ଟେମରା, କାଉଡୋଳାରେ ଧାନ ମଣ୍ଡି ଖୋଲିଲା

କୋକସରା, ୨୪।୧୧ (ଡି.ଏନ.ଏ.)
କଳାହାଣ୍ଡି ଜିଲା କୋକସରା ବ୍ଲକ ଆମପାଣି ପ୍ୟାକ୍ସ ଅଧୀନ କାଉଡୋଳା ଓ ଟେମରାରେ ସୋମବାରଠୁୁ ଧାନ ମଣ୍ଡି ଆରମ୍ଭ ହୋଇଛି। କୋକସରା ବ୍ଲକର ୧୪ଟି ମଣ୍ଡି ଓ ଉପମଣ୍ଡିରେ ମଧ୍ୟ ଧାନ କିଣା ପ୍ରକ୍ରିୟା ଆରମ୍ଭ ହୋଇଛି। ଟେମରା ମଣ୍ଡିରେ ଅଞ୍ଚଳ ଚାଷୀଙ୍କ ସମେତ କୋକସରା ସମବାୟ ବ୍ୟାଙ୍କ ଶାଖା ପରିଚାଳକ ବିଶ୍ୱରଞ୍ଜନ ସାହୁ, ସୁପରଭାଇଜର ଇନ୍ଦ୍ରମଣି ଧଙ୍ଗଡ଼ାମାଝି, ପ୍ୟାକ୍ସ ସମ୍ପାଦକ ରଞ୍ଜନ ପାଣିଗ୍ରାହୀ, ଚାଷୀ ସୁଧୀର ପାତ୍ର, ରଜନୀ ପାତ୍ର, ଘନଶ୍ୟାମ ନାଏକ, କ୍ଷିତିଶ ପାତ୍ର, ବିନୋଦ ବିହାରୀ ରାଉତ ପ୍ରମୁଖ ଉପସ୍ଥିତ ଥିଲେ। ସେହିପରି କାଉଡୋଳା ମଣ୍ଡିରେ କାଉଡୋଳା ସରପଞ୍ଚ ଜମ୍ବୁବତୀ ସାହୁ କରୋନା ସଚେତନତା ସହ ମାସ୍କ ବଣ୍ଟନ କରିବା ସହ ଚାଷୀଙ୍କ ପାଇଁ ସମସ୍ତ ବ୍ୟବସ୍ଥା କରିବାକୁ କର୍ମଚାରୀମାନଙ୍କୁ କହିଥିଲେ। ଏହି ଅବସରରେ ଚାଷୀ ବିରଞ୍ଚତ୍ ନାରାୟଣ ପଣ୍ଡା, କମଳାକାନ୍ତ ପଣ୍ଡା, ପ୍ରଦୀପ ସାହୁ, ଶଶାଙ୍କ ପୁରୋହିତଙ୍କ ସମେତ ପ୍ୟାକ୍ସ ସମ୍ପାଦକ ବିକାଶ ପଣ୍ଡା, ଆର୍‌ଏମସି କର୍ମଚାରୀ ରିତ ବାହାଦୂର ଓ ମିଲର ଏଜେଣ୍ଟ ସହ ଶ୍ରମିକମାନେ ଉପସ୍ଥିତ ଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

ନାଗାବଳି ନଦୀରେ ବୁଡି ଯୁବକ ମୃତ, ସ୍ନାନ ପାଇଁ ଯାଇଥିଲେ…

କଲ୍ୟାଣସିଂହପୁର,୮।୪ ( ଦୀପକ କୁମାର ପରିଡା ): ରାୟଗଡା ଜିଲା କଲ୍ୟାଣସିଂହପୁର ଅଞ୍ଚଳରେ ଘଟିଛି ଏକ ଦୁଃଖଦ ଘଟଣା। ନାଗାବଳି ନଦୀରେ ବୁଡି ଜଣେ ୩୬ ବର୍ଷୀୟ…

ଜଙ୍ଗଲରେ ଚାଲିଥିଲା ଜୁଆ ଖେଳ, ମାଡ଼ି ବସିଲା ବରପାଲି ପୋଲିସ: ୧୬ ଗିରଫ ସହ ଲକ୍ଷାଧିକ …

ବରପାଲି, ୮ ।୪(ଚିତ୍ତରଞ୍ଜନ ସାହୁ): ବରଗଡ଼ ଜିଲା ବରପାଲି ଥାନା ଅନ୍ତର୍ଗତ ବରମକେଲା ଗ୍ରୀଣ୍ଡୋଲା ଜଙ୍ଗଲରେ ଚାଲିଥିବା ଏକ ବଡ଼ ଧରଣର ଜୁଆ ଆଡ୍ଡା ଉପରେ ପୋଲିସ…

ଦିଗପହଣ୍ଡିରେ ଆଇନ ମନ୍ତ୍ରୀଙ୍କୁ ସମ୍ବର୍ଦ୍ଧନା, ଉନ୍ନତିକରଣ କାର୍ଯ୍ୟ…

ଦିଗପହଣ୍ଡି,୮।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଗସ୍ତରେ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ । ଗଞ୍ଜାମ ଜିଲା ଦିଗପହଣ୍ଡି ଠାରେ ବୁଧବାର ରାଜ୍ୟ ଆଇନ, ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ…

ମାନସିକ ଚାପରୁ ଚରମ ନିଷ୍ପତ୍ତି, ଝୁଲନ୍ତା ଅବସ୍ଥାରେ ଉଦ୍ଧାର ହେଲା…

କୋକସରା,୮ା୪ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ):v କଳାହାଣ୍ଡି ଜିଲା କୋକସରା ଥାନା ବୋବରିଆ ଗ୍ରାମର ଜଣେ ଯୁବକଙ୍କ ଝୁଲନ୍ତା ମୃତଦେହ ନିଜ ଘର ଭିତରୁ ଜବତ ହୋଇଛି। ମୃତକ…

ଶ୍ରୀରାମ ନବମୀର ୭୫ ବର୍ଷ ପୂର୍ତ୍ତି ସମାରୋହ, ଯୋଗଦେଲେ ଯୁବ ନେତା ନୀଳମାଧବ ସିଂଦେଓ

ରିଷିଡ଼ା, ୮ା୪ (ସୁଶାନ୍ତ ମଲ୍ଲିକ): କଳାହାଣ୍ଡି ଜିଲା କର୍ଲାମୁଣ୍ତା ବ୍ଲକ ତେରେସିଂହା ପଞ୍ଚାୟତ ବିନ୍ଧାଣି ଗ୍ରାମରେ ପବିତ୍ର ରାମନବମୀ ପାଳନର ୭୫ ବର୍ଷ ପୂର୍ତ୍ତି ସମାରୋହ ଅନୁଷ୍ଠିତ…

ଦିଗପହଣ୍ଡି ଏନଏସି କାଉନସିଲ ପକ୍ଷରୁ ପରିବର୍ଦ୍ଧିତ ସଭାରେ ଯୋଗଦେଲେ ବିଧାୟକ, ବିଦ୍ୟୁତ-ପାନୀୟ….

ଦିଗପହଣ୍ଡି,୮।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି କାଉନସିଲର ୨୨ ତମ ପରିବର୍ଦ୍ଧିତ ଆଲୋଚନା ସଭା ବୁଧବାର ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟାଳୟ ସମ୍ମିଳନୀ କକ୍ଷରେ…

ଗ୍ୟାସ କଳାବଜାର ନେଇ ଅସୁରାଳିରେ ଚଢ଼ାଉ, ୧୭ ସିଲିଣ୍ଡର ଜବତ

ଧାମନଗର,୮।୪( ସନ୍ତୋଷ କୁମାର ମହାପାତ୍ର): ବେଆଇନ ଗ୍ୟାସ ସିଲିଣ୍ଡର କଳାବଜାରୀ ବିରୋଧରେ ବ୍ଲକ ପ୍ରଶାସନ ପକ୍ଷରୁ ଚଡାଉ କରି ୧୭ ଟି ଗ୍ୟାସ ସିଲିଣ୍ଡର ଜବତ କରାଯାଇଛି…

ଯୋଗାଣ ମନ୍ତ୍ରୀଙ୍କ ବଡ଼ ଘୋଷଣା, ପେଟ୍ରୋଲ ପମ୍ପରେ ମିଳିବ ୫ କେଜିଆ LPG ଗ୍ୟାସ, କେତେ ଟଙ୍କା?

ଭୁବନେଶ୍ବର,୮।୪: ୫ କେଜିଆ ଗ୍ୟାସ ସିଲିଣ୍ଡର ନେଇ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ବଡ଼ ଘୋଷଣା କରିଛନ୍ତି । ପେଟ୍ରୋଲ ପମ୍ପରେ ମିଳିବ ୫ କେଜିଆ ଏଲ୍‌ପିଜି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri