ଦୁର୍ଦ୍ଦିନରେ ମେଷ ପାଳକ, ମିଳୁନି ସରକାରୀ ପ୍ରୋତ୍ସାହନ

ମହାକାଳପଡ଼ା,୨ା୧(ପ୍ରତାପ ଚନ୍ଦ୍ର ସ୍ବାଇଁ):ଗୃହପାଳିତ ପ୍ରାଣୀ ଛେଳି, ମେଣ୍ଢା, କୁକୁଡ଼ା, ଘୁଷୁରି, ଗାଈ ଫାର୍ମ ନିର୍ମାଣ ପାଇଁ କେନ୍ଦ୍ର ଓ ରାଜ୍ୟ ସରକାର ଅର୍ଥ ବ୍ୟୟବରାଦ କରୁଛନ୍ତି। ହେଲେ ଗଁାର ଗରିବ ମେଷ ପାଳକଙ୍କୁ ମିଳୁନି ସରକାରୀ ପ୍ରୋତ୍ସାହନ। ଧାର ଉଦ୍ଧାର କରି ପରିବାର ପ୍ରତି ପୋଷଣ ପାଇଁ ମେଣ୍ଢା ଚାଷକୁ ଆଦରି ନେଉଥିବା ଚାଷୀଙ୍କ ଭାଗ୍ୟ ଏବେ ଦୁର୍ଦ୍ଦିନରେ ଗତିକରୁଛି। କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଉପକୂଳ ତେନ୍ତୁଲିକନ୍ଧା ଗ୍ରାମର ମେଷ ପାଳକ ସଚିତ୍ର ରାଉତ କହିଛନ୍ତି, ଦୀର୍ଘବର୍ଷ ଧରି ମେଷ ପାଳି ଦୁଇପଇସା ରୋଜଗାର କରିବା ପାଇଁ ଆଶା ଥିବାବେଳେ ସରକାରୀ ପ୍ରୋତ୍ସାହନ ମିଳୁନି। ସରକାରୀ କାର୍ଯ୍ୟାଳୟକୁ ବାରମ୍ବାର ଦୌଡୁଛୁ ହେଲେ ବାବୁମାନେ କେହି ଶୁଣିନାହାନ୍ତି। ତାଙ୍କର କିଛିଦିନ ମଧ୍ୟରେ ୪ଟି ମେଣ୍ଢାଙ୍କ ରୋଗରେ ମୃତ୍ୟୁ ହୋଇଥିବା ବେଳେ ୧୫ ହଜାର ଟଙ୍କାର କ୍ଷତି ସହିଛି। ହେଲେ ଗୁହାରି କଲେ ମଧ୍ୟ ବିଭାଗୀୟ ଅଧିକାରୀମାନଙ୍କ ଦୃଷ୍ଟି ପଡ଼ିଲା ନାହିଁ। ସକାଳୁ ଉଠି ନିତ୍ୟକର୍ମ ସାରି ୬୦ରୁ ଅଧିକ ମେଣ୍ଢାଙ୍କୁ ଧରି ନିକଟ ମହାନଦୀ କୂଳରେ ଚରାଇବାକୁ ନେଇଥାଏ। ସା ବେଳକୁ ମେଣ୍ଢାପଲ ଧରି ଘରକୁ ଫେରିଥାଏ। ଗୁହାଳଟିଏ ନ ଥିବାରୁ ଛିଣ୍ଡା ପଲିଥିନ ଘେରା ମଧ୍ୟରେ ମେଣ୍ଢାମାନେ ରହୁଛନ୍ତି। ରାତିର ବାହାରେ ଏଣେତେଣେ ପଳାଇ ଯାଉଛନ୍ତି। କିଛି ଆର୍ଥିକ ସହାୟତା ମିଳିଲେ ଗୁହାଳ ନିର୍ମାଣ କରିବି ନଚେତ ଖୋଲା ଆକାଶତଳେ ମେଣ୍ଢାପଲଙ୍କ ଜୀବନ ଦୁର୍ବିସହ ହୋଇପଡ଼ିବ। ବେଳେ ବେଳେ ବିଲୁଆ ଅନ୍ଧାର ରାତିରେ ମେଣ୍ଢା ଟାଣି ନେଇ ଯାଉଥିବା ଅଭିଯୋଗ କରିଛନ୍ତି। ସରକାରଙ୍କ ରିହାତି ଋଣ ଅର୍ଥରେ ଗୁହାଳ ଘର ନିର୍ମାଣ ପାଇଁ ଆର୍ଥିକ ସହାୟତା ଯୋଗାଇ ଦେଉଛନ୍ତି। ମାତ୍ର ତୃଣମୂଳ ସ୍ତରରେ ବାସ୍ତବ ଗୃହପାଳିତ ପ୍ରାଣୀ ଚାଷୀଙ୍କ ନିକଟରେ ଏହା ପହଞ୍ଚତ୍ ପାରୁନି ବୋଲି ବୁଦ୍ଧିଜୀବୀ ଲକ୍ଷ୍ମୀକାନ୍ତ ସ୍ବାଇଁ ଅଭିଯୋଗ କରିଛନ୍ତି। ଏ ସଂକ୍ରାନ୍ତରେ ବ୍ଲକ ପ୍ରାଣୀ ଚିକିତ୍ସକ ଡା. ଅମରେଶ ସ୍ବାଇଁଙ୍କୁ ପଚାରିବାରେ ସମସ୍ୟା ସମ୍ପର୍କରେ ଖୁବ୍‌ଶୀଘ୍ର ପଦକ୍ଷେପ ଗ୍ରହଣ କରାଯିବ ବୋଲି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଭିତ୍ତିଭୂମି ଅଭାବରେ କ୍ରୀଡ଼ା ବିକାଶ ଦିଗହରା: ଜାତୀୟସ୍ତରରେ ସଫଳତା ସତ୍ତ୍ୱେ ମିଳୁନି ପ୍ରୋତ୍ସାହନ

ଅମରପାଲି,୬ା୮(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲାର ବୀରମହାରାଜପୁର ଉପଖଣ୍ଡରେ ଭିତ୍ତିଭୂମି ଅଭାବ କାରଣରୁ କ୍ରୀଡ଼ାର ବିକାଶ କ୍ଷେତ୍ରରେ ଦିଗହରା ହୋଇଛି। ବୀରମହାରାଜପୁର ଏନ୍‌ଏସି, ବୀରମହାରାଜପୁର ଓ ଉଲୁଣ୍ଡା ବ୍ଲକକୁ…

ପୂର୍ବତନ ବିଧାୟକଙ୍କ ଝିଅଙ୍କୁ ଯୌତୁକ ନିର୍ଯାତନା,ହତ୍ୟା ଉଦ୍ୟମ: ଅଭିଯୁକ୍ତ ସ୍ବାମୀଙ୍କୁ ଅନୁଗୋଳରୁ ଗିରଫ କଲା ପୋଲିସ

ଦେବଗଡ,୬।୮(ଶଶାଙ୍କ ଶେଖର ଝାଙ୍କର) : ଦେବଗଡ ସହରର ଜଣେ ଯୁବତୀଙ୍କୁ ବିବାହ ପରେ ଯୌତୁକ ନିର୍ଯାତନା ଓ ହତ୍ୟା ଉଦ୍ୟମ ଅଭିଯୋଗରେ ଦେବଗଡ ଥାନା ପୋଲିସ ଅନୁଗୋଳର…

ରାଷ୍ଟ୍ରୀୟ ମଜଦୁର କଂଗ୍ରେସର ଯୁଗ୍ମ ରାଜ୍ୟ ସମ୍ପାଦକ ହେଲେ କର୍ଣ୍ଣରାଜ

ଅମରପାଲି, ୬ା୮(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ କମିରା ଗ୍ରାମର କର୍ଣ୍ଣରାଜ ପଧାନ ରାଷ୍ଟ୍ରୀୟ ମଜଦୁର କଂଗ୍ରେସ, ଓଡ଼ିଶା ଶାଖାର ଯୁଗ୍ମ ରାଜ୍ୟ ସମ୍ପାଦକ…

ବିଜେଡି, କଂଗ୍ରେସ ପୋଛିନେଲେ ସମସ୍ତ ୧୧ ଆସନ: ନିର୍ବାଚନରୁ ଦୁରେଇ ରହିଲା ଭାଜପା

ସୋନପୁର,୬।୮(ମୃତ୍ୟୁଞ୍ଜୟ ଶତପଥୀ): ସୁବର୍ଣ୍ଣପୁର ଜିଲା ଯୋଜନା କମିଟିରେ ଖାଲିଥିବା ୧୧ ଆସନ ପାଇଁ ନିର୍ବାଚନ ଅନୁଷ୍ଠିତ ହୋଇଥିଲା। ଜିଲାର ନିର୍ବାଚିତ ଜିଲା ପରିଷଦ ସଭ୍ୟାସଭ୍ୟ ଏହି ନିର୍ବାଚନରେ…

ଶ୍ରୀମନ୍ଦିର ପ୍ରଶାସନ ନାଁରେ ନକଲି ନିଯୁକ୍ତିପତ୍ର ଭାଇରାଲ

ପୁରୀ,୬ା୮(ଅଜିତ କୁମାର ମହାନ୍ତି): ଶ୍ରୀମନ୍ଦିର ପ୍ରଶାସନ ନାଁରେ ଏକ ନକଲି ନିଯୁକ୍ତିପତ୍ର ସୋସିଆଲ ମିଡିଆରେ ଭାଇରାଲ ହେଉଛି। ଉକ୍ତ ଚିଠିରେ ଉଲ୍ଲେଖ ରହିଛି ଯେ, ପୁରୀ ଜିଲାର…

ଧାରଣାରତ ମହିଳାଙ୍କୁ ପୋଲିସ ଭ୍ୟାନ୍‌ରେ ପୂରାଇ ଭଙ୍ଗାଗଲା ଘର

ବଲାଙ୍ଗୀର ଜିଲାର ଲୋୟର ସୁକ୍‌ତେଲ ପ୍ରକଳ୍ପ ପ୍ରଭାବିତ ଲୋଇସିଂହା ବ୍ଲକ ତବଲବାଞ୍ଜି ଗଁାରେ ବୁଧବାର ବିସ୍ଥାପନ ପ୍ରକ୍ରିୟା ଆରମ୍ଭ ହୋଇଛି। ଉପଯୁକ୍ତ କ୍ଷତିପୂରଣ ଏବଂ ଉଚିତ ଥଇଥାନ…

ଭାଜପା ନେତାଙ୍କୁ ଛୁରି ଭୁସି ହତ୍ୟା, ରକ୍ତ ଜୁଡୁବୁଡୁ ଅବସ୍ଥାରେ…

ଭବାନୀପାଟଣା,୫।୮(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଏମ. ରାମପୁର ଥାନା ଡମକର୍ଲାଖୁଣ୍ଟାର ସରପଞ୍ଚ ସ୍ନିଗ୍ଧା ରଣାଙ୍କ ସ୍ୱାମୀ ତଥା ଭାଜପା ନେତା ଫକୀର ରଣାଙ୍କୁ ବୁଧବାର ସନ୍ଧ୍ୟାରେ…

ଉଠୁନି ଚାଉଳ.. ଏବେଠୁ ଧାନ ବିକ୍ରି ଚିନ୍ତା, ଲୋକ ସଭାରେ ପ୍ରଶ୍ନ ଉଠାଇଲେ ବରଗଡ଼ ଏମପି

ବରଗଡ଼,୫।୮(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ଖରିଫ୍‌ ଚାଷ କାର୍ଯ ଜାରି ରହିଛି । ଆଉ ଅଢ଼େଇ ମାସରୁ ୩ମାସ ମଧ୍ୟରେ ଧାନ ଅମଳ ହେବ ଏବଂ ଏହାପରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri