ସକାଳୁ ସକାଳୁ ଆସିଲା ଭୟଙ୍କର ଭୂକମ୍ପ, ରିକ୍ଟର ସ୍କେଲରେ ତିବ୍ରତା ୭.୫, ଜାଣନ୍ତୁ ତାଜା ଅପଡେଟ

ଆଲାସ୍କା,୧୭।୭: ଆମେରିକାରେ ଭୟଙ୍କର ଭୂମିକମ୍ପର ଝଟକା ଅନୁଭୂତ ହୋଇଛି। ଆଲାସ୍କାର ଅନେକ ସ୍ଥାନରେ ୭.୫ ତୀବ୍ରତାର ଭୂମିକମ୍ପ ଅନୁଭୂତ ହୋଇଛି। ସମ୍ବାଦ ସରବରାହ ସଂସ୍ଥା ଏପିର ଏକ ରିପୋର୍ଟ ଅନୁଯାୟୀ, ଏହି ଶକ୍ତିଶାଳୀ ଭୂମିକମ୍ପ ପରେ ସୁନାମି ଚେତାବନୀ ମଧ୍ୟ ଜାରି କରାଯାଇଛି। ଲୋକମାନେ ଏବେ ବି ଆତଙ୍କିତ ଅଛନ୍ତି। ଭୂମିକମ୍ପ ପରେ ସମସ୍ତେ ଘରୁ ବାହାରକୁ ପଳାଇଛନ୍ତି। ସମୁଦ୍ର ନିକଟରେ ରହୁଥିବା ମତ୍ସ୍ୟଜୀବୀମାନେ ମଧ୍ୟ ଗୁରୁତର ଭାବରେ ପ୍ରଭାବିତ ହୋଇଛନ୍ତି।
ସୂଚନାଯୋଗ୍ୟ, ବୁଧବାର ଦିନ ୧୨ଟା ୩୭ ସମୟରେ ଆମେରିକାର ଆଲାସ୍କା ରାଜ୍ୟର ଉପକୂଳରେ ଏକ ଶକ୍ତିଶାଳୀ ଭୂମିକମ୍ପ ହୋଇଥିଲା। ଏହାର ତୀବ୍ରତା ରିକ୍ଟର ସ୍କେଲରେ ୭.୫ ରେକର୍ଡ କରାଯାଇଥିଲା। ଭୂମିକମ୍ପର କେନ୍ଦ୍ରସ୍ଥଳ ସ୍ୟାଣ୍ଡ ପଏଣ୍ଟରୁ ପ୍ରାୟ ୮୭ କିଲୋମିଟର ଦକ୍ଷିଣରେ ଥିଲା। ଭୂମିକମ୍ପ ପରେ ପ୍ରାୟ ୭.୫ ଲକ୍ଷ ଲୋକ ସୁନାମି ବିପଦର ସମ୍ମୁଖୀନ ହେଉଛନ୍ତି। ଏ ସମ୍ପର୍କରେ ମଧ୍ୟ ସତର୍କତା ଜାରି କରାଯାଇଛି। ଭୂମିକମ୍ପ ଯୋଗୁ କେତେ କ୍ଷୟକ୍ଷତି ହୋଇଛି ସେ ବିଷୟରେ ସମ୍ପୂର୍ଣ୍ଣ ସୂଚନା ମିଳିନାହିଁ।
ଦକ୍ଷିଣ ଆଲାସ୍କା ଏବଂ ଆଲାସ୍କା ଉପଦ୍ୱୀପ ସହିତ କେନେଡି ଏଣ୍ଟ୍ରାନ୍ସ, ଆଲାସ୍କାରୁ ୟୁନିମାକ ପାସ ଏବଂ ପ୍ରଶାନ୍ତ ମହାସାଗରର ଉପକୂଳବର୍ତ୍ତୀ ଅଞ୍ଚଳରେ ସୁନାମିର ଆଶଙ୍କା ରହିଛି। ଭୂମିକମ୍ପ ଦୃଷ୍ଟିରୁ ଆଲାସ୍କା ଏକ ଅତ୍ୟନ୍ତ ସମ୍ବେଦନଶୀଳ ଅଞ୍ଚଳ। ୧୯୬୪ ମସିହାରେ ମଧ୍ୟ ଏଠାରେ ୯.୨ ତୀବ୍ରତାର ଭୂମିକମ୍ପ ହୋଇଥିଲା। ଏବେ ପୁଣି ଥରେ ସମଗ୍ର ରାଜ୍ୟ ଆତଙ୍କିତ।


Enter your email to get our daily news in your inbox.

All Right Reserved By Dharitri.Com

ଦେଶରେ ଲାଗିବ କି ଲକ୍‌ଡାଉନ? ମୁଖ୍ୟମନ୍ତ୍ରୀଙ୍କ ସହ କଥା ହେବା ପରେ ମୋଦି କଲେ ବଡ଼ ଘୋଷଣା

ନୂଆଦିଲ୍ଲୀ,୨୭।୩: ଶୁକ୍ରବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦେଶର ପ୍ରାୟ ସମସ୍ତ ରାଜ୍ୟର ମୁଖ୍ୟମନ୍ତ୍ରୀ ଏବଂ ଉପରାଜ୍ୟପାଳମାନଙ୍କ ସହିତ ଏକ ଭର୍ଚୁଆଲ ବୈଠକର ଅଧ୍ୟକ୍ଷତା କରିଥିଲେ। ଏହି ବୈଠକର…

LPG ପରେ ଆଉ ଏକ ବଡ଼ ସଙ୍କଟ; ୧୦ରୁ ୧୫ ପ୍ରତିଶତ ଯାଏ ବଢିପାରେ ଦର…

ନୂଆଦିଲ୍ଲୀ,୨୭।୩: LPG ସଙ୍କଟ ଭିତରେ ଜନତାଙ୍କୁ ବହୁ ଜଲଦି ଆଉ ଏକ ଝଟକା ଲାଗିବାକୁ ଯାଉଛି । ପଶ୍ଚିମ ଏସିଆରେ ଚାଲୁଥିବା ଏହି ଯୁଦ୍ଧ ଯୋଗ ବର୍ତ୍ତମାନ…

ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବଙ୍କ ବଡ଼ ଘୋଷଣା, ଓଡ଼ିଶାକୁ ୧୦,୫୯୯ କୋଟିର…

ନୂଆଦିଲ୍ଲୀ,୨୭।୩: ଓଡ଼ିଶାର ରେଳ ଭିତ୍ତିଭୂମି ବିକାଶ କ୍ଷେତ୍ରରେ କେନ୍ଦ୍ର ସରକାର ଏକ ବଡ଼ ପଦକ୍ଷେପ ଗ୍ରହଣ କରିଛନ୍ତି। ଆର୍ଥିକ ବର୍ଷ ୨୦୨୫-୨୬ ପାଇଁ ଓଡ଼ିଶାକୁ ରେଳବାଇ କ୍ଷେତ୍ରରେ…

ପଶ୍ଚିମ ଏସିଆ ସଂଘର୍ଷ: ମୁଖ୍ୟମନ୍ତ୍ରୀମାନଙ୍କ ସହ ପ୍ରଧାନମନ୍ତ୍ରୀଙ୍କ ଗୁରୁତ୍ୱପୂର୍ଣ୍ଣ ବୈଠକ; ସାମିଲ ହେଲେ ନାହିଁ ଏସବୁ ରାଜ୍ୟର CM

ନୂଆଦିଲ୍ଲୀ,୨୭।୩: ପଶ୍ଚିମ ଏସିଆରେ ସୃଷ୍ଟି ହୋଇଥିବା ଯୁଦ୍ଧ ପରିସ୍ଥିତି ଏବଂ ଏହାର ବିଶ୍ୱସ୍ତରୀୟ ପ୍ରଭାବକୁ ଦୃଷ୍ଟିରେ ରଖି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶୁକ୍ରବାର ଭିଡିଓ କନଫରେନ୍ସିଂ ମାଧ୍ୟମରେ…

ଚଳନ୍ତା ଟ୍ରେନ୍‌ରୁ ଡେଇଁ ପଡ଼ିଲେ ଯୁବକ, ଆଉ ତା’ପରେ…

ଛତ୍ରପୁର,୨୭ା୩(ଦିଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ନିକଟରେ ଚଳନ୍ତା ଟ୍ରେନରୁ ଖସିପଡି ଜଣେ ଯୁବକ ଆହତ ହୋଇଛନ୍ତି। ସେ ହେଲେ କେନ୍ଦୁଝର ଜିଲା ଗୁଣ୍ଠପୁର ଅଞ୍ଚଳର ବିକ୍ରମ…

ରାସ୍ତାକଡ଼ ବୁଦା ଭିତରୁ ମିଳିଲା ପୁଳାପୁଳା ସରକାରୀ ଔଷଧ, ଏକ୍ସପାଏରୀ ଡେଟ୍‌ ଥିଲେ ସୁଦ୍ଧା କିଏ ଫିଙ୍ଗିଲା ସେ ନେଇ…

ସୁନ୍ଦରଗଡ଼, ୨୭।୩(ଜୟ ନାରାୟଣ ମେଣ୍ଡୁଳି): ସରକାର ଗରିବ ଲୋକଙ୍କୁ ମାଗଣାରେ ସ୍ବାସ୍ଥ୍ୟସେବା ଓ ଔଷଧ ଯୋଗାଇବା ପାଇଁ କୋଟି କୋଟି ଟଙ୍କା ଖର୍ଚ୍ଚ କରୁଥିବା ବେଳେ, ସୁନ୍ଦରଗଡ଼ରେ…

ବିଦ୍ୟୁତ୍‌ କାଟ୍‌କୁ ନେଇ ବଢୁଛି ଅସନ୍ତୋଷ

ଶେରଗଡ଼,୨୭ା୩(ସୂର୍ଯ୍ୟ ନାରାୟଣ ଦାଶ): ଶେରଗଡ଼ରେ ବିଦ୍ୟୁତ୍‌ ବିଭ୍ରାଟ ଦିନକୁ ଦିନ ବଢ଼ିବାରେ ଲାଗିଛି। ମେଣ୍ଟେନାନ୍ସ ଆଳରେ ଏପରି ବିଦ୍ୟୁତ୍‌ କାଟ କରାଯାଉଥିବା ଅଭିଯୋଗ ହେଉଛି। ଏପରି ଦିନକୁ…

୩ୟ ବିଶ୍ୱଯୁଦ୍ଧର ଭୟଙ୍କର ରୂପ! ଆମେରିକା ସହ ଯୁଦ୍ଧ କରିବେ ୧୨ବର୍ଷର ପିଲା

ତେହରାନ,୨୭।୩: ଇରାନ-ଇସ୍ରାଏଲ ବିବାଦ ମଧ୍ୟରେ, ଯେତେବେଳେ ଆମେରିକା ଗୋଟିଏ ମୋର୍ଚ୍ଚାରେ ଇରାନରେ ତାର ସୈନ୍ୟ ମୁତୟନ କରିବାକୁ ପ୍ରସ୍ତୁତ ହେଉଛି, ଅନ୍ୟପଟେ ଇରାନ ଏବେ ତାର ସୈନ୍ୟବାହିନୀକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri