ଅଂଶୁଘାତ ମୁକାବିଲା ପାଇଁ ସ୍ବତନ୍ତ୍ର କକ୍ଷ ଖୋଲିଲାନି

ମହାକାଳପଡ଼ା,୧୩ା୪ (ଡି.ଏନ୍‌.ଏ.): କେନ୍ଦ୍ରାପଡ଼ା ଜିଲାର ପ୍ରସିଦ୍ଧ ଶକ୍ତିପୀଠ ମା’ ରାମଚଣ୍ଡୀ ମନ୍ଦିରରେ ଦିନକ ପରେ ଝାମୁଯାତ୍ରା ଅନୁଷ୍ଠିତ ହେବ। ଏଥିପାଇଁ ମା’ଙ୍କ ପୀଠ ପରିସରରେ ରାଜ୍ୟ ଓ ରାଜ୍ୟ ବାହାରୁ ବ୍ୟବସାୟୀମାନେ ଆସି ଭଳିକିଭଳି ଦୋକାନ ପସରା ମେଲାଇଲେଣି। ଏହି ଝାମୁଯାତ୍ରାରେ ୫୦ ହଜାରରୁ ଅଧିକ ଶ୍ରଦ୍ଧାଳୁଙ୍କ ସମାଗମ ହେବ। ଏହାକୁ ଦୃଷ୍ଟିରେ ରଖି ମନ୍ଦିର ପରିଚାଳନା କମିଟି ଓ ସ୍ଥାନୀୟ ପ୍ରଶାସନ ମୌଳିକ ସମସ୍ୟା ସମାଧାନ କରିବାରେ ବିଫଳ ହୋଇଛି ବୋଲି ମା’ ରାମଚଣ୍ଡୀ ଆଞ୍ଚଳିକ ସେନା ଆବାହକ ଲକ୍ଷ୍ମୀକାନ୍ତ ସ୍ବାଇଁ ଓ ସେନା ପ୍ରମୁଖ ବିରଞ୍ଚତ୍ ନାରାୟଣ ଦାସ ଅଭିଯୋଗ କରିଛନ୍ତ। ଅପରପକ୍ଷରେ ପାଣିପାଗ ବିଭାଗ ପୂର୍ବାନୁମାନ ସୂଚନା ଅନୁସାରେ ଆସନ୍ତା ୪ ଦିନ ପର୍ଯ୍ୟନ୍ତ ନିଆଁ ବର୍ଷିବ। ଏହାକୁ ଦୃଷ୍ଟିରେ ରଖି ମନ୍ଦିର ପରିଚାଳନା କମିଟି ଓ ପ୍ରଶାସନ ପକ୍ଷରୁ ପାନୀୟ ଜଳ ଓ ଅଂଶୁଘାତ ମୁକାବିଲା ପାଇଁ ସ୍ବତନ୍ତ୍ର ଚିକିତ୍ସା କକ୍ଷ ଖୋଲାଯାଇ ନାହିଁ।
ପୂର୍ବବର୍ଷ ଝାମୁଯାତ୍ରାରେ ପ୍ରବଳ ଟାଣଖରା ଓ ଭିଡ଼ ମଧ୍ୟରେ ମାନସିକଧାରୀ ପାଟୁଆଙ୍କ ସମେତ ୫ ଜଣ ଶ୍ରଦ୍ଧାଳୁ ଅଣନିଃଶ୍ୱାସୀ ହୋଇ ଚେତାଶୂନ୍ୟ ହୋଇ ପଡ଼ିଥିଲେ। ଅଂଶୁଘାତ ରୋଗୀଙ୍କ ପାଇଁ ସ୍ବତନ୍ତ୍ର ଅସ୍ଥାୟୀ ଚିକିତ୍ସା କକ୍ଷ ବ୍ୟବସ୍ଥା ନ ଥିବାରୁ ରୋଗୀମାନଙ୍କୁ ମନ୍ଦିର ପରିସରରେ ଥିବା ବାରଣ୍ଡାରେ ହାତରେ ସାଲାଇନ ବୋତଲ ଧରି ଚିକିତ୍ସା କରାଯାଇଥିଲା। ଶକ୍ତିପୀଠ ଝାମୁଯାତ୍ରାରେ ଶ୍ରଦ୍ଧାଳୁମାନଙ୍କ ଭିଡ଼ ହେବା ସମ୍ଭାବନା ଥିବାରୁ ମନ୍ଦିର ପରିଚାଳନା ଟ୍ରଷ୍ଟ ଧନ ଜୀବନ ଓ ଦୋକାନୀମାନଙ୍କ ସୁରକ୍ଷା ପାଇଁ ଅଗ୍ନି ନିରାପତ୍ତା ଜରୁରୀ ବୋଲି ଭୁଲିଯାଇଛି। ଏହି ଝାମୁଯାତ୍ରାରେ ଯଦିଓ କିଛି ଅଭାବନୀୟ ଘଟଣା ଘଟେ, ଏଥିପାଇଁ ଦାୟୀ କିଏ ରହିବ ବୋଲି ସ୍ଥାନୀୟ ବୁଦ୍ଧିଜିବୀ କ୍ଷୋଭ ପ୍ରକାଶ କରିଛନ୍ତି। ଅଦ୍ୟାବଧି ମନ୍ଦିର ପରିଚାଳନା କମିଟି ଓ ପ୍ରଶାସନ ପକ୍ଷରୁ ଅଗ୍ନି ନିରାପତ୍ତା ପାଇଁ ବିଧିବଦ୍ଧ ଲିଖିତ ଭାବେ ନିକଟ ମହାକାଳପଡ଼ା ଅଗ୍ନିଶମ ବାହିନୀ ଅଧିକାରୀଙ୍କୁ ଅବଗତ କରାଯାଇନାହିଁ ବୋଲି ଅଧିକାରୀ ଶିଶିର କୁମାର ଦାସ କହିଛନ୍ତି। ୨୦୧୯ରେ ଝାମୁଯାତ୍ରା ପରିସରରେ ମଧ୍ୟାହ୍ନ ସମୟରେ ଏକ ହୋଟେଲରେ ରୋଷେଇ ହେଉଥିବା ବେଳେ ଏକ ଗ୍ୟାସ୍‌ ସିଲିଣ୍ଡର ଲିକେଜ ହେବା ଯୋଗୁ ଅସ୍ଥାୟୀ ଦୋକାନରେ ନିଆଁ ଲାଗି ଜଳି ଯାଇଥିଲା। ଏକ ବଡ଼ ଦୁର୍ଘଟଣାରୁ ଅଳ୍ପକେ ମୃତ୍ୟୁମୁଖରୁ ସ୍ଥାନୀୟ ଯାତ୍ରୀ ଓ ବ୍ୟବସାୟୀମାନେ ବର୍ତ୍ତି ଯାଇଥିଲେ। ମା’ଙ୍କ ଝାମୁଯାତ୍ରା ଦେଖିବା ପାଇଁ ଦୂରଦୂରାନ୍ତରୁ ଆସୁଥିବା ମହିଳା ଶ୍ରଦ୍ଧାଳୁମାନଙ୍କ ପାଇଁ ଅସ୍ଥାୟୀ ଶୌଚାଳୟ ନିର୍ମାଣ ହେଲାନାହିଁ। ଅନ୍ୟପକ୍ଷରେ ପୋଖରୀରେ ମଧ୍ୟ ପାଣି ପଶିଲା ନାହିଁ। ଏ ନେଇ ମନ୍ଦିର ଟ୍ରଷ୍ଟି ଓ ସ୍ଥାନୀୟ ପ୍ରଶାସନର ନିଦ ଭାଙ୍ଗୁନାହିଁ ବୋଲି ଅଭିଯୋଗ ହେଉଛି। ସୂଚନା ଅନୁସାରେ, ଝାମୁଯାତ୍ରା ଦିନ ରାଜ୍ୟ ଖାଦ୍ୟ ଯୋଗାଣ, ଖାଉଟି କଲ୍ୟାଣ ଓ ସମବାୟ ମନ୍ତ୍ରୀ ଅତନୁ ସବ୍ୟସାଚୀ ନାୟକ ବାଲୁକାରେ ନିର୍ମିତ ମା’ ରାମଚଣ୍ଡୀଙ୍କ ପ୍ରତିମୂର୍ତ୍ତି ଏବଂ ମା’ ରାମଚଣ୍ଡୀଙ୍କ ଅଲୌକିକ କାହାଣୀ ଉପରେ ପର୍ଯ୍ୟବସିତ ଦରିଆରାଣୀ ପୁସ୍ତକକୁ ଉନ୍ମୋଚନ କରାଯିବାର କାର୍ଯ୍ୟକ୍ରମ ରହିଛି ବୋଲି ସେନା ପକ୍ଷରୁ ସୂଚନା ମିଳିଛି। ଏହି ଝାମୁଯାତ୍ରା ଅବ୍ୟବସ୍ଥା ନେଇ କେନ୍ଦ୍ରାପଡ଼ା ଜିଲାପାଳ ଅମ୍ରିତ ଋତୁରାଜଙ୍କୁ ଅବଗତ କରାଯାଇଛି। ଜିଲାପାଳ ଏଥିପ୍ରତି ସ୍ବତନ୍ତ୍ର ଦୃଷ୍ଟି ଦେବାକୁ ଅଞ୍ଚଳବାସୀଙ୍କ ପକ୍ଷରୁ ନିବେଦନ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ନିଜ ହାତରେ ବାସନ ଧୋଇଲେ ପ୍ରିୟଙ୍କା ଚୋପ୍ରା; ସ୍ୱର୍ଣ୍ଣ ମନ୍ଦିରରେ ସେବା କରି ଜିତିଲେ କୋଟି କୋଟି ପ୍ରଶଂସକଙ୍କ ମନ

ଅମୃତସର: ବଲିଉଡରୁ ହଲିଉଡ ପର୍ଯ୍ୟନ୍ତ ନିଜର ସ୍ବତନ୍ତ୍ର ପରିଚୟ ସୃଷ୍ଟି କରିଥିବା ଅଭିନେତ୍ରୀ ପ୍ରିୟଙ୍କା ଚୋପ୍ରା ଏବେ ଭାରତ ଗସ୍ତରେ ଅଛନ୍ତି। ନିକଟରେ ସେ ଅମୃତସରର ପବିତ୍ର…

ଭାରତ-ଚାଇନା ସମ୍ପର୍କରେ ନୂଆ ଅଧ୍ୟାୟ: ଆକାଶ ମାର୍ଗରେ ଯୋଡ଼ିହେବେ ଦୁଇ ପ୍ରତିଦ୍ୱନ୍ଦ୍ୱୀ, ସାଂଘାଇ ସହିତ…

ନୂଆଦିଲ୍ଲୀ/ସାଂଘାଇ,୩୧।୩: ଭାରତ ଏବଂ ଚାଇନା ମଧ୍ୟରେ କୋଭିଡ ମହାମାରୀ ଏବଂ ଥିବା କୂଟନୈତିକ ତିକ୍ତତା ଯୋଗୁ ଦୀର୍ଘ ଦିନ ଧରି ବନ୍ଦ ରହିଥିବା ବିମାନ ସେବା ଏବେ…

ଗୁଣିଗାରେଡ଼ି ସନ୍ଦେହରେ ବୃଦ୍ଧଙ୍କୁ ହତ୍ୟା, ୪ ଗିରଫ

ସୁନ୍ଦରଗଡ଼, ୩୧।୩(ଜୟନାରାୟଣ ମେଣ୍ଡୁଳି)-ବର୍ତ୍ତମାନର ବିଜ୍ଞାନ ଯୁଗରେ ମଧ୍ୟ ଆଦିବାସୀ ଅଧ୍ୟୁଷିତ ସୁନ୍ଦରଗଡ଼ ଜିଲାରେ ଲୋକଙ୍କ ମଧ୍ୟରେ ଅନ୍ଧବିଶ୍ୱାସ ଭରି ରହିଛି। ଏହି ଅନ୍ଧବିଶ୍ବାସ ଯୋଗୁ ସୋମବାର ରାତିରେ…

ରାସ୍ତାରେ ଷଣ୍ଢକୁ ଧକ୍କା ଦେଇ ଗଛରେ ପିଟଥିଲେ ବାଇକ୍‌ , ଚାଲିଗଲା ଜୀବନ ଦୁର୍ଘଟଣାରେ ବାଇକ ଚାଳକକଙ୍କ ମୃତ୍ୟୁ

ଦିଗପହଣ୍ଡି,୩୧।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବମୋକେଇ ପଞ୍ଚାୟତ କୁକୁଟବନ୍ଧ ଗାଁ ଛକରେ ମଙ୍ଗଳବାର ଅପରାହ୍ନ ପ୍ରାୟ ସାଢେ ୪ଟାରେ ଦୁର୍ଘଟଣାରେ ଜଣେ ଯୁବକଙ୍କ…

୩୦ ବର୍ଷ ସରକାରୀ ସେବା ନିୟମିତ ନ ହୋଇ ଅବସର ନେଲେ ଟୁନା ଜେନା

ଭଞ୍ଜନଗର,୩୧।୩(ବାବୁଲା ପ୍ରଧାନ): ତ୍ରୁଟିପୂର୍ଣ୍ଣ ସରକାରୀ ବିଧି ବ୍ୟବସ୍ଥା ଭିତରେ ଜଣେ ଚତୁର୍ଥ ଶ୍ରେଣୀ କର୍ମଚାରୀ ୩୦ ବର୍ଷ ସରକାରୀ ସେବା ଯୋଗାଇଥିଲେ ମଧ୍ୟ ନିୟମିତ କର୍ମଚାରୀ ମାନ୍ୟତା…

ଶିବମ୍‌ ଦୁବେଙ୍କୁ ଆଉଟ କରିବା ପରେ କାହିଁକି ‘ଗନ୍‌-ସଟ୍‌’ ସେଲିବ୍ରେଶନ କରିଥିଲେ ଜାଡେଜା? ନିଜେ କଲେ ବଡ଼ ଖୁଲାସା

ନୂଆଦିଲ୍ଲୀ,୩୧।୩: ସୋମବାର ଖେଳାଯାଇଥିବା ହାଇଭୋଲଟେଜ ମ୍ୟାଚ୍‌ରେ ରାଜସ୍ଥାନ ରୟାଲ୍ସ (RR)ର ଷ୍ଟାର୍‌ ଅଲରାଉଣ୍ଡର ରବୀନ୍ଦ୍ର ଜାଡେଜା ନିଜର ପୁରୁଣା ଟିମ ଚେନ୍ନାଇ ସୁପର କିଙ୍ଗସ (CSK) ବିପକ୍ଷରେ…

ଅବସରକୁ ନେଇ ମୁହଁ ଖୋଲିଲେ ଶାମି

ନୂଆଦିଲ୍ଲୀ,୩୧ା୩: ଭେଟେରାନ ଭାରତୀୟ ପେସର ମହମ୍ମଦ ଶାମି ଏବେ ଅବସର ସମ୍ପର୍କରେ ଚିନ୍ତା କରୁ ନ ଥିବା କହିଛନ୍ତି। ସେ ତାଙ୍କର ବୟସ, ଆହତ ସମସ୍ୟା କିମ୍ବା…

ଭାଜପାରେ ଯୋଗଦେଲେ ଟେନିସ୍‌ କିମ୍ବଦନ୍ତୀ ଲିଆଣ୍ଡର ପେସ୍‌

ନୂଆଦିଲ୍ଲୀ,୩୧ା୩: ଭାରତର ଟେନିସ୍‌ କିମ୍ବଦନ୍ତୀ ଲିଆଣ୍ଡର ପେସ୍‌ ମଙ୍ଗଳବାର ଭାରତୀୟ ଜନତା ପାର୍ଟି (ଭାଜପା)ରେ ଯୋଗଦେଇଛନ୍ତି। ପଶ୍ଚିମବଙ୍ଗରେ ହେବାକୁଥିବା ବିଧାନସଭା ନିର୍ବାଚନ ପୂର୍ବରୁ ୫୧ ବର୍ଷୀୟ ପେସ୍‌…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri