ସଡ଼କ ଦୁର୍ଘଟଣାରେ ଚାଲିଗଲା ଅବସରପ୍ରାପ୍ତ ଶିକ୍ଷକଙ୍କ ଜୀବନ

ବାରିପଦା ଅଫିସ,୪।୪: ୧୮ନଂ ଜାତୀୟ ରାଜପଥର କଚିମବିଲା ନିକଟ ସଡ଼କ ଦୁର୍ଘଟଣାରେ ମଙ୍ଗଳବାର ଜଣେ ଅବସରପ୍ରାପ୍ତ ହାଇସ୍କୁଲ ପ୍ରଧାନଶିକ୍ଷକଙ୍କର ମୃତ୍ୟୁ ଘଟିଛି। ସେ ହେଲେ କେଶବ ଚନ୍ଦ୍ର ସାହୁ(୬୩)। ଖବରପାଇ ବେତନଟୀ ପୋଲିସ ଘଟଣାସ୍ଥଳରେ ପହଞ୍ଚି ଦୁର୍ଘଟଣା ଗ୍ରସ୍ତ ଗାଡି ଜବତ କରି ତଦନ୍ତ କରିବା ସହ ମାମଲା ରୁଜୁ କରି ମୃତଦେହ ବ୍ୟବଚ୍ଛେଦ ପାଇଁ ପଠାଇଥିବା ଜଣାପଡିଛି।

ସୂଚନାଯୋଗ୍ୟ, କେଶବ ଚନ୍ଦ୍ର ତାଙ୍କର ପୁରାତନ ସ୍କୁଲ ସୁରେଇଡିହି ସ୍ଥିତ ଶ୍ରୀରାମଜୀ ସରକାରୀ ଉଚ୍ଚ ବିଦ୍ୟାଳୟରେ ପିଲାମାନଙ୍କୁ ପଢାଇ ନିଜ ସ୍କୁଟିରେ ଫେରୁଥିଲେ। ଏହି ସମୟରେ ବାରିପଦା ପଟୁ ବାଲେଶ୍ବର ଅଭିମୁଖେ ଦ୍ରୁତ ବେଗରେ ଯାଉଥିବା ଏକ ଟୟୋଟା କାର ସହିତ ମୁହାଁମୁହିଁ ଧକ୍କା ହୋଇଥିଲେ। ଗୁରୁତର ଅବସ୍ଥାରେ ତାଙ୍କୁ ବାରିପଦା ପିଆରଏମ ମେଡ଼ିକାଲ କଲେଜ ଓ ହସ୍ପିଟାଲକୁ ଅଣାଯାଇଥିଲେ ହେଁ ଡାକ୍ତର ମୃତ ଘୋଷଣା କରିଥିଲେ। ମୃତ ଶିକ୍ଷକ ଜଣେ ରାଜ୍ୟ ପୁରସ୍କାର ପ୍ରାପ୍ତ ଶିକ୍ଷକ । ସେ ପୂର୍ବରୁ ମୟୂରଭଞ୍ଜ ଜିଲା ଶିକ୍ଷା ବିଜ୍ଞାନ ପରିଦର୍ଶକ ଭାବେ ମଧ୍ୟ କାର୍ଯ୍ୟ କରିଥିଲେ। ଭୀମଦା, ଗୁଡିଆଲବନ୍ଧ ଓ ସୁରେଇଡିହି ହାଇସ୍କୁଲରେ ସେ ପ୍ରଧାନଶିକ୍ଷକ ଥିବା ବେଳେ ୨୦୧୯ର ଚାକିରିରୁ ଅବସର ନେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଘରେ ପେଟ୍ରୋଲ ରଖୁଛନ୍ତି କି? ହୋଇପାରେ ଜେଲ, ଜାଣନ୍ତୁ କଡ଼ା ନିୟମ…

ନୂଆଦିଲ୍‌ଲୀ,୨୯।୩: ପଶ୍ଚିମ ଏସିଆରେ ବଢ଼ୁଥିବା ଉତ୍ତେଜନା ମଧ୍ୟରେ, ଦେଶର କିଛି ସ୍ଥାନରେ ପେଟ୍ରୋଲ ଉପଲବ୍ଧତାକୁ ନେଇ ଚିନ୍ତାର ବାତାବରଣ ପରିଲକ୍ଷିତ ହେଉଛି। ଅନେକ ସ୍ଥାନରେ, ଲୋକମାନେ ଲମ୍ୱା…

ମିଳୁନି ଗ୍ୟାସ: ଚୁଲି ମୁହାଁ ଲୋକେ 

ଭଞ୍ଜନଗର,୨୯।୩(ବାବୁଲା ପ୍ରଧାନ): ଇରାନ, ଇସ୍ରାଏଲ ଏବଂ ଆମେରିକା ମଧ୍ୟରେ ଚାଲିଥିବା ଯୁଦ୍ଧର ପ୍ରଭାବ ରୋଷେଇ ଘର ଉପରେ ମଧ୍ୟ ପଡିଛି। ଗଞ୍ଜାମ  ଜିଲା ଭଞ୍ଜନଗର ଅଞ୍ଚଳରେ ରନ୍ଧନ…

ଇରାନକୁ ଧ୍ୱଂସ କରିବାକୁ ଆମେରିକାର ‘ମାଷ୍ଟର ପ୍ଲାନ’, ସପ୍ତାହେ ହେବ ଚାଲିଛି ଯୋଜନା, ଜାଣନ୍ତୁ କ’ଣ କରିବେ ଟ୍ରମ୍ପ

ଓ୍ବାଶିଂଟନ,୨୯।୩: ଇରାନ ସହିତ ଉତ୍ତେଜନା ବୃଦ୍ଧି ପାଉଥିବାବେଳେ, ଆମେରିକା ଏବେ ସ୍ଥଳ ସାମରିକ ଅଭିଯାନ ପାଇଁ ପ୍ରସ୍ତୁତ ହେଉଛି। ଦି ୱାଶିଂଟନ ପୋଷ୍ଟର ଏକ ରିପୋର୍ଟ ଅନୁଯାୟୀ,…

ମାଛ ପାଇଁ ଖୋଳିଥିବା ଗାତରେ ପଡ଼ିଲେ ନିଜେ, ମାଛ ମାରିବା ପୂର୍ବରୁ  ନିଜେ ହେଲେ ଗୁରୁତର 

ଦାରିଙ୍ଗବାଡି,୨୯।୩ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ସିମନବାଡି ଅଞ୍ଚଳରେ ଜଣେ ଯୁବକ ମାଛ ମାରିବାକୁ ବିସ୍ପୋରକ ବ୍ୟବହାର କରୁଥିବା ବେଳେ ମାଛ ମାରିବା ପୁର୍ବରୁ…

ଓକିଲ ସଙ୍ଘର ନିର୍ବାଚନ ସଭାପତି ଉମେଶ, ସମ୍ପାଦକ ରାମଚନ୍ଦ୍ର

ଦାରିଙ୍ଗବାଡ଼ି,୨୯।୩ (ଅରୁଣ ସାହୁ): ଦାରିଙ୍ଗବାଡ଼ି ଓକିଲ ସଙ୍ଘର ନିର୍ବାଚନ ଶନିବାର ବିଧିବଧ ଭାବେ ଅନୁଷ୍ଠିତ ହୋଇଛି। ଚଳିତ ଥର ନିର୍ବାଚନ ଫଳାଫଳ ଅତି ରୋମାଞ୍ଚକର ରହିଥିଲା। କେବଳ…

୧୦୦ ତମ ଭଞ୍ଜ ସଙ୍ଗୀତ ଆସର: ପ୍ରଚାର, ପ୍ରସାର ଲକ୍ଷ୍ୟ ନେଇ…

ଭଞ୍ଜନଗର, ୨୯।୩(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଆନନ୍ଦ ସଙ୍ଗୀତାୟନ ପକ୍ଷରୁ ଭଞ୍ଜ ସଙ୍ଗୀତର ପ୍ରଚାର ପ୍ରସାର ଲକ୍ଷ୍ୟ ନେଇ ଆଜକୁ କିଛି ବର୍ଷ ହେବ ମାସକୁ…

ହର୍ମୁଜକୁ ନେଇ ଇରାନ ସହ ପାକିସ୍ତାନ କଲା ବଡ଼ ଡିଲ୍‌, ତାଟକା ହେଲା ସାରା ବିଶ୍ୱ!

ଇସଲାମାବାଦ,୨୯।୩: ଆମେରିକା ଏବଂ ଇସ୍ରାଏଲ ବିରୋଧରେ ଇରାନର ସଂଘର୍ଷ ବନ୍ଦ କରିବା ପାଇଁ ଚାଲିଥିବା ପ୍ରୟାସ ମଧ୍ୟରେ, ପାକିସ୍ତାନ ଏକ ବଡ଼ କୂଟନୈତିକ ସଫଳତା ହାସଲ କରିଛି।…

କିଏ ଜାଣିଥିଲା ଆଜି ହେବ ଶେଷ ଫେରି: ବାଇକ୍‌ ଉପରେ ମାଡିଗଲା ବାଲି ବୋଝେଇ ହାଇୱା

ଧର୍ମଗଡ଼,୨୯।୩(ଘାସିରାମ ଜଗତ): କଳାହାଣ୍ଡି ଧର୍ମଗଡ-ବୋଡ଼େନ ରାସ୍ତା ବିଅରବାର ନିକଟରେ ରବିବାର ସକାଳୁ  ଦୁର୍ଘଟଣା ଘଟିଛି।  ବାଲି ବୋଝେଇ ହାଇୱା ଧକ୍କାରେ ଜଣେ ଫେରିବାଲାଙ୍କ ମୃତ୍ୟୁ ଘଟିଛି। ମୃତୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri