ଡକାୟତି ଯୋଜନା ବେଳେ ପୋଲିସର ଚଢ଼ାଉ: ୩ ଗିରଫ, ଖସିଗଲେ ୨

ବଡ଼ବିଲ,୨୬ା୧୦(ସ୍ବ.ପ୍ର.): କେନ୍ଦୁଝର ଜିଲା ବଡ଼ବିଲ ପୋଲିସ କାଶିଆ ଜଙ୍ଗଲରେ ଚଢ଼ାଉ କରି ଡକାୟତି ଯୋଜନା କରୁଥିବା ୩ ଅଭିଯୁକ୍ତଙ୍କୁ ଗିରଫ କରିଥିବା ବେଳେ ୨ ଅଭିଯୁକ୍ତ ପୋଲିସକୁ ଚକ୍‌ମା ଦେଇ ଖସିଯିବାରେ ସକ୍ଷମ ହୋଇଥିବା ଜଣାପଡ଼ିଛି। ଗିରଫ ଅଭିଯୁକ୍ତ ୩ ଜଣଙ୍କ ମଧ୍ୟରୁ ଦୁଇ ଜଣ ଝାଡ଼ଖଣ୍ଡ ରାଜ୍ୟର। ସେମାନେ ହେଲେ ଝାଡ଼ଖଣ୍ଡ ରାଜ୍ୟ ଗୁଆ ଥାନା ଅଞ୍ଚଳର ବିକାଶ କୁମାର ସିଂହ ଓ ଶ୍ୟାମ ସୁନ୍ଦର ଦାସ ଏବଂ ଅନ୍ୟ ଜଣେ ଅଭିଯୁକ୍ତ ହେଲେ ବଡ଼ବିଲ ଥାନା ଅନ୍ତର୍ଗତ ପକ୍କା ହଟିଂ ଅଞ୍ଚଳର ଏମ୍‌ଡି ମୁସ୍ତାକ୍‌।
ସୂଚନାନୁଯାୟୀ, ମଙ୍ଗଳବାର ବିଳମ୍ବିତ ରାତିରେ ବଡ଼ବିଲ ଥାନା କାଶିଆ ଅଞ୍ଚଳରେ କିଛି ଦୁର୍ବୃତ୍ତ ଡକାୟତି ଯୋଜନା କରୁଥିବା ପୋଲିସ ପାଟ୍ରୋଲିଂ ଟିମ୍‌ ସୂଚନା ପାଇଥିଲା। ଏହି ଖବର ପାଇ ପୋଲିସ ତୁରନ୍ତ ଘଟଣାସ୍ଥଳରେ ପହଞ୍ଚି ଚଢ଼ାଉ କରିଥିଲା। ତେବେ ପୋଲିସକୁ ଦେଖି ୨ ଜଣ ଦୁର୍ବୃତ୍ତ ଚକ୍‌ମା ଦେଇ ଖସିଯିବାରେ ସକ୍ଷମ ହୋଇଥିଲା ବେଳେ ୩ ଜଣଙ୍କୁ କାବୁ କରିବାରେ ସଫଳ ହୋଇଥିଲା ପୋଲିସ। ସେମାନଙ୍କ ନିକଟରୁ ପୋଲିସ ଏକ ଦେଶୀ ବନ୍ଧୁକ, ଗୁଳି, ଭୁଜାଲି ଓ ଏକ ବାଇକ୍‌ ସହ ମଦ ବୋତଲ ଓ ଲଙ୍କା ଗୁଣ୍ଡ ପ୍ୟାକେଟ୍‌ ଜବତ କରିଥିଲା। ଏ ନେଇ ପୋଲିସ ତଦନ୍ତ ଜାରି ରଖିଛି। ଘଟଣାସ୍ଥଳରୁ ଫେରାର ହୋଇଯାଇଥିବା ଦୁଇ  ଦୁର୍ବୃତ୍ତଙ୍କ ସନ୍ଧାନ କରିଛି। ଏମାନେ ବଡ଼ବିଲ ଅଞ୍ଚଳରେ ଡକାୟତି ଯୋଜନା କରୁଥିବା ଜାଣିବାକୁ ପାଇଥିଲା। ଏ ନେଇ ବୁଧବାର ପାଲିସ ବଡ଼ବିଲ ଥାନା କେସ୍‌ ନଂ ୨୬୮/୨୨ରେ ଏକ ମାମଲା ରୁଜୁ କରି ବୁଧବାର ସନ୍ଧ୍ୟାରେ ଅଭିଯୁକ୍ତ ୩ ଜଣଙ୍କୁ କୋର୍ଟ ଚାଲାଣ କରିଥିବା ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

‘ଆମ ପାଖରେ ଧୋନି ନାହାଁନ୍ତି,’ ଇଂଲଣ୍ଡ ପ୍ରଶିକ୍ଷକ ହେବା ପରେ ଷ୍ଟିଫେନ ଫ୍ଲେମିଂଙ୍କୁ ‘ଚେତାବନୀ’ ମିଳିଛି

ନୂଆଦିଲ୍ଲୀ,୩୧।୭: ଆଇପିଏଲରେ ଚେନ୍ନାଇ ସୁପର କିଙ୍ଗ୍ସ ସହିତ ଦୀର୍ଘ ସମୟ ଧରି କାର୍ଯ୍ୟ କରିଥିବା ଷ୍ଟିଫେନ ଫ୍ଲେମିଂଙ୍କୁ ଏବେ ଇଂଲଣ୍ଡ ଟେଷ୍ଟ ଦଳର ପ୍ରଶିକ୍ଷକ ନିଯୁକ୍ତ କରାଯାଇଛି।…

ବନ୍ୟା ବିପନ୍ନଙ୍କ ପାଇଁ ବଡ଼ ଘୋଷଣା କଲେ ରାଜସ୍ବ ମନ୍ତ୍ରୀ, ମିଳିବ…

ଭୂବନେଶ୍ୱର,୩୧।୭: ବନ୍ୟାସ୍ଥିତିର ସମୀକ୍ଷା ପରେ ରାଜସ୍ବ ମନ୍ତ୍ରୀ ଏକ ବଡ଼ ସୂଚନା ଦେଇଛନ୍ତି। ମହାନଦୀରେ ବନ୍ୟା ଜଳ ବଢୁଥିବା ଗଣମାଧ୍ୟମ ଆଗରେ ମନ୍ତ୍ରୀ ପ୍ରକାଶ କରିଛନ୍ତି। କେବଳ…

ସାଧୁ ବେଶରେ ସଂସଦ ଆସିଲେ ପପ୍ପୁ ଯାଦବ, ଦାନ ଦେଲେ ଏମପି

ପାଟନା,୩୧।୭: ବିହାର ପୁର୍ନିଆର ଏମପି ପପ୍ପୁ ଯାଦବ ଅଯୋଧ୍ୟା ରାମ ମନ୍ଦିର ଚାନ୍ଦା ସଂଗ୍ରହରେ କଥିତ ଅନିୟମିତତା ପ୍ରସଙ୍ଗକୁ ନେଇ ସଂସଦ ପରିସରରେ ପ୍ରତିବାଦ କରିଛନ୍ତି ।…

ବସ୍‌ ଷ୍ଟପ ଅଛି, ବସ୍‌ ଆସୁନାହିଁ: ମୁଖ୍ୟମନ୍ତ୍ରୀ ବସ୍‌ ସେବାରୁ ବଞ୍ଚିତ ଅଞ୍ଚଳବାସୀ

ଅମରପାଲି,୩୧ା୭(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଖଣ୍ଡହତା ପଞ୍ଚାୟତର ସୀମାବର୍ତ୍ତୀ ଉପାନ୍ତ ଗ୍ରାମ ସାହାଜଲଥାରେ ସରକାରୀ ଖର୍ଚ୍ଚରେ ଯାତ୍ରୀ ପ୍ରତୀକ୍ଷାଳୟ (ବସ୍‌ ଷ୍ଟପ୍‌) ନିର୍ମାଣ ହୋଇଥିଲେ…

ଭୀମଭୋଇ ସାମର୍ଥ୍ୟ ଶିବିର: ହିତାଧିକାରୀଙ୍କୁ ଭତ୍ତା ପ୍ରଦାନ

କର୍ଲାମୁଣ୍ଡା,୩୧।୭(ପ୍ରଦୀପ କୁମାର ସାହୁ):କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ କାର୍ଯ୍ୟାଳୟରେ ବ୍ଳକସ୍ତରୀୟ ଭୀମଭୋଇ ସାମର୍ଥ୍ୟ ଶିବିର ଶୁକ୍ରବାର ଅନୁଷ୍ଠିତ ହୋଇଯାଇଛି। ଏହି ଅବସରରେ ଆୟୋଜିତ ସଭାରେ ବ୍ଲକ ଅଧ୍ୟକ୍ଷ…

ଏହି କାମ କରି ସମସ୍ତଙ୍କ ହୃଦୟ ଜିତିଲେ କାର୍ତ୍ତିକ ଆର୍ଯ୍ୟନ: ମୁଖ୍ୟମନ୍ତ୍ରୀ କହିଲେ ବାଃ ବାଃ

ଆସାମରେ ଭୟଙ୍କର ବନ୍ୟା। ଲକ୍ଷ ଲକ୍ଷ ଲୋକ ନିଜ ଘର ଛାଡି ବିସ୍ଥାପିତ ହୋଇଛନ୍ତି। ଅନେକ ଲୋକଙ୍କ ଜୀବନ ଯାଇଛି ଏବଂ ପରିସ୍ଥିତି ଖରାପ ଆଡ଼କୁ ଗତି…

ରୋଟାରୀ କ୍ଲବର ଅଧିଷ୍ଠାନ, ଚାର୍ଟର ଦିବସ ପାଳିତ: ନୂଆ ସଭାପତି, ସମ୍ପାଦକ ଭାବେ ଦାୟିତ୍ୱ ନେଲେ…

ଛତ୍ରପୁର, ୩୧।୭(ଦିଲ୍ଲୀପ ସାମଲ /ଦ୍ୱାରିକା ପଟ୍ଟନାୟକ): ଛତ୍ରପୁର ରୋଟାରୀ କ୍ଲବର ଅଧିଷ୍ଠାନ ଦିବସ ଗୁରୁବାର କ୍ଲବ ପରିସରରେ ଆୟୋଜିତ ହୋଇଯାଇଛି। ସଭାପତି ପଦ୍ମ ଚରଣ ସାହୁଙ୍କ ସଭାପତିତ୍ୱରେ…

‘ପରିବାରର ମୁଖ୍ୟ ପରି ଛାତ୍ରମାନଙ୍କ କଥା ଶୁଣିଥିଲେ ପ୍ରଧାନମନ୍ତ୍ରୀ ମୋଦି,’ ଆଣ୍ଟି ପେପର ଲିକ ବିଲକୁ ନେଇ ଏମିତି କହିଲେ ରାଘବ ଚଢା, ହେଉଛି ଚର୍ଚ୍ଚା

ନୂଆଦିଲ୍ଲୀ,୩୧।୭: ରାଜ୍ୟ ସଭାରେ ସାଧାରଣ ପରୀକ୍ଷା (ଅନ୍ୟାୟ ନିବାରଣ) ସଂଶୋଧନ ବିଲ, 2026 ଉପରେ ଆଲୋଚନା ସମୟରେ, ଆମ ଆଦମୀ ପାର୍ଟିରୁ ଭାଜପାରେ ଯୋଗ ଦେଇଥିବା ସାଂସଦ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri