ଭାଲୁ ଆକ୍ରମଣରେ ଗୁରୁତର ବୃଦ୍ଧାଙ୍କ ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ

ପାଟଣା,୪।୪(ସ୍ବ.ପ୍ର.): କେନ୍ଦୁଝର ଜିଲା ଘଟଗାଁ ରେଞ୍ଜ କେତାଙ୍ଗ ଗ୍ରାମରେ ଭାଲୁ ଆକ୍ରମଣରେ ୨୨ ମାର୍ଚ୍ଚରେ ଜଣେ ୬୦ ବର୍ଷୀୟା ବୃଦ୍ଧା ଗୁରୁତର ହୋଇଥିଲେ। ତାଙ୍କୁ ପ୍ରଥମେ ଜେନ୍ଦୁଝର ଓ ପରେ କଟକ ବଡ଼ ଡାକ୍ତରଖାନା ସ୍ଥାନାନ୍ତର କରାଯାଇଥିଲା। ବୃଦ୍ଧାଙ୍କର ଶନିବାର ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ ଘଟିଛି। ସେ ହେଲେ ପାଟଣା ବ୍ଲକ ଚିନାବାଳି ପଶି ପଞ୍ଚାୟତ କେତାଙ୍ଗ ଗ୍ରାମ ପୋଖରୀ ସାହିର ମାଣିକ ସିଂ। ସୂଚନା ଅନୁଯାୟୀ, ସକାଳୁ ମାଣିକ ଗାଁ ନିକଟ ସୀତା ନଦୀକୁ ଗାଧୋଇବାକୁ ଯାଇଥିବା ବେଳେ ଗାଁ ପାଖ ଜଙ୍ଗଲରୁ ଏକ ଭାଲୁ ଆସି ତାଙ୍କୁ ଅତର୍କିତ ଭାବେ ଆକ୍ରମଣ କରିଥିଲା। ଭାଲୁ ଆକ୍ରମଣରେ ତାଙ୍କ ମୁଣ୍ଡ, ବେକ ଓ ଅଣ୍ଟାରେ ଗଭୀର କ୍ଷତ ସୃଷ୍ଟି ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

କମିଲା ବନ୍ୟାଜଳ ପ୍ରବେଶର ପରିମାଣ, ହୀରାକୁଦ ବନ୍ଦ କଲା ୪ ଗେଟ୍‌

ସମ୍ବଲପୁର,୨୧ା୮(ପ୍ରମୋଦ ବହିଦାର): ହୀରାକୁଦ ଜଳଭଣ୍ଡାରକୁ ବନ୍ୟାଜଳ ପ୍ରବେଶ ପରିମାଣ କ୍ରମଶଃ ହ୍ରାସ ପାଇବାରେ ଲାଗିଛି। ଫଳରେ ଗୁରୁବାର ରାତିରେ ୨ ଓ ଶୁକ୍ରବାର ସକାଳେ ପୁଣି ୪ଟି…

ବିବାଦ ପାଇଁ ଶବ ସତ୍କାର କରାଇ ଦେଉନାହାନ୍ତି ଗ୍ରାମବାସୀ, ୩ ଦିନ ହେଲା ଶାଶୁଙ୍କ ଶବକୁ ଜଗିବସିଛନ୍ତି ବୋହୂ

ରାଜନଗର,୨୧ା୮(ଭାସ୍କର ରାଉତରାୟ): କେନ୍ଦ୍ରାପଡ଼ା ଜିଲା ରାଜନଗର ବ୍ଲକ ତାଳଚୁଆ ସାମୁଦ୍ରିକ ଥାନା ଅନ୍ତର୍ଗତ ବୀରଭଞ୍ଜପୁର ଗାଁରେ ଏକ ଅଭାବନୀୟ ଘଟଣା ସାମ୍ନା ଆସିଛି। ଯେଉଁଠି ହଜିଯାଇଛି ମାନବିକତା।…

ସ୍ବାମୀଙ୍କ ହାତଗୋଡ଼ ବାନ୍ଧି ସ୍ତ୍ରୀଙ୍କ କାନ ଛିଣ୍ଡାଇ ସୁନାଫୁଲ ଝାମ୍ପିନେଲେ ଦୁର୍ବୃତ୍ତ, ନଗଦ ଟଙ୍କା ସହ ଆହୁରି…

ନବରଙ୍ଗପୁର,୨୧ା୮(ସଦାଶିବ ପ୍ରହରାଜ): ନବରଙ୍ଗପୁର ଜିଲା ତେନ୍ତୁଳିଖୁଣ୍ଟି ଥାନା ଅନ୍ତର୍ଗତ ଦହଣା ଗାଁରେ ଗୁରୁବାର ବିଳମ୍ବିତ ରାତିରେ ଉମେଶ ଚନ୍ଦ୍ର ରଥଙ୍କ ଘରେ ସଶସ୍ତ୍ର ଡକାୟତି ହୋଇଛି। ଲକ୍ଷାଧିକ…

ଜମିରୁ ୩୬ ଘନଫୁଟ ଶାଗୁଆନ କାଠ ଜବତ: ଆନୁମାନିକ ମୂଲ୍ୟ ହେବ…

ଭଞ୍ଜନଗର, ୨୦।୮(ବାବୁଲା ପ୍ରଧାନ):ଗଞ୍ଜାମ ଜିଲା ଭଞ୍ଜନଗର ଘୁମୁସର ଉତ୍ତର ବନଖଣ୍ଡ ଅନ୍ତର୍ଗତ କେନ୍ଦ୍ରୀୟ ବନାଞ୍ଚଳର ପାଲାସପଲ୍ଲୀ ଗାଁ ନିକଟସ୍ଥ ଏକ ଜମିରୁ ପ୍ରାୟ ୩୬ ଘନଫୁଟ ଶାଗୁଆନ…

Amarpali Nodal UP School: ୭ ଦିନରେ ଜଣେ ଶିକ୍ଷକଙ୍କ ଅବସର, ୨ ବଦଳି, ନିଯୁକ୍ତି ଦାବିରେ ଆନ୍ଦୋଳନ ଚେତାବନୀ

ଅମରପାଲି,୨୧ା୮(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ଅନ୍ତର୍ଗତ ବୀରମହାରାଜପୁର ବ୍ଲକର ଏକ ପ୍ରତିଷ୍ଠିତ ଶିକ୍ଷାନୁଷ୍ଠାନ ଅମରପାଲି ନୋଡାଲ ୟୁପି ସ୍କୁଲ। ଏହି ସ୍କୁଲ ଏବେ ଶିକ୍ଷକ ଅଭାବରେ ଘାଣ୍ଟି…

ଭୁତକୋଠି ସାଜିଛି କଲ୍ୟାଣ ମଣ୍ଡପ: ୧୦ ବର୍ଷ ହେଲା ହୋଇପଡିଛି ଅକାମୀ

କେସିଙ୍ଗା,୨୧।୮(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅନ୍ତର୍ଗତ କନ୍ତେଶିର ଗ୍ରାମ ପଞ୍ଚାୟତରୁ ପ୍ରାୟ ୫୦୦ ମିଟରରେ ଗ୍ରାମ ପଞ୍ଚାୟତ ପକ୍ଷରୁ ଗୋଦାମ ଗୃହ ଗତ ୨୦୧୬-୧୭…

ଟଲଣା ଘାଟିରେ ଓଲଟିଲା ପିକ୍ଅପ୍, ୮ ଶ୍ରମିକ….

ଗୁଣପୁର,୨୧।୮(ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ଗୁଣପୁର ବ୍ଲକର ପୁଟାସିଂ ଥାନା ଅନ୍ତର୍ଗତ ଟଲଣା ଘାଟିରେ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି । ଭାରସାମ୍ୟ ହରାଇ ଓଲଟିଲା ଶ୍ରମିକ ବୋଝୋଇ…

୩ ମାସର ଶିଶୁ କନ୍ୟାଙ୍କୁ ତେଲ ମାଲିସ୍‌ବେଳେ ହେଲା ହାକୁଡ଼ି…ପରେ ଘଟିଲା ଅସ୍ବାଭାବିକ ଘଟଣା

ଦେବଗଡ,୨୧।୮(ଶଶାଙ୍କ ଶେଖର ଝାଙ୍କର): ରିଆମାଳ ବ୍ଲକ ତଥା କୁଣ୍ଢେଇଗୋଳା ଥାନା ଅଞ୍ଚଳର ରୁକୁମା ଗ୍ରାମର ଜଣେ ୩ ମାସର ଶିଶୁ କନ୍ୟାଙ୍କର ଅସ୍ବାଭାବିକ ମୃତ୍ୟୁ ଘଟିଛି। ସୂଚନା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri