ସରକାରୀ ଜାଗାବାଡ଼ିକୁ କେନ୍ଦ୍ର କରି ଅବସରପ୍ରାପ୍ତ ଶିକ୍ଷକଙ୍କୁ ହତ୍ୟା

ଖୋର୍ଦ୍ଧା ଅଫିସ,୧୧ା୧୧: ଖୋର୍ଦ୍ଧା ସଦର ଥାନା ବ୍ରଜମୋହନପୁର ପଞ୍ଚାୟତ ଶରଧାପୁର ଗ୍ରାମରେ ଅବସରପ୍ରାପ୍ତ ଶିକ୍ଷକଙ୍କୁ ହତ୍ୟା ଅଭିଯୋଗ ହୋଇଛି। ରାଜନୈତିକ ଶତ୍ରୁତା ଓ ସରକାରୀ ଜାଗାବାଡ଼ିକୁ କେନ୍ଦ୍ର କରି ହତ୍ୟା କରାଯାଇଛି। ମୃତକ ହେଲେ ଅବସରପ୍ରାପ୍ତ ଶିକ୍ଷକ ରବିନ୍ଦ୍ର ବଳିଆରସିଂହ। ସଂଘବଦ୍ଧ ଆକ୍ରମଣରେ ପୁଅ ରଶ୍ମୀରଞ୍ଜନ ମଧ୍ୟ ଆହତ ହୋଇଛନ୍ତି।
ଶୁକ୍ରବାର ସକାଳେ ରବିନ୍ଦ୍ର ସବୁ ଦିନ ପରି ଦାଣ୍ଡ ପିଣ୍ଡାରେ ବସି ଖବରକାଗଜ ପଢୁଥିଲେ। ଏହି ସମୟରେ ଗ୍ରାମର ୬ରୁ ୭ଜଣ ଯୁବକ ପହଞ୍ଚି ଦାଣ୍ଡ ଦୁଆରେ ରଶ୍ମୀରଞ୍ଜନ ନାଁ ଧରି ଗାଳିଗୁଲଜ କରିଥିଲେ। ରଶ୍ମୀ ବାହାରକୁ ଆସିବା ପରେ ତାଙ୍କୁ ସଂଘବଦ୍ଧ ଭାବେ ଆକ୍ରମଣ କରିଥିଲେ। ପୁଅକୁ ବଞ୍ଚାଇବାକୁ ଯାଇ ରବିନ୍ଦ୍ର ମଧ୍ୟ ଆକ୍ରମଣର ଶିକାର ହୋଇଥିଲେ। ମାରଣାସ୍ତ୍ର ମାଡ଼ରେ ଛାତିରେ ଗଭୀର ଆଘାତ ଲାଗିବାରୁ ରବିନ୍ଦ୍ର ତଳେ ପଡ଼ି ଗୁରୁତର ହୋଇଥିଲେ। ପରିବାର ଲୋକେ ଉଦ୍ଧାର କରି ମେଡିକାଲ ଆଣିଥିଲେ। ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ। ଏଥିରେ ସଂପୃକ୍ତ ସମସ୍ତଙ୍କୁ ଗିରଫ କରିବାକୁ ପରିବାର ଲୋକେ ଦାବି କରିଛନ୍ତି। ସେପଟେ ଆକ୍ରମଣର ଶିକାର ହୋଇଥିବା ପରିବାର ବିରୋଧରେ ଆକ୍ରମଣକାରୀ ଆଗୁଆ ସଦର ଥାନାରେ ଅଭିଯୋଗ କରିଥିବା କହିଛନ୍ତି ପରିବାର ସଦସ୍ୟ ଓ ସମ୍ପର୍କୀୟ। ରଶ୍ମୀଙ୍କ ଅଭିଯୋଗ କ୍ରମେ ପୋଲିସ ମୃତଦେହ ବ୍ୟବଚ୍ଛେଦ ପାଇଁ ପଠାଇ ଘଟଣାର ତଦନ୍ତ ଜାରି ରଖିଛି।


Enter your email to get our daily news in your inbox.

All Right Reserved By Dharitri.Com

ଏଇ ଭାରତରେ

ନିଜେ ସମସ୍ୟାରେ ଥିଲେ ବି ଅନ୍ୟଙ୍କ ମୁହଁରେ ଖୁସି ଦେଖି ସନ୍ତୋଷ ଲାଭ କରନ୍ତି ଗୁଜରାଟ କଚ୍ଛର ଆମ୍ମା(ଶ୍ରଦ୍ଧା ନାମ)। ସେ ପ୍ରଚଣ୍ଡ ଗ୍ରୀଷ୍ଣ ପ୍ରବାହରେ ପଥଚାରୀଙ୍କୁ…

କେରଳର ନୂଆ କାଣ୍ଡାରି

ଦଶନ୍ଧିବ୍ୟାପୀ ବାମପନ୍ଥୀ ଶାସନର ଅବସାନ ଘଟାଇ ଯିଏ କଂଗ୍ରେସ ପାଇଁ ଈଶ୍ୱରଙ୍କ ନିଜ ଦେଶ କୁହାଯାଉଥିବା କେରଳରେ ମଞ୍ଚ ତିଆରି କରାଇବାରେ ପ୍ରମୁଖ ଭୂମିକା ନିର୍ବାହ କଲେ,…

ନାଗରିକ ଚେତନା

ଅଷ୍ଟ୍ରେଲିଆର ପୂର୍ବତନ ଅନ୍ତର୍ଜାତୀୟ କ୍ରିକେଟର ମାଥ୍ୟୁ ହେଡେନଙ୍କୁ ସମ୍ପ୍ରତି ଖେଳ ପଡ଼ିଆରେ ଅଳିଆ ଉଠାଇ ସଫା କରୁଥିବାର ଦୃଶ୍ୟ ସାମାଜିକ ଗଣମାଧ୍ୟମରେ ଦେଖିବାକୁ ମିଳିଥିଲା। ପ୍ରଥମ ଦୃଷ୍ଟିରେ…

ଚନ୍ଦ୍ରପୃଷ୍ଠକୁ ଯାତ୍ରା ପାଇଁ ନୂଆ ଶସ୍ତା ମାର୍ଗ

ନୂଆଦିଲ୍ଲୀ,୨୪।୫: ମହାକାଶ ଗବେଷଣା କ୍ଷେତ୍ରରେ ବୈଜ୍ଞାନିକମାନଙ୍କୁ ଏକ ବଡ଼ ସଫଳତା ମିଳିଛି। ପୃଥିବୀରୁ ଚନ୍ଦ୍ରପୃଷ୍ଠକୁ ଯାତ୍ରା କରିବା ପାଇଁ ଏକ ନୂତନ ଏବଂ କମ୍‌ ଇନ୍ଧନ ଖର୍ଚ୍ଚ…

ଗରମ ସାଙ୍ଗକୁ ଦାଉ ସାଧୁଛି ଅଘୋଷିତ ବିଦ୍ୟୁତ୍‌ କାଟ

ଭୁବନେଶ୍ୱର, ୨୫।।୫ (ବନ୍ଦନା ସେଠୀ): ପ୍ରବଳ ଖରାରେ ସିଝୁଛି ପୂରା ଓଡ଼ିଶା। ଅଧିକାଂଶ ସହରର ତାପମାତ୍ରା ୪୦ ଡିଗ୍ରୀ ଉପରେ ରହୁଥିବାବେଳେ ତାତି ସାଙ୍ଗକୁ ଗୁଳୁଗୁଳି ଅସ୍ତବ୍ୟସ୍ତ…

ଟ୍ୱିଶା ଶର୍ମା ମୃତ୍ୟୁ ମାମଲାରେ ସୁପ୍ରିମକୋର୍ଟଙ୍କ ହସ୍ତକ୍ଷେପ,୨୫ରେ …

ନୂଆଦିଲ୍ଲୀ,୨୩ା୫: ଗଣମାଧ୍ୟମ ରିପୋର୍ଟକୁ ଆଧାର କରି ସୁପ୍ରିମକୋର୍ଟ ଅଭିନେତ୍ରୀ ତଥା ମଡେଲ ଟ୍ବିଶା ଶର୍ମା ମୃତ୍ୟୁ ମାମଲାକୁ ନିଜଆଡ଼ୁ ବିଚାର ପାଇଁ ଗ୍ରହଣ କରିଛନ୍ତି। ପ୍ରଧାନ ବିଚାରପତି…

ଦ୍ରୁତଗତିରେ ଆସି ଗ୍ୟାରେଜ୍‌ରେ ପଶିଗଲା ଥାର୍‌, ଆଉ ତା’ପରେ..

ଭୁବନେଶ୍ୱର,୨୩ା୫: ରାଜଧାନୀ ଭୁବନେଶ୍ୱରରେ ପୁଣି ଥାର୍‌ ଆତଙ୍କ। ଦ୍ରୁତଗତିରେ ଏକ ଥାର୍‌ ଆସି ନୟାପଲ୍ଲୀ ଥାନା ଅଞ୍ଚଳରେ ଥିବା ଏକ ଗ୍ୟାରେଜ ଭିତରକୁ ପଶିଯାଇଥିଲା। ଫଳରେ ଗ୍ୟାରେଜ…

ମେ ୩୧ରେ BEd ପ୍ରବେଶିକା ପରୀକ୍ଷା

ଭୁବନେଶ୍ୱର,୨୩ା୫: ଆସନ୍ତା ୩୧ ତାରିଖରେ ଦୁଇବର୍ଷିଆ ବି.ଏଡ୍‌(BEd)ପାଠ୍ୟକ୍ରମର ପ୍ରବେଶିକା ପରୀକ୍ଷା ଅନୁଷ୍ଠିତ ହେବ। ସକାଳ ୧୦ଟାରୁ ୧୨ଟା ପର୍ଯ୍ୟନ୍ତ ପରୀକ୍ଷା ଚାଲିବ। ସେହିପରି ବି.ଏଚ୍‌.ଏଡ଼ (ହିନ୍ଦୀ) ଓ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri