ତ୍ରିଶୂଳିଆଠାରେ କାଠଯୋଡ଼ିରେ ହେବ ଦ୍ୱିତୀୟ ସେତୁ

କଟକ ଅଫିସ,୮ା୫: କଟକର ତ୍ରିଶୂଳିଆ ନିକଟ କାଠଯୋଡ଼ି ନଦୀ ଉପରେ ଖୁବ୍‌ଶୀଘ୍ର ଦ୍ୱିତୀୟ ସେତୁ ନିର୍ମାଣ ହେବ। ଏହି ସେତୁ ୪ ଲେନ୍‌ ବିଶିଷ୍ଟ ହେବ। ନେତାଜୀ ସୁଭାଷ ଚନ୍ଦ୍ର ବୋଷ ସେତୁ ନିକଟରେ ଅତ୍ୟାଧୁନିକ ଜ୍ଞାନକୌଶଳ ଉପଯୋଗରେ ଏହି ସେତୁ ନିର୍ମାଣ ହେବ। ଏହି କାର୍ଯ୍ୟ ଆସନ୍ତା ସେପ୍ଟେମ୍ବରରୁ ଆରମ୍ଭ ହୋଇ ୨୦୨୫ ସୁଦ୍ଧା ଶେଷ କରିବାକୁ ଲକ୍ଷ୍ୟ ଧାର୍ଯ୍ୟ ହୋଇଛି। ଏଥିପାଇଁ ରାଜ୍ୟ ସରକାର ୨୨୦ କୋଟି ଟଙ୍କା ଅନୁଦାନ ବ୍ୟବସ୍ଥା କରିଥିବା ଜଣାପଡିଛି।
ଭୁବନେଶ୍ୱର-କଟକ ଦ୍ୱୈତନଗରୀ ମଧ୍ୟରେ ଗମନାଗମନର ସୁବ୍ୟବସ୍ଥା ନିମନ୍ତେ ରାଜ୍ୟ ସରକାର ଏହି ୪ ଲେନ୍‌ ସେତୁ ନିର୍ମାଣ ନିମନ୍ତେ ଯୋଜନା କରିଛନ୍ତି। ଦୁଇ ମହାନଗରୀ ମଧ୍ୟରେ ଉପୁଜୁଥିବା ଟ୍ରାଫିକ ସମସ୍ୟାକୁ ଏହି ସେତୁ ଦ୍ୱାରା ଅନେକାଂଶରେ ମୁକାବିଲା କରାଯାଇପାରିବ। ଓଡ଼ିଶା ବ୍ରିଜ୍‌ ଆଣ୍ଡ୍‌ କନ୍‌ଷ୍ଟ୍ରକସନ୍‌ କର୍ପୋରେଶନ୍‌ର ସୁପରିଣ୍ଟେଣ୍ଡିଂ ଇଞ୍ଜିନିୟର ମାନସ ରଞ୍ଜନ ସେଠୀଙ୍କ ସୂଚନା ଅନୁଯାୟୀ, କର୍ପୋରେଶନ ପକ୍ଷରୁ ସେତୁ ନିର୍ମାଣ ନିମନ୍ତେ ଟେଣ୍ଡର ଆହ୍ବାନ କରାଯାଇଛି। ଟେଣ୍ଡର କାର୍ଯ୍ୟ ଶେଷ ହେବା ପରେ ସେପ୍ଟେମ୍ବରରୁ ନିର୍ମାଣ କାର୍ଯ୍ୟ ଆରମ୍ଭ ହେବ। ଏହି ସେତୁ ତ୍ରିଶୂଳିଆରୁ ବେଲ୍‌ଭ୍ୟୁ ଛକକୁ ସଂଯୋଗ କରିବ। ଏହି ନୂତନ ସେତୁରେ ଫୁଟ୍‌ପାଥ୍‌ ସହ ଉପଯୁକ୍ତ ଆଲୋକୀକରଣ ବ୍ୟବସ୍ଥା କରାଯିବ ବୋଲି ସେଠୀ କହିଛନ୍ତି। ଅପରପକ୍ଷରେ କଟକ ଜିଲା ପ୍ରଶାସନ ଓ କଟକ ମହାନଗର ନିଗମ(ସିଏମ୍‌ସି) ସେତୁର ଉଭୟ ପାର୍ଶ୍ୱ ଉନ୍ନତୀକରଣ ନିମନ୍ତେ ପଦକ୍ଷେପ ନେବେ। ଉଭୟ ପାର୍ଶ୍ୱରେ ଅବାଧ ଟ୍ରାଫିକ ପରିଚାଳନା ସୁବ୍ୟବସ୍ଥିତ ହେବା ଉପରେ ଯୋଜନା ପ୍ରସ୍ତୁତ କରାଯାଉଛି। ସିଏମ୍‌ସି ମେୟର ସୁବାସ ସିଂ କହିଛନ୍ତି, ବେଲ୍‌ଭ୍ୟୁ ଛକର ଉନ୍ନତୀକରଣ ନିମନ୍ତେ ୮ କୋଟି ଟଙ୍କା ମଞ୍ଜୁର ହୋଇଛି। ଏଠାରେ ଫୁଡ୍‌କୋର୍ଟ, ମୁକ୍ତାକାଶ ବ୍ୟାୟାମ କେନ୍ଦ୍ର ଆଦି ନିର୍ମାଣ ହେବାର ଯୋଜନା ପ୍ରସ୍ତୁତ ହୋଇଛି। ପୋଲିସ ହାଉସିଂ ବୋର୍ଡ କର୍ପୋରେଶନ୍‌ ଏହି ପ୍ରକଳ୍ପ ନିର୍ମାଣର ଦାୟିତ୍ୱ ନେଇଛି। ସୂଚନାଯୋଗ୍ୟ, ୨୦୧୭ରେ କାଠଯୋଡ଼ି ଉପରେ ତ୍ରିଶୂଳିଆ ଛକରୁ ବେଲ୍‌ଭ୍ୟୁ ଛକକୁ ସଂଯୋଗ କରୁଥିବା ନେତାଜୀ ସୁଭାଷ ଚନ୍ଦ୍ର ବୋଷ ସେତୁକୁ ମୁଖ୍ୟମନ୍ତ୍ରୀ ଉଦ୍‌ଘାଟନ କରିଥିଲେ। ୨.୮୮ କିଲୋମିଟର ଦୈର୍ଘ୍ୟର ଏହି ସେତୁ ଓଡ଼ିଶାର ଦୀର୍ଘତମ ସେତୁର ମାନ୍ୟତା ପାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବିଶାଖାପାଟଣାମ୍‌-ଗୋପାଳପୁର ମଧ୍ୟରେ ଅତିକ୍ରମ କରିବ ଗଭୀର ଅବପାତ: କାଲିଠୁ ରାଜ୍ୟରେ ପବନ ସହ ଭୀଷଣ ବର୍ଷା, ୪ ଜିଲାକୁ…

ଭୁବନେଶ୍ୱର, ୨୨ା୯(ବନ୍ଦନା ସେଠୀ) – କେନ୍ଦ୍ରୀୟ ବଙ୍ଗୋପସାଗରରେ ସକ୍ରିୟ ଥିବା ଅବପାତ ମଙ୍ଗଳବାର ଅପରାହ୍ନ ୫ଟା ୩୦ରେ ଗଭୀର ଅବପାତରେ ପରିଣତ ହୋଇଛି। ସନ୍ଧ୍ୟା ସୁଦ୍ଧା ଏହା…

ଗଭୀର ଅବପାତ: ଗଞ୍ଜାମରେ ପ୍ରଶାସନର ହାଇ-ଆଲର୍ଟ, ୨୧୬ ଜଣ ଆଶ୍ରୟସ୍ଥଳୀକୁ ସ୍ଥାନାନ୍ତର

ଛତ୍ରପୁର, ୨୨।୯(ଦିଲ୍ଲୀପ ସାମଲ): ସମ୍ଭାବ୍ୟ ଗଭୀର ଅବପାତ ଓ ପ୍ରବଳ ବର୍ଷା ଜନିତ ବିପର୍ଯ୍ୟୟର ମୁକାବିଲା ପାଇଁ ଗଞ୍ଜାମ ଜିଲା ପ୍ରଶାସନ ପକ୍ଷରୁ ଆଗୁଆ ସତର୍କତାମୂଳକ ପଦକ୍ଷେପ…

‘ଧରିତ୍ରୀ’ରେ ଖବର ପ୍ରସାରଣର ବଡ଼ ପ୍ରଭାବ: ଥୁଆମୂଳ ରାମପୁରରେ ଅଟକିଲା ବେଆଇନ ଦାଦନ ବସ୍, ୧୭ ହଜାରରୁ ଊର୍ଦ୍ଧ୍ୱ ଟଙ୍କା ଫାଇନ୍

ଥୁଆମୂଳ ରାମପୁର, ୨୨।୯(ଦୁର୍ଗା କୀର୍ତ୍ତି): ‘ଧରିତ୍ରୀ’ରେ ବେଆଇନ ଦାଦନ ଶ୍ରମିକ ଚାଲାଣ ସମ୍ପର୍କିତ ବିଶେଷ ଖବର ପ୍ରକାଶ ପାଇବା ପରେ ପ୍ରଶାସନିକ କଳ ତତ୍ପର ହୋଇଉଠିଛି। ଜିଲା…

୨ କିଲୋମିଟର ଘୋଷାଡ଼ି ନେଲା ପିକଅପ୍: ଅତାବିରାରେ ମର୍ମନ୍ତୁଦ ଦୁର୍ଘଟଣା, ଚାଲିଗଲା ଜଳଖିଆ ବ୍ୟବସାୟୀଙ୍କ ଜୀବନ

ଅତାବିରା, ୨୨।୯(ଯୁଧିଷ୍ଠିର ମହାପାତ୍ର): ସମ୍ବଲପୁର-ବରଗଡ଼ ୫୩ ନମ୍ବର ଜାତୀୟ ରାଜପଥର ଅତାବିରାରେ ମଙ୍ଗଳବାର ସନ୍ଧ୍ୟାରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ଜଣେ ଯୁବକଙ୍କର ମୃତ୍ୟୁ ହୋଇଛି। ମୃତ…

ସୁବଳୟା ମହାନଦୀରୁ ଦୁଇ ଅଜଣା ବ୍ୟକ୍ତିଙ୍କ ମୃତଦେହ ଉଦ୍ଧାର: ଗଞ୍ଜେଇ ମାଫିଆ ହୋଇଥିବା ସନ୍ଦେହ, ପରିଚୟ ଖୋଜୁଛି…

ଅମରପାଲି, ୨୨।୯(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ସୁବଳୟା ମହାନଦୀ ଫେରିଘାଟ ନିକଟରୁ ମଙ୍ଗଳବାର ଅପରାହ୍ନରେ ଦୁଇଜଣ ଅଜଣା ବ୍ୟକ୍ତିଙ୍କ ମୃତଦେହ ଉଦ୍ଧାର କରାଯାଇଛି।…

ପୋଷଣ ସହ ବଢ଼ିବ ମନୋବଳ: ଗୁଡ଼ାରିରେ ଯକ୍ଷ୍ମା ଆକ୍ରାନ୍ତଙ୍କୁ ପୋଷଣ ଖାଦ୍ୟ ବାସ୍କେଟ ବଣ୍ଟନ, ଏମ୍‌ସିଏଲ୍‌ର ପ୍ରଶଂସନୀୟ…

ଗୁଡ଼ାରି, ୨୨।୯(ପ୍ରମୋଦ କୁମାର ପତି): ‘ପ୍ରଧାନମନ୍ତ୍ରୀ ଯକ୍ଷ୍ମା ମୁକ୍ତ ଭାରତ ଅଭିଯାନ’ ଅନ୍ତର୍ଗତ ରାୟଗଡ଼ା ଜିଲ୍ଲା ସ୍ୱାସ୍ଥ୍ୟ ଅଧିକାରୀଙ୍କ ତତ୍ତ୍ୱାବଧାନରେ ଗୁଡ଼ାରି ବ୍ଲକରେ ଚିହ୍ନଟ ହୋଇଥିବା ୫୧…

ହାଟଡିହୀର ଦୀପ୍ତିମୟୀଙ୍କୁ ବଡ଼ ଦାୟିତ୍ୱ: କେନ୍ଦୁଝର ଜିଲା ମହିଳା ମୋର୍ଚ୍ଚା ଉପସଭାପତି; ଛୁଟୁଛି ଶୁଭେଚ୍ଛାର…

ହାଟଡିହୀ,୨୨।୯(ଶୁଭକାନ୍ତ ନାୟକ): ଭାରତୀୟ ଜନତା ପାର୍ଟିର କେନ୍ଦୁଝର ଜିଲା ମହିଳା ମୋର୍ଚ୍ଚା ଉପସଭାପତି ଭାବେ ହାଟଡିହୀ ବ୍ଲକ ବଞ୍ଚୋ ଗ୍ରାମର ଦୀପ୍ତିମୟୀ ଖୁଣ୍ଟିଆଙ୍କୁ ମନୋନୀତ କରାଯାଇଛି। ଭାଜପା…

କଳାହାଣ୍ଡିରେ ଲଗାଣ ବର୍ଷାର ତାଣ୍ଡବ: କାଲି ସମସ୍ତ ଶିକ୍ଷାନୁଷ୍ଠାନ ଛୁଟି, ୨୫ ଯାଏ ସରକାରୀ କର୍ମଚାରୀଙ୍କ…

ଭବାନୀପାଟଣା, ୨୨।୯(ଉତ୍ତମ କୁମାର ଦାଶ): ବଙ୍ଗୋପସାଗରରେ ସୃଷ୍ଟ ଗଭୀର ଅବପାତ ପ୍ରଭାବରେ କଳାହାଣ୍ଡି ଜିଲାରେ ପ୍ରବଳ ବର୍ଷା ଜାରି ରହିଛି। ମଙ୍ଗଳବାର ସକାଳୁ ଘଡ଼ଘଡ଼ି ଓ ବିଜୁଳି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?