ଭୁବନେଶ୍ୱର,୫ା୬(ବ୍ୟୁରୋ): କଥାରେ ଅଛି ରଖେ ହରି ତ ମାରେ କିଏ। କାଳର କରାଳ ରୂପ ଯେତେ ହେଉ ନା କାହିଁକି ନିଜେ ବଞ୍ଚତ୍ବା ସହ ନିଜ ପରିବାରବର୍ଗ ଓ ଦୁର୍ଘଟଣାଗ୍ରସ୍ତ ଯାତ୍ରୀଙ୍କୁ ବଞ୍ଚାଇଛନ୍ତି ବିହାର ପାଟଣା ଅଞ୍ଚଳର ଯୁବକ ଅଟଳ। ଶୁକ୍ରବାର ସନ୍ଧ୍ୟାରେ ବାଲେଶ୍ୱର ବାହାନଗାରେ ମର୍ମନ୍ତୁଦ ଟ୍ରେନ୍ ଦୁର୍ଘଟଣାରେ ଅନେକଙ୍କ ପରିବାର ଛାରଖାର ହୋଇଥିବାବେଳେ ପାଟଣାର ଯୁବକ ଅଟଳ ଦୁର୍ଘଟଣାଗ୍ରସ୍ତ ହୋଇ ମଧ୍ୟ ନିଜ ଜୀବନକୁ ବାଜିରେ ଲଗାଇ ସହଯାତ୍ରୀଙ୍କୁ ଉଦ୍ଧାର କାର୍ଯ୍ୟରେ ଲାଗିପଡିଥିଲେ। ତେବେ ଅଟଳଙ୍କ କହିବା ଅନୁଯାୟୀ, ସେ ଓ ତାଙ୍କ ପରିବାର ଲୋକ ନିଜ ଝିଅର ଚିକିତ୍ସା ଲାଗି କରମଣ୍ଡଳରେ ଚେନ୍ନାଇ ଅଭିମୁଖେ ଯାତ୍ରା କରୁଥିଲେ। ଦୁର୍ଭାଗ୍ୟବଶତଃ ଟ୍ରେନ୍ଟି ବାହାନଗା ପାଖରେ ଦୁର୍ଘଟଣାଗ୍ରସ୍ତ ହୋଇଥିଲା। ଅଟଳଙ୍କ ମୁଣ୍ଡରେ ଆଘାତ ଲାଗିଥିଲା। ଏହା ସତ୍ତ୍ୱେ ସେ ତାଙ୍କ ପରିବାର ସହ ଅନ୍ୟ ଲୋକଙ୍କୁ ଉଦ୍ଧାର କରି ନିକଟସ୍ଥ ହସ୍ପିଟାଲକୁ ସ୍ଥାନାନ୍ତର କରିଥିଲେ। ଏଥିସହ ନିଜେ ମଧ୍ୟ ହସ୍ପିଟାଲରେ ଭର୍ତ୍ତି ହୋଇଥିଲେ। ଚିକିତ୍ସା ପରେ ସେ ଓ ତାଙ୍କ ପରିବାର ଲୋକେ ରବିବାର ପୂର୍ବତଟ ରେଳପଥର ଏକ ସ୍ବତନ୍ତ୍ର ଟ୍ରେନ୍ରେ ଭଦ୍ରକରୁ ଚେନ୍ନାଇ ଅଭିମୁଖେ ଯାତ୍ରା କରିଛନ୍ତି। ଯିବାବେଳେ ଭଗବାନଙ୍କ ଦୟାରୁ ତାଙ୍କୁ ଦ୍ୱିତୀୟ ଜନ୍ମ ମିଳିଲା ବୋଲି ଅଟଳ କହିଛନ୍ତି। ଚିକିତ୍ସା ପରେ ତୁରନ୍ତ ଗନ୍ତବ୍ୟସ୍ଥଳରେ ପହଞ୍ଚତ୍ବାକୁ ଆବଶ୍ୟକ ବ୍ୟବସ୍ଥା କରାଯାଇଥିବାରୁ ରେଳ ବିଭାଗକୁ ସେ ଧନ୍ୟବାଦ ଦେଇଛନ୍ତି।
ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ
ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…
ଭୁବନେଶ୍ୱର ଫୁଲ ଦୋକାନ
ଫର୍ନସ ଏନ୍ ପେଟାଲ୍ସ ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…
ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ
କଳିଙ୍ଗ ଫିଟନେସ୍ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍ରେ ସବୁ ପ୍ରକାର…
ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ
ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…
କଟକ ଦହିବରା ଆଳୁଦମ
ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…
ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ
ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…
ଶ୍ରେଷ୍ଠ ପାଞ୍ଚ ପୁରୀର ମଠ
ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…
ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ
ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

