ଦୋକାନୀଙ୍କୁ ଗୋଡ଼ାଇ ପିଟିଲେ, ଘୋଷାରି ନେଲେ

ଭୁବନେଶ୍ୱର, ୩।୧୨ (ବ୍ୟୁରୋ) : ଜନଗହଳିପୂର୍ଣ୍ଣ ଭୁବନେଶ୍ୱର ଷ୍ଟେଶନ ପରିସରରେ ଶୁକ୍ରବାର ଜଣେ ଦୋକାନୀଙ୍କୁ ସଂଘବଦ୍ଧ ଆକ୍ରମଣ ହୋଇଛି। ଅନ୍ୟ କେତେଜଣ ଦୋକାନୀ ତାଙ୍କୁ ନିସ୍ତୁକ ମାଡ଼ ମାରିବା ସହ ଗୋଡ଼ାଇ ପିଟିଛନ୍ତି। ପ୍ରଥମେ ଷ୍ଟେଶନ ସମ୍ମୁଖ ରାସ୍ତାରେ ଆକ୍ରମଣ ହେବାରୁ ସେ ଷ୍ଟେଶନକୁ ଦୌଡ଼ି ପଳାଇଥିଲେ। ଦୋକାନୀମାନେ ଗୋଡ଼ାଇ ପିଟିବା ସହ ଘୋଷାରି ନେଇ ବିଧା, ଗୋଇଠା ମାରିବାରୁ ସେ ଅଚେତ ହୋଇପଡିଥିଲେ। ଷ୍ଟେଶନ ଭିତରେ ଦୁର୍ବୃତ୍ତଙ୍କ ଆତଙ୍କରାଜ ଯାତ୍ରୀଙ୍କ ମଧ୍ୟରେ ଭୟର ବାତାବରଣ ସୃଷ୍ଟି କରିଥିଲା। ଯାତ୍ରୀମାନେ ଭୟରେ ପାଟି ଖୋଲି ନ ଥିଲେ। ଆଉ ଯେଉଁମାନେ ଆକ୍ରମଣର ଶିକାର ଯୁବକଙ୍କୁ ବଞ୍ଚାଇବାକୁ ଆସୁଥିଲେ ଆକ୍ରମଣକାରୀମାନେ ସେମାନଙ୍କୁ ଅଶ୍ରାବ୍ୟ ଭାଷାରେ ଗାଳିଗୁଲଜ କରିବା ସହ ଛୁରି ଦେଖାଇ ଡରାଇଥିଲେ। ୨୦ ମିନିଟ ଧରି ଏଭଳି ଅମାନୁଷିକ କାଣ୍ଡ ଘଟି ଚାଲିଥିଲେ ମଧ୍ୟ ବିଳମ୍ବରେ ପୋଲିସ ପହଞ୍ଚତ୍ଲା। ଏହାପରେ ଆକ୍ରମଣକାରୀ ଘଟଣାସ୍ଥଳରୁ ଛତ୍ରଭଙ୍ଗ ଦେଇଥିଲେ। ପୋଲିସ ଆହତ ଯୁବକଙ୍କୁ ଉଦ୍ଧାର କରି ଚିକିତ୍ସା ଲାଗି ହସ୍ପିଟାଲ ପଠାଇଥିଲା। ତେବେ ପ୍ରାଥମିକ ଚିକିତ୍ସା ପରେ ତାଙ୍କୁ ଥାନାକୁ ଆଣି ପଚରାଉଚରା କରିବା ସହ ଆକ୍ରମଣକାରୀଙ୍କୁ ଧରିବାକୁ ଉଦ୍ୟମ ଚଳାଇଛି।
ପୋଲିସ ସୂଚନାନୁସାରେ, ଆହତଙ୍କ ନଁା ଟୁନା। ସେ ରେଳ ଷ୍ଟେଶନ ବାହାରେ ଦୋକାନ ଦେଇଥିଲେ। ଆକ୍ରମଣକାରୀମାନେ ମଧ୍ୟ ସେଠାରେ ଛୋଟମୋଟ ଦୋକାନ ଦେଇଛନ୍ତି। ବ୍ୟବସାୟକୁ ନେଇ ଟୁନା ପ୍ରାୟ ସମୟରେ ଅନ୍ୟ ଦୋକାନୀଙ୍କ ସହ ପାଟିତୁଣ୍ଡ ଓ ଗଣ୍ଡଗୋଳ କରିଥାନ୍ତି। ଶୁକ୍ରବାର ଟୁନା ମଦ୍ୟପାନ କରି ଅନ୍ୟ ଦୋକାନୀଙ୍କ ସହ ଝଗଡା କରିବା ସହ ଗାଳିଗୁଲଜ କରିଥିଲେ। ଏଥିରେ ଉତ୍ତେଜିତ ହୋଇ ଅନ୍ୟ ଦୋକାନୀମାନେ ଏକାଠି ହୋଇ ଆକ୍ରମଣ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଆଉ ଚିନ୍ତା ନାହିଁ: ଡ୍ରାଇଭରଙ୍କୁ ନିଦ ଲାଗିଲେ ଏଣିକି ଥରିବ ସିଟ୍‌, ସତର୍କ କରାଇବ କହିବ…

ମୁମ୍ବାଇ,୨୩ା୮: ରାସ୍ତାରେ ଗାଡ଼ି ଚଳାଇ ଗଲାବେଳେ ବେଳେବେଳେ ଆଖିକୁ ନିଦ ଆସିଯାଇଥାଏ ଫଳରେ ଦୁର୍ଘଟଣାର ସମ୍ଭାବନା ବି ଥାଏ। ମାତ୍ର ଏଣିକି ଆଉ ସେ ଚିନ୍ତା ରହିବ…

‘ମାଆଙ୍କ ସହ ଚା ପିଇଲେ, ତାଙ୍କ ପାଦ ଧୋଇଲେ…’, ଭାବ ବିହ୍ବଳ କରୁଛି ପାହାଡ଼ରୁ ଡେଇଁ ଜୀବନ ହାରିଥିବା କୁନାଲଙ୍କ ପୁରୁଣା ଭିଡିଓ

ମୁମ୍ବାଇ,୨୩।୮: ମହାରାଷ୍ଟ୍ରର ଛତ୍ରପତି ସମ୍ଭାଜୀନଗରରେ, ଆଇଫୋନ ଇଏମଆଇକୁ ନେଇ ବିବାଦ ପରେ ୧୮ ବର୍ଷୀୟ କୁନାଲ ନାମକ ଜଣେ ନାବାଳକ ଏବଂ ତାଙ୍କ ବାପାମାଆ ଯେଉଁମାନେ ତାଙ୍କୁ…

ଆଉଟ୍‌ ହେବା ପରେ ଶ୍ରୀଲଙ୍କା ବୋଲରଙ୍କ ସହ ଜୟସ୍ବାଲ ମୁହାଁମୁହିଁ, ମଇଦାନ ମଝିରେ ଧକ୍କାମୁକ୍କି, ଅଧିନାୟକ ମଝିରେ ପଶି-Video

କୋଲମ୍ବୋ,୨୩: ଭାରତ ଓ ଶ୍ରୀଲଙ୍କା ମଧ୍ୟରେ ଖେଳାଯାଉଥିବା ଦ୍ୱିତୀୟ ଟେଷ୍ଟ ମ୍ୟାଚ୍‌ର ପ୍ରଥମ ଦିନରେ ମଇଦାନରେ ଉତ୍ତେଜନା ଦେଖିବାକୁ ମିଳିଛି। ଭାରତର ଯୁବ ଓପନିଂ ବ୍ୟାଟ୍ସମ୍ୟାନ ଯଶସ୍ବୀ…

ସଠିକ୍‌ ପରଚୟ ଯାଞ୍ଚ ନ କରି ଦିଆଯାଉଛି ଘରଭଡ଼ା, ବଢୁଛି ଆପରାଧିକ କାର୍ଯ୍ୟକଳାପ

ଅମରପାଲି,୨୩ା୮(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲାର ବୀରମହାରାଜପୁର ଓ ଉଲୁଣ୍ଡା ଅଞ୍ଚଳରେ ବିନା ପୋଲିସ ଭେରିଫିକେଶନ ଏବଂ ସଠିକ୍‌ ପରିଚୟ ଯାଞ୍ଚ ନ କରି ଘରଭଡ଼ା ଦିଆଯାଉଥିବାରୁ ଆପରାଧିକ…

‘ମା କହିଥିଲେ ଭଲ ପୁଅ ବାଛିବାକୁ; ମୁଁ ରାହୁଲକୁ ବାଛିଲି’ – ରାହୁଲ ଗାନ୍ଧୀଙ୍କ ଜଣେ ‘ଫ୍ୟାନଗର୍ଲ’ଙ୍କ ପୋଷ୍ଟର ଭାଇରାଲ

ପୁଣେ,୨୩।୮: କଂଗ୍ରେସ ସାଂସଦ ଏବଂ ଲୋକ ସଭାରେ ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ଶନିବାର (୨୨ ଅଗଷ୍ଟ, ୨୦୨୬) ପୁଣେରେ ଅନୁଷ୍ଠିତ ‘ଛାତ୍ରୋଁ କି ଗୁଞ୍ଜ’…

ରେଭନ୍ତ ରେଡ୍ଡୀଙ୍କୁ ଆମେରିକା ଯିବା ପାଇଁ ମିଳିଲା ନାହିଁ ଅନୁମତି, ଜାଣନ୍ତୁ ସରକାରୀ ଅନୁମତି କିପରି ମିଳିଥାଏ

ନୂଆଦିଲ୍ଲୀ,୨୩।୮: ତେଲଙ୍ଗାନା ମୁଖ୍ୟମନ୍ତ୍ରୀ ରେବନ୍ତ ରେଡ୍ଡୀ ଏବେ ୟୁକେରୁ ସିଧାସଳଖ ଭାରତ ଫେରିବେ; ସରକାରୀ ଅନୁମୋଦନ ଅଭାବରୁ ତାଙ୍କର ଆମେରିକା ଗସ୍ତ ବାତିଲ କରାଯାଇଛି। ସେ ଇଂଲଣ୍ଡ…

ଖୁଦୁରୁକୁଣୀ ପୂଜା ପାଇଁ ନଦୀକୁ ଯାଇ ବୁଡ଼ିଗଲେ ଜଣେ ଯୁବତୀ, ୩ ଅଳ୍ପକେ ରକ୍ଷା

ଧାମନଗର,୨୩ା୮(ସନ୍ତୋଷ କୁମାର ମହାପାତ୍ର): ଖୁଦୁରୁକୁଣୀ ପୂଜା ପାଇଁ ନିକଟସ୍ଥ ନଦୀକୁ ଯାଇ ଏକ ଦୁଃଖଦ ଘଟଣା ଘଟିଛି। ରବିବାର ସକାଳେ ୪ ଜଣ ଝିଅ ନଦୀକୁ ଯାଇଥିବାବେଳେ…

ପୋଲିସ କର୍ମଚାରୀଙ୍କୁ ଲାଠିରେ ମାଡ଼; ଆଖିରେ ପକାଇଲେ ଲଙ୍କା ଗୁଣ୍ଡ, ହେଲେ କାହିଁକି? ଜାଣନ୍ତୁ…

ନୂଆଦିଲ୍ଲୀ,୨୩।୮: ଭାଲସ୍ବା ଡାଏରୀ ଅଞ୍ଚଳରୁ ଦିଲ୍ଲୀ ପୋଲିସ କର୍ମଚାରୀଙ୍କ ଉପରେ ଆକ୍ରମଣ ହୋଇଥିବା ଏକ ଘଟଣା ସାମ୍ନାକୁ ଆସିଛି। ମୁକୁନ୍ଦପୁରର ଜନତା ବିହାର ଅଞ୍ଚଳରେ ବିନା କାଗଜପତ୍ରରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri