୩ ବ୍ୟବସାୟୀଙ୍କୁ ଲହୁଲୁହାଣ କରି ୧୫ ଲକ୍ଷ ଟଙ୍କା ଲୁଟିନେଲେ ଦୁର୍ବୃତ୍ତ

ଉମରକୋଟ,୧୫ା୧(ସଦାଶିବ ପ୍ରହରାଜ): ନବରଙ୍ଗପୁର ଜିଲାରେ ଥମୁନି ଲୁଟେରାଙ୍କ ଆତଙ୍କରାଜ। ସଂଘବଦ୍ଧ ଆକ୍ରମଣ କରି ୧୫ ଲକ୍ଷ ଟଙ୍କା ଲୁଟି ନେଇଛନ୍ତି ଲୁଟେରା। ଦୁଇ ଦିନ ତଳେ ନବରଙ୍ଗପୁର ସହରସ୍ଥିତ ଘରେ ପଶି ୨୦ ଲକ୍ଷ ଟଙ୍କା ଲୁଟ୍‌ ଘଟଣାର ପର୍ଦ୍ଦାଫାଶ ହୋଇ ନ ଥିବା ବେଳେ ପୁଣି ଆଜି ରାଇଘର ଥାନା ଛତାବେଢ଼ା ସାପ୍ତାହିକ ବଜାରରେ ବ୍ୟବସାୟୀଙ୍କୁ ସଂଘବଦ୍ଧ ଆକ୍ରମଣ କରି ୧୫ ଲକ୍ଷ ଟଙ୍କା ଲୁଟ୍‌ କରିଥିବା ଅଭିଯୋଗ ହୋଇଛି।
ନବରଙ୍ଗପୁର ଜିଲା ଅନ୍ତର୍ଗତ ରାଇଘର ବ୍ଲକରେ ରେଦିନ ଦ୍ବିପ୍ରହର ମୁଖାପିନ୍ଧା ଦୁର୍ବୃତ୍ତ ଲୁଟି ନେଇଛନ୍ତି ୧୫ ଲକ୍ଷରୁ ଊର୍ଦ୍ଧ୍ୱ ଟଙ୍କା। ସଦରମହକୁମାରେ ଲୁଟ୍‌ ଘଟଣାକୁ ୪୮ ଘଣ୍ଟା ନପୂରୁଣୁ ଆଜି ରାଇଘର ବ୍ଲକରେ ମରଣାନ୍ତକ ଆକ୍ରମଣ କରି ୧୫ ଲକ୍ଷ ଲୁଟ୍‌ ଘଟଣା ପୋଲିସ ବିଭାଗ ପାଇଁ ଚ୍ୟାଲେଞ୍ଜ ସୃଷ୍ଟି କରିଛି।

ସୂଚନାନୁସାରେ, ରାଇଘର ବ୍ଲକର ପଠାଣ ସାହିରେ ରହୁଥିବା ବ୍ୟବସାୟୀ ଅବଦୁଲ ଆନସାରି ନିଜ ଦୁଇ ଜଣ କର୍ମଚାରୀ ଗୁଡ୍ଡୁ ଧୋବା ଓ ଯୁନୁସ୍‌ ଲାଠିଆଙ୍କ ସହ ପାରୁଆ ପଞ୍ଚାୟତର ଛତାବେଡ଼ାଠାରେ ସାପ୍ତାହିକ ହାଟକୁ ଯିବା ସମୟରେ ଗ୍ରାମ ନିକଟରେ ମୁଖା ପିନ୍ଧା ୬ ଜଣ ବ୍ୟକ୍ତି ଏମାନଙ୍କୁ ଅଟକାଇଥିଲେ। ଅଟକିବା ପରେ ସେମାନେ ଅତର୍କିତ ବାଇକ ଚାଳକଙ୍କୁ ଠେଙ୍ଗା ସାହାଯ୍ୟରେ ଆକ୍ରମଣ କରିଥିଲେ। ଗୁଡ୍ଡୁ ଓ ୟୁନୁସ୍‌ଙ୍କୁ ଆକ୍ରମଣ କରି ଟଙ୍କା ବ୍ୟାଗ୍‌ ଧରିଥିବା ଅବଦୁଲ ବ୍ୟାଗ ଛାଡ଼ି ନ ଥିଲେ।ଯଦ୍ୱାରା ସେମାନେ ତାଙ୍କୁ ମରଣାନ୍ତକ ଆକ୍ରମଣ କରି ଟଙ୍କା ବ୍ୟାଗ ଧରି ଚମ୍ପଟ ମାରିଥିଲେ। ଗୁରୁତର ଅବସ୍ଥାରେ ଅବଦୁଲ ଅନସାରି ରାଇଘର ମେଡିକାଲରେ ଚିକିତ୍ସିତ ହେଉଥିବା ବେଳେ ଅନ୍ୟ ଦୁଇ ଜଣଙ୍କୁ ଘଟଣାସ୍ଥଳକୁ ନେଇ ପୋଲିସ ତଦନ୍ତ ଆରମ୍ଭ କରି ଥିବା ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ରିଲିଜ ପୂର୍ବରୁ ‘ରାକା’ରଚିଲା ଇତିହାସ: ଗିନିଜ ୱାଲର୍‌ଡ ରେକର୍ଡରେ ଅଲ୍ଲୁ ଅର୍ଜୁନଙ୍କ ଫିଲ୍ମ

ମୁମ୍ବାଇ: ‘ପୁଷ୍ପା’ ଓ ‘ପୁଷ୍ପା ୨’ ଭଳି ଫିଲ୍ମ ଜରିଆରେ କେବଳ ଦେଶ ନୁହେଁ, ସାରା ବିଶ୍ୱରେ ନିଜର ପରିଚୟ ସୃଷ୍ଟି କରିଥିବା ତେଲୁଗୁ ସୁପରଷ୍ଟାର ଅଲ୍ଲୁ…

ବାପାଙ୍କୁ ପିଟିପିଟି ମାରିଲେ ପୁଅ: ଘରୋଇ ଝଗଡା ହେଲା କାଳ

ବାରିପଦା,୨୧।୯(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ବାଙ୍ଗିରିପୋଷି ଥାନା ଅଧିନ ବ୍ରାହ୍ମଣଗାଁ ଗ୍ରାମପଞ୍ଚାୟତ ତାଳବନ୍ଦ ବୁରୁଡି ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି। ଘରୋଇ କଳିକୁ ନେଇ…

ଶୋକାକୁଳ ପରିବେଶରେ ଅବକାରୀ ବିଭାଗର ଅଧିକାରୀଙ୍କୁ ଶେଷ ବିଦାୟ: ବଜ୍ରପାତରେ…

ଦାରିଙ୍ଗବାଡି, ୨୧।୯ (ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ଶ୍ରାନିକେତା ଗାଁର ଯୁବ ସରକାରୀ ଅଧିକାରୀ ବୌଦ୍ଧ ଜିଲାରେ ରବିବାର ବଜ୍ରପାତରେ ମୃତ୍ୟୁବରଣ କରିଥିଲେ। ସୋମବାର ତାଙ୍କ…

ଦୀପାବଳି ପୂର୍ବରୁ ମାଲାମାଲ ହେବେ ଚାଷୀ! ଆସିବାକୁ ଯାଉଛି…

ନୂଆଦିଲ୍ଲୀ, ୨୧।୯: ପ୍ରଧାନମନ୍ତ୍ରୀ କିଷାନ ସମ୍ମାନ ନିଧି (PM-KISAN) ଯୋଜନାର ୨୪ତମ କିସ୍ତିକୁ ଦେଶର କୋଟି କୋଟି ଚାଷୀ ଅପେକ୍ଷା କରିଛନ୍ତି। ଏହି ଯୋଜନାର ୨୩ତମ କିସ୍ତି…

ଏହି ଜିଲାରେ ୨୪ ଯାଏ ସ୍କୁଲ ଛୁଟି ଘୋଷଣା: ଆଲର୍ଟ ରହିବାକୁ ନିର୍ଦ୍ଦେଶ

ଗଜପତି,୨୧।୯: ବଙ୍ଗୋପସାଗରରେ ସୃଷ୍ଟି ଲଘୁଚାପ ଧୀରେ ଧୀରେ ଗଭୀର ଅବପାତର ରୂପ ନେଇଛି। ଫଳରେ ରାଜ୍ୟରେ ପ୍ରବଳ ବର୍ଷା ଲାଗି ରହିଛି। ଆସନ୍ତା ୨୩ ଏବଂ ୨୪…

ପିଲାଙ୍କୁ ଖଡ଼ି ଧରି ପାଠ ପଢ଼ାଇଲେ ସରପଞ୍ଚ: ସବୁଠି ହେଉଛି ଚର୍ଚ୍ଚା

ଦାରିଙ୍ଗବାଡି, ୨୧।୯ (ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ପଞ୍ଚାୟତର ନାଏବ ସରପଞ୍ଚ ଦୀପକ ପ୍ରଧାନଗତ କିଛି ଦିନ ହେଲା ସରପଞ୍ଚ ଦାୟିତ୍ୱ ସମ୍ଭାଳିବା ପରେ ପ୍ରଥମଥର ପାଇଁ…

ପୋଲିସ ଯାଞ୍ଚ୍‌ ନାଁରେ ଲୋକଙ୍କୁ ହଇରାଣ: ଥାନା ଏଏସଆଇଙ୍କ ଦାଦାଗିରି

ରିଷିଡା,୨୧।୯(ସୁଶାନ୍ତ ମଲ୍ଲିକ): ଗତକିଛି ଦିନ ହେଲା ମ.ରାମପୁର ଥାନା ଅଧିନ ବିଭିନ୍ନ ଅଞ୍ଚଳରେ ସନ୍ଧ୍ୟା ସମୟରେ ପୋଲିସ ଯାଞ୍ଚ୍‌ ନାଁରେ ଜନୈକ ଏଏସଆଇ ଦାଦାଗିରି ଚଲାଇଥିବା ଅଭିଯୋଗ…

୧୭-୧ରେ ହାରିଲା ଇଣ୍ଡୋନେସିଆ, ଦୀପିକା, ଋତୁଜା, ନବନୀତଙ୍କ ହ୍ୟାଟ୍ରିକ ଗୋଲ୍‌

କାକାମିଗାହାରା,୨୧।୯: ଏସିଆନ ଗେମ୍ସ ମହିଳା ହକି ପ୍ରତିଯୋଗିତାରେ ପୁଲ୍‌ ‘ବି’ର ଏକ ମ୍ୟାଚ୍‌ରେ ଭାରତ ୧୭-୧ ଗୋଲ୍‌ରେ ଇଣ୍ଡୋନେସିଆକୁ ହରାଇ ଦେଇଛି। ସୋମବାର ଖେଲାଯାଇଥିବା ଏହି ଏକତରଫା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?