ଜାଲରେ ପଡ଼ିଲା ୨ କୁଇଣ୍ଟାଲ ଓଜନର ସାର୍କ

ଭୋଗରାଇ,୨୦ା୨(ଡି.ଏନ.ଏ): ବାଲେଶ୍ୱର ଜିଲା ଭୋଗରାଇ ବ୍ଲକ ସୀମାନ୍ତ ଦୀଘା ଉପକୂଳ ଗଭୀର ସମୁଦ୍ରରେ ପୁଣି ଏକ ବିରଳ ପ୍ରଜାତିର ସାର୍କ ମତ୍ସ୍ୟଜୀବୀଙ୍କ ଜାଲରେ ଧରାପଡ଼ିଛି। ଟ୍ରଲର ମାଲିକ ଏହି ବିଶାଳକାୟ ସାର୍କକୁ ରବିବାର ଦୀଘା ମୁହାଣ ଆନ୍ତର୍ଜାତିକ ମାଛ ମାର୍କେଟକୁ ବିକ୍ରି କରିବାକୁ ଆଣିଥିଲେ। ସେଠାରେ ଉକ୍ତ ମାଛକୁ ନିଲାମରେ କୋଲକାତାର ଏକ କମ୍ପାନୀ ୨୯ ହଜାର ଟଙ୍କାରେ କିଣିନେଇଛି। କେତେକ ଲୋକ ଏହାକୁ ସାର୍କ କହୁଥିବା ବେଳେ ଅନ୍ୟ କେତେକ ହାଙ୍ଗର ବୋଲି କହୁଛନ୍ତି। ଏହି ମାଛକୁ କୋଲକାତା ନିଆଯାଇ ବିଦେଶରେ କି.ଗ୍ରା. ପ୍ରତି ଏହାକୁ ଚଢ଼ା ଦାମ୍‌ରେ ବିକ୍ରି କରାଯିବ ବୋଲି ମତ୍ସ୍ୟଜୀବୀମାନେ କହିଛନ୍ତି।
ସୂଚନା ଅନୁଯାୟୀ, ଗତ ବୁଧବାର ଦୀଘା ମାଛ ମାର୍କେଟରେ ବିରଳ ପ୍ରଜାତିର ୨ କୁଇଣ୍ଟାଲ ଓଜନର ଏକ ସାମୁଦ୍ରିକ କଉ ୩୮ହଜାର ଟଙ୍କାରେ କୋଲକାତାର ଏକ କମ୍ପାନୀକୁ ବିକ୍ରି କରାଯାଇଥିଲା। ଅପରପକ୍ଷରେ ଦୀଘା ଉପକୂଳ ଗଭୀର ସମୁଦ୍ରରୁ ଏଭଳି ବିରଳ ପ୍ରଜାତିର ମାଛ ଧରାଯାଉଥିବା ବେଳେ ବନ ବିଭାଗର ଏଥିପ୍ରତି ନଜର ନାହିଁ। ଏନେଇ ସାମୁଦ୍ରିକ ବିଜ୍ଞାନୀମାନେ ଉଦ୍‌ବେଗ ପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Post Officeର ଜବରଦସ୍ତ ସ୍କିମ୍‌: ମାସିକ ୫୫୫୦ ଟଙ୍କା ରୋଜଗାର ଗ୍ୟାରେଣ୍ଟି

ପୋଷ୍ଟ ଅଫିସ ଗ୍ରାହକମାନଙ୍କ ପାଇଁ ବିଭିନ୍ନ ପ୍ରକାରର ସଞ୍ଚୟ ଯୋଜନା ପ୍ରଦାନ କରେ। ପୋଷ୍ଟ ଅଫିସ ଏକ ଉଲ୍ଲେଖନୀୟ ଯୋଜନା ହେଉଛି, ମାସିକ ଆୟ ଯୋଜନା...

ପୋକୁଣ୍ଡା ସେକ୍ସନରେ ଦନ୍ତା ହାତୀର ମୃତ୍ୟୁ, ତଦନ୍ତ କରୁଛି ବନବିଭାଗ

ଅନୁଗୋଳ ୧୫୲୧୨(ମାନସ ବିଶ୍ୱାଳ): ଅନୁଗୋଳ ବନଖଣ୍ଡ ଅନ୍ତର୍ଗତ ପୋକୁଣ୍ଡା ସେକ୍ସନ୍ ମାଣିକଯୋଡ଼ି ପଞ୍ଚାୟତ ବାଲିଆପଶି ଠାରେ ସୋମବାର ସକାଳୁ ଏକ ଦନ୍ତା ହାତୀର ମୃତଦେହ ମିଳିଛି...

MGNREGA ପାଇଁ ନୂଆ ଆଇନ ଆଣିବେ ସରକାର: ଏତିକି ଦିନର ମିଳିବ ନିଯୁକ୍ତି ଗ୍ୟାରେଣ୍ଟି

ନୂଆଦିଲ୍ଲୀ,୧୫।୧୨: କେନ୍ଦ୍ର ସରକାର ମହାତ୍ମା ଗାନ୍ଧୀ ଜାତୀୟ ଗ୍ରାମୀଣ ନିଯୁକ୍ତି ଗ୍ୟାରେଣ୍ଟି ଆଇନ (MGNREGA)କୁ ବାତିଲ କରି ଗ୍ରାମୀଣ ନିଯୁକ୍ତି ପାଇଁ ଏକ ନୂତନ ଆଇନ...

ଘନ କୁହୁଡ଼ି ମଧ୍ୟରେ ବିମାନବନ୍ଦର: ୧୦୦ରୁ ଅଧିକ ବିମାନ ବାତିଲ, ଟ୍ରେନ ଚଳାଚଳ ବିଳମ୍ୱ

ନୂଆଦିଲ୍ଲୀ,୧୫।୧୨: ଦିଲ୍ଲୀ ଏନ୍‌ସିଆରରେ ଘନ କୁହୁଡ଼ି ସାଙ୍ଗକୁ ଦୃଶ୍ୟମାନତା ଶୂନ୍ୟ ହ୍ରାସ ଯୋଗୁ ଇନ୍ଦିରା ଗାନ୍ଧୀ ଅନ୍ତର୍ଜାତୀୟ ବିମାନବନ୍ଦରରୁ ୧୦୦ରୁ ଅଧିକ ବିମାନ ଉଡ଼ାଣ ବାତିଲ...

କୁହୁଡ଼ି ତାଣ୍ଡବ: ପଛକୁ ପଛ ପିଟିହେଲା ୨୫ କାର୍, ୨ ପୋଲିସ କର୍ମଚାରୀଙ୍କ ସମେତ ୪ଜଣଙ୍କ ମୃତ୍ୟୁ

ନୂଆଦିଲ୍ଲୀ,୧୫।୧୨: ଆଜି ସକାଳେ ଉତ୍ତର ଭାରତର ଅଧିକାଂଶ ଅଞ୍ଚଳ ଘନ କୁହୁଡ଼ିରେ ଆଚ୍ଛାଦିତ ହୋଇଥିଲା । ଯାହା ଫଳରେ ସମସ୍ତ ପ୍ରକାରର ଯାତାୟାତ ବାଧାପ୍ରାପ୍ତ ହୋଇଥିଲା।...

ମୃତ୍ତିକା ପ୍ରଦୂଷଣ ବଢ଼ାଉଛି ପ୍ଲାଷ୍ଟିକ୍‌

ପ୍ଲାଷ୍ଟିକ୍‌ ପ୍ରଦୂଷଣ ମଧ୍ୟ ସ୍ଥଳଭାଗରେ ନିଜର କାୟା ବିସ୍ତାର କରି ଚାଲିଛି। ପ୍ଲାଷ୍ଟିକ୍‌ ଆବର୍ଜନାକୁ ଖାଦ୍ୟ ବୋଲି ମନେକରି କିଛି ଜୀବ ଭକ୍ଷଣ କରିଥାନ୍ତି। ଏହା...

ଖୋଲୁନି ମଣ୍ଡି, ବଢୁଛି ଧାନ ଚୋରା ଚାଲାଣ

ପଟ୍ଟାମୁଣ୍ଡାଇ,୧୫ା୧୨ (କଳ୍ପତରୁ ନାୟକ): କେନ୍ଦ୍ରାପଡ଼ା ଜିଲାର ଭାତହାଣ୍ଡି କୁହାଯାଉଥିବା ପଟ୍ଟାମୁଣ୍ଡାଇ ଉତିକଣ ଅଞ୍ଚଳ ସମେତ ଅନ୍ୟ ସ୍ଥାନରେ ଚାଷୀଙ୍କ ଖରିଫ ଧାନ ଫସଲ ୮୦ ଭାଗ...

ବ୍ଲକ ପ୍ରଶାସନର ପକ୍ଷପାତିତା: ସ୍ବାଧୀନ ବିଧାୟକଙ୍କୁ ଟାଣିଲା ବିଜେଡି  

 ନିଶ୍ଚିନ୍ତକୋଇଲି,୧୫।୧୨(ଅଶୋକ କୁମାର ମହାପାତ୍ର): କଟକ ଜିଲା  ନିଶ୍ଚିନ୍ତକୋଇଲି ବ୍ଲକ ପ୍ରଶାସନର ଅପରିଣାମଦର୍ଶିତା ପାଇଁ ବହୁ ଟଙ୍କା ଫେରିଯାଇଛି। ଉନ୍ନୟନ କାଯ୍ୟକ୍ରମ ଠପ୍‌ ହୋଇଯାଇଛି। ଏହାର ପ୍ରତିବାଦରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri