ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ ବରିଷ୍ଠ ଅଧିକାରୀ

ଭୁବନେଶ୍ୱର,୨୭ା୩(ବ୍ୟୁରୋ): ପଞ୍ଚାୟତ ଓ ପୌର ପରିଷଦ ନିର୍ବାଚନରେ ବିଜେଡିକୁ ବିପୁଳ ଜନସମର୍ଥନ ମିଳିବା ପରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ବରିଷ୍ଠ ଅଧିକାରୀ। ରବିବାର ନବୀନ ନିବାସକୁ ଯାଇ  ମୁଖ୍ୟ ଶାସନ ସଚିବ ସୁରେଶ ମହାପାତ୍ର, ଉନ୍ନୟନ କମିଶନର ପ୍ରଦୀପ କୁମାର ଜେନା ଓ ଡିଜିପି ସୁନିଲ କୁମାର ବଂଶଲ ଓ ଅନ୍ୟାନ୍ୟ ବରିଷ୍ଠ ଅଧିକାରୀ ମୁଖ୍ୟମନ୍ତ୍ରୀଙ୍କୁ ଭେଟିଥିଲେ ।

ଅନ୍ୟମାନଙ୍କ ମଧ୍ୟରେ ଏଡିଜି ଲଳିତ ଦାସ, ଏଡିଜି ଆରକେ ଶର୍ମା, ପୋଲିସ କମିଶନର ସୌମେନ୍ଦ୍ର ପ୍ରିୟଦର୍ଶୀ ମଧ୍ୟ ମୁଖ୍ୟମନ୍ତ୍ରୀଙ୍କୁ ସାକ୍ଷାତ କରିଥିଲେ। ଏହି ସମୟରେ ୫-ଟି ସଚିବ ଭିକେ ପାଣ୍ଡିଆନ ଉପସ୍ଥିତ ଥିଲେ। ଓଏଏସ ଆସୋସିଏଶନ, ଓଡ଼ିଶା ଅର୍ଥ ସେବା, ଓଡ଼ିଶା ପୋଲିସ ସେବା ସଂଘ, ଓଡିଶା ସଚିବାଳୟ ସେବା ସଂଘ, ରାଜସ୍ବ ସେବା, କନଷ୍ଟେବଳ ଓ ହାବିଲଦାର ସଂଘ ପ୍ରମୁଖ ସଂଗଠନର କର୍ମକର୍ତ୍ତାମାନେ ମୁଖ୍ୟମନ୍ତ୍ରୀଙ୍କୁ ଭେଟିଥିଲେ। ମୁଖ୍ୟମନ୍ତ୍ରୀ ମଧ୍ୟ ସମସ୍ତଙ୍କୁ ଶୁଭେଚ୍ଛା ଓ ଧନ୍ୟବାଦ ଜଣାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସୃଷ୍ଟି ହେଲା ଅବପାତ: ଆଗାମୀ ୧୨ ଘଣ୍ଟାରେ ଘନୀଭୂତ ହୋଇ…

ଭୁବନେଶ୍ୱର,୨୮ା୯: ଉତ୍ତର ଆଣ୍ଡାମାନ ସାଗର ଏବଂ ଏହାର ପାର୍ଶ୍ୱବର୍ତ୍ତୀ ମ୍ୟାନ୍‌ମାର ଉପକୂଳରେ ଅବପାତ ସୃଷ୍ଟି ହୋଇଛି। ଲଘୁଚାପ କ୍ଷେତ୍ରଟି କ୍ରମଶଃ ଶକ୍ତିଶାଳୀ ହୋଇ ଉତ୍ତର-ଉତ୍ତରପଶ୍ଚିମ ଦିଗକୁ ଗତି…

ଟାଟା ଷ୍ଟିଲ ଖଣ୍ଡବନ୍ଧ ଖଣି ସମ୍ମାନିତ

ଯୋଡ଼ା,୨୮ା୯(ମାନସ ମହାନ୍ତି): ସୁରକ୍ଷା, ସ୍ବାସ୍ଥ୍ୟ ଏବଂ ପରିବେଶ (ଏସ୍‌ଏଚ୍‌ଇ) ପରିଚାଳନା କ୍ଷେତ୍ରରେ ଶ୍ରେଷ୍ଠତା ପ୍ରଦର୍ଶନ ପାଇଁ ଟାଟା ଷ୍ଟିଲ୍‌ର ଖଣ୍ଡବନ୍ଧ ଲୁହାପଥର ଖଣି ସମ୍ମାନିତ ହୋଇଛି। କୋଲକାତାଠାରେ…

କେଦାରନାଥରେ ଅଘଟଣ: ପାହାଡ଼ରୁ ପଥର ଖସି ଚାଲିଗଲା ୫ ବର୍ଷ ଶିଶୁର ଜୀବନ, ୧୧୦୦ ଲୋକଙ୍କୁ ଉଦ୍ଧାର କରାଯାଇ…

ଡେରାଡୁନ୍‌,୨୮ା୯: ରବିବାର ସନ୍ଧ୍ୟାରେ କେଦାରନାଥର ଚିରବାସା ନିକଟରେ ଏକ ଅଭାବନୀୟ ଘଟଣା ଘଟିଛି। ପାହାଡ଼ରୁ ହଠାତ୍ ପଥର ଓ ମାଟି ଅସଡ଼ା ଧସିବା ଫଳରେ ଜଣେ ୫…

ହୋମ୍‌ଷ୍ଟେରୁ ମିଳିଲା ପ୍ରେମିକାଙ୍କ ମୃତଦେହ, ପ୍ରେମିକଙ୍କୁ ଅଟକ ରଖି…

ଗୁଆହାଟି,୨୮।୯: ଗୌହାଟୀ ବିଶ୍ୱବିଦ୍ୟାଳୟର ସମାଜଶାସ୍ତ୍ର ବିଭାଗର ଜଣେ ୨୧ ବର୍ଷୀୟା ଛାତ୍ରୀ ନିମିଷା ଠାକୁରିଆଙ୍କୁ ଗାରାଲ-ଧାରାପୁର ଅଞ୍ଚଳର ଏକ ହୋମ୍‌ଷ୍ଟେରୁ ମୃତ ଅବସ୍ଥାରେ ଉଦ୍ଧାର କରାଯାଇଛି। ଏହି…

ଦକ୍ଷିଣ ଆଫ୍ରିକାରେ ଗୁଳିକାଣ୍ଡ: ୨୭ ମୃତ

କେପ୍‌ ଟାଉନ୍‌,୨୮ା୯: ଦକ୍ଷିଣ ଆଫ୍ରିକୀୟ ସହରରେ ୨ଟି ଗୁଳିକାଣ୍ଡ ଘଟଣାରେ ଅନୂ୍ୟନ ୨୭ ଜଣଙ୍କ ମୃତ୍ୟୁ ହୋଇଛି। ପ୍ରଥମ ଘଟଣା ଶନିବାର ରାତିରେ ଜୋହାନ୍ସବର୍ଗ ନିକଟରେ ଥିବା…

ୟୁଏନ୍‌ଜିଏରେ ପାକିସ୍ତାନକୁ ନିନ୍ଦାକଲେ ଜୟଶଙ୍କର, କହିଲେ କ୍ରମାଗତ ଆତଙ୍କବାଦ ଚଳାଉଥିବା ଦେଶର…

ଜାତିସଂଘ,୨୮ା୯(ପି.ଟି.): ଜାତିସଂଘ ସାଧାରଣ ସଭା (ୟୁଏନ୍‌ଜିଏ)ରେ ଶନିବାର ଭାରତ ପାକିସ୍ତାନକୁ କଡ଼ା ସମାଲୋଚନା କରିଛି। ଆତଙ୍କବାଦକୁ ସ୍ବାଭାବିକ ରୂପ ଦେବା ଏବଂ ଏହାର ପ୍ରଭାବରୁ ରକ୍ଷା ପାଇବା…

ବାରଣ୍ଡାରେ ଚାଲିଛି ରୋଷେଇ, ମଧ୍ୟାହ୍ନଭୋଜନ ପାଇଁ ରାସ୍ତା ପାର ହେଉଛନ୍ତି ପିଲା

ନୟାଗଡ଼,୨୮ା୯(ଲୋକନାଥ ମିଶ୍ର): ଗୁଣାତ୍ମକ ଶିକ୍ଷାଦାନ ପାଇଁ ସରକାର ବିପୁଳ ଅର୍ଥ ଖର୍ଚ୍ଚ କରୁଥିଲେ ମଧ୍ୟ ଅନେକ ସ୍ଥାନରେ ଅସଜଡା ଭିତ୍ତିଭୂମିରେ ପରିବର୍ତ୍ତନ ଆସୁନାହିଁ। ଏପରି କି ଶୈକ୍ଷିକ…

କିଡ୍‌ନୀ ଖରାପ ହେଲେ ଆରମ୍ଭରୁ ଦେଖାଦିଏ ଏସବୁ ଲକ୍ଷଣ…

ଆମ ଶରୀରର ଏକ ମୁଖ୍ୟ ଓ ଦରକାରୀ ଅଙ୍ଗ ହେଉଛି କିଡ୍‌ନୀ। ଶରୀରରେ ପ୍ରଭାବିତ ହେଉଥିବା ରକ୍ତକୁ ଏହା ବିଶୋଧନ କରି, ଅଦରକାରୀ ତତ୍ତ୍ୱକୁ ନିଷ୍କାସନ କରିଥାଏ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?