‘ଯୋଜନା ଲୋକଙ୍କ ଆର୍ଥିକ ମାନଦଣ୍ଡରେ ଉନ୍ନତି ଆଣିଛି’

ଭଞ୍ଜନଗର,୨୪ା୯(ବାବୁଲା ପ୍ରଧାନ)- ଗଞ୍ଜାମ ଜିଲା ଭଞ୍ଜନଗର ଘୁମୁସର ଉତ୍ତର ବନଖଣ୍ଡରେ ୮ ବର୍ଷ ହେବ ଚାଲିଥିବା ଜାଇକା ପ୍ରକଳ୍ପର ବୁଧବାର ୨୦୨୪-୨୦୨୫ ଆର୍ଥିକ ବର୍ଷ ଉପରେ ଭଞ୍ଜନଗର ଟାଉନ ହଲ ପରିସରରେ ଏକ ସମୀକ୍ଷା ବୈଠକ ହୋଇଥିଲା। ସମୀକ୍ଷା ବେଳେ ଉପସ୍ଥିତ ଅଧିକାରୀମାନେ ଯୋଜନାର ସୁଫଳ ସମ୍ପର୍କରେ ଆଲୋଚନା କରିଥିଲେ। ଏଥିସହ ବିଭିନ୍ନ ବିଭାଗ ସହ ସମନ୍ବୟ ରକ୍ଷା କରି ଲୋକଙ୍କ ଉନ୍ନତି ପାଇଁ ପଦକ୍ଷେପ ନେବାକୁ ସମୀକ୍ଷା ବେଳେ ଗୁରୁତ୍ୱାରୋପ କରାଯାଇଥିଲା। ଆଉ ୨ ବର୍ଷ ପରେ ଏହି ପ୍ରକଳ୍ପ ସରିବ। ଜାପାନ ସରକାରଙ୍କ ଋଣ ସହାୟତାରେ ଉକ୍ତ ପ୍ରକଳ୍ପ ରାଜ୍ୟର ଅନେକ ବନଖଣ୍ଡରେ କାର୍ଯ୍ୟକାରୀ ହେଉଛି। ପ୍ରକଳ୍ପର ନିର୍ଦ୍ଧାରିତ ଚୁକ୍ତି ଅବଧି ସରିବା ପୂର୍ବରୁ ସରକାର ପୁଣି ଥରେ ପ୍ରକଳ୍ପକୁ ଆଗକୁ ନେବାକୁ ଯୋଜନା କରୁଛନ୍ତି। ନୂତନ ବନୀକରଣ ସୃଷ୍ଟି କରିବା ଏବଂ ଜଙ୍ଗଲ ଉପରେ ନିର୍ଭରଶୀଳ ଲୋକଙ୍କ ଆର୍ଥିକ ମାନଦଣ୍ଡରେ ଉନ୍ନତି ଆଣିବା ମୂଳ ଲକ୍ଷ୍ୟ ଥିବା ଏହି ପ୍ରକଳ୍ପ ଘୁମୁସର ଉତ୍ତର ବନଖଣ୍ଡରେ କାର୍ଯ୍ୟକାରୀ ହେବା ପରେ ବନଖଣ୍ଡର ଅନେକ ଲୋକଙ୍କ ଆର୍ଥିକ ମାନଦଣ୍ଡରେ ଉନ୍ନତି ଆସିପାରିଛି ବୋଲି ଆଲୋଚନା ବେଳେ ମତ ପ୍ରକାଶ ପାଇଛି।

ଏଥିରେ ଡିଏଫଓ ହିମାଂଶୁ ଶେଖର ମହାନ୍ତି ଅଧ୍ୟକ୍ଷତା କରିଥିଲେ। ଦକ୍ଷିଣ ଘୁମୁସର ବନଖଣ୍ଡ ଅଧିକାରୀ ବିପାସା ପାରୁଲ, ଫୁଲବାଣୀ ଡିଏଫଓ ପ୍ରତାପ କାଟପାଲି, ଜିବିକା ମିଶନ ପ୍ରକଳ୍ପ ପରିଚାଳକ, ସିଡିଭିଓ ଡା. ଅଞ୍ଜନା ଦାସ, ୱାଟରସେଡ ପ୍ରକଳ୍ପ ନିର୍ଦ୍ଦେଶକ ପ୍ରଦୀପ ପଟ୍ଟନାୟକ, ଏଡିଏଓ ବ୍ୟୋମକେଶ ମିଶ୍ର, ଜିଲା ମତ୍ସ୍ୟ ଅଧିକାରୀ ଭାରତ ଭୂଷଣ ସାହୁ, ଏନଏସି ଅଧ୍ୟକ୍ଷ ଗୋପବନ୍ଧୁ ମହାପାତ୍ର, ଡେପୁଟି କଲେକ୍ଟର ସୁମନ ଘୋଷ, ଭଞ୍ଜନଗର କୃଷି ବିଜ୍ଞାନ କେନ୍ଦ୍ରର ବରିଷ୍ଠ ବୈଜ୍ଞାନିକ ଡ. ସୁତନୁ ଶତପଥୀ, ଦମକଳ କେନ୍ଦ୍ର ଅଧିକାରୀ ଚକ୍ରଧର କହଁର, ଏସ୍‌ଆଇ ସମୀର ସେଠୀ, ଏବିଡିଓ ପୂର୍ଣ୍ଣଚନ୍ଦ୍ର ପାଢ଼ୀ, ଉଦ୍ୟାନ କୃଷି ସହକାରୀ ନିର୍ଦ୍ଦେଶକ ଇତିଶ୍ରୀ ପ୍ରିୟଦର୍ଶନୀ ଉପସ୍ଥିତ ରହି ଆଲୋଚନା କରିଥିଲେ। ଏହି ଅବସରରେ ଅତିଥିମାନେ ଏକ ସ୍ମରଣିକା ଉନ୍ମୋଚନ କରିଥିଲେ। ଏହି ଅବସରରେ ଶ୍ରେଷ୍ଠ କର୍ମଚାରୀ, ଭିଏସଏସଙ୍କୁ ପୁରସ୍କୃତ କରାଯାଇଥିଲା। ଏସିଏଫ ବିବେକ ଦାସ ଧନ୍ୟବାଦ ଦେଇଥିଲେ। ମୁଜାଗଡ ରେଞ୍ଜର ବିମ୍ବାଧର ସାହୁ,କେନ୍ଦ୍ରୀୟ ରେଞ୍ଜର ପୃଥିବୀରାଜ ପ୍ରଧାନ କାର୍ଯ୍ୟକ୍ରମ ପରିଚାଳନାରେ ସହଯୋଗ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ସଜନା ଶାଗ ତୋଳିବା ହେଲା କାଳ: ୧୧ କେଭି ବିଦ୍ୟୁତ୍ ତାର ସଂସ୍ପର୍ଶରେ ଆସି ଚାଲିଗଲା ୩୦ ବର୍ଷୀୟ ଯୁବକଙ୍କ ଜୀବନ

କୋରାପୁଟ,୧୫।୯(ଅମିତାଭ ବେହେରା): ସଜନା ଶାଗ ତୋଳିବାକୁ ଯାଇଥିଲେ, ହେଲେ ଫେରିଲା ମୃତଦେହ। ଅସାବଧାନତାର ଏକ ମୁହୂର୍ତ୍ତ ଜଣେ ଯୁବକଙ୍କ ଜୀବନରେ କାଳ ସାଜିଛି। ୧୧ କେଭି ବିଦ୍ୟୁତ୍…

ପ୍ରଫେସର କୃତ୍ତିବାସ ବିଶ୍ୱାଳଙ୍କୁ ‘ଭଞ୍ଜଶ୍ରୀ ଶ୍ରୀଧର ଶତପଥୀ ସ୍ମୃତି ସମ୍ମାନ’

ଭଞ୍ଜନଗର,୧୫।୯ (ବାବୁଲା ପ୍ରଧାନ): ଘୁମୁସର ମାଟିର ବିଶିଷ୍ଟ ଜ୍ୟୋତିଷ, ଭଞ୍ଜ ସାହିତ୍ୟ ଗବେଷକ ତଥା ପ୍ରତିଷ୍ଠିତ ସାହିତ୍ୟିକ ଭଞ୍ଜଶ୍ରୀ ପଣ୍ଡିତ ଶ୍ରୀଧର ଶତପଥୀଙ୍କ ୧୧୩ତମ ଜୟନ୍ତୀ ମଙ୍ଗଳବାର…

ମୃତଦେହ ନେଇ ଶ୍ମଶାନ ଯାଉଥିବା ବେଳେ ବଡ଼ ଅଘଟଣ: ଟ୍ରକ୍ ଧକ୍କା ଦେଇ ଘୋଷାଡ଼ି ନେଲା, ୫ ଗୁରୁତରଙ୍କୁ ବିଧାୟକ ନିଜ ଗାଡ଼ିରେ…

ଦିଗପହଣ୍ଡି,୧୫।୯(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି – ରାୟଗଡ଼ା ୩୨୬ ନଂ ଜାତୀୟ ରାଜପଥର ପୋଡ଼ାମାରି ନିକଟସ୍ଥ ରାଜନାପଲ୍ଲୀ ଗ୍ରାମ ମୁଖ୍ୟରାସ୍ତାରେ ମଙ୍ଗଳବାର ସନ୍ଧ୍ୟା ପ୍ରାୟ ସାଢ଼େ ୭ଟାରେ…

କାମ କରୁ କରୁ ଚାଲିଗଲା ଜୀବନ: ବିଦ୍ୟୁତ୍ ସଂସ୍ପର୍ଶରେ ଆସି ୨୭ ବର୍ଷୀୟା ମହିଳା ଶ୍ରମିକଙ୍କ ମୃତ୍ୟୁ

ଦାରିଙ୍ଗବାଡ଼ି,୧୫।୯ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନା ଅନ୍ତର୍ଗତ ବୁର୍ଜୁବାଡ଼ି ବିଦ୍ୟାଳୟ ସମ୍ମୁଖରେ ଏକ ନିର୍ମାଣାଧୀନ କୋଠାରେ ବିଦ୍ୟୁତ୍ ଆଘାତ ଲାଗି ଜଣେ ମହିଳା ଶ୍ରମିକଙ୍କ…

ଯୌତୁକ ନିର୍ଯ୍ୟାତନା ପରେ ସ୍ତ୍ରୀ ବାପ ଘରେ, ଏବେ ଅନ୍ୟ ଯୁବତୀଙ୍କୁ ନେଇ ସ୍ୱାମୀ ଫେରାର, ଥାନାରେ…

ଦିଗପହଣ୍ଡି,୧୫।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ଅନ୍ତର୍ଗତ ସାନଖେମୁଣ୍ଡି ବ୍ଲକ୍ ଡେଙ୍ଗାଓସ୍ତା ଗ୍ରାମରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଅଧିକ ଯୌତୁକ ପାଇଁ…

ରାତି ଗୋଟାଏରେ ଭାଙ୍ଗିଥିଲେ ତାଲା, ବାଜିଲା ସାଇରନ୍! ୟୁନିୟନ ବ୍ୟାଙ୍କରୁ ବଡ଼ ଡକାୟତି ପଣ୍ଡ, ୭ ଡକାୟତ…

ବୈଶିଙ୍ଗା,୧୫।୯ (ରତନ ଦାଶ): ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅନ୍ତର୍ଗତ ମାନଗୋବିନ୍ଦପୁରଠାରେ ଥିବା ୟୁନିୟନ ବ୍ୟାଙ୍କରୁ ଏକ ବଡ଼ ଡକାୟତି ଯୋଜନା ପଣ୍ଡ ହୋଇଯାଇଛି। ବ୍ୟାଙ୍କରେ ଲାଗିଥିବା…

ବ୍ୟାଙ୍କରେ ପଶି ଡକାୟତି, ଧରାପଡ଼ିଲେ ୭ ଡ଼କାୟତ

ବୈଶିଙ୍ଗା,୧୫।୯(ରତନ ଦାଶ): ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅନ୍ତର୍ଗତ ମାନଗୋବିନ୍ଦପୁରରେ ଥିବା ୟୂନିୟନ ବ୍ୟାଙ୍କରେ ସୋମବାର ରାତିରେ ଏକ ଡକାୟତି ଯୋଜନାକୁ ପଣ୍ଡ କରିଛି ବ୍ୟାଙ୍କରେ ଲାଗିଥିବା…

ଋଷିକୂଲ୍ୟାରେ ଭାସୁଛି ମୃତଦେହ

ଛତ୍ରପୁର,୧୫।୯(ଅନାଥ ତରାଇ/ଦିଲୀପ ସାମଲ): ଗଞ୍ଜାମ ବ୍ଲକ ଅଧୀନ ଗୋଖୁରୁକୁଦା ଫରେଷ୍ଟ ଅଫିସ ନିକଟସ୍ଥ ଋଷିକୂଲ୍ୟା ନଦୀରେ ମଙ୍ଗଳବାର ଜଣେ ଅଜଣା ବ୍ୟକ୍ତିଙ୍କ ମୃତଦେହ ଭାସୁଥିବା ଦେଖିବାକୁ ମିଳିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?