Posted inଜାତୀୟ

ହିମାଚଳ ପ୍ରଦେଶ ବିଧାନସଭା ନିର୍ବାଚନ ପୂର୍ବରୁ କଂଗ୍ରେସକୁ ଝଟ୍‌କା, ଆନନ୍ଦ ଶର୍ମା ଦେଲେ ଇସ୍ତଫା…

ନୂଆଦିଲ୍ଲୀ, ୨୧।୮ : ହିମାଚଳ ପ୍ରଦେଶରେ ବିଧାନସଭା ନିର୍ବାଚନ ପୂର୍ବରୁ କଂଗ୍ରେସକୁ ବଡ଼ ଝଟ୍‌କା ମିଳିଛି। ପୂର୍ବତନ କେନ୍ଦ୍ର ମନ୍ତ୍ରୀ ଆନନ୍ଦ ଶର୍ମା ରବିବାର ଦିନ ଦଳର ପରିଚାଳନା କମିଟିର ଅଧ୍ୟକ୍ଷ ପଦରୁ ଇସ୍ତଫା ଦେଇଛନ୍ତି। କଂଗ୍ରେସ ଅଧ୍ୟକ୍ଷା ସୋନିଆ ଗାନ୍ଧୀଙ୍କୁ ଲେଖିଥିବା ଚିଠିରେ ସେ କହିଛନ୍ତି ଯେ ଦଳରେ ତାଙ୍କୁ ଅଣଦେଖା କରାଯାଉଛି। ହିମାଚଳ ପ୍ରଦେଶ ନିର୍ବାଚନ ପାଇଁ ତାଙ୍କ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତିକୁ ତାଙ୍କୁ ଧ୍ୟାନ ଦିଆଯାଇ ନଥିବା ସେ ଚିଠିରେ ଉଲ୍ଲେଖ କରିଛନ୍ତି।

ଜି-୨୩ ଗ୍ରୁପ୍‌ର ଗୁଲାମ ନବୀ ଆଜାଦ ଜମ୍ମୁ-କଶ୍ମୀରରେ ପ୍ରଚାର କମିଟିର ଅଧ୍ୟକ୍ଷ ପଦରୁ ଇ-ଇସ୍ତଫା ଦେବାର କିଛି ଦିନ ପରେ ଆନନ୍ଦ ଶର୍ମା ଇସ୍ତଫା ଦେଇଛନ୍ତି। ତେବେ ସେ ହିମାଚଳ ପ୍ରଦେଶରେ ବିଧାନସଭା ନିର୍ବାଚନରେ ଦଳୀୟ ପ୍ରାର୍ଥୀଙ୍କ ପାଇଁ ପ୍ରଚାର ଜାରି ରଖିବେ। ଏପ୍ରିଲ ୨୦୨୨ରେ ଆନନ୍ଦ ଶର୍ମା ପରିଚାଳନା କମିଟିର ଅଧ୍ୟକ୍ଷ ଭାବରେ ନିଯୁକ୍ତ ହୋଇଥିଲେ।

ଗୁଲାମ ନବୀ ଆଜାଦ ଏବଂ ଆନନ୍ଦ ଶର୍ମା ଜି -୨୩ ଗ୍ରୁପ୍‌ର ପ୍ରମୁଖ ନେତା। ସେମାନେ ଦଳର ନେତୃତ୍ୱଙ୍କ ନିଷ୍ପତ୍ତିକୁ ସମାଲୋଚନା କରିଥିଲେ। ଭୁପିନ୍ଦର ସିଂ ହୁଡା ଏବଂ ମନୀଷ ତିୱାରୀଙ୍କ ସମେତଅନ୍ୟ ନେତା ମଧ୍ୟ ଗ୍ରୁପ୍‌ରେ ସାମିଲ ଥିଲେ। ଆନନ୍ଦ ଶର୍ମା ହିମାଚଳ ପ୍ରଦେଶର ଜଣେ ବରିଷ୍ଠ ନେତା ଭାବରେ ପରିଗଣିତ ହୁଅନ୍ତି। କଂଗ୍ରେସ ଅଧ୍ୟକ୍ଷାଙ୍କୁ ଲେଖିଥିବା ଚିଠିରେ ସେ ଦର୍ଶାଇଛନ୍ତି ଯେ ଦଳର କୌଣସି ବୈଠକରେ ତାଙ୍କ ପରାମର୍ଶକୁ ଗୁରୁତ୍ୱ ପ୍ରଦାନ କରାଯାଇ ନ ଥିବାରୁ ତାଙ୍କ ଆତ୍ମ ସମ୍ମାନରେ ଆଞ୍ଚ୍‌ ଆସିଛି।

ଚଳିତ ବର୍ଷ ଶେଷରେ ହେବାକୁ ଥିବା ବିଧାନସଭା ନିର୍ବାଚନରେ ହିମାଚଳ ପ୍ରଦେଶରେ ଭାଜପାଠରୁ କ୍ଷମତା ହାସଲ କରିବାକୁ କଂଗ୍ରେସ ଚେଷ୍ଟା କରୁଛି। ଆନନ୍ଦ ଶର୍ମା ପ୍ରଥମେ ୧୯୮୨ ରେ ବିଧାନସଭା ନିର୍ବାଚନରେ ପ୍ରତିଦ୍ୱନ୍ଦ୍ୱିତା କରିଥିଲେ ଏବଂ ୧୯୮୪ରେ ତତ୍କାଳୀନ ପ୍ରଧାନମନ୍ତ୍ରୀ ଇନ୍ଦିରା ଗାନ୍ଧୀ ତାଙ୍କୁ ରାଜ୍ୟ ସଭା ଟିକେଟ ପ୍ରଦାନ କରିଥିଲେ। ସେ ଦଳରେ ଅନେକ ପ୍ରମୁଖ ପଦବୀରେ ଅବସ୍ଥାପିତ ହୋଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପାଗଳ ହନୁ ମାଙ୍କଡ କାମୁଡାରେ ଅନେକ ଆହତ ; ବନ ବିଭାଗର ଉଦ୍ୟମ ବିଫଳ, ଆତଙ୍କିତ ଗାଁ ଲୋକେ

ଦିଗପହଣ୍ଡି,୨୭।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଖଲିଙ୍ଗି ଗ୍ରାମରେ ପାଗଳ ହନୁ ମାଙ୍କଡର ଉପଦ୍ରବ ଦେଖିବାକୁ ମିଳିଛି । ୮ରୁ ଉର୍ଦ୍ଧ୍ବ ଲୋକ ଆହତ…

ପିକଅପ୍ ଧକ୍କାରେ ଶିଶୁଙ୍କ ମୃତ୍ୟୁ; କ୍ଷତିପୂରଣ ଦାବିରେ ରାସ୍ତା ଅବରୋଧ, ଟାୟାର ଜାଳି ଆନ୍ଦୋଳନ

ପୁରୁଷୋତ୍ତମପୁର,୨୭।୯(ସବିତା ମିଶ୍ର): ମେକ୍ସପିକଅପ୍ ଧକ୍କାରେ ୪ ବର୍ଷର ଶିଶୁର ମୃତ୍ୟୁକୁ ନେଇ ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ସହରରେ ରବିବାର ସଂଧ୍ଯ୍ଯାରେ ଉତ୍ତେଜନା ଦେଖାଦେଇଛି । ଚାଙ୍ଗୁଡ଼ିଆପଦର ସାହିର…

ଗାଡ଼ି ଚାଳକଙ୍କ ପାଇଁ ଆସିଲା କଡ଼ା ନିୟମ, ଏହା ନଥିଲେ ୧ ଅକ୍ଟୋବରଠୁ ମିଳିବନି ପେଟ୍ରୋଲ-ଡିଜେଲ

ନୂଆଦିଲ୍ଲୀ,୨୭।୯: ଦିଲ୍ଲୀ-NCRରେ ବଢ଼ୁଥିବା ବାୟୁ ପ୍ରଦୂଷଣକୁ ନିୟନ୍ତ୍ରଣ କରିବାକୁ ପ୍ରଶାସନ ଓ ପରିବହନ ବିଭାଗ ପକ୍ଷରୁ ଅକ୍ଟୋବର ୧ରୁ କଡ଼ା ନିୟମ ଲାଗୁ କରାଯିବାକୁ ଯାଉଛି ।…

‘ବହୁତ କଥା ହେଉଛୁ ତୁ…’: କ୍ୟାମେରା ଆଗରେ ନିୟନ୍ତ୍ରଣ ହରାଇଲେ ରଣବୀର! କାହାକୁ ଏମିତି କହିଲେ ଜାଣନ୍ତୁ

ମୁମ୍ବାଇ,୨୭।୯: ବଲିଉଡ୍‌ ଅଭିନେତା ରଣବୀର କପୁର, ଆଲିଆ ଭଟ୍ଟ ଓ ବିକି କୌଶଲ୍‌ ଖୁବଶୀଘ୍ର ନିର୍ଦ୍ଦେଶକ ସଞ୍ଜୟ ଲୀଲା ଭନ୍‌ସାଲୀଙ୍କ ଫିଲ୍ମ ‘ଲଭ୍‌ ଆଣ୍ଡ ୱାର୍‌’ରେ ଏକାଠି…

ମାଛ ଡବାରେ ହେଉଥିଲା ଗଞ୍ଜେଇ ଚାଲାଣ; ମାଡିବସିଲା କଳାହାଣ୍ଡି ଅବକାରୀ ବିଭାଗ, ୨୫ ବସ୍ତା ଜବତ

ଭବାନୀପାଟଣା,୨୭।୯(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲାର ଗଞ୍ଜେଇ ମାଫିଆମାନେ ବିଭିନ୍ନ ସମୟରେ ଅଭିନବ ଉପାୟରେ ରାଜ୍ୟ ବାହାରକୁ ଗଞ୍ଜେଇ ଚାଲାଣ କରୁଥିବା ନଜିର ରହିଛି । ରବିବାର…

ଆସନ୍ତାକାଲିଠାରୁ ୩ ଦିନ ବ୍ୟାଙ୍କ ହଡ଼ତାଳ: ଚାଲିବନି UPI , ATM? ଆସିଲା ବଡ଼ ଅପଡେଟ୍‌

ନୂଆଦିଲ୍ଲୀ,୨୭।୯: ୨୮ ସେପ୍ଟେମ୍ବରରୁ ୩୦ ସେପ୍ଟେମ୍ବର ୨୦୨୬ ପର୍ଯ୍ୟନ୍ତ ୩ ଦିନ ପାଇଁ ଦେଶବ୍ୟାପୀ ବ୍ୟାଙ୍କ ହଡ଼ତାଳ ହେବାକୁ ଯାଉଛି। ୟୁନାଇଟେଡ ଫୋରମ ଅଫ ବ୍ୟାଙ୍କ ୟୁନିୟନ୍ସ…

‘ଜ୍ଞାନେଶ କୁମାରଙ୍କ ତଣ୍ଟି କାଟିଦେବି’: ବିବାଦୀୟ ବୟାନକୁ ନେଇ ରାଜନୀତିରେ ଚହଳ , ଭିଡିଓ ଭାଇରାଲ

ନୂଆଦିଲ୍ଲୀ,୨୭।୯: ଭାରତୀୟ ନିର୍ବାଚନ ଆୟୋଗ (ECI)କୁ ନେଇ ଚାଲିଥିବା ବିବାଦ ମଧ୍ୟରେ ଦେଶର ରାଜନୀତି ସରଗରମ ରହିଛି। ଏହାରି ମଧ୍ୟରେ ମୁଖ୍ୟ ନିର୍ବାଚନ କମିଶନର (CEC) ଜ୍ଞାନେଶ…

ନାଇରା ଛକ ନିକଟରେ ଦବିଲା ହାଇଓ୍ବା, ଯାତାୟାତ ବାଧାପ୍ରାପ୍ତ

ଗୁଡାରି,୨୭।୯(ପ୍ରମୋଦ କୁମାର ପତି ): ନାଇରା-ଗୁଡାରି ରାସ୍ତାର ନାଇରା ଛକ ନିକଟରେ ଏକ ହାଇୱା ଦବି ଯିବା ଫଳରେ ଯାତାୟାତ ବାଧାପ୍ରାପ୍ତ ହୋଇଛି । ରାସ୍ତା ଖରାପ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?