ରାଜ୍ୟ ସଭା ସଦସ୍ୟଙ୍କ କାର୍‌ ଧକ୍କାରେ ସ୍କୁଟି ଆରୋହୀ ମୃତ

ବଲାଙ୍ଗୀର ଅଫିସ/ପାଟଣାଗଡ଼,୨୫ା୫ (ଡି.ଏନ୍‌.ଏ.): ବଲାଙ୍ଗୀର ଜିଲା ପାଟଣାଗଡ଼-ତମିଆଁ ରାସ୍ତାର ତମିଅଁା ଛକ ନିକଟରେ ବୁଧବାର ପୂର୍ବାହ୍ନ ପ୍ରାୟ ସାଢ଼େ ୧୧ଟାରେ ରାଜ୍ୟ ସଭା ସଦସ୍ୟ ନିରଞ୍ଜନ ବିଶିଙ୍କ କାର୍‌ ଧକ୍କାରେ ଜଣେ ସ୍କୁଟି ଆରୋହୀଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ଇନ୍ଦପୁର ଗ୍ରାମର ଟଙ୍କଧର ବିଶ୍ୱାଳ(୩୫)। ମିଳିଥିବା ସୂଚନା ଅନୁସାରେ, ସାଂସଦ ବିଶି ଇନୋଭା କାର (ଓଡି ୦୩ ଏକ୍ସ ୪୬୧୩)ରେ ପାଟଣାଗଡ଼ରୁ ଲରମ୍ଭା ଯାଉଥିବାବେଳେ ବିପରୀତ ଦିଗରୁ ଆସୁଥିବା ସ୍କୁଟି (ଓଡି ୦୩ ଡି ୭୬୦୯) ସହ ଧକ୍କା ହୋଇଥିଲା। ସ୍କୁଟିରେ ଥିବା ଟଙ୍କଧର ଗୁରୁତର ଆହତ ହୋଇଥିଲେ। ପୋଲିସ ଘଟଣାସ୍ଥଳରୁ ଆହତ ଟଙ୍କଧରଙ୍କୁ ପାଟଣାଗଡ଼ ଉପଖଣ୍ଡ ହସ୍ପିଟାଲ ଆଣିଥିଲେ।
ହେଲେ ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ। ଏହି ଦୁର୍ଘଟଣା ଘଟିବା ପରେ ଲରମ୍ଭା ପୋଲିସ କାର ଏବଂ ସ୍କୁଟିକୁ ଥାନାକୁ ନେଇଛି। ଦୁର୍ଘଟଣା ସମୟରେ ସାଂସଦ ବିଶି କାରରେ ବସିଥିଲେ ବୋଲି ପ୍ରଚାର ହେଉଥିବାବେଳେ ସେ ଏହାକୁ ଖଣ୍ଡନ କରିଛନ୍ତି। ଦୁର୍ଘଟଣା ସମୟରେ ସେ ଉକ୍ତ ଗାଡ଼ିରେ ନ ଥିଲେ। ସେତିକିବେଳେ ସେ ତାଙ୍କ ପାଟଣାଗଡ଼ସ୍ଥିତ ଘରେ ରହିଥିଲେ ଏବଂ କାର ତାଙ୍କ ଗଁା କୁତୁର୍ଲା ଅଭିମୁଖେ ଯାଉଥିଲା ବୋଲି ବିଶି କହିଛନ୍ତି। ଏହି ଦୁର୍ଘଟଣାକୁ ନେଇ ସେ ମର୍ମାହତ ଏବଂ ଦୁଃଖିତ ବୋଲି କହିବା ସହ ମୃତ ଟଙ୍କଧର ତାଙ୍କର ଜଣେ ସମ୍ପର୍କୀୟ ପୁତୁରା ହେବେ ବୋଲି କହିଛନ୍ତି। ଅପରାହ୍ଣରେ ବିଶି ଇନ୍ଦପୁରରେ ପହଞ୍ଚତ୍ ମୃତକଙ୍କ ପରିବାରବର୍ଗଙ୍କୁ ସମବେଦନା ଜଣାଇଥିବା କହିଛନ୍ତି। ରେଡ୍‌କ୍ରସ ତରଫରୁ ମୃତକଙ୍କ ପରିବାରକୁ ପାଟଣାଗଡ଼ ପ୍ରଶାସନ ୩୦ ହଜାର ଟଙ୍କା ସହାୟତା ଦେଇଥିବା ତହସିଲଦାର ଲକ୍ଷ୍ମଣ ମାଝି ସୂଚନା ଦେଇଛନ୍ତି । ଲରମ୍ଭା ଥାନା ପୋଲିସର ପ୍ରତିକ୍ରିୟା ମିଳିପାରି ନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

BJPରେ ସ୍ମୃତି ଇରାନୀଙ୍କୁ ବଡ଼ ଦାୟିତ୍ୱ: ସଂଗଠନକୁ ଫେରି କହିଲେ ଏହି ବଡ଼ କଥା, ରାଜନୀତିରେ ଚହଳ

ନୂଆଦିଲ୍ଲୀ, ୧୭।୮: ଭାରତୀୟ ଜନତା ପାର୍ଟି (BJP)ର ଜାତୀୟ ଅଧ୍ୟକ୍ଷ ନୀତିନ ନବୀନ ସୋମବାର ତାଙ୍କ ନୂଆ ଟିମର ଘୋଷଣା କରିଛନ୍ତି। ଏହି ଟିମରେ ଦଳକୁ ଆହୁରି…

ଭାଜପାର ନୂଆ ଟିମରେ ଓଡ଼ିଶାରୁ ୨: ସୋସିଆଲ ମିଡିଆରେ ଧର୍ମେନ୍ଦ୍ର ପ୍ରଧାନ କହିଲେ…

ନୂଆଦିଲ୍ଲୀ, ୧୭।୮: ରାଷ୍ଟ୍ରୀୟ ଅଧ୍ୟକ୍ଷ ନୀତିନ ନବୀନ ନୂଆ ଟିମ ଘୋଷଣା କରିଛନ୍ତି। ସ୍ମୃତି ଇରାନୀଙ୍କୁ ସାଧାରଣ ସମ୍ପାଦକ ଏବଂ ବସୁନ୍ଧରା ରାଜେଙ୍କୁ ଉପାଧ୍ୟକ୍ଷ ଭାବେ ନିଯୁକ୍ତ…

ଧାନମଣ୍ଡି ରେଜିଷ୍ଟ୍ରେଶନରେ ସମସ୍ୟା: ଗର୍ଲିଲା ଓଡ଼ିଶା କୃଷକ ସଭା

ଦିଗପହଣ୍ଡି,୧୭।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଅଞ୍ଚଳରେ ଥିବା ପ୍ରାଥମିକ ସେବା ସମବାୟ ସମିତିମାନଙ୍କରେ ଚଳିତବର୍ଷ ଧାନ ମଣ୍ଡି ରେ ଚାଷୀମାନଙ୍କ ନାଁ ରେଜିଷ୍ଟ୍ରେସନ ପାଇଁ…

ଭାଜପାର ନୂଆ ଟିମରୁ ଅମିତ ମାଲବ୍ୟ ବାଦ୍‌, ସୋସିଆଲ ମିଡିଆରେ ଲେଖିଲେ ଏଭଳି କଥା

ନୂଆଦିଲ୍ଲୀ, ୧୭।୮: ଭାରତୀୟ ଜନତା ପାର୍ଟି (BJP)ର ଜାତୀୟ ଅଧ୍ୟକ୍ଷ ନୀତିନ ନବୀନଙ୍କ ନୂଆ ଟିମରେ ଅମିତ ମାଲବ୍ୟଙ୍କୁ ସ୍ଥାନ ମିଳିନାହିଁ। ତାଙ୍କ ସ୍ଥାନରେ ଛତିଶଗଡ଼ର ଦୀପକ…

୨୦୨୭ ବିଜୟର ସ୍କ୍ରିପ୍ଟ ପ୍ରସ୍ତୁତ କଲାଣି ଭାଜପା: ଚକ୍ରବ୍ୟୁହରେ ଫସିବେ ବିରୋଧୀ

ନୂଆଦିଲ୍ଲୀ,୧୭।୮: ଭାରତୀୟ ଜନତା ପାର୍ଟି (ଭାଜପା) ସୋମବାର ନୂଆ ଟିମ୍‌ ଘୋଷଣା କରିଛି। ଏଥିରେ ଉତ୍ତର ପ୍ରଦେଶର ୮ ଜଣ ନେତା ପଦବୀ ପାଇଛନ୍ତି। ଏହା ମାଧ୍ୟମରେ…

ଡବ୍ଲ୍ୟୁସିଏଲ୍‌ ପାଇଁ ବଡ଼ ଘୋଷଣା, ସିଜନ-୩ରେ ଖେଳିବେ ଏହି ଷ୍ଟାର ଖେଳାଳି, ଜାଣନ୍ତୁ…

ନୂଆଦିଲ୍ଲୀ,୧୭ା: ଅକ୍ଟୋବର ୩ରୁ ଆରମ୍ଭ ହେବଓ୍ବାଲର୍‌ଡ ଚାମ୍ପିୟନଶିପ୍‌ ଅଫ୍‌ ଲିଜେଣ୍ଡ୍ସ(ଡବ୍ଲ୍ୟୁସିଏଲ୍‌)। ଏଥିରେ ଯୁବରାଜ ସିଂ, ଡ୍ବେନ ବ୍ରାଭୋ ଓ ଏବି ଡି’ଭିଲର୍ସଙ୍କ ଭଳି ପୂର୍ବତନ ଷ୍ଟାର ଖେଳାଳିଙ୍କ…

ରାହୁ ନକ୍ଷତ୍ରରେ ମଙ୍ଗଳଙ୍କ ପ୍ରବେଶ: ମେଷ ସମେତ ୪ ରାଶିଙ୍କ ଉପରେ ମାଡ଼ି ଆସୁଛି ଭୟଙ୍କର ସଙ୍କଟ! ସତର୍କ ନ ରହିଲେ…

ଜ୍ୟୋତିଷ ଶାସ୍ତ୍ରରେ ଗ୍ରହମାନଙ୍କ ରାଶି ପରିବର୍ତ୍ତନ ସହିତ ସେମାନଙ୍କର ନକ୍ଷତ୍ର ପରିବର୍ତ୍ତନକୁ ମଧ୍ୟ ବେଶ ପ୍ରଭାବଶାଳୀ ବୋଲି ମନେ କରାଯାଏ। ମଙ୍ଗଳଙ୍କୁ ସାହସ, ଶକ୍ତି, ଆତ୍ମବିଶ୍ୱାସ ଏବଂ…

ଅସହାୟ ପରିବାର ପାଖରେ ପହଞ୍ଚିଲା ‘ଯୁବ ଶକ୍ତି ଥୁଆମୂଳ ରାମପୁର’

ଥୁଆମୂଳ ରାମପୁର,୧୭।୮ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ପାଡେପଦର ପଞ୍ଚାୟତ ଭାଟିଫାସ ଗ୍ରାମର ଦାଦନ ଶ୍ରମିକ ସ୍ବର୍ଗତ ସିବା ମାଝୀଙ୍କ ଅକାଳ ବିୟୋଗ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri