ମୁଣ୍ଡରେ ରିବନ୍‌ ବାନ୍ଧି ଝାଡୁ କଲେ, ଦଣ୍ଡବତ ହେଲେ

ଭୁବନେଶ୍ୱର,୧।୧୦(ଅନୁରାଧା ମହାରଣା)ଗାଁ ସାଥୀଙ୍କ ପାଇଁ ଉଦ୍ଦିଷ୍ଟ ବିଭିନ୍ନ ସରକାରୀ ଗାଇଡ୍‌ଲାଇନ କାର୍ଯ୍ୟକାରୀ କରାଯାଉନାହିଁ। ମାସିକ ପ୍ରୋତ୍ସାହନ ରାଶି ପ୍ରଦାନ ପାଇଁ ୨୦୨୧ ମସିହାରେ ତତ୍‌କାଳୀନ ପଞ୍ଚାୟତିରାଜ ମନ୍ତ୍ରୀ ଓ ବିଭାଗୀୟ ଅଧିକାରୀଙ୍କ ସହ ଆଲୋଚନା ହୋଇଥିଲେ ମଧ୍ୟ ବର୍ତ୍ତମାନ ଯାଏ ଏହାକୁ କାର୍ଯ୍ୟକାରୀ କରାଯାଉନାହିଁ। ଏଭଳି ୨ଟି ଅଭିଯୋଗ ନେଇ ଗାଁ ସାଥୀ(ମେଟ୍‌) ସଂଘ ମିଳିତ କ୍ରିୟାନୁଷ୍ଠାନ କମିଟି ପକ୍ଷରୁ ଭୁବନେଶ୍ୱରଠାରେ ଆନ୍ଦୋଳନ ଜାରି ରହିଥିଲେ ମଧ୍ୟ ସରକାର ସେମାନଙ୍କ ଦାବି ଶୁଣୁ ନ ଥିବାରୁ ଅଭିନବ ଉପାୟରେ ପ୍ରତିବାଦ କରାଯାଉଛି। ଜୀବନଜୀବିକା ବିପନ୍ନ ହୋଇଯାଇଥିବା ଦର୍ଶାଇ ପୂର୍ବରୁ ଘାସ ଓ ନଡ଼ା ଖାଇ ପ୍ରତିବାଦ କରିଥିବାବେଳେ ଶନିବାର ସଂଘର ରାଜ୍ୟ ସଭାପତି ଲକ୍ଷ୍ମୀଧର ବିଶ୍ୱାଳଙ୍କ ନେତୃତ୍ୱରେ ହଜାର ହଜାର ଗଁା ସାଥୀ ମୁଣ୍ଡରେ ରିବନ ବାନ୍ଧି ରାସ୍ତା ସଫେଇ କରିବା ସହ ଆଣ୍ଠେଇ ଆଣ୍ଠେଇ ଦଣ୍ଡବତ କରି ଧାରଣାସ୍ଥଳରୁ ବିଧାନସଭା ଅଭିମୁଖେ ବାହାରିଥିଲେ। ଆନ୍ଦୋଳନକାରୀମାନେ ରାମଧୁନ୍‌ ସହ ଅନ୍ୟ ପ୍ରତିବାଦମୂଳକ ଗୀତ ପରିବେଷଣ କରି ଦାବି ଉପସ୍ଥାପନ କରିଥିଲେ। ଧାରଣା ସ୍ଥଳରେ ଭାଜପା ବିଧାୟକ ସୂର୍ଯ୍ୟବଂଶୀ ସୂରଜଙ୍କ ସମେତ ଅନ୍ୟ ଭାଜପା ନେତା ଉପସ୍ଥିତ ରହି ସମର୍ଥନ ଜଣାଇଥିଲେ। ଧାରଣାସ୍ଥଳରୁ ନବୀସ ନିବାସ ମାତ୍ର କିଛି ଦୂରରେ ରହିଥିଲେ ମଧ୍ୟ ସେ କିମ୍ବା ତାଙ୍କ ପ୍ରତିନିଧି ଧାରଣାସ୍ଥଳକୁ କାହିଁକି ଆସୁନାହାନ୍ତି ବୋଲି ସୂର୍ଯ୍ୟବଂଶୀ ପ୍ରଶ୍ନ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଇଂଲଣ୍ଡ ଗସ୍ତ ପାଇଁ ଭାରତୀୟ ଦିନିକିଆ ଦଳ ଘୋଷଣା: ବିରାଟଙ୍କ ପ୍ରତ୍ୟାବର୍ତ୍ତନ, ଯଶସ୍ୱୀ ବାଦ୍

ନୂଆଦିଲ୍ଲୀ,୨୧।୬: ଇଂଲଣ୍ଡ ଗସ୍ତ ପାଇଁ ଭାରତୀୟ କ୍ରିକେଟ୍ କଣ୍ଟ୍ରୋଲ ବୋର୍ଡ (BCCI) ରବିବାର, ୨୧ ଜୁନ୍‌ରେ ୧୫ ଜଣିଆ ଭାରତୀୟ ଦିନିକିଆ (ODI) ଦଳ ଘୋଷଣା କରିଛି।…

କେସିଙ୍ଗା -ଟିଟିଲାଗଡ ରାସ୍ତା, ତେଲନଦୀ ବ୍ରିଜର ସୁରକ୍ଷାକୁ ନେଇ ଉଠିଲା ପ୍ରଶ୍ନ, ଭାରୀଯାନ ଚଳାଚଳ ଯୋଗୁ ବ୍ରିଜ୍‌ ଭାଙ୍ଗିବାର…

କେସିଙ୍ଗା,୨୧।୬(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ସହର ସ୍ଥିତ ସିଟିଜେନ ଫୋରମ ପକ୍ଷରୁ କେସିଙ୍ଗା -ଟିଟିଲାଗଡ ରାସ୍ତା ଓ ତେଲନଦୀ ବ୍ରିଜ୍‌କୁ ନେଇ ଏକ ଖବରଦାତା ସମ୍ମିଳନୀ…

ଶରୀରକୁ ସୁସ୍ଥ, ମନକୁ ସନ୍ତୁଳିତ କରେ ଯୋଗ

ରାଇକିଆ,୨୧।୬(ପ୍ରଦୀପ ବେହେରା): କନ୍ଧମାଳ ଜିଲା ରାଇକିଆ ବ୍ଲକର ବିଭିନ୍ନ ସ୍ଥାନରେ ରବିବାର ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ ହୋଇଯାଇଛି । ଯୋଗ ଶରୀରକୁ ସୁସ୍ଥ ରଖେ। ଏଥିସହିତ…

ବ୍ଲକସ୍ତରୀୟ ସୁଭଦ୍ରା ଶକ୍ତି ସମାବେଶ: ଲକ୍ଷପତି ଦିଦିଙ୍କୁ କରାଗଲା ସମ୍ବର୍ଦ୍ଧିତ, ଅଙ୍ଗନଓ୍ବାଡି କର୍ମୀଙ୍କୁ ମିଳିଲା ସ୍ମାର୍ଟଫୋନ

ଥୁଆମୂଳ ରାମପୁର,୨୧।୬ (ଦୁର୍ଗା କୀର୍ତ୍ତି): ମହିଳା ଓ ଶିଶୁ ବିକାଶ ବିଭାଗ ଏବଂ ମିଶନ ଶକ୍ତି ବିଭାଗ ଆନୁକୂଲ୍ୟରେ ଥୁଆମୂଳ ରାମପୁର ଠାରେ ବ୍ଲକ ସ୍ତରୀୟ ‘ସୁଭଦ୍ରା…

ବରଗଡ଼ରେ ଅନ୍ତର୍ଜାତୀୟ ଯୋଗ ଦିବସ ପାଳନ: ସାମିଲ ହେଲେ ବିଧାୟକ-ଜିଲାପାଳ

ବରଗଡ଼,୨୧।୬(ପ୍ରେମାନନ୍ଦ ଖମାରୀ): ଅନ୍ତର୍ଜାତୀୟ ଯୋଗ ଦିବସ ରବିବାର ବରଗଡ଼ ଜିଲାର ସମସ୍ତ ବ୍ଲକ ଓ ଗ୍ରାମପଞ୍ଚାୟତ ମୁଖ୍ୟାଳୟ ତଥା ବିଭିନ୍ନ ସରକାରୀ ଓ ବେସରକାରୀ ଅନୁଷ୍ଠାନଗୁଡ଼ିକରେ ଉତ୍ସାହ…

ଦିଗପହଣ୍ଡି ମିନି ଷ୍ଟାଡିୟମରେ ଅନ୍ତର୍ଜାତୀୟ ଯୋଗ ଦିବସରେ ଯୋଗଦେଲେ ବିଧାୟକ ସିଦ୍ଧାନ୍ତ     

ଦିଗପହଣ୍ଡି,୨୧|୬(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ବିଜୁ ପଟ୍ଟନାୟକ ମିନି ଷ୍ଟାଡିୟମରେ ପ୍ରତିବର୍ଷ ଭଳି ଚଳିତ ବର୍ଷ ସ୍ଥାନୀୟ ଏନଏସି ପ୍ରଶାସନ ପକ୍ଷରୁ ଆୟୋଜିତ…

ଯୋଗ ଦିବସ,ସୁସ୍ଥ ରହିବା ପାଇଁ ଯୋଗ ନିହାତି ଆବଶ୍ୟକ : ବିଧାୟକ ପ୍ରଦ୍ୟୁମ୍ନ କୁମାର ନାୟକ

ଭଞ୍ଜନଗର, ୨୧।୬ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲାର ଭଞ୍ଜନଗରସ୍ଥିତ ବେଲେଶ୍ୱର ପୀଠରେ ରବିବାର ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ ହୋଇଯାଇଛି। ଭଞ୍ଜନଗର ବିଧାୟକ ପ୍ରଦ୍ୟୁମ୍ନ କୁମାର ନାୟକ…

ପୁଣି ବନ୍ଦ ହେଲା ହର୍ମୁଜ ପ୍ରଣାଳୀ, IRGC ଘୋଷଣା ପୂର୍ବରୁ କେତେ ଭାରତୀୟ ଜାହାଜ ବାହାରିଛି? ଚମକାଇ ଦେବ ସଂଖ୍ୟା

ତେହରାନ,୨୧।୬: ମଧ୍ୟପ୍ରାଚ୍ୟରେ ଚାଲିଥିବା ଉତ୍ତେଜନା ମଧ୍ୟରେ, ଶନିବାର (ଜୁନ ୨୦, ୨୦୨୬) ତିନୋଟି ଭାରତୀୟ ଅଶୋଧିତ ତୈଳ ସୁପରଟ୍ୟାଙ୍କର୍‌ ସୁରକ୍ଷିତ ଭାବରେ ହର୍ମୁଜ ପ୍ରଣାଳୀ ପାର କରିଛନ୍ତି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri