ସାମ୍ନାକୁ ଆସିଲା ତୁର୍କୀର ସାଟେଲାଇଟ୍‌ ଚିତ୍ର, ଏଥିରେ ରହିଛି ଭୟଙ୍କର ଦୃଶ୍ୟ

ଆଙ୍କାରା,୯ା୨: ଫେବୃୟାରୀ ୬ରେ ତୁର୍କୀ ଏବଂ ସିରିଆରେ ଘଟିଥିବା ଭୟଙ୍କର ଭୂକମ୍ପ ପରେ ଦେଶର ଚେହେରା ପୂରା ବଦଳି ଯାଇଛି। ଖବର ଅନୁଯାୟୀ, ଏହି ଭୟଙ୍କର ଭୂକମ୍ପରେ ୧୫୦୦୦ରୁ ଅଧିକ ଲୋକ ପ୍ରାଣ ହରାଇଛନ୍ତି। ଅନେକ ଲୋକଙ୍କୁ ଉଦ୍ଧାର କରାଯାଇଛି। ଏହି ଭୟଙ୍କର ଭୂକମ୍ପ ପରେ ବର୍ତ୍ତମାନ ସାଟେଲାଇଟ ଚିତ୍ର ସାମ୍ନାକୁ ଆସିଛି, ଯେଉଁଥିରେ ସମଗ୍ର ସହରର ଧ୍ୱଂସାବଶେଷ ଆବର୍ଜନା ଆକାରରେ ଦୃଶ୍ୟମାନ ହେଉଛି। ବହୁ ଉଚ୍ଚ ଅଟ୍ଟାଳିକା ଭୁଶୁଡି ପଡ଼ିଥିବା ଏଥିରେ ଦେଖିବାକୁ ମିଳିଛି।

ସାଟେଲାଇଟ୍‌ ଚିତ୍ରରେ ଦେଖାଯାଇଥିବା ଖୋଲା ସ୍ଥାନ ଏବଂ ଷ୍ଟାଡିୟମରେ ରିଲିଫ କାର୍ଯ୍ୟ ପାଇଁ ଶହ ଶହ ଜରୁରିକାଳୀନ ଆଶ୍ରୟସ୍ଥଳ ସ୍ଥାପନ କରାଯାଇଛି। କାହରାମନାରାସ ଏବଂ ଗାଜିଆଣ୍ଟେପ ମଧ୍ୟରେ ଥିବା ଅଞ୍ଚଳଗୁଡିକରେ ସର୍ବାଧିକ ଧ୍ୱଂସାବଶେଷ ଦେଖିବାକୁ ମିଳିଛି। ସହରର ସମସ୍ତ ବ୍ଲକ୍‌ ଅଳିଆ ଗଦାରେ ପରିଣତ ହୋଇଛି।

ତୁର୍କୀ ଆକଳନ କରିଛି ଯେ, ଅନେକ ସରକାରୀ ଡାକ୍ତରଖାନା ସମେତ ୭ଟି ପ୍ରଦେଶରେ ୩୦୦୦ରୁ ଅଧିକ କୋଠା ଭୁଶୁଡି ପଡ଼ିଛି। ସୂଚନା ଅନୁଯାୟୀ, ୧୩ତମ ଶତାବ୍ଦୀର ଏକ ଐତିହାସିକ ମସଜିଦ ମଧ୍ୟ ଏଥିରେ ଆଂଶିକ ଭୁଶୁଡ଼ି ପଡ଼ିଛି। ବର୍ତ୍ତମାନ ସୁଦ୍ଧା ମୃତ୍ୟୁସଂଖ୍ୟା ୧୫,୩୮୩ରେ ପହଞ୍ଚିଛି। ସେଥିମଧ୍ୟରେ ତୁର୍କୀରେ ୧୨,୩୯୧ ଏବଂ ସିରିଆରେ ୨,୯୯୨ ଜଣ ଅଛନ୍ତି। ଏହା ସହିତ ଉଦ୍ଧାର କାର୍ଯ୍ୟ ଜାରି ରହିଛି। ମୃତ୍ୟୁସଂଖ୍ୟା ବଢ଼ିବାର ଅନୁମାନ କରାଯାଉଛି। ପ୍ରଥମ ଦିନ ଭୂକମ୍ପର ତୀବ୍ରତା ରିକ୍ଟର ସ୍କେଲ୍‌ରେ ୭.୮ ଥିଲା। ଏହା ପ୍ରାୟ ୧ ମିନିଟ୍‌ ଧରି ହୋଇଥିଲା।  ସୋମବାର ଦ୍ୱିତୀୟ ଦିନ ରିକ୍ଟର ସ୍କେଲରେ ଭୂକମ୍ପର ତୀବ୍ରତା ୭.୫ ଥିଲା। ଏହା ପରେ ଅନେକ ଭୂକମ୍ପ ଘଟିଛି।

ବିଶ୍ୱ ସ୍ବାସ୍ଥ୍ୟ ସଂଗଠନ (ଡବ୍ଲ୍ୟୁଏଚ୍‌ଓ) କହିଛି, ଭୂକମ୍ପ ଯୋଗୁ ୨୩ ନିୟୁତ ଲୋକ ପ୍ରଭାବିତ ହେବେ। ପ୍ରଭାବିତ ଅଞ୍ଚଳରେ ୭୭ଟି ଜାତୀୟ ତଥା ୧୩ଟି ଅନ୍ତର୍ଜାତୀୟ ଜରୁରିକାଳୀନ ଚିକିତ୍ସା ଦଳ ନିୟୋଜିତ ହୋଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ହର୍ମୁଜକୁ ନେଇ ଇରାନ ସହ ପାକିସ୍ତାନ କଲା ବଡ଼ ଡିଲ୍‌, ତାଟକା ହେଲା ସାରା ବିଶ୍ୱ!

ଇସଲାମାବାଦ,୨୯।୩: ଆମେରିକା ଏବଂ ଇସ୍ରାଏଲ ବିରୋଧରେ ଇରାନର ସଂଘର୍ଷ ବନ୍ଦ କରିବା ପାଇଁ ଚାଲିଥିବା ପ୍ରୟାସ ମଧ୍ୟରେ, ପାକିସ୍ତାନ ଏକ ବଡ଼ କୂଟନୈତିକ ସଫଳତା ହାସଲ କରିଛି।…

ପେଟ୍ରୋଲ ରେଟ୍‌ ଆଗକୁ ବଢିବ କି? ମୋଦି କହିଦେଲେ ସତକଥା…

ନୂଆଦିଲ୍ଲୀ,୨୯।୩: ମଧ୍ୟପ୍ରାଚ୍ୟରେ ଯୁଦ୍ଧ ଆରମ୍ଭ ହେବାର ଏକ ମାସ ବିତିଗଲାଣି। ଇସ୍ରାଏଲ ଏବଂ ଆମେରିକା ଇରାନ ଉପରେ ଆକ୍ରମଣ ଆରମ୍ଭ କଲେ। ପ୍ରତିଶୋଧ ସ୍ୱରୂପ, ଇରାନ ହର୍ମୁଜ…

ଯୁଦ୍ଧ ଭିତରେ ପାକିସ୍ତାନର ବଡ଼ ଗେମ୍‌! ୩ଦେଶକୁ ଏକାଠି କରି…

ଇସଲାମାବାଦ,୨୯।୩: ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ବିବାଦର ଅନ୍ତ ଘଟାଇବା ପାଇଁ ପାକିସ୍ତାନ ଏହି ସପ୍ତାହାନ୍ତରେ ଏକ ଗୁରୁତ୍ୱପୂର୍ଣ୍ଣ ଆଲୋଚନା ଆୟୋଜନ କରିବାକୁ ଯାଉଛି। ଏହି…

ଗ୍ରାଉଣ୍ଡକୁ ସେନା ପଠାଇଲା ଆମେରିକା, ଏବେ ଜୋରଦାର ହେବ ବିଶ୍ୱଯୁଦ୍ଧ! ବିଶ୍ୱରେ ଚହଳ

ଓ଼୍ବାଶିଂଟନ,୨୯।୩: ଇରାନ ସହିତ ଚାଲିଥିବା ସଂଘର୍ଷର ଏକ ମାସ ପୂରଣ ହେଉଥିବାରୁ, ଆମେରିକା ମଧ୍ୟପ୍ରାଚ୍ୟରେ ଏହାର ସାମରିକ ଉପସ୍ଥିତିକୁ ଆହୁରି ମଜବୁତ କରିଛି। ଆମେରିକାର କେନ୍ଦ୍ରୀୟ କମାଣ୍ଡ…

ଏସ୍‌ସିବି ପ୍ଲାଷ୍ଟିକ ସର୍ଜରି ବହିର୍ୱିଭାଗରେ ନିଅଁା

କଟକ,୨୯ା୩(ଶିଳ୍ପା ପ୍ରିୟଦର୍ଶିନୀ): ଏସ୍‌ସିବି ମେଡିକାଲ ପିଛା ଛାଡ଼ୁନି ଅଗ୍ନିକାଣ୍ଡ। ଶନିବାର ପୁଣି ମେଡିକାଲରେ ଶଟ୍‌ସର୍କିଟରୁ ନିଅଁା ଲାଗିଛି। ଅପରାହ୍ନ ପ୍ରାୟ ୪ଟା ସମୟରେ ମେଡିକାଲର ପ୍ଲାଷ୍ଟିକ ସର୍ଜରି…

୨୦୨ ରନ୍‌ର ଟାର୍ଗେଟ୍ ମାତ୍ର ୧୫.୪ ଓଭରରେ ଶେଷ! ଆଇପିଏଲ୍‌ରେ ଆରସିବିର ନୂଆ ରେକର୍ଡ

ବେଙ୍ଗାଲୁର,୨୮।୩: ଆଇପିଏଲ୍‌ ୨୦୨୬ର ଶୁଭାରମ୍ଭ ଅତି ଜବରଦସ୍ତ ଶୈଳୀରେ ହୋଇଛି। ଟୁର୍ନାମେଣ୍ଟର ପ୍ରଥମ ମ୍ୟାଚ୍‌ରେ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (RCB) ସନରାଇଜର୍ସ ହାଇଦ୍ରାବାଦ (SRH) ବିପକ୍ଷରେ ଏକ…

ରୁଷିଆ ପାଇଁ ଆମେରିକାକୁ ଡ଼ରୁନାହିଁ ଇରାନ, ହଟିବାକୁ ନାରାଜ ମୋଜତାବା, ଆମେରିକା ପାଇଁ ବିପଦର ଘଣ୍ଟି!

ମସ୍କୋ/ତେହେରାନ,୨୮।୩: ବିଶ୍ୱ ରାଜନୀତିରେ ଏକ ନୂଆ ସମୀକରଣ ଦେଖିବାକୁ ମିଳିଛି। ପାଶ୍ଚାତ୍ୟ ଦେଶଗୁଡ଼ିକର କଠୋର ପ୍ରତିବନ୍ଧକ ସତ୍ତ୍ୱେ ରୁଷିଆ ଏବଂ ଇରାନ ମଧ୍ୟରେ ବନ୍ଧୁତା ଦିନକୁ ଦିନ…

ହର୍ମୁଜରେ ଯୁଦ୍ଧର କାଉଣ୍ଟଡାଉନ୍‌: ପୁରା ଆରବକୁ ମାଟିରେ ମିଶାଇଦେବ ଇରାନ? ମୋଜତାବାଙ୍କ ଚେତାବନୀରେ ଥରିଲା ଦୁନିଆ

ତେହେରାନ/ୱାଶିଂଟନ,୨୮।୩: ମଧ୍ୟପ୍ରାଚ୍ୟରେ ବିଶ୍ୱଯୁଦ୍ଧର ପଦଧ୍ୱନି ଶୁଣାଗଲାଣି। ଆମେରିକାର ‘ଗ୍ରାଉଣ୍ଡ ଅପରେଶନ’ ଘୋଷଣା ପରେ ଇରାନ ଏହାର ଭୟଙ୍କର ଜବାବୀ ରଣନୀତି ପ୍ରସ୍ତୁତ କରିଛି। ଇରାନର ସର୍ବୋଚ୍ଚ ନେତା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri