Posted inଫୁରସତ

ନିରାପଦ ଏଚ୍‌ଆଇଭି ଟିକା ପାଇଁ ମିଳିତ ଉଦ୍ୟମ ଦରକାର

ସମଗ୍ର ବିଶ୍ୱରେ ଚିନ୍ତାର କାରଣ ସାଜିଥିବା ତଥା ଅନ୍ୟତମ ପ୍ରମୁଖ ରୋଗ ମଧ୍ୟରେ ଏଡ୍‌ସ (ଆକ୍ୟୁଆଡ ଇମ୍ୟୁନ ଡେଫିସିଏନ୍‌ସି ସଣ୍ଡ୍ରୋମ) ଅନ୍ୟତମ। ଏହାର ଏ ପର୍ଯ୍ୟନ୍ତ କୌଣସି ସ୍ଥାୟୀ ଚିକିତ୍ସା ପ୍ରଣାଳୀ ବାହାରି ନାହିଁ। ଏ ନେଇ ଜନସାଧାରଣଙ୍କୁ ସଚେତନ କରାଇବା ଲାଗି ପ୍ରତି ବର୍ଷ ମେ’ ୧୮ ତାରିଖରେ ‘ବିଶ୍ୱ ଏଡ୍‌ସ ଟିକା ଦିବସ’ ପାଳିତ ହୋଇଥାଏ। ଚଳିତବର୍ଷର ଏହି ଦିବସର ପ୍ରସଙ୍ଗ ରହିଛି ନିରାପଦ ଏଚ୍‌ଆଇଭି ଟିକା ପାଇଁ ମିଳିତ ଉଦ୍ୟମ ଦରକାର। ୧୯୯୭ ମସିହା ମେ’ ୧୮ରେ ଆମେରିକାର ତତ୍କାଳୀନ ରାଷ୍ଟ୍ରପତି ବିଲ୍‌ କ୍ଲିଣ୍ଟନ ମୋର୍ଗାନ ଷ୍ଟେଟ୍‌ ୟୁନିଭର୍ସିଟିରେ ଭାଷଣ ଦେଉଥିବା ଅବସରରେ ଏଭଳି ପ୍ରସ୍ତାବ ଦେଇଥିଲେ। ପରେ ତାହାକୁ ସମସ୍ତେ ସମର୍ଥନ କରିଥିଲେ। ଏଭଳି ବିଷୟରେ ଆଲୋଚନା ଆରମ୍ଭ ହେବା ପରେ ଏଚ୍‌ଆଇଭି ପ୍ରତିଷେଧକ ଟିକାର ଉଦ୍ଭାବନ ପାଇଁ ଚେଷ୍ଟା ମଧ୍ୟ ଆରମ୍ଭ କରାଯାଇଥିଲା। ପ୍ରତିବର୍ଷ ଏହି ଦିନରେ ସମଗ୍ର ବିଶ୍ୱରେ ବିଭିନ୍ନ ପ୍ରକାର ଜନସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥାଏ। ଏଡ୍‌ସ ରୋଗ ବିଷୟରେ ଲୋକମାନଙ୍କୁ ଆହୁରି ସଚେତନ କରାଇବା ଏହି ଦିବସର ମୂଳ ଲକ୍ଷ୍ୟ। କାରଣ ଆରମ୍ଭରୁ ଯଦି ଜଣେ ଏ ବିଷୟରେ ସତର୍କ ରୁହନ୍ତି ତେବେ ସେ ନିଜକୁ ଏଡ୍‌ସଠାରୁ ଅନେକାଂଶରେ ଦୂରେଇ ରଖିପାରିବେ। ତେଣୁ ଏହାର ଲକ୍ଷଣ ବିଷୟରେ ଜଣେ ଅବଗତ ହେବା ନିହାତି ଦରକାର। ଏଚ୍‌ଆଇଭି (ହ୍ୟୁମାନ ଇମ୍ୟୁନୋଡିଫିସିଏନ୍ସି ଭାଇରସ) ହେଉଛି ଏକ ଏଭଳି ଭୟଙ୍କର ଭୂତାଣୁ, ଯାହା ଶରୀରରେ ପ୍ରବେଶ କରିବା ପରେ ରୋଗ ପ୍ରତିରୋଧକ ଶକ୍ତି ବା ଇମ୍ୟୁନିଟି ପାଓ୍ବାରକୁ ଦୁର୍ବଳ କରିପକାଏ। ଅସୁରକ୍ଷିତ ଯୌନ ସମ୍ପର୍କ, ବିଶୋଧିତ ହୋଇ ନ ଥିବା ସିରିଞ୍ଜ ଦ୍ୱାରା ଏହି ରୋଗ ମୁଖ୍ୟତଃ ବ୍ୟାପିଥାଏ। ଏପରିକି ଗର୍ଭାବସ୍ଥାରେ ମା’ଠାରୁ ପିଲାଙ୍କୁ ଏହି ରୋଗ ସଂକ୍ରମିତ ହୋଇପାରେ। ଏହି ଭୂତାଣୁ ଶରୀରରେ ପ୍ରବେଶ କଳେ ଜ୍ୱର ହେବା ବ୍ୟତୀତ ଗଳାରେ ଯନ୍ତ୍ରଣା, ଥକାପଣ ଭଳି ଲକ୍ଷଣ ପ୍ରକାଶ ପାଇଥାଏ। ବର୍ତ୍ତମାନ ଏହି ରୋଗରେ ଆକ୍ରାନ୍ତ ହୋଇ ଅନେକ ଲୋକ ଅକାଳ ମୃତ୍ୟୁର ଶିକାର ହେଉଛନ୍ତି। ଏଥିପାଇଁ ଟିକାର ବିକାଶ ହେଲେ ତାହା ଏଡ୍‌ସ ମୃତ୍ୟୁହାରରେ ଅଙ୍କୁଶ ଲଗାଇ ପାରିବ ବୋଲି ସ୍ବାସ୍ଥ୍ୟ ବିଶେଷଜ୍ଞମାନେ ମତ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଢାବା କର୍ମଚାରୀଙ୍କୁ ମରଣାନ୍ତକ ଆକ୍ରମଣ

ବୈଶିଙ୍ଗା,୧୨।୯(ରତନ ଦାଶ): ମୟୂରଭଞ୍ଜ ଜିଲାର ବୈଶିଙ୍ଗା ଥାନା ଅଧୀନ ୧୮ ନମ୍ବର ଜାତୀୟ ରାଜପଥ ଗଡଦେଉଳିଆ ସ୍ଥିତ ଏକ ଢ଼ାବାରେ ଶନିବାର ସନ୍ଧ୍ୟାରେ ୪ଜଣ ଦୁର୍ବୃତ୍ତ ପଶି…

ଝିଅ ଘରକୁ ବୁଲିବାକୁ ଯାଇଥିଲେ, କଳାକନା ବୁଲାଇଲେ ଦୁର୍ବୃତ୍ତ

ବୈଶିଙ୍ଗା,୧୨।୯(ରତନ ଦାଶ): ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅନ୍ତର୍ଗତ ଗଡଦେଉଳିଆ ଗ୍ରାମର ଜନୈକ ବ୍ୟକ୍ତି ତାଙ୍କ ଝିଅ ଘରକୁ ବୁଲିବାକୁ ଯାଇଥିବା ବେଳେ ଦୁର୍ବୃତ୍ତମାନେ ଘରେ ପଶି…

ବାଇକ୍‌କୁ ପିଟିଲା ବାଇକ୍‌: ୨ ଛାତ୍ରଙ୍କ ସମେତ ୪ ଗୁରୁତର

ଦିଗପହଣ୍ଡି,୧୨।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡିସ୍ଥିତ ଖେମୁଣ୍ଡି କଲେଜ ନିକଟରେ ଶନିବାର ଘଟିଥିବା ଏକ ସଡ଼କ ଦୁର୍ଘଟଣାରେ ଯୁକ୍ତ ୩ରେ ପଢୁଥିବା ୨ ଛାତ୍ରଙ୍କ ସମେତ…

ଦୁର୍ଘଟଣାରେ ଆହତ ବୃଦ୍ଧଙ୍କ ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ, ଆଜି ମୃତଦେହ ଜବତ କରି…

ଦିଗପହଣ୍ଡି,୧୨ା୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଗୋକର୍ଣ୍ଣପୁର ପଞ୍ଚାୟତ ଅନଙ୍ଗପୁର ଗ୍ରାମ ନିକଟ ମୁଖ୍ୟରାସ୍ତାରେ ଏକ ବାଇକ୍‌ ଧକ୍କାରେ ସାନଖେମୁଣ୍ଡି ବ୍ଲକ ଗୌତମୀ ଗ୍ରାମର…

ଗୁଣିଆ ସନ୍ଦେହରେ ବାନ୍ଧିକି ରଖିଲେ, ଭିଡିଓ ଭାଇରାଲ

ପାତ୍ରପୁର,୧୨।୯(ଉମା ଚରଣ ନେପାକ): ଗଞ୍ଜାମ ଜିଲା ପାତ୍ରପୁର ବ୍ଲକ ବି ନୂଆଗାଁ ଗ୍ରାମରେ ଶନିବାର ସନ୍ଧ୍ୟାରେ ଏକ ଅଭାବନୀୟ ପରିସ୍ଥିତି ଦେଖିବାକୁ ମିଳିଛି l ଗ୍ରାମର କେଉଟ…

ଭଦ୍ରକରୁ ଅପହରଣ କରି ୫ ଲକ୍ଷ ଟଙ୍କାର ମୁଣ୍ଡ ଜାମିନ ରଖିଥିଲେ ଅପହରଣକାରୀ, ଆଉ ତା’ ପରେ…

ହାଟଡିହୀ,୧୨ା୯(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ପୋଲିସ ପାଇଁ ଅପହରଣର ଶିକାର ହୋଇଥିବା ୩ ଜଣଙ୍କ ଜୀବନ ବଞ୍ଚିଯାଇଛି। ପୋଲିସର ହସ୍ତକ୍ଷେପ ପରେ ଅପହରଣ ଶିକାର ହୋଇ ୫…

ଜୀବନ ସଂଘର୍ଷରେ ହାରିଗଲେ ଚାଷୀ

ଦିଗପହଣ୍ଡି,୧୨।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଚଷାନିମଖଣ୍ଡି ଗ୍ରାମର ଜଣେ ଚାଷୀ ସାପ କାମୁଡ଼ାରେ ଗୁରୁତର ହୋଇ ବ୍ରହ୍ମପୁର ବଡ଼ ଡାକ୍ତରଖାନାରେ ଚିକିତ୍ସାଧୀନ ଥିବା…

କାର୍‌ରେ ଚାଲାଣ ହେଉଥିଲା ଗଞ୍ଜେଇ, ଯାଞ୍ଚ ସମୟରେ ମହାରାଷ୍ଟ୍ରର ୨ ଅଭିଯୁକ୍ତଙ୍କୁ ଧରି…

ଦାରିଙ୍ଗବାଡ଼ି,୧୨ା୯(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନା ସିମନବାଡ଼ି ପଞ୍ଚାୟତ ଟୋଲଗେଟ ନିକଟରେ ପୋଲିସ ବ୍ଲକିଂ କରି ଯାଞ୍ଚ କରିବା ସମୟରେ ଗୋଟିଏ କାର୍‌ରୁ ୪୨ କେଜି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?