ଏଣିକି ସ୍କୁଲ ଛାତ୍ରୀଛାତ୍ରଙ୍କୁ ମିଳିବ ଏକକ ପରିଚୟ ପତ୍ର

ଭୁବନେଶ୍ୱର,୨୫।୯(ଶର୍ମିଷ୍ଠା ପାଣିଗ୍ରାହୀ):ସ୍କୁଲ ଛାତ୍ରୀଛାତ୍ରଙ୍କ ପାଇଁ ଲାଗୁ ହେବ ଏକକ ପରିଚୟ ପତ୍ର। ସମସ୍ତ ସରକାରୀ ଛାତ୍ରୀଛାତ୍ରଙ୍କ ପାଇଁ ସ୍ବତନ୍ତ୍ର ଆଇଡେଣ୍ଟିଫିକେଶନ ନମ୍ବର ମିଳିବ। ଆଧାର କାର୍ଡ ପରି ଏକ ସ୍ବତନ୍ତ୍ର ଆଇଡି ପ୍ରସ୍ତୁତ କରାଯିବ। ପିଲାଙ୍କ ଶିକ୍ଷାଗତ ଯୋଗ୍ୟତାଠାରୁ ଆରମ୍ଭ କରି ସଫଳତା ଆଦି ସମସ୍ତ ତଥ୍ୟ ଏହି କାର୍ଡରେ ରହିବ। ଫଳରେ ପିଲାଟି ଅନ୍ୟ ଯେକୌଣସି ସ୍କୁଲକୁ ଭବିଷ୍ୟତରେ ପଢ଼ିବାକୁ ଯିବା ସମୟରେ କୌଣସି ବାଧା ସୃଷ୍ଟି ହେବ ନାହିଁ। ଉଚ୍ଚଶିକ୍ଷା କ୍ଷେତ୍ରରେ ଏହା ମଧ୍ୟ ବହୁ ଉପାଦେୟ ହେବ। ତେବେ ରାଜ୍ୟରେ ଛାତ୍ରୀଛାତ୍ରଙ୍କ ପାଇଁ ଅଟୋମେଟେଡ୍‌ ପରମାନେଟ୍‌ ଏକାଡେମିକ ଆକାଉଣ୍ଟ ରେଜିଷ୍ଟ୍ରି (ଏପିଏଏଆର୍‌) ରହିବ ଓ ୧୨ ଅଙ୍କ ବିଶିଷ୍ଟ ଏହି ନମ୍ବରରେ ସମସ୍ତ ତଥ୍ୟ ରହିବ। ଓଡ଼ିଶା ବିଦ୍ୟାଳୟ ଶିକ୍ଷା କାର୍ଯ୍ୟକ୍ରମ ପ୍ରାଧିକରଣ (ଓସେପା) ପକ୍ଷରୁ ଏଥିପାଇଁ ପ୍ରକ୍ରିୟା ଆରମ୍ଭ ହୋଇଛି। ଆସନ୍ତା ୩୦ ତାରିଖରେ ନବମ, ଦଶମ, ଏକାଦଶ, ଦ୍ୱାଦଶ ଶ୍ରେଣୀରେ ପଢୁଥିବା ଛାତ୍ରୀଛାତ୍ରଙ୍କ ଅଭିଭାବକଙ୍କୁ ନେଇ ଏକ ସ୍ବତନ୍ତ୍ର ବୈଠକ କରାଯିବ। ଏନେଇ ସମସ୍ତ ଜିଲା ଶିକ୍ଷା ଅଧିକାରୀ, ବ୍ଳକ ଶିକ୍ଷା ଅଧିକାରୀଙ୍କୁ ଚିଠି କରାଯାଇଛି।
ଉଲ୍ଲେଖଯୋଗ୍ୟ, ଏପିଏଏଆର୍‌ ଆଇଡି ପ୍ରସ୍ତୁତ କରିବା ପାଇଁ ଗତବର୍ଷ କେନ୍ଦ୍ର ଶିକ୍ଷା ମନ୍ତ୍ରଣାଳୟ ପକ୍ଷରୁ ସମସ୍ତ ରାଜ୍ୟ ଓ କେନ୍ଦ୍ର ଶାସିତ ଅଞ୍ଚଳକୁ ନିର୍ଦ୍ଦେଶ ଦିଆଯାଇଥିଲା। ନୂତନ ଜାତୀୟ ଶିକ୍ଷା ନୀତି ୨୦୨୦ ଅନୁସାରେ ଏହି ବ୍ୟବସ୍ଥା କରାଯିବ। ଗୋଟିଏ ଦେଶ ଗୋଟିଏ ପରିଚୟ ପତ୍ର କରିବା ପାଇଁ ଯୋଜନା ପ୍ରସ୍ତୁତ ହୋଇଥିଲା। ତେବେ ଏହି ଆଇଡି ପ୍ରଚଳନ କେନ୍ଦ୍ରୀୟ ବିଦ୍ୟାଳୟ ଓ ନବୋଦୟ ବିଦ୍ୟାଳୟରେ ହୋଇସାରିଛି। ତେବେ ଏହାକୁ ଚଳିତବର୍ଷରୁ ରାଜ୍ୟର ସମସ୍ତ ସରକାରୀ ଓ ସରକାରୀ ଅନୁଦାନପ୍ରାପ୍ତ ସ୍କୁଲରେ ଲାଗୁ କରିବାକୁ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ନିଷ୍ପତ୍ତି ନିଆଯାଇଛି।
ଓସେପା ପକ୍ଷରୁ ଚିଠିରେ ଉଲ୍ଲେଖ କରାଯାଇଛି, ବୈଠକରେ ଅଭିଭାବକଙ୍କଠାରୁ ସେମାନଙ୍କ ପିଲାଙ୍କ ପାଇଁ କେନ୍ଦ୍ର ସରକାରଙ୍କ ଦ୍ବାରା ନିର୍ଦ୍ଦେଶିତ ନିୟମାବଳୀ ଅନୁଯାୟୀ ଏପିଏଏଆର୍‌ ଆଇଡି ସୃଷ୍ଟି କରିବା ପାଇଁ ସମ୍ମତି ସ୍ବାକ୍ଷର କରାଯିବ। ସମ୍ମତିପତ୍ରକୁ ସ୍କୁଲର ପ୍ରଧାନଶିକ୍ଷକ ସଂଗ୍ରହ କରି ବ୍ଲକ କାର୍ଯ୍ୟାଳୟକୁ ପଠାଇବେ। ଏହି କାର୍ଯ୍ୟକ୍ରମକୁ ସଫଳ ରୂପାୟନ ପାଇଁ ସମସ୍ତ ପ୍ରକାର ଉଦ୍ୟମ କରିବେ ସ୍କୁଲ କର୍ତ୍ତୃପକ୍ଷ। ସମ୍ମତିପତ୍ରରେ ଅଭିଭାବକଙ୍କ ସ୍ବାକ୍ଷରକୁ ସୁନିଶ୍ଚିତ କରାଯିବ।


Enter your email to get our daily news in your inbox.

All Right Reserved By Dharitri.Com

କ୍ୟାମେରା ଜଗିଛି, ବାଘ ନେଇଗଲା ବାଛୁରୀ: ଘୁମୁସର ବନଖଣ୍ଡରେ ବଢୁଛି ଆତଙ୍କ

ଭଞ୍ଜନଗର,୬।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗରସ୍ଥିତ ଘୁମୁସର ଉତ୍ତର ବନଖଣ୍ଡରେ ଦିନକୁ ଦିନ ବନ୍ୟପ୍ରାଣୀ ଆତଙ୍କ ବଢୁଛି। ଯାହାକୁ ନେଇ ଜଙ୍ଗଲ ନିକଟବର୍ତ୍ତୀ ଗ୍ରାମବାସୀ ଆତଙ୍କିତ...

ଧର୍ମେନ୍ଦ୍ରଙ୍କ ୯୦ତମ ଜନ୍ମବାର୍ଷିକୀ ପାଇଁ ଦେଓଲ ପରିବାର ନେଲେ ବଡ଼ ନିଷ୍ପତ୍ତି, ପ୍ରଶଂସକଙ୍କୁ ମିଳିବ…

ମୁମ୍ବାଇ,୬।୧୨: ବଲିଉଡର ବରିଷ୍ଠ ଅଭିନେତା ଧର୍ମେନ୍ଦ୍ରଙ୍କ ଜନ୍ମଦିନର ମାତ୍ର ୧୫ ଦିନ ପୂର୍ବରୁ ଦେହାନ୍ତ ହୋଇଗଲା। ଏବେ, ସନି ଦେଓଲ ଏବଂ ବବି ଦେଓଲ ସମେତ...

ସୋଲାର ଲାଇଟ ଅଚଳ:ଠିକା ସଂସ୍ଥାକୁ ତାଗିଦ୍‌ କଲେ ବିଡିଓ, ଦେଖନ୍ତୁ VIDEO

ଦାରିଙ୍ଗବାଡି,୬/୧୨(ଅରୁଣ ସାହୁ ): ଓଡିଶାର କଶ୍ମୀର ଦାରିଙ୍ଗବାଡିରେ ସନ୍ଧ୍ୟା ହେଲେ ରାସ୍ତାଘାଟ ଅନ୍ଧାର ହୋଇପଡୁଛି। ପଞ୍ଚାୟତ ଏବଂ ଜାତୀୟ ରାଜପଥ ବିଭାଗ ପକ୍ଷରୁ ଷ୍ଟ୍ରିଟ ଆଲୁଅର...

କଣ୍ଟେନରରେ ୩୦ରୁ ଅଧିକ ଗୋରୁଙ୍କୁ ପଶ୍ଚିମବଙ୍ଗକୁ କରାଯାଉଥିଲା ଚାଲାଣ, ମାଡିବସିଲା ପୋଲିସ, ତା’ପରେ…

ନୀଳଗିରି,୬।୧୨(ପ୍ରଶାନ୍ତ କୁମାର ବିଶ୍ବାଳ): ଭଦ୍ରକରୁ ପାଖାପାଖି ୩୦ରୁ ଊର୍ଦ୍ଧ୍ୱ ଗୋରୁଙ୍କୁ କଣ୍ଟେନରରେ ନେଇ ପଶ୍ଚିମବଙ୍ଗକୁ ଚାଲାଣ ହେଉଥିବା ବେଳେ ବାଲେଶ୍ୱର ଜିଲା ନୀଳଗିରି ପୋଲିସ ଇଶ୍ୱରପୁର...

ସାରଥିଙ୍କ ବିରୋଧରେ ଚାଲିବ ମାମଲା: ଚାର୍ଜଫ୍ରେମ୍‌ କଲେ ଅଦାଲତ

କଟକ,୬।୧୨(କାର୍ତ୍ତିକ ସାହୁ):ବହୁଚର୍ଚ୍ଚିତ ଆତ୍ମଘୋଷିତ ବାବା ସାରଥି ଓରଫ ସନ୍ତୋଷ ରାଉଳ, ତାଙ୍କ ପୁଅ ସତ୍ୟମ ଶେଖର ଓ ଅନ୍ୟ ୪ ଜଣଙ୍କ ବିରୋଧରେ କଟକ ସ୍ବତନ୍ତ୍ର...

ଇଣ୍ଡିଗୋ ସଙ୍କଟ ମଧ୍ୟରେ ବଡ଼ ପଦକ୍ଷେପ ନେଲାେ ରେଲଓ୍ବେ, ଅତିରିକ୍ତ କୋଚ ବୃଦ୍ଧି ସହ ସ୍ବତନ୍ତ୍ର ଟ୍ରେନ ସେବା ଘୋଷଣା

ନୂଆଦିଲ୍ଲୀ,୬।୧୨: ଦେଶବ୍ୟାପୀ ଇଣ୍ଡିଗୋ ଏବଂ ଅନ୍ୟ ଅନେକ ଏୟାରଲାଇନ୍ସର ଉଡ଼ାଣ ବାତିଲ ହେବା ପରେ, ଲକ୍ଷ ଲକ୍ଷ ଯାତ୍ରୀ ହଠାତ୍‌ ରେଳବାଇକୁ ଭିଡ଼ ଜମାଇଥିଲେ। ଟିକେଟର...

ପୁଣି ଆନ୍ଦୋଳନକୁ ଓହ୍ଲାଇଲେ ପ୍ରାଥମିକ ଶିକ୍ଷକ: ଦାବି ପୂରଣ ନ ହେବା ଯାଏ ସମୂହ ଛୁଟିରେ ରହିବାକୁ ନିଷ୍ପତ୍ତି

ଭୁବନେଶ୍ୱର,୬ା୧୨(ସୁଚିସ୍ମିତା ସାହୁ):ପୁଣି ଆନ୍ଦୋଳନକୁ ଓହ୍ଲାଇଲେ ପ୍ରାଥମିକ ଶିକ୍ଷକ। ଛାତ୍ରୀଛାତ୍ରଙ୍କ ପରୀକ୍ଷା ପାଖେଇ ଆସିଥିବା ବେଳେ ବିଦ୍ୟାଳୟରେ ପାଠ ପଢ଼ାଇବା ବଦଳରେ ଦାବି ପୂରଣ ପାଇଁ ଶିକ୍ଷକମାନେ...

ଏଇ ଭାରତରେ

ପ୍ରବେଶିକାର ଲିଖିତ ଓ ଶାରୀରିକ ପରୀକ୍ଷାରେ ଉତ୍ତୀର୍ଣ୍ଣ ହେବା ପରେ ପୋଲିସରେ ନିଯୁକ୍ତି ମିଳିଥାଏ। ଏଥିପାଇଁ ଅଶାୟୀମାନେ ବୟସ ସୀମା ମଧ୍ୟରେ ନିଜକୁ ପ୍ରସ୍ତୁତ କରିଥାନ୍ତି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri