ବ୍ରହ୍ମପୁରରେ ସ୍ଥାପନ ହେଉ ଦ୍ୱିତୀୟ କେନ୍ଦ୍ରୀୟ ବିଦ୍ୟାଳୟ

ବ୍ରହ୍ମପୁର ଅଫିସ,୨ା୯: ବ୍ରହ୍ମପୁରରେ କ୍ରମଶଃ ନୂଆସାହି ବସ୍ତି ସାଙ୍ଗକୁ ଜନସଂଖ୍ୟା ବଢ଼ି ଚାଲିଛି। ଏହାସହ ଛାତ୍ରୀଛାତ୍ରଙ୍କ ସଂଖ୍ୟା ମଧ୍ୟ ବୃଦ୍ଧି ପାଇବାରେ ଲାଗିଛି। ରେଶମ ନଗରୀରେ ଶତାଧିକ ସରକାରୀ ଓ ଘରୋଇ ଶିକ୍ଷାନୁଷ୍ଠାନ ରହିଛି। ତେବେ ବେସରକାରୀ ସ୍କୁଲଗୁଡିକରେ ମାତ୍ରାଧିକ ଫି ନେଇ ଶୋଷଣ କରାଯାଉଥିବା ବେଳେ ସରକାରୀ ଶିକ୍ଷାନୁଷ୍ଠାନରେ ଗୁଣାତ୍ମକ ଶିକ୍ଷାଦାନ ହେଉନଥିବା ଅନେକ ଅଭିଭାବକଙ୍କ ପକ୍ଷରୁ ବହୁବାର ଅଭିଯୋଗ ହୋଇଛି। କେଉଁ ଆବାହମାନ କାଳରୁ ମହାନଗରରେ ମାତ୍ର ଗୋଟିଏ କେନ୍ଦ୍ରୀୟ ବିଦ୍ୟାଳୟ ଅଛି। ସେଠାରେ ପ୍ରଥମରୁ ଦ୍ୱାଦଶ ଶ୍ରେଣୀ ପର୍ଯ୍ୟନ୍ତ ପାଠ ପଢ଼ା ବ୍ୟବସ୍ଥା ରହିଛି। କେନ୍ଦ୍ରୀୟ ଶିକ୍ଷାନୁଷ୍ଠାନରେ ଉନ୍ନତମାନର ଶିକ୍ଷାଦାନ ଯୋଗୁ ପିଲାଙ୍କ ଆଗ୍ରହ ବଢ଼ୁଛି। ତେଣୁ ଦ୍ୱିତୀୟ କେନ୍ଦ୍ରୀୟ ବିଦ୍ୟାଳୟ ପ୍ରତିଷ୍ଠା ନିମନ୍ତେ ବିଭିନ୍ନ ମହଲରୁ ଦାବି କରାଯାଇଛି।
କେନ୍ଦ୍ର ଏନଡିଏ ସରକାରରେ ଧର୍ମେନ୍ଦ୍ର ପ୍ରଧାନ ଶିକ୍ଷା ମନ୍ତ୍ରୀ ହୋଇଛନ୍ତି। ତେଣୁ ବ୍ରହ୍ମପୁରରେ ଦ୍ୱିତୀୟ କେନ୍ଦ୍ରୀୟ ବିଦ୍ୟାଳୟ ସ୍ଥାପନ ଲାଗି ପଦକ୍ଷେପ ନେବାର ଲୋକେ ଆଶା କରିଛନ୍ତି। ଅନ୍ୟପକ୍ଷରେ ଚିକିଟି ନିର୍ବାଚନ ମଣ୍ଡଳୀର ପାତ୍ରପୁର ବ୍ଲକରେ ଅନେକ ଉପାନ୍ତ ଅଞ୍ଚଳ ରହିଛି। ଆଦିବାସୀ ଓ ଅନୁସୂଚିତ ଜାତିର ପିଲାଙ୍କୁ ଉନ୍ନତମାନର ଶିକ୍ଷାଦାନ ପାଇଁ ସେହି ବ୍ଲକରେ ମଧ୍ୟ କେନ୍ଦ୍ରୀୟ ବିଦ୍ୟାଳୟ ପ୍ରତିଷ୍ଠା କରାଯିବାକୁ ଗୁରୁତ୍ୱ ଦିଆଯାଇଛି। ଜିଲାର ଭାଜପା ନେତାମାନେ ମନ୍ତ୍ରୀଙ୍କ ଉପରେ ଚାପ ପକଇ କାର୍ଯ୍ୟକାରୀ କରିବାକୁ ମତ ପ୍ରକାଶ ପାଇଛି। ଆଗାମୀ ଶିକ୍ଷାବର୍ଷରୁ ଯେଭଳି ସ୍ଥାପନ ହୋଇପାରିବ ସେଥିପାଇଁ ନେତାମାନେ ଉଦ୍ୟମ କରିବାକୁ ସଚେତନ କରାଯାଇଛି।
ଆଲୋଚନା ପ୍ରସଙ୍ଗରେ ଭାଜପା ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟ ସରୋଜ ସାବତ କହିଛନ୍ତି, ୨୦୨୧ ସେପ୍ଟେମ୍ବର ୨୯ରେ ବ୍ରହ୍ମପୁରରେ ଦ୍ୱିତୀୟ ଏବଂ ଚିକିଟି ନିର୍ବାଚନ ମଣ୍ଡଳୀରେ ନୂତନ ଭାବେ କେନ୍ଦ୍ରୀୟ ବିଦ୍ୟାଳୟ ପ୍ରତିଷ୍ଠା ନିମନ୍ତେ କେନ୍ଦ୍ର ଶିକ୍ଷାମନ୍ତ୍ରୀଙ୍କୁ ଦଳ ପକ୍ଷରୁ ପ୍ରସ୍ତାବ ଦିଆଯାଇଛି। କେବଳ କେନ୍ଦ୍ରୀୟ ବିଦ୍ୟାଳୟ ନୁହେଁ ଗଞ୍ଜାମ ଜିଲାରେ ଲକ୍ଷ ଲକ୍ଷ କୁଶଳୀ ଶ୍ରମିକ ଅନ୍ୟ ରାଜ୍ୟକୁ ଯାଇ ଜୀବିକା ନିର୍ବାହ କରୁଛନ୍ତି ଓ ପ୍ରଶଂସିତ ହେଉଛନ୍ତି। ସେମାନଙ୍କୁ ଉନ୍ନତମାନର ତାଲିମ ଦେବା ପାଇଁ ବ୍ରହ୍ମପୁରରେ ଦକ୍ଷତା ବିକାଶ ମନ୍ତ୍ରଣାଳୟ ପକ୍ଷରୁ ଦକ୍ଷତା ବିକାଶ ପରୀକ୍ଷଣ ପ୍ରତିଷ୍ଠାନ ଖୋଲିବା ନିମନ୍ତେ ପ୍ରସ୍ତାବ ଦିଆଯାଇଛି। ଉପରୋକ୍ତ ପ୍ରସ୍ତାବ ଅନୁଧ୍ୟାନ କରାଯାଉଛି ଓ ପଦକ୍ଷେପ ନିଆଯିବାର ମନ୍ତ୍ରୀଙ୍କଠାରୁ ସୂଚନା ମିଳିଥିବା ସାବତ ଦର୍ଶାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କାର-ବାଇକ୍‌ ମୁହାଁମୁହିଁ ଧକ୍କା: ସ୍ବାମୀ, ସ୍ତ୍ରୀ ଗୁରୁତର

ବଲାଙ୍ଗୀର,୫।୪(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା କୁଶଙ୍ଗ-ନର୍ଲାକଟା ନିକଟରେ ରବିବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। କାର-ବାଇକ୍‌ ମଧ୍ୟରେ ମୁହାଁମୁହିଁ ଧକ୍କା ହେବାରୁ ବାଇକ୍‌ରେ ଥିବା…

କୋଟିଆରେ ପୁଣି ପସିଲେ ଆନ୍ଧ୍ର ଅଧିକାରୀ

ପଟ୍ଟାଙ୍ଗି,୫ା୪(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅଧୀନ କୋଟିଆ ପଞ୍ଚାୟତରେ ଦୀର୍ଘ ଦିନର ବ୍ୟବଧାନ ପରେ ପୁଣି ଆନ୍ଧ୍ର ପ୍ରଦେଶ ସରକାରୀ ତଥା ପଦାଧିକାରୀ…

‘ତାମ୍ପରା ତରଙ୍ଗିଣୀ’ର ମଜା ଉଠାଇଲେ ପର୍ଯ୍ୟଟକ

ଛତ୍ରପୁର,୫ା୪(ଦିଲୀପ ସାମଲ): ଛତ୍ରପୁର ନିକଟ ତାମ୍ପରା ହ୍ରଦକୁ ରାଜ୍ୟ ଏବଂ ରାଜ୍ୟ ବାହାରୁ ପର୍ଯ୍ୟଟକ ଆସିଥାନ୍ତି। ପର୍ଯ୍ୟଟକଙ୍କୁ ଆହୁରି ଆକୃଷ୍ଟ କରିବା ଲାଗି ଜିଲା ପ୍ରଶାସନ ପକ୍ଷରୁ…

ଘରେ ଆଶ୍ରୟ ଦେଲେନି ପୁଅ

ପାରଳାଖେମୁଣ୍ଡି,୫ା୪(ଗିରିଧାରୀ ପରିଛା): ଘରେ ରଖେଇ ଦେଲେନି। ପ୍ରାୟ ୨୦ ଦିନ ହେଲା ମା’ ଝିଅ ଦୋକାନ ବାରଣ୍ଡାରେ ଆଶ୍ରୟ ନେଇଛୁ। ଏଇଠି ରୋଷେଇ କରି ଖାଉଛୁ। ପ୍ରବଳ…

ଝଡ଼ତୋଫାନ ସାଙ୍ଗକୁ କୁଆପଥର ବର୍ଷା: ବଜ୍ରପାତ ନେଲା ମଇଁଷି ଜୀବନ

ଦିଗପହଣ୍ଡି,୫।୪(ଅଶେଷ ନାଥ ମିଶ୍ର) ଦିଗପହଣ୍ଡି ସହର ସମେତ ଆଖପାଖ ଅଞ୍ଚଳରେ ରବିବାର କାଳ ବୈଶାଖୀ ପ୍ରଭାବରେ ଝଡ଼ତୋଫାନ ବଜ୍ରପାତ ସାଙ୍ଗକୁ କୁଆପଥର ବର୍ଷା ଯୋଗୁଁ ଜନଜୀବନ ଅସ୍ତବ୍ୟସ୍ତ…

ଛାତ୍ରୀଛାତ୍ରଙ୍କ ପାଇଁ ଗୁଡ୍ ନ୍ୟୁଜ, ଲଗାତାର ଏତେ ଦିନ ଛୁଟି ରହିବ ସ୍କୁଲ୍…

ଭୁବନେଶ୍ୱର,୫ା୪: ଏପ୍ରିଲ ମାସ ସ୍କୁଲ ଛାତ୍ରଛାତ୍ରୀଙ୍କ ପାଇଁ ଖୁସି ଖବର ଆଣିଛି। ଏପ୍ରିଲ ମାସରେ ନୂଆ ସେମିଷ୍ଟ, ନୂଆ ଶ୍ରେଣୀ ଏବଂ ଏକ ନୂଆ ପାଠ୍ୟକ୍ରମ ସହିତ…

ଯୁଦ୍ଧ ଭିତରେ ବଡ଼ ଖବର, ପୁଣି ଖୋଲିବ ହର୍ମୁଜ ପ୍ରଣାଳୀ?

ନୂଆଦିଲ୍ଲୀ,୫।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷ ମଧ୍ୟରେ, ହର୍ମୁଜ ପ୍ରଣାଳୀ ସମ୍ପର୍କରେ ଆଶାର ଏକ କ୍ଷୀଣ କିରଣ ଦେଖାଦେଇଛି। ୪ ଏପ୍ରିଲ, ୨୦୨୬ ରେ, ଓମାନ ସୁଲତାନତ ଏବଂ…

ପଞ୍ଜଲ ଜଙ୍ଗଲରେ ଲାଗିଲା ନିଆଁ

ନନ୍ଦପୁର, ୫ା୪ (ତୁଷାର କାନ୍ତ ମହାନ୍ତି) କୋରାପୁଟ ଜିଲା ସେମିଳିଗୁଡ଼ା ବନଖଣ୍ଡ ଏବଂ ନନ୍ଦପୁର ବନପାଳ କ୍ଷେତ୍ର ଟିକରପଡ଼ା ପଞ୍ଚାୟତ ପଞ୍ଜଲ ଗ୍ରାମ ପାର୍ଶ୍ୱ ଜଙ୍ଗଲରେ ନିଆଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri