Posted inଫୁରସତ

ମା’ ୭୫ ଲକ୍ଷ ଟଙ୍କାର ଉପହାର ଦେବାରୁ ପ୍ରବଳ ରାଗିଗଲେ ପୁଅ; ଜାଣନ୍ତୁ କାହିଁକି

ସାଧାରଣତଃ ପିଲାମାନେ ମା’ ବାପାଙ୍କଠାରୁ ଉପହାର ନେବାକୁ ଚାହିଁ ବସିଥାନ୍ତି। କେହି କେହି ପିଲା ଉପହାର ନେବାକୁ ଅଳି ମଧ୍ୟ କରନ୍ତି। କିନ୍ତୁ ଜଣେ ଯୁବକ ଏସବୁଠାରୁ ବହୁ ଦୂରରେ। ସେ ନିଜ ଧନୀ ମାତାପିତାଙ୍କ ଦାମୀ ଉପହାର ଦେଖି ଖପ୍ପା ହୋଇଯାଇଛନ୍ତି। ଫଳସ୍ବରୂପ ନିଜ ଟୁଇଟର୍‌ ମାତାପିତାଙ୍କ ଉପରେ ରାଗି ଏକ ପୋଷ୍ଟ ଶେୟାର କରିଛନ୍ତି। ଯାହାକୁ ନେଇ ଚର୍ଚ୍ଚା ଜୋର ଧରିଛି। ୟୁଆନ୍‌ ନାମକ ଏହି ଯୁବକ ଜଣଙ୍କ ଟୁଇଟର୍‌ରେ ଏକ ପୋଷ୍ଟ କରିଥିଲେ। ଯେଉଁଥିରେ ସେ ଲେଖିଲେ, ମୁଁ ମୋ ମାତାପିତାଙ୍କ ଉପରେ ବହୁତ ରାଗିଛି। ମୁଁ ଗତ ୩ ବର୍ଷ ହେବ କୌଣସି କାମ କରୁନାହିଁ। ତଥାପି ସେମାନେ ମୋତେ ଆର୍ଥିକ ସହାୟତା କରିଆସୁଛନ୍ତି। ସେ ଆହୁରି ମଧ୍ୟ କହିଛନ୍ତି, ମୋ କଲେଜରେ କିଛି ସାଙ୍ଗ ଥିଲେ ସେମାନଙ୍କର ଟଙ୍କା ସମସ୍ୟା ରହିଥିଲା। କିନ୍ତୁ ମୋ ମାତାପିତା ଧନୀ ହୋଇଥିବାରୁ ମୁଁ ଏହି ସମସ୍ୟା ଦେଇ ଗତି କରି ନାହିଁ। ମୋ ପରିବାର ମୋତେ ସର୍ବଦା ଟଙ୍କା ଦେଇ କେବଳ ମୋତେ ସାହାରା ଦେଇନାହାନ୍ତି ବରଂ ମୋତେ ବିଗାଡି ଦେଇଛନ୍ତି। ଏହାଦ୍ୱାରା ମୋର ବ୍ୟକ୍ତିଗତ ଉନ୍ନତି ଅଟକି ରହିଛି। ସେ ମୋତେ କେବଳ ବାସନ ମାଜିବା, ଝାଡୁ ମାରିବା ଭଳି କାମ କରିବାକୁ ଦେଇନାହାନ୍ତି। ଗତବର୍ଷ ମୋ ମା’ ମୋତେ ୭୫ ଲକ୍ଷ ଟଙ୍କାର ଉପହାର ଦେଇଥିଲେ। ମୁଁ କୌଣସି କାମ କରୁ ନ ଥିବାରୁ ଏହି ଉପହାର ଦେଖି ମୁଁ ପ୍ରବଳ ରାଗିଯାଇଥିଲି ବୋଲି ୟୁଆନ୍‌ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଅଗ୍ନିବୀର ନିଯୁକ୍ତି: ଲିଖିତ ପରୀକ୍ଷା ପାଇଁ ଭାରତୀୟ ସେନା ଜାରି କଲା ସାମ୍ପଲ ପେପର, ମାଗଣାରେ ଏମିତି କରନ୍ତୁ ଡାଉନଲୋଡ୍‌

ଭାରତୀୟ ସେନାରେ ଅଗ୍ନିବୀର ହେବା ପାଇଁ ପ୍ରସ୍ତୁତ ହେଉଥିବା ଯୁବକମାନଙ୍କ ପାଇଁ ଏକ ବଡ଼ ଖବର। ସେନା ପକ୍ଷରୁ ଲିଖିତ ପରୀକ୍ଷା ପାଇଁ ‘ଫ୍ରି ସାମ୍ପଲ ପେପର…

ଦଣ୍ଡନାଚ ଦେଖି ଫେରିବା ବେଳେ ବାଇକ୍ ଦୁର୍ଘଟଣା, କଲଭର୍ଟରେ ପିଟି ହୋଇ ଶ୍ରମିକ ମୃତ

ଭଞ୍ଜନଗର,୯ା୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅନ୍ତର୍ଗତ କୋଟିବିରାଡ଼ି ନିକଟରେ ଏକ କଲଭର୍ଟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ବୁଧବାର ବିଳମ୍ବିତ ରାତିରେ ଏକ ବାଇକ୍…

ହର୍ମୁଜକୁ ନେଇ ବଡ଼ ସର୍ତ୍ତ ରଖିଲାଣି ଇରାନ, ଗୋଟିଏ ଦିନରେ ମାତ୍ର ଏତିକି ଜାହାଜକୁ ମିଳିବ ଅନୁମତି

ତେହରାନ୍‌,୯।୪: ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧବିରତି ମଧ୍ୟରେ, ହର୍ମୁଜ ପ୍ରଣାଳୀ ଦେଇ ଜାହାଜ ଚଳାଚଳ ସମ୍ପର୍କରେ ଗୁରୁତ୍ୱପୂର୍ଣ୍ଣ ଖବର ସାମ୍ନାକୁ ଆସିଛି। ରୁଷିଆର ସରକାରୀ ଖବର…

ଇରାନ-ଆମେରିକା ଯୁଦ୍ଧବିରତି ଭାରତ ପାଇଁ ପାଲଟିଲା ସଞ୍ଜିବନୀ, ସିଧାସଳଖ ମିଳିବ ଲାଭ

ନୂଆଦିଲ୍ଲୀ,୯।୪: ଇରାନ ଏବଂ ଆମେରିକା ମଧ୍ୟରେ ୧୪ ଦିନିଆ ଅସ୍ତ୍ରବିରତିରୁ ଭାରତକୁ ଗୁରୁତ୍ୱପୂର୍ଣ୍ଣ ଲାଭ ମିଳିବ। ପଶ୍ଚିମ ଏସିଆରେ ଉତ୍ତେଜନା ହ୍ରାସ ପାଇବା ସହିତ, ଭାରତର ଶକ୍ତି…

‘ଅସ୍ତ୍ରବିରତି ଭୁଲ’: ପାକିସ୍ତାନରେ ଆମେରିକା ସହିତ ଆଲୋଚନା ପୂର୍ବରୁ ଇରାନ ‘ୟୁରାନିୟମ ଏନରିଚମେଣ୍ଟ’ ଉପରେ ଟାଣିଲା ରେଡଲାଇନ!

ତେହରାନ,୯।୪: ଆମେରିକା, ଇସ୍ରାଏଲ ଏବଂ ଇରାନ ମଧ୍ୟରେ ଯୁଦ୍ଧରେ ଯୁଦ୍ଧବିରତି ପରେ, ଇରାନର ପରମାଣୁ ସଂସ୍ଥା ମୁଖ୍ୟ ମହମ୍ମଦ ଇସଲାମି ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଜାରି କରିଛନ୍ତି।…

ଭିନ୍ନକ୍ଷମ ନାବାଳିକାଙ୍କୁ ଗର୍ଭବତୀ କରି ଯୁବକ ଫେରାର ଘଟଣା, ବାହାର ରାଜ୍ୟରୁ ଅଭିଯୁକ୍ତ ଗିରଫ

ଆନନ୍ଦପୁର/ହାଟଡିହୀ,୯ା୪(ସୁଶାନ୍ତ କୁମାର ସାହୁ/ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ଥାନା ଅଧିନ ଜଣେ ଭିନ୍ନକ୍ଷମ ନାବାଳିକାଙ୍କୁ ବଳାତ୍କାର ଘଟଣା । ମୁର୍ଗାଗୋଠ ଗ୍ରାମର ସଂଖ୍ଯାଲଘୁ ସମ୍ପ୍ରଦାର ଜଣେ…

ଯୁଦ୍ଧ ବିରତି ପରେ ବି ଚାଲିଛି ଯୁଦ୍ଧ: ଲେବାନନ ଉପରେ ଆକ୍ରମଣ କଲା ଇସ୍ରାଏଲ, ଇରାନ ନେଲା ପ୍ରତିଶୋଧ

ଜେରୁଜେଲମ,୯।୪: ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧବିରତି ଘୋଷଣା ହେବାର କିଛି ଘଣ୍ଟା ପରେ, ମଧ୍ୟପ୍ରାଚ୍ୟରେ ପରିସ୍ଥିତି ପୁଣି ଖରାପ ହୋଇଗଲା। ଇସ୍ରାଏଲ ଲେବାନନ ଉପରେ ଏକ…

ହାଇଓ୍ବା ଅଟକାଇ ଡ୍ରାଇଭର-ହେଲପରଙ୍କୁ ମାରଣାସ୍ତ୍ର ଦେଖାଇ ଲୁଟିନେଲେ ଟଙ୍କା

ମହାକାଳପଡ଼ା,୯ା୪(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ବନ୍ଧପଡ଼ା ଛକରେ ରାଜନଗର ଥାନା ଅନ୍ତର୍ଗତ ବଡ଼ପଲ୍ଲୀ ଗ୍ରାମର ବିଜୁ ଓରଫ ସଞ୍ଜୟ ପ୍ରଧାନ, ଠାକୁରପାଟଣା ଗ୍ରାମର ଅଙ୍କୁଶ ଜେନା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri