Posted inଖେଳ

ଚେନ୍ନାଇର ସମ୍ମାନଜନକ ସ୍କୋର

ଲକ୍ଷ୍ନୌ, ୨୦।୪: ଇଣ୍ଡିଆନ ପ୍ରିମିୟର ଲିଗ୍‌ର ଶୁକ୍ରବାର ଅନୁଷ୍ଠିତ ଲକ୍ଷ୍ନୌ ସୁପର ଜାଏଣ୍ଟ୍ସ ବିପକ୍ଷ ମ୍ୟାଚରେ ଚେନ୍ନାଇ ସୁପର କିଙ୍ଗ୍ସ ସମ୍ମାନଜନକ ସ୍କୋର କରିଛି। ରବୀନ୍ଦ୍ର ଜାଡେଜାଙ୍କ ଅର୍ଦ୍ଧଶତକ ଏବଂ ମହେନ୍ଦ୍ର ସିଂ ଧୋନୀଙ୍କ ବିସ୍ଫୋରକ ୨୮ ରନ ସହାୟତାରେ ଏହି ଦଳ ୨୦ ଓଭରରେ ୬ ଉଇକେଟ ହରାଇ ୧୭୬ ରନ ସଂଗ୍ରହ କରିଛି। ରିପୋର୍ଟ ପ୍ରସ୍ତୁତ ହେବା ବେଳକୁ ଲକ୍ଷ୍ନୌ ୧୪ ଓଭରରେ କୌଣସି ଉଇକେଟ ନ ହରାଇ ୧୨୧ ରନ କରିଛି।
ଟସ୍‌ ହାରି ବ୍ୟାଟିଂ ଆମନ୍ତ୍ରଣ ପାଇଥିବା ଚେନ୍ନାଇ ଆରମ୍ଭରୁ ବ୍ୟାଟିଂ ବିପର୍ଯ୍ୟୟର ସମ୍ମୁଖୀନ ହୋଇଥିଲା। ଓପନର ରାଚିନ ରବୀନ୍ଦ୍ର ଖାତା ଖୋଲିବା ପୂର୍ବରୁ ଦ୍ୱିତୀୟ ଓଭରର ପ୍ରଥମ ବଲ୍‌ରେ ମହସିନ ଖାଁଙ୍କ ଶିକାର ହୋଇଥିଲେ। କଥା ସେତିକିରେ ସରି ନ ଥିଲା। ନିୟମିତ ବ୍ୟବଧାନରେ ଉଇକେଟ ପତନ ଯୋଗୁ କୌଣସି ଉଇକେଟରେ ବଡ଼ ଭାଗୀଦାରି ହୋଇପାରି ନ ଥିଲା। ଅଧିନାୟକ ଋତୁରାଜ ଗାଏକ୍ୱାର୍ଡ ମାତ୍ର ୧୭ ରନର ଯୋଗଦାନ ଦେଇଥିବାବେଳେ ଅଜିଙ୍କ୍ୟ ରାହାନେ ଭଲ ଆରମ୍ଭ କରିଥିଲେ ହେଁ ୨୪ ବଲ୍‌ରୁ ୩୬ ରନକରି ପ୍ୟାଭିଲିୟନ ଫେରିଥିଲେ। ମିଡିଲ ଅର୍ଡରରେ ଶିବମ ଦୁବେ ମାତ୍ର ୩ ରନରେ ଆଉଟ ହେବାରୁ ଚେନ୍ନାଇ ଦଳ ରାହାନେଙ୍କ ସ୍ଥାନରେ ସମିର ରିଜ୍‌ଭିଙ୍କୁ ଇମ୍ପାକ୍ଟ ଖେଳାଳିଭାବେ ପଡ଼ିଆକୁ ଓହ୍ଲାଇଥିଲା। ମାତ୍ର ସେ ମଧ୍ୟ ନିରାଶ କରି ମାତ୍ର ୧ ରନ କରିବାକୁ ସକ୍ଷମ ହୋଇଥିଲେ। ୯୦ ରନରେ ଦଳର ୫ମ ଉଇକେଟ ପଡ଼ିଥିଲା। ରବୀନ୍ଦ୍ର ଜାଡେଜା ଓ ମୋଇନ ଅଲୀ ୬ଷ୍ଠ ଉଇକେଟରେ ୩୩ ବଲ୍‌ରୁ ୫୧ ରନ ଯୋଗ କରିବାରୁ ଦଳର ସମ୍ମାନ ରହିଥିଲା। ରବି ବିଷ୍ଣୋଇଙ୍କୁ କ୍ରମାଗତ ୩ ଛକା ମାରିବାପରେ ମୋଇନ୍‌ ୨୦ ବଲ୍‌ରୁ ୩୦ ରନକରି ଆଉଟ ହେବାରୁ ଯୋଡ଼ି ଭାଙ୍ଗିଥିଲା। ଏହାପରେ ଆସିଥିଲା ଧୋନୀ ସ୍ପେଶାଲ। ମାତ୍ର ୯ଟି ବଲ୍‌ର ସମ୍ମୁଖୀନ ହୋଇଥିବା ଧୋନୀ ୩ ଚୌକା ଓ ୨ ଛକା ସହାୟତାରେ ୨୮ ରନ କରିବାରୁ ଚେନ୍ନାଇ ସ୍କୋର ୧୭୬ରେ ପହଞ୍ଚତ୍ ଯାଇଥିଲା। ଜାଡେଜା ୪୦ ବଲ୍‌ରୁ ୫୭ (୫ ଚୌକା, ୧ ଛକା) ରନରେ ଅପରାଜିତ ରହିଥିଲେ। ଦୁହେଁ ଅସମାପ୍ତ ୭ମ ଉଇକେଟରେ ୧୩ ବଲ୍‌ରୁ ୩୫ ରନ ଯୋଡ଼ିଥିଲେ। ଲକ୍ଷ୍ନୌ ପକ୍ଷରୁ କୃନାଲ ପାଣ୍ଡ୍ୟା ୨ଟି ଏବଂ ମହସିନ ଖାଁ, ୟଶ ଠାକୁର, ରବି ବିଷ୍ଣୋଇ ଓ ମାର୍କୁସ ଷ୍ଟୋଇନିସ ଗୋଟିଏ ଲେଖାଏ ଉଇକେଟ ନେଇଥିଲେ।
ସଂକ୍ଷିପ୍ତ ସ୍କୋର
ଚେନ୍ନାଇ ସୁପର କିଙ୍ଗ୍ସ ୨୦ ଓଭରରେ ୧୭୬/୬ (ରବୀନ୍ଦ୍ର ଜାଡେଜା-୫୭*, ଅଜିଙ୍କ୍ୟ ରାହାନେ-୩୬, ମୋଇନ ଅଲୀ-୩୦, ମହେନ୍ଦ୍ର ସିଂ ଧୋନୀ-୨୮*, କୃନାଲ ପାଣ୍ଡ୍ୟା-୨/୧୬, ମହସିନ ଖାଁ-୧/୩୭, ୟଶ୍‌ ଠାକୁର-୧/୪୫, ରବି ବିଷ୍ଣୋଇ-୧/୪୪, ମାର୍କୁସ ଷ୍ଟୋଇନିସ-୧/୭)।


Enter your email to get our daily news in your inbox.

All Right Reserved By Dharitri.Com

ବିବାହକୁ ନେଇ ଶେଷରେ ମୁହଁ ଖୋଲିଲେ ସ୍ମୃତି ମନ୍ଧାନା, କହିଲେ ପଲାଶଙ୍କ ସହ…

ନୂଆଦିଲ୍‌ଲୀ,୭।୧୨: ଭାରତୀୟ ମହିଳା କ୍ରିକେଟ ଦଳର ଉପ-ଅଧିନାୟିକା ସ୍ମୃତି ମନ୍ଧାନା ସୋସିଆଲ ମିଡିଆରେ ଏକ ଭାବପ୍ରବଣ ପୋଷ୍ଟ ସେୟାର କରି ତାଙ୍କ ବିବାହକୁ ନେଇ ଚାଲିଥିବା...

ବିଲରୁ ଫେରୁଥିବା ବେଳେ ଗୋଡ଼ାଇ ଗୋଡ଼ାଇ କାମୁଡିଲା ବିଲୁଆ

ଦିଗପହଣ୍ଡି,୭।୧୨(ଅଶେଷ ନାଥ ମିଶ୍ର): ଦିଗପହଣ୍ଡିରେ ମାତିଛି ବିଲୁଆ। ଗଞ୍ଜାମ ଜିଲା ଦିଗପହଣ୍ଡି ନିକଟ ରୋହି ଗାଁର ସୁକୁନୁ ଜେନା(୫୮), ସୋଲି ସ୍ବାଇଁ(୬୦),ତପସ୍ବିନୀ ଜେନା(୨୫),ଶର୍ମିଲା ଜେନା(୩୫),ଗୁରୁଦେବ ରଣା(୩୮)ବିଲୁଆ...

ହ୍ୟୁମାନ ସାଗରଙ୍କ ଘରେ ପହଞ୍ଚିଲେ ଓଲିଉଡ୍‌ ସୁପରଷ୍ଟାର ଅନୁଭବ, ମା’ଙ୍କୁ ଭେଟି କହିଲେ…

ବଲାଙ୍ଗୀର,୭ା୧୨(ସୁନିଲ କୁମାର ମହାନ୍ତି): ହ୍ୟୁମାନ ସାଗରଙ୍କ ଘରେ ରବିବାର ପହଞ୍ଚିଛନ୍ତି ଓଲିଉଡ୍‌ ସୁପରଷ୍ଟାର ଅନୁଭବ ମହାନ୍ତି। ବଲାଙ୍ଗୀର ଜିଲା ଟିଟିଲାଗଡ଼ସ୍ଥିତ ହ୍ୟୁମାନ ସାଗରଙ୍କ ଘରେ ତାଙ୍କ...

୨୫ରୁ କୂର୍ମୀ କ୍ଷତ୍ରୀୟ ପ୍ରଦେଶ ସଂସ୍ଥାର ମହାସଭା: ଘୁମୁସର ବୀର ଚକରାଙ୍କ ଇତିହାସ ଜାଣିବେ

ଭଞ୍ଜନଗର,୭।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ତିଳିସିଙ୍ଗିଠାରେ ଆସନ୍ତା ୨୫ ରୁ ୨୮ ତାରିଖ ପର୍ଯ୍ୟନ୍ତ ନିଖିଳ ଉତ୍କଳ କୁର୍ମି କ୍ଷତ୍ରିୟ ସଂସ୍ଥାର ଦ୍ୱାଦଶତମ...

ଶୀତରେ ଥରୁଛି ଜି. ଉଦୟଗିରି: ଲୋକଙ୍କ ପାଇଁ ନିଆଁ ହିଁ ସାହା ଭରସା

ଜି.ଉଦୟଗିରି,୭।୧୨(ଶିଶିର ପଟ୍ଟନାୟକ/ଚିନ୍ମୟ କୁମାର ସେଠୀ): କନ୍ଧମାଳ ଜିଲାର ସବୁଜ ସୁନ୍ଦର ଚତୁଃପାର୍ଶ୍ୱରେ ପାହାଡ଼ ପର୍ବତ ଘେରି ରହିଥିବା ଜି.ଉଦୟଗିରି ଅଞ୍ଚଳ ରାଜ୍ୟର ସବୁଠାରୁ କମ ତାପମାତ୍ରା...

ଭୁବନେଶ୍ୱରରେ ପହଞ୍ଚିଲେ ଯଶପ୍ରୀତ୍‌ ବୁମ୍‌ରା

ଭୁବନେଶ୍ୱର,୭ା୧୨: ଭୁବନେଶ୍ୱରରେ ଆସି ପହଞ୍ଚିଛନ୍ତି ଭାରତୀୟ କ୍ରିକେଟ୍‌ ଟିମ୍‌ର ଷ୍ଟାର ବୋଲର୍‌ ଯଶପ୍ରୀତ ବୁମ୍‌ରା। ଆସନ୍ତା ୯ ତାରିଖରେ ବାରବାଟୀରେ T-20 ଖେଳିବାକୁ ଆଗୁଆ ଆସି...

ରବିବାର ବି ଇଣ୍ଡିଗୋର ୨୨୦ରୁ ଅଧିକ ବିମାନ ରଦ୍ଦ, ସରକାରଙ୍କ ନିର୍ଦ୍ଦେଶ ରାତି ୮ଟା ସୁଦ୍ଧା ଫେରାନ୍ତୁ ଟଙ୍କା

ନୂଆଦିଲ୍ଲୀ,୭।୧୨: ଇଣ୍ଡିଗୋ ଏୟାରଲାଇନ୍ସର କାର୍ଯ୍ୟକ୍ଷମ ସଙ୍କଟ ସମାଧାନ ଏବଂ ସ୍ବାଭାବିକତା ଫେରାଇ ଆଣିବା ପାଇଁ ପ୍ରୟାସ ଜାରି ରହିଛି। ତଥାପି, ଏହି ସଙ୍କଟ ଲଗାତାର ଷଷ୍ଠ...

ଇଣ୍ଡିଗୋ ସଙ୍କଟକୁ ନେଇ କଡ଼ା ହେଲେ ସରକାର, CEOଙ୍କୁ ଶୋ କଜ୍‌ ନୋଟିସ ପଠାଇଲା DGCA, ଗଠନ ହେଲା କମିଟି

ନୂଆଦିଲ୍ଲୀ,୭।୧୨: ଇଣ୍ଡିଗୋ ବିମାନ ଚଳାଚଳରେ ବ୍ୟାପକ ବିଳମ୍ବ ଏବଂ ବାତିଲ ହେବା ପରେ, କମ୍ପାନୀ ଏକ ସଙ୍କଟ ପରିଚାଳନା ଦଳ ଗଠନ କରିଛି। କମ୍ପାନୀର ମୂଳ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri