ଦୁର୍ଗମ ତୁଳସୀ ଗାଁରେ ବରିଷ୍ଠ ପୋଲିସ ଅଧିକାରୀ

ମାଲକାନଗିରି,୧୩ା୫(ଡି.ଏନ୍‌.ଏ.): ମାଲକାନଗିରି ଜିଲା ମାଥିଲି ବ୍ଲକରେ ଥିବା ଦୁର୍ଗମ ତୁଳସୀ ଘାଟିରେ ଗତ ମାସଠାରୁ ଅସ୍ଥାୟୀ ବିଏସ୍‌ଏଫ୍‌ କ୍ୟାମ୍ପ ଖୋଲାଯାଇଛି। ଶୁକ୍ରବାର ଗୋଇନ୍ଦା ବିଭାଗ ନିର୍ଦ୍ଦେଶକ ସଞ୍ଜୀବ ପଣ୍ଡା, ଏଡିଜି ଅପରେଶନ ଅମିତାଭ ଠାକୁର, କୋରାପୁଟ ଡିଆଇଜି ରାଜେଶ ପଣ୍ଡିତ, ବିଏସ୍‌ଏଫ୍‌ର ବହୁ ବରିଷ୍ଠ ଅଧିକାରୀ ସେଠାକୁ ଯାଇ ମାଓବାଦୀଙ୍କ ସ୍ଥିତି ସମୀକ୍ଷା କରିଛନ୍ତି। ପରେ ଅଧିକାରୀମାନେ ତୁଳସୀ ଗାଁର ଲୋକଙ୍କ ସହ ମିଶି ବିଭିନ୍ନ ବିଷୟରେ ଆଲୋଚନାକରି ସ୍ଥାନୀୟ ଅଞ୍ଚଳର ବିକାଶ ପାଇଁ ଆଶା ସୃଷ୍ଟି କରାଇଛନ୍ତି। ଏଥିସହ ବିଭିନ୍ନ ସାମଗ୍ରୀ ମଧ୍ୟ ବଣ୍ଟନ କରିଛନ୍ତି।
ସରକାରଙ୍କ ଉଦ୍ୟମରେ ବିଏସ୍‌ଏଫ୍‌ ଯବାନ ଓ ପୋଲିସ ପକ୍ଷରୁ ଘନ ଘନ ଅପରେଶନ ହେବା ଦ୍ୱାରା ଅଞ୍ଚଳରେ ମାଓବାଦୀଙ୍କ ଗଡ଼ ଭାଙ୍ଗିଛି। ସୁରକ୍ଷାକୁ ଆହୁରି ମଜଭୁତ କରିବା ପାଇଁ ବିଏସ୍‌ଏଫ୍‌ କ୍ୟାମ୍ପ ଖୋଲି ଲୋକଙ୍କ ମନୋବଳ ବଢ଼ାଇଛି ଜିଲା ପୋଲିସ ପ୍ରଶାସନ। ରାଜ୍ୟ ସରକାରଙ୍କ ଜନକଲ୍ୟାଣ ଯୋଜନାଗୁଡ଼ିକ କିପରି ପହଞ୍ଚିବ ଏବଂ ଏହା ସମ୍ପୂର୍ଣ୍ଣ ମାଓବାଦୀମୁକ୍ତ ହେବ ସେନେଇ ପୋଲିସ ପ୍ରଶାସନର ଏହି ବରିଷ୍ଠ ଅଧିକାରୀମାନେ ଆଲୋଚନା କରିଛନ୍ତି। ମାଓବାଦୀଙ୍କୁ ସମୂଳେ ନାଶ ପାଇଁ ସ୍ବତନ୍ତ୍ର ବ୍ଲୁପ୍ରିଣ୍ଟ ପ୍ରସ୍ତୁତ କରିବାକୁ ଅଧିକାରୀମାନେ ମତ ରଖି ଯବାନଙ୍କ ମନୋବଳ ବଢ଼ାଇଛନ୍ତି। ଗସ୍ତ ସମୟରେ ମାଲକାନଗିରି ଏସ୍‌ପି ନୀତେଶ ୱାଧୱାନିଙ୍କ ସମେତ ମାଥିଲି ଥାନା ଅଧିକାରୀ ଓ ଅନ୍ୟ ପୋଲିସ କର୍ମଚାରୀମାନେ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଆଜି ଭାରତ-ଇଂଲଣ୍ଡ ମ୍ୟାଚ୍‌: ବୈଭବଙ୍କ ଉପରେ ଇଂଲଣ୍ଡ ଅଧିନାୟକ ବଡ଼ ବୟାନ, ଦେଲେ

ଚେଷ୍ଟର ଲେ ଷ୍ଟ୍ରିଟ,୧।୭: ଭାରତ ଏବଂ ଇଂଲଣ୍ଡ ମଧ୍ୟରେ T20 ସିରିଜର ପ୍ରଥମ ମ୍ୟାଚ୍‌ ଜୁଲାଇ ୧ ତାରିଖ ଅର୍ଥାତ୍‌ ଆଜି ଖେଳାଯିବ। ଖେଳ ପୂର୍ବରୁ, ଇଂଲଣ୍ଡ…

ଆଜିଠୁ ଶସ୍ତା ହେଲା ୫ କେଜିଆ ଗ୍ୟାସ୍ ସିଲିଣ୍ଡର, ଜାଣନ୍ତୁ ଆପଣଙ୍କ ସହରର ନୂଆ ଦର!

ନୂଆଦିଲ୍ଲୀ,୧।୭: ମହଙ୍ଗା ମାଡ଼ ମଧ୍ୟରେ ଏବେ ଏଲପିଜି (LPG) ଗ୍ରାହକଙ୍କୁ ସାମାନ୍ୟ ଆଶ୍ୱସ୍ତି ମିଳିଛି। ଆଜି କମର୍ସିଆଲ ଗ୍ୟାସ୍ ସିଲିଣ୍ଡର ସହିତ ‘ଛୋଟ ଗ୍ୟାସ୍ ସିଲିଣ୍ଡର’ ମଧ୍ୟ…

ମୟୂରଭଞ୍ଜ ଜିଲା ମୁଖ୍ୟ ଚିକିତ୍ସାଳୟରେ ଡାକ୍ତରୀ ସେବା ସମ୍ପୂର୍ଣ୍ଣ ଠପ: ଓମସାର କାର୍ଯ୍ୟବନ୍ଦ ଆନ୍ଦୋଳନ

ବାରିପଦା, ୧।୭ (ନୀଳାଦ୍ରି ବିହାରୀ ଦଣ୍ଡପାଟ): ଓଡ଼ିଶା ମେଡିକାଲ ସର୍ଭିସେସ ଆସୋସିଏସନ (ଓମସା)ର କାର୍ଯ୍ୟବନ୍ଦ ଆନ୍ଦୋଳନ ଯୋଗୁଁ ରାଜ୍ୟ ସମେତ ମୟୂରଭଞ୍ଜ ଜିଲା ମୁଖ୍ୟ ଚିକିତ୍ସାଳୟରେ  …

ଆନନ୍ଦପୁର ବ୍ଲକରେ ଭାଜପାର ଦୁଇ ଗୋଷ୍ଠୀ ମଧ୍ୟରେ ହାତାହାତି: ବିଡିଓଙ୍କ ବିରୋଧରେ ଉଠିଥିବା ଅଭିଯୋଗକୁ…

ବଞ୍ଚୋ, ୧।୭ (ପ୍ରଦୋଷ ବିଶ୍ୱାଳ): ଆନନ୍ଦପୁର ବ୍ଲକ ପରିସରରେ ଭାଜପାର ଦୁଇ ଗୋଷ୍ଠୀ ମଧ୍ୟରେ ଘଟିଥିବା ହାତାହାତି ଘଟଣାକୁ ନେଇ ବ୍ଲକ ବିକାଶ ଅଧିକାରୀ (ବିଡିଓ)ଙ୍କ ବିରୋଧରେ…

ଅଲାରନାଥ ମନ୍ଦିରରେ ଭକ୍ତଙ୍କ ଭିଢ଼, କାହିଁକି ବର୍ଷକରେ…

ବ୍ରହ୍ମଗିରି,୧ା୭: ସ୍ନାନପୂର୍ଣ୍ଣିମାରେ ସୋମବାର ଦାରୁଦିଅଁ ୧୦୮ କଳସୀ ଜଳରେ ମହାସ୍ନାନ କରି ଏବେ ଅଣସରପିଣ୍ଡିରେ ଗୁପ୍ତସେବା ପାଉଛନ୍ତି। ଏପଟେ ପୁରୀ ଜିଲାର ବ୍ରହ୍ମଗିରିସ୍ଥିତ ଅଲାରନାଥ ମନ୍ଦିରରେ ମହାପ୍ରଭୁ…

କେନ୍ଦ୍ର ସରକାରଙ୍କ ବଡ଼ ନିଷ୍ପତ୍ତି: ଆଜିଠୁ ବଦଳିଲା ‘ମନରେଗା’ ଯୋଜନା, ନୂଆ ‘VB-G RAM G’ ଆକ୍ଟରେ ଏବେ ପ୍ରତିଦିନ ମିଳିବ…

ନୂଆଦିଲ୍ଲୀ,୧।୭: ଗ୍ରାମୀଣ ରୋଜଗାର କ୍ଷେତ୍ରରେ କେନ୍ଦ୍ର ସରକାର ଆଜି ଅର୍ଥାତ୍ ୧ ଜୁଲାଇ ୨୦୨୬ରୁ ଏକ ଐତିହାସିକ ତଥା ବଡ଼ ନୀତିଗତ ପରିବର୍ତ୍ତନ କାର୍ଯ୍ୟକାରୀ କରିଛନ୍ତି। ଦେଶର…

ଦ୍ରୁତଗତି ସାଜିଲା କାଳ: ବର୍ଷାରେ ହଠାତ୍‌ ବ୍ରେକ୍‌ ମାରିବାରୁ, ଘଟିଲା…

ଦାରିଙ୍ଗବାଡି,୧।୭ (ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ଦେଇ ଯାଇଥିବା ୫୯ ନଂ ଜାତୀୟ ରାଜପଥର ସିମନବାଡି ପଞ୍ଚାୟତ ବୁଡ଼ାଗୁଡା ଛକରେ ଏକ କାର ଦୁର୍ଘଟଣାଗ୍ରସ୍ତ ହୋଇଛି।…

୩ରେ ଆସି ୫ରେ ଫେରିବେ ଶାହା: ଜାଣନ୍ତୁ ସମ୍ପୂର୍ଣ୍ଣ କାର୍ଯ୍ୟକ୍ରମ

ଭୁବନେଶ୍ୱର,୧ା୭(ସୁନିତ୍‌ ମିଶ୍ର):ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ୩ ତାରିଖ ସା ୮ଟା ୪୦ରେ ଝାରସୁଗୁଡ଼ା ଠାରେ ପହଞ୍ଚିବେ। ଏହାପରେ ସ୍ଥାନୀୟ ଏକ ଘରୋଇ ହୋଟେଲରେ ରାତ୍ରିଯାପନ କରିବେ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri