ମା’ ହେଲେ କଲେଜ ଛାତ୍ରୀ, ଶୌଚାଳୟରେ ଜନ୍ମ କଲେ ମଲା ଛୁଆ

ନୟାଗଡ଼, ୨୦।୩(ଲୋକନାଥ ମିଶ୍ର): ନୟାଗଡ ଜିଲା ମୁଖ୍ୟ ଚିକିତ୍ସାଳୟର ଶୌଚାଳୟ ପରିସରରେ ମୃତ ଛୁଆ ଜନ୍ମ କରିଛନ୍ତି ଯୁକ୍ତ ତିନି ଦ୍ବିତୀୟ ବର୍ଷର ଛାତ୍ରୀ । ଛାତ୍ରୀ ନୟାଗଡ ସ୍ବୟଂଶାସିତ ମହାବିଦ୍ୟାଳୟର ଛାତ୍ରୀ ନିବାସ(ହଷ୍ଟେଲ)ରେ ରହୁଥିବା ବେଳେ ଘର କନ୍ଧମାଳ ଜିଲା ରାଇକିଆ ଅଞ୍ଚଳରେ ବୋଲି ଜଣାପଡିଛି । ସେ ଛାତ୍ରୀ ନିବାସରେ ୨ବର୍ଷ ହେଲା ରହୁଥିଲେ। ଗୁରୁବାର ସକାଳେ ଛାତ୍ରୀଜଣଙ୍କର ପେଟ କାଟିଥିଲା। ପେଟ କଟିବାରୁ ହଷ୍ଟେଲ କର୍ତ୍ତୃପକ୍ଷ ଛାତ୍ରୀଙ୍କୁ ଜିଲା ମୁଖ୍ୟ ଚିକିତ୍ସାଳୟର ଭର୍ର୍ତ୍ତି କରିଥିଲେ। ଡାକ୍ତର ପ୍ରାଥମିକ ଚିକିତ୍ସା କରିବା ପରେ ଛାତ୍ରୀଜଣକ ପରିସ୍ରା କରିବାକୁ ଯାଇ ଶୌଚାଳୟ ଭିତରେ ଏକ ମୃତ ଛୁଆକୁ ଜନ୍ମ ଦେଇଥିଲେ । ପ୍ରସବ ପରେ ଛାତ୍ରୀ ଜିଲା ମୁଖ୍ୟ ଚିକିତ୍ସାଳୟର ମାତୃ ଶିଶୁ ଚିକିତ୍ସାଳୟରେ ଚିକିତ୍ସିତ ହେଉଛନ୍ତି। ଅନ୍ୟପକ୍ଷେ ହଷ୍ଟେଲ କର୍ତ୍ତୃପକ୍ଷ ଛାତ୍ରୀଙ୍କର ପରିବାର ସଦସ୍ୟଙ୍କୁ ଘଟଣା ସମ୍ପର୍କରେ ଅବଗତ କରାଇଥିବା ଜଣାପଡିଛି।
ତେବେ ଛାତ୍ରୀ ଗର୍ଭବତୀ ଥିବା ସମ୍ପର୍କରେ ହଷ୍ଟେଲ କର୍ତ୍ତୃପକ୍ଷ କିଛି ଜାଣିନଥିବା ସୁପରିଣ୍ଟେଣ୍ଡେଣ୍ଟ କହିଛନ୍ତି । ଏହାକୁ ନେଇ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି। ହଷ୍ଟେଲକୁ କିଛି ଦିନ ବ୍ୟବଧାନରେ ଚେକ୍‌ ଅପ୍‌ ପାଇଁ ଡାକ୍ତର ଆସୁଥିଲେ ମଧ୍ୟ ଘଟଣା ସମ୍ପର୍କରେ କିପରି କିଛି ଜଣାପଡିଲା ନାହିଁ ତାହା ସାଧାରଣରେ ଆଲୋଚନାର ବିଷୟ ।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରପର୍ଟି କାଗଜପତ୍ର ନାହିଁ, ତଥାପି ମିଳିପାରିବ ହୋମ୍‌ ଲୋନ୍‌? ଜାଣନ୍ତୁ କ’ଣ କହୁଛି ବ୍ୟାଙ୍କ ନିୟମ

ନୂଆଦିଲ୍ଲୀ,୩।୪: ନିଜର ଏକ ସୁନ୍ଦର ଘରଟିଏ କରିବା ସମସ୍ତଙ୍କର ସ୍ବପ୍ନ ଥାଏ। ଏହି ସ୍ବପ୍ନକୁ ସାକାର କରିବାରେ ‘ହୋମ ଲୋନ୍‌’ ବା ଗୃହ ଋଣ ଏକ ମୁଖ୍ୟ…

କାଳବୈଶାଖୀ ତାଣ୍ଡବ: ଟଳିପଡ଼ିଲେ ଗୋଟିଏ ପରେ ଗୋଟିଏ ଗୋରୁ…

ମୋହନା,୪।୩(ମନ୍ମଥ ମିଶ୍ର): କାଳବୈଶାଖୀରେ ଆଖି ବୁଜିଲେ ୪ ଗୋରୁ। ଏଭଳି ଅଭାବନୀୟ ଘଟଣା ଦେଖିବାକୁ ମିଳିଛି ଗଜପତି ଜିଲା ମୋହନା ବ୍ଲକ ମେରାପଲ୍ଲୀ ପଞ୍ଚାୟତ ବନ୍ଧାଗୁଡା ଗାଁରେ।…

ବିଜୁଳି ଖୁଣ୍ଟରେ ପିଟିହେଲା ଟ୍ରାକ୍ଟର, ଆଉ ତା’ପରେ…

ବାଲିଶଙ୍କରା,୩ା୪(ହୃଦାନନ୍ଦ ବାରିକ): ସୁନ୍ଦରଗଡ଼ ଜିଲା ତଳସରା ଥାନା ଅଧୀନ ସାକୁଶପାନୀ ଗ୍ରାମରେ ଶୁକ୍ରବାର ବିଜୁଳି ଖୁଣ୍ଟରେ ଏକ ଟ୍ରାକ୍ଟର ପିଟି ହୋଇ ଦୁର୍ଘଟଣାଗ୍ରସ୍ତ ହୋଇଛି। ଦୁର୍ଘଟଣାରେ ଟ୍ରାକ୍ଟର…

ଧୋନୀ, କପିଲଙ୍କୁ କ୍ଷମା ମାଗିଲେ ଯୁବରାଜ, କାହିଁକି ଜାଣନ୍ତୁ…

ନୂଆଦିଲ୍ଲୀ,୩ା୪: କିମ୍ୱଦନ୍ତୀ ଅଲରାଉଣ୍ଡର ଯୁବରାଜ ସିଂଙ୍କ ବାପା ଯୋଗରାଜ ସିଂ କିଛି ବର୍ଷ ତଳେ ଦେଶର ଦୁଇ ମହାନ୍‌ କ୍ରିକେଟ ଅଧିନାୟକ ମହେନ୍ଦ୍ର ସିଂ ଧୋନୀ ଓ…

ଏମିତି ବି ଆସେ ମୃତ୍ୟୁ: ରାତିରେ ଖାଇପିଇ ଶୋଇଲେ ସକାଳକୁ…

ପାତ୍ରପୁର,୩।୪(ଉମାଚରଣ ନେପାକ): ଗଞ୍ଜାମ ଜିଲା ପାତ୍ରପୁର ବ୍ଲକ କୋଳିହଳା ଗ୍ରାମର ବାସୁଦେବ ବେହେରା(୪୫)କୋଏମ୍ବାଟୁରର ଏକ ସୁତା କଳରେ ଦାଦନ ଖଟୁଥିବା ବେଳେ ଗୁରୁବାର ରାତିରେ ହୃଦଘାତରେ ତାଙ୍କର…

ବନ୍ଧୁ ମିଳନ ନାମରେ ବଳ କଷିଲେ ଯୁବ ଗୋଷ୍ଠୀ: ସାମିଲ ହେଲେ ଶହ ଶହ…

ଗଞ୍ଜାମ,୩।୪(ବିଦ୍ୟାଧର ସାହୁ ): ୧୬ ନଂ ଜାତୀୟ ରାଜପଥ ପାର୍ଶ୍ୱରେ ଥିବା ମା’ ଏଲେମା ମନ୍ଦିର ପ୍ରାଙ୍ଗଣରେ ଗଞ୍ଜାମ ସହରର ଏକ ବନ୍ଧୁ ମିଳନ କାର୍ଯ୍ୟକ୍ରମ ଶୁକ୍ରବାର…

ଉତ୍ସବମୁଖର ଦାରିଙ୍ଗବାଡି: ଉତ୍ସାହ ସହ ପାଳନହେଲା ଗୁଡ ଫ୍ରାଇଡେ, ଯୀଶୁଖ୍ରୀଷ୍ଟଙ୍କ ଯାତନାର ଦୃଶ୍ୟ…

ଦାରିଙ୍ଗବାଡି,୩।୪ (ଅରୁଣ ସାହୁ): ଗୁଡ୍‌ ଫ୍ରାଇଡେ ପାଇଁ କନ୍ଧମାଳ ଜିଲା  ଉତ୍ସବ ମୁଖର ହୋଇଥିବା ବେଳେ ଦାରିଙ୍ଗବାଡି ବ୍ଲକ ଅଞ୍ଚଳରେ ମଧ୍ୟ ଏହି ପର୍ବ ବଡ଼ ଧୁମଧାମରେ…

ମାମୁଁ ଘରକୁ ଆସି ଗତକାଲିଠୁ ଥିଲେ ନିଖୋଜ: ଆଜି କେନାଲରୁ ମିଳିଲା ମୃତଦେହ, ପରିବାର ଲୋକେ ଆଣିଲେ ସାଂଘାତିକ ଅଭିଯୋଗ

ପଟ୍ଟାମୁଣ୍ଡାଇ ୩।୪(କଳ୍ପତରୁ ନାୟକ) କେନ୍ଦ୍ରାପଡା ଜିଲାରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି । ଗୁରୁବାର ପୂର୍ବାହ୍ନରୁ ନିଖୋଜ ଥିବା ଜଣେ ୭ ବର୍ଷୀୟ ନାବାଳିକା ସ୍କୁଲ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri