ଓଡିଶାର ପ୍ରମୁଖ ଶକ୍ତିପୀଠକୁ ନେଇ ହେବ ଶକ୍ତି କରିଡର: ଉପମୁଖ୍ୟମନ୍ତ୍ରୀ

ପୁରୁଷୋତ୍ତମପୁର,୮ା୪(ସୀମାଞ୍ଚଳ ମିଶ୍ର): ଗଞ୍ଜାମ ଜିଲାର ଆରାଧ୍ୟା ଦେବୀ ମା’ ତାରାତାରିଣୀଙ୍କ ଚୈତ୍ର ମଙ୍ଗଳବାର ଯାତ୍ରା ସରିଛି। ଶେଷ ପାଳିରେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା, ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ, ବାଣିଜ୍ୟ ଓ ପରିବହନ ମନ୍ତ୍ରୀ ବିଭୂତି ଭୂଷଣ ଜେନା, ମତ୍ସ୍ୟ ଓ ପ୍ରାଣୀ ସମ୍ପଦ ବିକାଶ ମନ୍ତ୍ରୀ ଗୋକୁଳାନନ୍ଦ ମଲ୍ଲିକ, ଖଲ୍ଲିକୋଟ ବିଧାୟକ ପୂର୍ଣ୍ଣଚନ୍ଦ୍ର ସେଠୀ, ଛତ୍ରପୁର ବିଧାୟକ କୃଷ୍ଣଚନ୍ଦ୍ର ନାୟକ, ବ୍ରହ୍ମପୁର ବିଧାୟକ କେ.ଅନିଲ କୁମାର,ଆସିକା ବିଧାୟକ ସରୋଜ ପାଢୀ ଆସି ମା’ଙ୍କ ଦର୍ଶନ ସହ ପୂଜାର୍ଚ୍ଚନା କରିଛନ୍ତି। ଏହି ଅବସରରେ ଉପମୁଖ୍ୟମନ୍ତ୍ରୀ ପରିଡା କହିଥିଲେ ଯେ, ଆଗାମୀ ଦିନରେ ଓଡିଶାର ପ୍ରମୁଖ ଶକ୍ତିପୀଠଗୁଡିକୁ ନେଇ ଏକ ଶକ୍ତି କରିଡର କରାଯିବ। ଯାଜପୁର ବିରଜାଙ୍କ ପୀଠରୁ ଆରମ୍ଭ କରି କାକଟପୁର ମା’ ମଙ୍ଗଳା, ବାଣପୁର ମା ଭଗବତୀ, ଉଗ୍ରତାରା, ତାରାତାରିଣୀ, କାଳିଯାଇ, ଭୈରବୀ ଆଦି ପୀଠକୁ ନେଇ ଶକ୍ତି କରିଡର ଘୋଷଣା କରାଯିବ। ଏହାଦ୍ୱାରା ଭକ୍ତଙ୍କୁ ସହଜରେ ମା’ଙ୍କ ଦର୍ଶନ କରିବାର ସୁଯୋଗ ମିଳିବ।

ପୂର୍ବରୁ ପର୍ଯ୍ୟଟନ ବିଭାଗ ପକ୍ଷରୁ ତାରାତାରିଣୀ ପୀଠ ପାଇଁ ୮ କୋଟି, ତପ୍ତପାଣି ପାଇଁ ୧୧ କୋଟି, ଜିଲାର ଥିବା ନାରାୟଣୀ ପୀଠ ପାଇଁ ବି ଅର୍ଥ ବ୍ୟବସ୍ଥା କରାଯାଇଛି। ପର୍ଯ୍ୟଟନ ବିଭାଗ ୬୦ କୋଟିରୁ ଅଧିକ ଟଙ୍କା ଚଳିତବର୍ଷ ଗଞ୍ଜାମ ଜିଲାକୁ ଦେଇଛି। ଏହାବାଦ ପୂର୍ତ୍ତ ଓ ପର୍ଯ୍ୟଟନ ବିଭାଗ ମିଳିତ ଭାବେ ଏହି ଶକ୍ତି କରିଡର ପ୍ରତିଷ୍ଠା କରିବା ଦାୟିତ୍ୱ ବହନ କରିବେ। ପୂର୍ବରୁ ମନ୍ତ୍ରୀମାନଙ୍କ ପକ୍ଷରୁ ଏ ନେଇ ଦାବି ଥିଲା ବୋଲି ଉପମୁଖ୍ୟମନ୍ତ୍ରୀ କହିଥିଲେ। ସେହିପରି ମନ୍ତ୍ରୀ ଜେନା କହିଥିଲେ ଯେ, ଆଧ୍ୟାତ୍ମିକ ଶକ୍ତି ପୀଠଗୁଡିକୁ ସଂଯୋଗୀକରଣ ନେଇ ଯୋଜନା ହୋଇଛି। ଶ୍ରଦ୍ଧାଳୁମାନେ ସବୁ ଶକ୍ତି ପୀଠକୁ ଅଳ୍ପ ସମୟରେ ସୁବିଧାରେ ଦର୍ଶନ କରିପାରିବା ଭଳି ବ୍ୟବସ୍ଥା ହେବ। ପ୍ରସାଦ ବ୍ୟବସ୍ଥା ମଧ୍ୟ କରାଯାଇଛି। ଚଳିତବର୍ଷ ଏକ ଡକୁମେଣ୍ଟାରୀ ଫିଲ୍ମ ବି ନିର୍ମାଣ ହୋଇଛି ବୋଲି ସେ କହିଥିଲେ।

ଶ୍ରଦ୍ଧାଳୁ ଯେଭଳି ବିନା ଦ୍ୱିଧାରେ ମା’ଙ୍କ ମନ୍ଦିରକୁ ଯାଇ ଦର୍ଶନ କରିପାରିବେ ସେଥିନିମନ୍ତେ ସମସ୍ତ ବ୍ୟବସ୍ଥା କରାଯିବ ବୋଲି ଗଞ୍ଜାମ ଜିଲାପାଳ ଦିବ୍ୟଜ୍ୟୋତି ପରିଡା କହିଥିଲେ। ଏସପି ଶୁଭେନ୍ଦୁ କୁମାର ପାତ୍ର, ପୁରୁଷୋତ୍ତମପୁର ଏସଡିପିଓ ଡ.ଦୀପକ କୁମାର ମିଶ୍ରଙ୍କ ସମେତ ବରିଷ୍ଠ ପୋଲିସ ଓ ପ୍ରଶାସନିକ ଅଧିକାରୀ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବଡ଼ ଭୁଲ୍‌ କରିଦେଲେ ବୀରେନ୍ଦ୍ର ସେହ୍ବାଗଙ୍କ ପୁଅ: ବିସ୍ଫୋରକ ବ୍ୟାଟିଂ କରୁଥିବାବେଳେ…

ନୂଆଦିଲ୍ଲୀ,୨୧।୯: ଅଷ୍ଟ୍ରେଲିଆ ଅଣ୍ଡର-୧୯ ବିପକ୍ଷ ମ୍ୟାଚ୍‌ରେ ଭାରତୀୟ ଯୁବ ବ୍ୟାଟର ତଥା ବୀରେନ୍ଦ୍ର ସେହ୍ବାଗଙ୍କ ପୁଅ ଆର୍ଯ୍ୟବୀର ସେହ୍ବାଗ ନିଜ ବ୍ୟାଟିଂରେ ପୁଣିଥରେ ପ୍ରଭାବିତ କରିଛନ୍ତି। ଓପନର…

ରୁଷିଆ ନିର୍ବାଚନରେ ପୁଟିନଙ୍କ ଦବଦବା, ୪୫୦ରୁ ୩୫୫ ଆସନ ଜିତିଲା ୟୁନାଇଟେଡ୍…

ମସ୍କୋ,୨୧।୯: ରୁଷିଆର ସଂସଦୀୟ ନିର୍ବାଚନରେ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ସମର୍ଥନ ଥିବା ୟୁନାଇଟେଡ୍ ରୁଷିଆ ପାର୍ଟି ବଡ଼ ବିଜୟ ହାସଲ କରିଛି । ପୁଟିନ୍‌ଙ୍କ ଦଳ ସଂସଦର…

ବିଳମ୍ବିତ ରାତିରେ ନିଖୋଜ ହୋଇଗଲା ମତ୍ସ୍ୟଜୀବୀଙ୍କ ଡ଼ଙ୍ଗା, ଆଉ ତା’ପରେ…

ଛତ୍ରପୁର,୨୧।୯(ଦିଲ୍ଲୀପ ସାମଲ/ଦ୍ୱାରକା ପଟ୍ଟନାୟକ): ଗଞ୍ଜାମ ଜିଲା ମେରାଇନ ଥାନା ଅନ୍ତର୍ଗତ ଆର୍ଯ୍ୟପଲ୍ଲୀ ଫିସେରୀ ଜେଟିରୁ ଏକ ମତ୍ସ୍ୟଜୀବୀଙ୍କ ଡଙ୍ଗା ନିଖୋଜ ହୋଇଯାଇଥିବା ଖବର ସାମନାକୁ ଆସିଛି। ମେରାଇନ…

ମୋବାଇଲ ଝାମ୍ପି ଫେରାର ବେଳେ ଦୁର୍ଘଟଣା, ୨ ଯୁବକଙ୍କୁ କାବୁ କଲେ ସ୍ଥାନୀୟ ଲୋକେ

ଜୟପୁର,୨୧।୯(ପବନ ପାଣିଗ୍ରାହୀ): ଦିନ ଦଶଟା ବେଳେ ପଞ୍ଚାନନ ମନ୍ଦିର ଛକରୁ ମହିଳା ଶ୍ରମିକଙ୍କ ମୋବାଇଲ ଛଡାଇ ଫେରାର ହେଉଥିଲେ । ହେଲେ ସେହି ସମୟରେ ଏକ ସଡ଼କ…

ଉଚ୍ଚ ଦରମାରେ ଚାକିରି ସୁଯୋଗ ଆଣିଛି SBI, ଜାଣନ୍ତୁ କେମିତି କରିବେ ଆବେଦନ, ଶେଷ ତାରିଖ ରହିଛି…

ନୂଆଦିଲ୍ଲୀ,୨୦ା୯: ଆଜିକାଲି ସମସ୍ତେ ଭଲ ଦରମା ପାଇବା ପାଇଁ ଗୋଟିଏ ଭଲ ଚାକିରି ଖୋଜୁଛନ୍ତି। ଦେଶର ସବୁଠାରୁ ବଡ଼ ବ୍ୟାଙ୍କ ଷ୍ଟେଟ୍‌ ବ୍ୟାଙ୍କ ଅଫ୍‌ ଇଣ୍ଡିଆ’ (SBI)…

ବଙ୍ଗ ରାଜନୀତିରେ ହଇଚଇ; ଏହି କଂଗ୍ରେସ ନେତାଙ୍କୁ ଘୃଣା କରନ୍ତି ମମତା! TMC ନେତା କଲେ ବଡ଼ ଖୁଲାସା

କୋଲକାତା,୨୧।୯: ପଶ୍ଚିମବଙ୍ଗର ନନ୍ଦୀଗ୍ରାମ ବିଧାନସଭା ଆସନରେ ଅକ୍ଟୋବର ୬ରେ ଉପନିର୍ବାଚନ ହେବ । ଏହା ପୂର୍ବରୁ ରାଜ୍ୟ ରାଜନୀତିରେ ତୃଣମୂଳ କଂଗ୍ରେସ ଓ କଂଗ୍ରେସ ମଧ୍ୟରେ ସମୀକରଣକୁ…

ଅନ୍ତେବାସୀଙ୍କୁ ମିଳୁଥିଲା ପୋକରା ଚାଉଳ ଭାତ: ଅଧିକାରୀଙ୍କୁ ଜଣାଇବାକୁ ୮ କି.ମି. ଚାଲିଲେ ଛାତ୍ରୀଛାତ୍ର

ଉଦଳା,୨୧।୯(ସନ୍ତୋଷ ବାଛିନୀ): ହଷ୍ଟେଲରେ ଦୁଇ ମାସରୁ ଊର୍ଦ୍ଧ୍ୱ ହେଲା ଅବ୍ୟବସ୍ଥା ଲାଗି ରହିଥିବା ବେଳେ ଛାତ୍ରୀଛାତ୍ରମାନଙ୍କୁ ଆବଶ୍ୟକ ମୌଳିକ ସୁବିଧା ଯୋଗାଇ ଦିଆଯାଉ ନାହିଁ। ଯାହାକୁ ନେଇ…

ବ୍ୟାକ୍ଟେରିଆ ରୋକିବାର ସହଜ ଉପାୟ

ବ୍ୟାକ୍ଟେରିଆ ଆମ ଶରୀରରେ କାୟା ବିସ୍ତାର କଲେ ତାହା କେତେକ ରୋଗର କାରଣ ସାଜିଥାଏ। ତେବେ ଏହାକୁ ପ୍ରତିହତ କରିବାର ଏକ ସହଜ ତଥା ସରଳ ଉପାୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?