Posted inଖେଳ

ଭାରତ ବିପକ୍ଷ ସିରିଜ ପୂର୍ବରୁ ଅଷ୍ଟ୍ରେଲିଆକୁ ଝଟ୍‌କା; ୩ ଖେଳାଳି ପଡ଼ିଲେ ବାଦ୍‌

ନୂଆଦିଲ୍ଲୀ,୧୪।୯: ଟି୨୦ ବିଶ୍ୱକପ୍‌ ପୂର୍ବରୁ ଅଷ୍ଟ୍ରେଲିଆ ବିପକ୍ଷରେ ଟି୨୦ ସିରିଜ ଖେଳିବ ଭାରତ। ସେପ୍ଟେମ୍ବର ୨୦ରୁ ଏହି ସିରିଜ ଆରମ୍ଭ ହେବ। ତେବେ ଏହା ପୂର୍ବରୁ ଅଷ୍ଟ୍ରେଲିଆ ପକ୍ଷରୁ ଦଳରେ ୩ ବଡ଼ ପରିବର୍ତ୍ତନ କରାଯାଇଛି। ଆହତ ସମସ୍ୟା ଯୋଗୁ ଅଷ୍ଟ୍ରେଲିଆର ମିଚେଲ ଷ୍ଟାର୍କ, ମିଚେଲ ମାର୍ଶ ଏବଂ ମାର୍କସ ଷ୍ଟୋଇନିସଙ୍କୁ ଭାରତ ଗସ୍ତରୁ ବାଦ୍‌ ଦିଆଯାଇଛି। ଆଗକୁ ବିଶ୍ୱକପ୍‌ ଥିବାରୁ ଦଳ କୌଣସି ରିସ୍କ ନେବାକୁ ଚାହୁଁନାହିଁ। ଏଭଳି ସ୍ଥିତିରେ ୩ ଖେଳାଳିଙ୍କୁ ବିଶ୍ରାମ ଦେବାକୁ ନିଷ୍ପତ୍ତି ନିଆଯାଇଛି। ସେମାନଙ୍କ ସ୍ଥାନରେ ନାଥନ୍‌ ଏଲିସ୍‌, ଡାନିଏଲ୍‌ ସାମସ୍‌ ଏବଂ ଶନ୍‌ ଆବଟ୍ଟଙ୍କୁ ଦଳରେ ସାମିଲ କରାଯାଇଛି। ତେବେ ଭାରତ ବିପକ୍ଷ ସିରିଜ ପରେ ଅଷ୍ଟ୍ରେଲିଆ ଘରୋଇ ମଇଦାନରେ ଇଂଲଣ୍ଡ ଏବଂ ଓ୍ବେଷ୍ଟଇଣ୍ଡିଜ ବିପକ୍ଷରେ ଟି୨୦ ସିରିଜ ଖେଳିବ। ଏହାପରେ ଟି୨୦ ବିଶ୍ୱକପ୍‌ ଆରମ୍ଭ ହେବ।

ମ୍ୟାଚ୍‌ର ସୂଚୀ:
-ସେପ୍ଟେମ୍ବର ୨୦-ପ୍ରଥମ ଟି୨୦-ମୋହାଲି
-ସେପ୍ଟେମ୍ବର ୨୩-ଦ୍ୱିତୀୟ ଟି୨୦-ନାଗପୁର
-ସେପ୍ଟେମ୍ବର ୨୫-ତୃତୀୟ ଟି୨୦-ହାଇଦ୍ରାବାଦ


Enter your email to get our daily news in your inbox.

All Right Reserved By Dharitri.Com

ବ୍ରହ୍ମପୁର ବିଶ୍ୱବିଦ୍ୟାଳୟରେ ସରିଲା ଯୁକ୍ତ ୩ ପରୀକ୍ଷା: ଫଳାଫଳକୁ ଅପେକ୍ଷା

ଭଞ୍ଜନଗର,୧୩।୪(ବାବୁଲା ପ୍ରଧାନ): ବ୍ରହ୍ମପୁର ବିଶବିଦ୍ୟାଳୟ ପକ୍ଷରୁ ଗତ ୪ ତାରିଖରୁ ଆରମ୍ଭ ହୋଇଥିବା ଯୁକ୍ତ ୩ କଳା, ବାଣିଜ୍ୟ, ବିଜ୍ଞାନ ପରୀକ୍ଷା ସୋମବାର ସରିଛି। ଖୁବଶୀଘ୍ର ପରୀକ୍ଷା…

ଗତକାଲି ହଠାତ୍‌ ଘରୁ ନିଖୋଜ ହୋଇଯାଇଥିଲେ ୧୦ମ ଶ୍ରେଣୀ ଛାତ୍ରୀ, ଆଜି ଜଙ୍ଗଲରୁ ଉଦ୍ଧାର ହେବା ପରେ…

ଦିଗପହଣ୍ଡି,୧୩।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଅନ୍ତର୍ଗତ ଏକ ଗାଁରୁ ୧୦ମ ଶ୍ରେଣୀ ପରୀକ୍ଷା ଦେଇଥିବା ଜଣେ ୧୬ ବର୍ଷୀୟା ଛାତ୍ରୀ ରବିବାର ଘରୁ…

ଦଣ୍ଡନାଚରେ ଲଙ୍କା ଦହନ ବେଳେ ଅଘଟଣ, ଗଛ ଉପରେ ଚଢି ଅଚେତ ହୋଇପଡ଼ିଲେ ହନୁମାନ

ବୁଗୁଡ଼ା,୧୩ା୪(କାଳିଚରଣ ଦାଶ): ଗଞ୍ଜାମ ଜିଲା ବୁଗୁଡା ବ୍ଲକ ଅଧୀନ ସଂକୁରୁ ଗ୍ରାମରେ ଦଣ୍ଡନାଚରେ ଲଙ୍କା ଦହନ ବେଳେ ଅଘଟଣ ଘଟିଛି। ରାମାୟଣ ପରିବେଷଣ ବେଳେ ଗଛ ଉପରେ…

କୀର୍ତ୍ତନ ଦାସଙ୍କ ଉପରେ ଭରସା କଲା ଭାଜପା, ଦେଲା ଏହି ଗୁରୁଦାୟିତ୍ୱ: ଚାରିଆଡୁ ଛୁଟୁଛି ଶୁଭେଚ୍ଛା

ଗଞ୍ଜାମ,୧୩।୪(ଅନାଥ ତରାଇ): ଭାରତୀୟ ଜନତା ପାର୍ଟିର ଜଣେ ଦକ୍ଷ ତଥା ନିଷ୍ଠାପର ସଂଗଠକ ଭାବେ ପରିଚିତ କୀର୍ତ୍ତନ ଦାସଙ୍କୁ ଦ୍ୱିତୀୟଥର ପାଇଁ ଗଞ୍ଜାମ ଜିଲା ଭାଜପା ଅନୁସୂଚିତ…

ଭଞ୍ଜନଗର ବ୍ଲକ ଓଷ୍ଟାର ନୂତନ କର୍ମକର୍ତ୍ତା ମନୋନୀତ: ଜାଣନ୍ତୁ ସେମାନେ ସବୁ କିଏ…

ଭଞ୍ଜନଗର,୧୩।୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ପିଏମଶ୍ରୀ ୟୁ. ବି. ହାଇସ୍କୁଲଠାରେ ବ୍ଲକର ଓଷ୍ଟା ଖବରଦାତା ସମ୍ମିଳନୀ ସୋମବାର ଅନୁଷ୍ଠିତ ହୋଇଯାଇଛି। ଏଥିରେ ସଭାପତି ଦିଲ୍ଲୀପ କୁମାର…

ଟ୍ରମ୍ପଙ୍କୁ ଇରାନର ଭୟଙ୍କର ଚେତାବନୀ: ଯଦି ବନ୍ଦରଗୁଡ଼ିକ ପ୍ରତି ବିପଦ ସୃଷ୍ଟି ହୁଏ, ତା’ହେଲେ…

ଓ୍ବାଶିଂଟନ୍‌,୧୩।୪: ଆମେରିକା ଏବଂ ଇରାନ ମଧ୍ୟରେ ବଢ଼ୁଥିବା ଉତ୍ତେଜନା ଏକ ନୂତନ ଏବଂ ଗମ୍ଭୀର ମୋଡ଼ ନେଇଛି। ଆମେରିକା ଇରାନର ଉପସାଗରୀୟ ବନ୍ଦରଗୁଡ଼ିକର ନୌସେନା ଅବରୋଧ ଘୋଷଣା…

ଭାଜପା ଏସସି ମୋର୍ଚ୍ଚା ଜିଲା ସଭାପତି ଘୋଷଣା: ଗନ୍ଧମାର୍ଦ୍ଦନ ଉପରେ ପୁଣି ଭରସା କଲା ଭାଜପା

ଭଞ୍ଜନଗର,୧୩।୪(ବାବୁଲା ପ୍ରଧାନ): ଭାଜପା ଅନୁସୂଚିତ ଜାତି (ଏସ୍‌ସି) ମୋର୍ଚ୍ଚା ଜିଲା ସଭାପତି ସୋମବାର ଘୋଷଣା ହୋଇଛି। ଏଥିରେ ଭାଜପା ଭଞ୍ଜନଗର ସାଂଗଠନିକ ଜିଲା (ଘୁମୁସର) ଏସସି ମୋର୍ଚ୍ଚା…

ବସ୍‌ ଉପରକୁ ଗୁଳିମାଡ଼: ଚାଲିଗଲା ଫୁଟବଲ୍‌ ଖେଳାଳିଙ୍କ ଜୀବନ

ଘାନା,୧୩ା୪: ଡକାୟତଙ୍କ ଆକ୍ରମଣରେ ଘାନାନିଆନ ପ୍ରିିମିୟର ଲିଗ୍‌ କ୍ଲବର ଫୁଟବଲ ଖେଳାଳି ବେରେକୁମ୍‌ ଚେଲ୍‌ସୀର ଡୋମିନିକ୍‌ ଫ୍ରିମ୍‌ପଙ୍ଗ୍‌ ନିହତ ହୋଇଛନ୍ତି। କ୍ଲବ ସୂତ୍ରରୁ ପ୍ରକାଶ ଘାନାର ଦକ୍ଷିଣାଞ୍ଚଳରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri