଟି ଅତଡ଼ା ଧସିବା ଯୋଗୁ ତେଲକୋଇ ବଳଭଦ୍ରପୁର ପୋଲ ନିକଟରେ ରାସ୍ତା କ୍ଷତିଗ୍ରସ୍ତ ହୋଇ ଗାଡି ଚଳାଚଳ ବନ୍ଦ…

ବଲାଙ୍ଗୀର ବ୍ୟବସାୟୀଙ୍କୁ ଅପହରଣ ଘଟଣାରେ ବଡ଼ ଖୁଲାସା; ରାଜଧାନୀରେ କରାଯାଇଥିଲା ଆପରାଧିକ ଷଡ଼ଯନ୍ତ୍ର, ଖଣ୍ଡଗିରି ଥାନାକୁ…

ବଲାଙ୍ଗୀର,୧୭ା୮(ବୀରେନ୍ଦ୍ର କୁମାର ଝାଙ୍କର): ବଲାଙ୍ଗୀରର ବ୍ୟବସାୟୀ ନରେନ୍ଦ୍ର ଓରଫ୍ ଗୁଣ୍ଡା ସାହୁ ଅପହରଣ ଘଟଣାରେ ବଡ଼ ଖୁଲାସା କରିଛି ବଲାଙ୍ଗୀର ପୋଲିସ । ଏହି ଆପରାଧିକ ଷଡ଼ଯନ୍ତ୍ରରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri