‘ସୁରକ୍ଷିତ ଓଡ଼ିଶା ଗଠନ ଆମର ମୂଳ ଲକ୍ଷ୍ୟ’

ରାୟଗଡ଼ା,୨ା୧୦(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ାସ୍ଥିତ ବିଜୁ ପଟ୍ଟନାୟକ ଅଡିଟୋରିୟମରେ ଏସ୍‌ପି ବିବେକାନନ୍ଦ ଶର୍ମାଙ୍କ ଅଧ୍ୟକ୍ଷତାରେ ସାଇବର ସୁରକ୍ଷା ଅଭିଯାନ କାର୍ଯ୍ୟକ୍ରମର ଶୁଭାରମ୍ଭ ହୋଇଯାଇଛି। କାର୍ଯ୍ୟକ୍ରମ ପ୍ରାରମ୍ଭରେ ଅତିରିକ୍ତ ଏସପି ବିଷ୍ଣୁ ପ୍ରସାଦ ପାତ୍ର ଅତିଥିଙ୍କୁ ମଞ୍ଚକୁ ନିମନ୍ତ୍ରିତ କରିଥିଲେ। ଏହି କାର୍ଯ୍ୟକ୍ରମରେ ଆଇନ ମନ୍ତ୍ରୀ ଜଗନ୍ନାଥ ସାରକା ମୁଖ୍ୟ ଅତିଥି ଭାବେ ଯୋଗ ଦେଇଥିବା ବେଳେ ପୂର୍ବତନ ରାଜ୍ୟସଭା ସଦସ୍ୟ ଏନ୍‌ ଭାସ୍କର ରାଓ, ରାୟଗଡ଼ା ବିଧାୟକ ମକରନ୍ଦ ମୁଦୁଲି, ବିଏସ୍‌କଓ୍ବୋଇ ରାଜ୍ୟ ଉପଦେଷ୍ଟା ସୁଧୀର ଦାସ ପ୍ରମୁଖ ସମ୍ମାନିତ ଅତିଥି ଭାବେ ଯୋଗ ଦେଇଥିଲେ। କାର୍ଯ୍ୟକ୍ରମ ପ୍ରାରମ୍ଭରେ ଅତିରିକ୍ତ ଏସପି ବିଷ୍ଣୁ ପାତ୍ର କହିଥିଲେ ଯେ, ଆଜିର ମଣିଷ କୌଣସି ନା କୌଣସି ମାଧ୍ୟମରେ ଡିଜିଟାଲ କାରବାର ସହିତ ଜଡ଼ିତ। ତେବେ ସଚେତନତା ଅଭାବ ଓ ଅସାବଧାନତା କାରଣରୁ ସାଇବର ଅପରାଧର ଶିକାର ହୋଇଥାନ୍ତି ଜନସାଧାରଣ। ତେଣୁ ଅକ୍ଟୋବର ମାସକୁ ସାଇବର ସୁରକ୍ଷା ମାସ ଭାବେ ଓଡ଼ିଶାରେ ପାଳନ କରାଯିବାକୁ ନେଇ ସ୍ଥିର ହୋଇଛି। ଛାତ୍ରୀଛାତ୍ର, ମହିଳା, ବରିଷ୍ଠ ନାଗରିକ ଓ ଡିଜିଟାଲ ମାଧ୍ୟମ ବ୍ୟବହାର କରୁଥିବା ପ୍ରତ୍ୟେକଙ୍କୁ ସଚେତନ କରିବା ସହ ସୁରକ୍ଷିତ ଓଡ଼ିଶା ଗଠନ କରିବା ଉକ୍ତ କାର୍ଯ୍ୟକ୍ରମର ମୂଳ ଲକ୍ଷ୍ୟ ବୋଲି ଏସ୍‌ପି ଶର୍ମା କହିଛନ୍ତି। ଏହି କାର୍ଯ୍ୟକ୍ରମରେ ଅନ୍ୟମାନଙ୍କ ମଧ୍ୟରେ ଅତିରିକ୍ତ ଜିଲାପାଳ ଭାସ୍କର ରଇତ, ରାୟଗଡ଼ା ପୌରାଧ୍ୟକ୍ଷ ପି.ମହେଶ ପଟ୍ଟନାୟକ, ପୌରନିର୍ବାହୀ ଅଧିକାରୀ ୟାସିର ବିଲାଲ ଅହମ୍ମଦ, ପିସିସି ରାଜ୍ୟ ସାଧାରଣ ସମ୍ପାଦକ ଦୁର୍ଗା ପ୍ରସାଦ ପଣ୍ଡାଙ୍କ ସମେତ ସହର ବୁଦ୍ଧିଜୀବୀ, ବରିଷ୍ଠ ସାମ୍ବାଦିକ, ଜନସାଧାରଣ ଓ ବିଭିନ୍ନ ବିଦ୍ୟାଳୟର ଛାତ୍ରୀ ଯୋଗ ଦେଇଥିଲେ। ଏହି କାର୍ଯ୍ୟକ୍ରମକୁ ପୋଲିସର ସମସ୍ତ ଅଧିକାରୀ ଉପସ୍ଥିତ ରହି କାର୍ଯ୍ୟ ପରିଚାଳନା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବ୍ଲକ-ପଞ୍ଚାୟତ ପ୍ରଶାସନର ଟାଳଟୁଳ ନୀତି: ସ୍ୱାମୀଙ୍କ ମୃତ୍ୟୁର ଦୁଇ ବର୍ଷ ପରେ ବି ସୂର୍ଯ୍ୟଙ୍କୁ ମିଳିନି ବିଧବା ଭତ୍ତା

ଥୁଆମୂଳ ରାମପୁର,୨୧।୭ (ଦୁର୍ଗା କୀର୍ତ୍ତି): ସରକାରୀ ସାମାଜିକ ସୁରକ୍ଷା ଯୋଜନାର ବ୍ୟାପକ ପ୍ରଚାର ଚାଲିଥିଲେ ହେଁ ପ୍ରଶାସନିକ ଅବହେଳା ଯୋଗୁ ପ୍ରକୃତ ହିତାଧିକାରୀମାନେ ଏହାରୁ ବଞ୍ଚିତ ହେଉଥିବା…

ଅଧିନାୟଙ୍କ ବଡ଼ ଦାବି , ଜିମ୍ବାଓ୍ବେ ପାଖରେ ସିରିଜ୍‌ ଜିତିବାର ସୁଯୋଗ ରହିଛି

ହରାରେ,୨୧ା୭: ଆସନ୍ତା ଗୁରୁବାର ଭାରତ ଓ ଜିମ୍ବାଓ୍ବେ ମଧ୍ୟରେ ୩ ମ୍ୟାଚ୍‌ ବିଶିଷ୍ଟ ଟି୨୦ ସିରିଜ୍‌ର ପ୍ରଥମ ମ୍ୟାଚ୍‌ ଖେଳାଯିବ। ଜିମ୍ବାଓ୍ବେ ଅଧିନାୟକ ଶିକନ୍ଦର ରାଜାଙ୍କ ମତରେ…

ଶୌଚ ପାଇଁ ଯାଇଥିବା ବେଳେ ଖସିଗଲା ଗୋଡ଼, ପୋଖରୀରେ ବୁଡ଼ି ଚାଲିଗଲା ଦିବ୍ୟାଙ୍ଗ ପଞ୍ଚାଙ୍କ ଜୀବନ

ଦିଗପହଣ୍ଡି/ପାଟପୁର,୨୧।୭(ଅଶେଷ ନାଥ ମିଶ୍ର/ସିମାଞ୍ଚଳ ସାହୁ): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପୋଡ଼ାମାରି ଗ୍ରାମ ଅଙ୍ଗେଇତ ବନ୍ଧ ପୋଖରୀରେ ବୁଡ଼ି ଜଣେ ଦିବ୍ୟାଙ୍ଗ ଯୁବକ ମୃତ୍ୟୁବରଣ କରିଛନ୍ତି ।…

ପୁଣି ଆନ୍ଦୋଳନ ଡାକରା ଦେଲା CJP! ଆଜି ରାତି ୮ଟାରେ ଦିଲ୍ଲୀରେ ହେବ…

ନୂଆଦିଲ୍ଲୀ,୨୧।୭: ନିଟ୍ (NEET) ପେପର ଲିକ୍, କୃଷକଙ୍କ ଆନ୍ଦୋଳନ ଏବଂ ପୋଲିସର ବଳପ୍ରୟୋଗ ବିରୋଧରେ ଦିଲ୍ଲୀରେ ରାଜନୈତିକ ସରଗରମ ବୃଦ୍ଧି ପାଇବାରେ ଲାଗିଛି। ଏହି କ୍ରମରେ କକରୋଚ…

ଚାମ୍ପିୟନ ସ୍ପେନ୍‌ ଦଳକୁ ଭବ୍ୟ ସ୍ବାଗତ

ମାଡ୍ରିଡ୍‌,୨୧ା୭: ସ୍ପେନ୍‌ର ବିଶ୍ୱ ଚାମ୍ପିୟନ ଫୁଟବଲ ଦଳ ମଙ୍ଗଳବାର ସ୍ବଦେଶ ଫେରିଛି। ଦଳକୁ ସ୍ବାଗତ କରିବା ପାଇଁ ପାଖାପାଖି ୨୦ ଲକ୍ଷ ପ୍ରଶଂସକ ମାଡ୍ରିଡ୍‌ ରାସ୍ତାରେ ଏକତ୍ରିତ…

ଜୀରାନଦୀ ଜଳ ହେବ ସ୍ବଚ୍ଛ: ୧୭୮.୫୦ କୋଟି ଟଙ୍କାର ଏସଟିପି ପ୍ରକଳ୍ପ ପାଇଁ ମିଳିଲା ରାଜ୍ୟ ସରକାରଙ୍କ ମଞ୍ଜୁରୀ

ବରଗଡ଼,୨୧।୭(ପ୍ରେମାନନ୍ଦ ଖମାରୀ)- ବରଗଡ଼ ସହର ମଧ୍ୟ ଦେଇ ପ୍ରବାହିତ ଜୀରାନଦୀକୁ ପ୍ରଦୂଷଣମୁକ୍ତ କରିବା ଏବଂ ସହରର ବ୍ୟବହୃତ ଜଳ ପରିଚାଳନା ବ୍ୟବସ୍ଥାକୁ ସୁଦୃଢ଼ କରିବା ପାଇଁ ରାଜ୍ୟ…

ମୋଦିଙ୍କ ଘର ଆଗରେ ଶୋଇଗଲେ ରାହୁଲ; ଉଠାଇ ନେଲା ପୋଲିସ, ଭିଡିଓ ଭାଇରାଲ

ନୂଆଦିଲ୍ଲୀ,୨୧।୭: ନିଟ୍ (NEET) ପେପର ଲିକ୍ ଏବଂ ଛାତ୍ରଛାତ୍ରୀଙ୍କ ଉପରେ ଦିଲ୍ଲୀ ପୋଲିସର ବଳପ୍ରୟୋଗ ବିରୋଧରେ ମଙ୍ଗଳବାର ଦିନ ପ୍ରଧାନମନ୍ତ୍ରୀଙ୍କ ବାସଭବନ ଆଗରେ କଂଗ୍ରେସ ପକ୍ଷରୁ ଧାରଣା…

ଧାରଣାସ୍ଥଳରୁ ରାହୁଲ କଲେ ବଡ଼ ଘୋଷଣା, ଏବେଠୁ ମୁଁ… ରାଜନୀତିରେ ହଲଚଲ

ନୂଆଦିଲ୍ଲୀ,୨୧।୭: ମଙ୍ଗଳବାର ନିଟ୍ (NEET) ପେପର ଲିକ୍ ମାମଲାରେ କକରୋଚ ଜନତା ପାର୍ଟି ଏବଂ ଦେଶବାସୀଙ୍କ ବିରୋଧ ପ୍ରଦର୍ଶନ ଜାରି ରହିଛି। ଏଥିରେ ଏବେ କଂଗ୍ରେସ ନେତା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri