‘ଯୋଜନା ଲୋକଙ୍କ ଆର୍ଥିକ ମାନଦଣ୍ଡରେ ଉନ୍ନତି ଆଣିଛି’

ଭଞ୍ଜନଗର,୨୪ା୯(ବାବୁଲା ପ୍ରଧାନ)- ଗଞ୍ଜାମ ଜିଲା ଭଞ୍ଜନଗର ଘୁମୁସର ଉତ୍ତର ବନଖଣ୍ଡରେ ୮ ବର୍ଷ ହେବ ଚାଲିଥିବା ଜାଇକା ପ୍ରକଳ୍ପର ବୁଧବାର ୨୦୨୪-୨୦୨୫ ଆର୍ଥିକ ବର୍ଷ ଉପରେ ଭଞ୍ଜନଗର ଟାଉନ ହଲ ପରିସରରେ ଏକ ସମୀକ୍ଷା ବୈଠକ ହୋଇଥିଲା। ସମୀକ୍ଷା ବେଳେ ଉପସ୍ଥିତ ଅଧିକାରୀମାନେ ଯୋଜନାର ସୁଫଳ ସମ୍ପର୍କରେ ଆଲୋଚନା କରିଥିଲେ। ଏଥିସହ ବିଭିନ୍ନ ବିଭାଗ ସହ ସମନ୍ବୟ ରକ୍ଷା କରି ଲୋକଙ୍କ ଉନ୍ନତି ପାଇଁ ପଦକ୍ଷେପ ନେବାକୁ ସମୀକ୍ଷା ବେଳେ ଗୁରୁତ୍ୱାରୋପ କରାଯାଇଥିଲା। ଆଉ ୨ ବର୍ଷ ପରେ ଏହି ପ୍ରକଳ୍ପ ସରିବ। ଜାପାନ ସରକାରଙ୍କ ଋଣ ସହାୟତାରେ ଉକ୍ତ ପ୍ରକଳ୍ପ ରାଜ୍ୟର ଅନେକ ବନଖଣ୍ଡରେ କାର୍ଯ୍ୟକାରୀ ହେଉଛି। ପ୍ରକଳ୍ପର ନିର୍ଦ୍ଧାରିତ ଚୁକ୍ତି ଅବଧି ସରିବା ପୂର୍ବରୁ ସରକାର ପୁଣି ଥରେ ପ୍ରକଳ୍ପକୁ ଆଗକୁ ନେବାକୁ ଯୋଜନା କରୁଛନ୍ତି। ନୂତନ ବନୀକରଣ ସୃଷ୍ଟି କରିବା ଏବଂ ଜଙ୍ଗଲ ଉପରେ ନିର୍ଭରଶୀଳ ଲୋକଙ୍କ ଆର୍ଥିକ ମାନଦଣ୍ଡରେ ଉନ୍ନତି ଆଣିବା ମୂଳ ଲକ୍ଷ୍ୟ ଥିବା ଏହି ପ୍ରକଳ୍ପ ଘୁମୁସର ଉତ୍ତର ବନଖଣ୍ଡରେ କାର୍ଯ୍ୟକାରୀ ହେବା ପରେ ବନଖଣ୍ଡର ଅନେକ ଲୋକଙ୍କ ଆର୍ଥିକ ମାନଦଣ୍ଡରେ ଉନ୍ନତି ଆସିପାରିଛି ବୋଲି ଆଲୋଚନା ବେଳେ ମତ ପ୍ରକାଶ ପାଇଛି।

ଏଥିରେ ଡିଏଫଓ ହିମାଂଶୁ ଶେଖର ମହାନ୍ତି ଅଧ୍ୟକ୍ଷତା କରିଥିଲେ। ଦକ୍ଷିଣ ଘୁମୁସର ବନଖଣ୍ଡ ଅଧିକାରୀ ବିପାସା ପାରୁଲ, ଫୁଲବାଣୀ ଡିଏଫଓ ପ୍ରତାପ କାଟପାଲି, ଜିବିକା ମିଶନ ପ୍ରକଳ୍ପ ପରିଚାଳକ, ସିଡିଭିଓ ଡା. ଅଞ୍ଜନା ଦାସ, ୱାଟରସେଡ ପ୍ରକଳ୍ପ ନିର୍ଦ୍ଦେଶକ ପ୍ରଦୀପ ପଟ୍ଟନାୟକ, ଏଡିଏଓ ବ୍ୟୋମକେଶ ମିଶ୍ର, ଜିଲା ମତ୍ସ୍ୟ ଅଧିକାରୀ ଭାରତ ଭୂଷଣ ସାହୁ, ଏନଏସି ଅଧ୍ୟକ୍ଷ ଗୋପବନ୍ଧୁ ମହାପାତ୍ର, ଡେପୁଟି କଲେକ୍ଟର ସୁମନ ଘୋଷ, ଭଞ୍ଜନଗର କୃଷି ବିଜ୍ଞାନ କେନ୍ଦ୍ରର ବରିଷ୍ଠ ବୈଜ୍ଞାନିକ ଡ. ସୁତନୁ ଶତପଥୀ, ଦମକଳ କେନ୍ଦ୍ର ଅଧିକାରୀ ଚକ୍ରଧର କହଁର, ଏସ୍‌ଆଇ ସମୀର ସେଠୀ, ଏବିଡିଓ ପୂର୍ଣ୍ଣଚନ୍ଦ୍ର ପାଢ଼ୀ, ଉଦ୍ୟାନ କୃଷି ସହକାରୀ ନିର୍ଦ୍ଦେଶକ ଇତିଶ୍ରୀ ପ୍ରିୟଦର୍ଶନୀ ଉପସ୍ଥିତ ରହି ଆଲୋଚନା କରିଥିଲେ। ଏହି ଅବସରରେ ଅତିଥିମାନେ ଏକ ସ୍ମରଣିକା ଉନ୍ମୋଚନ କରିଥିଲେ। ଏହି ଅବସରରେ ଶ୍ରେଷ୍ଠ କର୍ମଚାରୀ, ଭିଏସଏସଙ୍କୁ ପୁରସ୍କୃତ କରାଯାଇଥିଲା। ଏସିଏଫ ବିବେକ ଦାସ ଧନ୍ୟବାଦ ଦେଇଥିଲେ। ମୁଜାଗଡ ରେଞ୍ଜର ବିମ୍ବାଧର ସାହୁ,କେନ୍ଦ୍ରୀୟ ରେଞ୍ଜର ପୃଥିବୀରାଜ ପ୍ରଧାନ କାର୍ଯ୍ୟକ୍ରମ ପରିଚାଳନାରେ ସହଯୋଗ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କେନ୍ଦ୍ରାପଡ଼ା: ୨୧ ବର୍ଷ ପରେ କାର୍ଯ୍ୟାନୁଷ୍ଠାନ; ୩ ବାଂଲାଦେଶୀଙ୍କୁ ଦେଶାନ୍ତର କଲା ଜିଲା ପ୍ରଶାସନ

କେନ୍ଦ୍ରାପଡ଼ା, ୩୦ା୧ (ଜଗନ୍ନାଥ ଧଳ): ଦୀର୍ଘ ୨୧ ବର୍ଷ ପରେ କେନ୍ଦ୍ରାପଡ଼ା ଜିଲାରେ ଅନୁପ୍ରବେଶକାରୀଙ୍କ ଉପରେ କଠୋର କାର୍ଯ୍ୟାନୁଷ୍ଠାନ ନିଆଯାଇଛି। ୩ ଜଣ ବାଂଲାଦେଶୀ ଅନୁପ୍ରବେଶକାରୀଙ୍କୁ ଜିଲା…

ଅଭିଯୋଗ ଆଣିଲେ ଏମ୍‌ପି:ଦେଶର ଅର୍ଥନୈତିକ ଅଭିବୃଦ୍ଧି ଚିନ୍ତାଜନକ; ଗ୍ରାମୀଣ ବିକାଶକୁ ଅଣଦେଖା, ବଡ଼ ବଡ଼ …

ରାୟଗଡ଼ା,୩୦।୧(ଆଶିଷ ରଞ୍ଜନ ପଣ୍ଡା): ଆର୍ଥିକ ସର୍ବେକ୍ଷଣ ୨୦୨୫-୨୬ ଅନୁସାରେ ଭାରତର ଅର୍ଥନୈତିକ ଅଭିବୃଦ୍ଧି ପ୍ରାୟ ୭% ରହିବାର ପୂର୍ବାନୁମାନ କରାଯାଇଛି। ଯାହା ବିଶ୍ୱସ୍ତରୀୟ ଅନିଶ୍ଚିତତା ସତ୍ୱେ ଦେଶର ସାମଗ୍ରିକ…

ସରକାରଙ୍କ ବଡ଼ ଘୋଷଣା : ଝାରବନ୍ଧ ଓଡ଼ିଶାର ପ୍ରଥମ ଦୁଗ୍ଧ ଗ୍ରାମ; ସମୃଦ୍ଧି, ସଶକ୍ତିକରଣ ସ୍ଥାୟୀ ଗ୍ରାମୀଣ ବିକାଶର…

ବରଗଡ଼, ୩୦।୧( ପ୍ରେମାନନ୍ଦ ଖମାରୀ) – ସାମୁହିକ ପ୍ରଚେଷ୍ଟାରେ ଗ୍ରାମୀଣ ଅର୍ଥନୀତିକୁ ସୁଦୃଢ଼ କରିବା ଦିଗରେ ବରଗଡ଼ ଜିଲା ପଦ୍ମପୁର ଉପଖଣ୍ଡ ଅନ୍ତର୍ଗତ ଉପାନ୍ତ ଝାରବନ୍ଧ ଦୁଗ୍ଧ…

ଗୁଣପୁର-ବିଷମକଟକ ବିଧାନସଭା ଆସନ ଉପରେ ଭାଜପାର ଫୋକସ୍‌: ପୂର୍ବତନ ଜିଲା ପରିଷଦ ଦମ୍ପତିଙ୍କ ପୁଅ ମିଶିଲେ ଭାଜପାରେ

ରାୟଗଡ଼ା,୩୧।୧(ଆଶିଷ ରଞ୍ଜନ ପଣ୍ଡା): ୨୦୨୪ ସାଧାରଣ ନିର୍ବାଚନ ପରେ ରାଜ୍ୟରେ ଭାଜପା ଏକାକୀ ସରକାର ଗଠନ କରିବା ପରେ ଜିଲାରେ ସକ୍ରିୟ ହୋଇଛନ୍ତି ଭାଜପା କାର୍ଯ୍ୟକର୍ତ୍ତା। ଆଗାମୀ…

ଋଷିମାଳରେ କନ୍ଧମାଳ ଜିଲାପାଳ: ବ୍ରାହ୍ମଣୀଗାଁର ବିଭିନ୍ନ ଉନ୍ନୟନ କାର୍ଯ୍ୟ ଦେଖିଲେ

ଦାରିଙ୍ଗବାଡି,୩୦।୧(ଅରୁଣ ସାହୁ): କନ୍ଧମାଳ ଜିଲାପାଳ ବେଦ ଭୂଷଣ ଶୁକ୍ରବାର ଅପରାହ୍ନରେ ହଟାତ ଦାରିଙ୍ଗବାଡି ଗସ୍ତରେ ଆସିଥିଲେ। ସେ ଉକ୍ତ ବ୍ଲକର ଦୁର୍ଗମ ବ୍ରାହ୍ମଣୀଗାଁ ଥାନା ଅଞ୍ଚଳ ହାତୀମୁଣ୍ଡା…

ଗଲା ଗୋଟିଏ ପରେ ଗୋଟିଏ ଜୀବନ: ୫ ମଇଁଷି ମୃତ

ଖଜୁରିପଡ଼ା,୩୦ା୧ ( ବିଦୁର ବେହେରା): ଖଜୁରିପଡ଼ା ବ୍ଲକ୍‌ ଅନ୍ତର୍ଗତ ଚାରିପଡ଼ା ଗ୍ରାମରେ ବିଦ୍ୟୁତ୍‌ ସଂସ୍ପର୍ଶରେ ଆସି ୫ଟି ମଇଁଷିଙ୍କ ମୃତ୍ୟୁ ହୋଇଥିବା ଅଭିଯୋଗ ହୋଇଛି। ବିଦ୍ୟୁତ୍‌ ଖୁଣ୍ଟରୁ…

ପ୍ରବୋଧନ ତାଲିମ: ୨୯୪ ଶିକ୍ଷୟିତ୍ରୀ ଶିକ୍ଷକଙ୍କୁ…

ଦିଗପହଣ୍ଡି,୩୦ା୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ୍‌ ଗୋଷ୍ଠୀ ଶିକ୍ଷାଧିକାରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ଓଡିଶା ପାଠ୍ୟକ୍ରମ ଆଧାର ବିଦ୍ୟାଳୟ ଶିକ୍ଷା-୨୦୨୫ ଓ ୨୦୨୦ ଜାତୀୟ ଶିକ୍ଷା…

ବନୀକରଣ ପ୍ରକଳ୍ପରୁ ଲୁହାବାଡ଼ ଚୋରି: ବନ ବିଭାଗ ଜାଲରେ ୪ ଅନ୍ତଃଜିଲା ଚୋର

ଥୁଆମୂଳରାମପୁର,୩୦।୧(ଦୁର୍ଗା କୀର୍ତ୍ତି): ସରକାରୀ ସମ୍ପତ୍ତି ଲୁଟ କରିବା ଚୋରଙ୍କୁ ପଡ଼ଲା ମହଙ୍ଗା । କାଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଗୋପାଳପୁର ପଞ୍ଚାୟତସ୍ଥିତ ପାଟଜୋର ଡଙ୍ଗର ବନୀକରଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri