ଏଣିକି ସ୍କୁଲ ଛାତ୍ରୀଛାତ୍ରଙ୍କୁ ମିଳିବ ଏକକ ପରିଚୟ ପତ୍ର

ଭୁବନେଶ୍ୱର,୨୫।୯(ଶର୍ମିଷ୍ଠା ପାଣିଗ୍ରାହୀ):ସ୍କୁଲ ଛାତ୍ରୀଛାତ୍ରଙ୍କ ପାଇଁ ଲାଗୁ ହେବ ଏକକ ପରିଚୟ ପତ୍ର। ସମସ୍ତ ସରକାରୀ ଛାତ୍ରୀଛାତ୍ରଙ୍କ ପାଇଁ ସ୍ବତନ୍ତ୍ର ଆଇଡେଣ୍ଟିଫିକେଶନ ନମ୍ବର ମିଳିବ। ଆଧାର କାର୍ଡ ପରି ଏକ ସ୍ବତନ୍ତ୍ର ଆଇଡି ପ୍ରସ୍ତୁତ କରାଯିବ। ପିଲାଙ୍କ ଶିକ୍ଷାଗତ ଯୋଗ୍ୟତାଠାରୁ ଆରମ୍ଭ କରି ସଫଳତା ଆଦି ସମସ୍ତ ତଥ୍ୟ ଏହି କାର୍ଡରେ ରହିବ। ଫଳରେ ପିଲାଟି ଅନ୍ୟ ଯେକୌଣସି ସ୍କୁଲକୁ ଭବିଷ୍ୟତରେ ପଢ଼ିବାକୁ ଯିବା ସମୟରେ କୌଣସି ବାଧା ସୃଷ୍ଟି ହେବ ନାହିଁ। ଉଚ୍ଚଶିକ୍ଷା କ୍ଷେତ୍ରରେ ଏହା ମଧ୍ୟ ବହୁ ଉପାଦେୟ ହେବ। ତେବେ ରାଜ୍ୟରେ ଛାତ୍ରୀଛାତ୍ରଙ୍କ ପାଇଁ ଅଟୋମେଟେଡ୍‌ ପରମାନେଟ୍‌ ଏକାଡେମିକ ଆକାଉଣ୍ଟ ରେଜିଷ୍ଟ୍ରି (ଏପିଏଏଆର୍‌) ରହିବ ଓ ୧୨ ଅଙ୍କ ବିଶିଷ୍ଟ ଏହି ନମ୍ବରରେ ସମସ୍ତ ତଥ୍ୟ ରହିବ। ଓଡ଼ିଶା ବିଦ୍ୟାଳୟ ଶିକ୍ଷା କାର୍ଯ୍ୟକ୍ରମ ପ୍ରାଧିକରଣ (ଓସେପା) ପକ୍ଷରୁ ଏଥିପାଇଁ ପ୍ରକ୍ରିୟା ଆରମ୍ଭ ହୋଇଛି। ଆସନ୍ତା ୩୦ ତାରିଖରେ ନବମ, ଦଶମ, ଏକାଦଶ, ଦ୍ୱାଦଶ ଶ୍ରେଣୀରେ ପଢୁଥିବା ଛାତ୍ରୀଛାତ୍ରଙ୍କ ଅଭିଭାବକଙ୍କୁ ନେଇ ଏକ ସ୍ବତନ୍ତ୍ର ବୈଠକ କରାଯିବ। ଏନେଇ ସମସ୍ତ ଜିଲା ଶିକ୍ଷା ଅଧିକାରୀ, ବ୍ଳକ ଶିକ୍ଷା ଅଧିକାରୀଙ୍କୁ ଚିଠି କରାଯାଇଛି।
ଉଲ୍ଲେଖଯୋଗ୍ୟ, ଏପିଏଏଆର୍‌ ଆଇଡି ପ୍ରସ୍ତୁତ କରିବା ପାଇଁ ଗତବର୍ଷ କେନ୍ଦ୍ର ଶିକ୍ଷା ମନ୍ତ୍ରଣାଳୟ ପକ୍ଷରୁ ସମସ୍ତ ରାଜ୍ୟ ଓ କେନ୍ଦ୍ର ଶାସିତ ଅଞ୍ଚଳକୁ ନିର୍ଦ୍ଦେଶ ଦିଆଯାଇଥିଲା। ନୂତନ ଜାତୀୟ ଶିକ୍ଷା ନୀତି ୨୦୨୦ ଅନୁସାରେ ଏହି ବ୍ୟବସ୍ଥା କରାଯିବ। ଗୋଟିଏ ଦେଶ ଗୋଟିଏ ପରିଚୟ ପତ୍ର କରିବା ପାଇଁ ଯୋଜନା ପ୍ରସ୍ତୁତ ହୋଇଥିଲା। ତେବେ ଏହି ଆଇଡି ପ୍ରଚଳନ କେନ୍ଦ୍ରୀୟ ବିଦ୍ୟାଳୟ ଓ ନବୋଦୟ ବିଦ୍ୟାଳୟରେ ହୋଇସାରିଛି। ତେବେ ଏହାକୁ ଚଳିତବର୍ଷରୁ ରାଜ୍ୟର ସମସ୍ତ ସରକାରୀ ଓ ସରକାରୀ ଅନୁଦାନପ୍ରାପ୍ତ ସ୍କୁଲରେ ଲାଗୁ କରିବାକୁ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ନିଷ୍ପତ୍ତି ନିଆଯାଇଛି।
ଓସେପା ପକ୍ଷରୁ ଚିଠିରେ ଉଲ୍ଲେଖ କରାଯାଇଛି, ବୈଠକରେ ଅଭିଭାବକଙ୍କଠାରୁ ସେମାନଙ୍କ ପିଲାଙ୍କ ପାଇଁ କେନ୍ଦ୍ର ସରକାରଙ୍କ ଦ୍ବାରା ନିର୍ଦ୍ଦେଶିତ ନିୟମାବଳୀ ଅନୁଯାୟୀ ଏପିଏଏଆର୍‌ ଆଇଡି ସୃଷ୍ଟି କରିବା ପାଇଁ ସମ୍ମତି ସ୍ବାକ୍ଷର କରାଯିବ। ସମ୍ମତିପତ୍ରକୁ ସ୍କୁଲର ପ୍ରଧାନଶିକ୍ଷକ ସଂଗ୍ରହ କରି ବ୍ଲକ କାର୍ଯ୍ୟାଳୟକୁ ପଠାଇବେ। ଏହି କାର୍ଯ୍ୟକ୍ରମକୁ ସଫଳ ରୂପାୟନ ପାଇଁ ସମସ୍ତ ପ୍ରକାର ଉଦ୍ୟମ କରିବେ ସ୍କୁଲ କର୍ତ୍ତୃପକ୍ଷ। ସମ୍ମତିପତ୍ରରେ ଅଭିଭାବକଙ୍କ ସ୍ବାକ୍ଷରକୁ ସୁନିଶ୍ଚିତ କରାଯିବ।


Enter your email to get our daily news in your inbox.

All Right Reserved By Dharitri.Com

IND vs WI: ତୃତୀୟ ଦିନିକିଆ ପୂର୍ବରୁ ବଡ଼ ଝଟ୍‌କା, ବାଦ୍ ପଡ଼ିଲେ ଷ୍ଟାର୍ ଅଲରାଉଣ୍ଡର, ମାରିଥିଲେ ଦମଦାର୍ ଶତକ!

ନୂଆଦିଲ୍ଲୀ,୨।୧୦: ଭାରତ ଏବଂ ୱେଷ୍ଟଇଣ୍ଡିଜ୍ ମଧ୍ୟରେ ଖେଳାଯାଉଥିବା ୩ ମ୍ୟାଚ୍ ବିଶିଷ୍ଟ ଦିନିକିଆ (ODI) ସିରିଜ୍‌ରେ ଭାରତୀୟ ଦଳ ୨-୦ ରେ ଅଗ୍ରଣୀ ସହ ସିରିଜ୍ କବ୍‌ଜା…

ତୁଳା ରାଶିରେ ଶୁକ୍ରଙ୍କ ଓଲଟା ଚାଲି: ଅକ୍ଟୋବର ୩ରୁ ଏହି ୫ଟି ରାଶିର ଲୋକଙ୍କୁ ରହିବାକୁ ପଡ଼ିବ ସାବଧାନ!

୨୦୨୬ ଅକ୍ଟୋବର ୩ ତାରିଖରୁ ଶୁକ୍ର ନିଜର ସ୍ୱରାଶି ତୁଳାରେ ବକ୍ରୀ ଅର୍ଥାତ୍ ଓଲଟା ଚାଲି ଚାଲିବାକୁ ଯାଉଛନ୍ତି। ଶୁକ୍ରଙ୍କର ଏହି ଚଳନ ହେତୁ ସମ୍ପର୍କ, ଭାଗୀଦାରୀ,…

SRHର ଅଧିନାୟକ ନିଷ୍ପତ୍ତିକୁ ନେଇ ଝଡ଼! କ୍ଷୁବ୍ଧ ଅଭିଷେକ ଶର୍ମା, ଛାଡ଼ିପାରନ୍ତି ଦଳ

ନୂଆଦିଲ୍ଲୀ,୨।୧୦: ଇଣ୍ଡିଆନ୍ ପ୍ରିମିୟର ଲିଗ୍ (IPL) ୨୦୨୭ ସଂସ୍କରଣ ପୂର୍ବରୁ ସନ୍‌ରାଇଜର୍ସ ହାଇଦ୍ରାବାଦ (SRH) ଶିବିରରୁ ଏକ ବଡ଼ ଖବର ସାମ୍ନାକୁ ଆସିଛି। ଗଣମାଧ୍ୟମ ରିପୋର୍ଟ ଅନୁଯାୟୀ,…

ଧାମୁଣିପଙ୍ଗା ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ କ୍ଲଷ୍ଟର ସ୍ତରୀୟ ‘ସୁରଭି’ ମହୋତ୍ସବ ଅନୁଷ୍ଠିତ

କଲ୍ୟାଣସିଂହପୁର, ୨/୧୦ (ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ ଅନ୍ତର୍ଗତ ଧାମୁଣିପଙ୍ଗା ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ପରିସରରେ କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ‘ସୁରଭି’…

ଚୋରାରେ କଟାଯାଇଥିବା ୪ ଶାଳ ଗଛର ଗଣ୍ଡି ଜବତ

ପାଟଣା, ୨।୧୦ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ରେଞ୍ଜ ଅନ୍ତର୍ଗତ ପାଟଣା ସେକ୍ସନର ମଲ୍ଲିପୋଷି ବିଟ୍‌ ଅଧୀନ ନୂଆପଡ଼ା ଗ୍ରାମ ହୁଡ଼ିରୁ ଚୋରାରେ କଟାଯାଇ…

କଙ୍କାଳ ଜବତ, ନିଖୋଜ ମହିଳାଙ୍କ କଙ୍କାଳ ବୋଲି ଅନୁମାନ

ରିଆମାଳ,୨|୧୦(ବଦ୍ରିନାରାୟଣ ଅଗ୍ରୱାଲା): ଦେବଗଡ଼ ଜିଲା ରିଆମାଳ ଥାନା ଗୁଣ୍ଡିଆପାଲି ଗ୍ରାମ ପଞ୍ଚାୟତ ଅନ୍ତର୍ଗତ ସାନଡଙ୍ଗାଘାଟର ମୁଣ୍ଡା ସାହି ଗୋହିରା ନାଳ ପାଖରୁ ରିଆମାଳ ଥାନା ପୁଲିସ ଏକ…

ଅନ୍ତରବା ଛକରେ ଦୁର୍ଘଟଣା, ୩ ଗୁରୁତର, ୨ ଆହତ

ମୋହନା, ୨।୧୦ (ମନ୍ମଥ ମିଶ୍ର): ଗଜପତି ଜିଲା ଅଡ଼ବା ଥାନା ଅନ୍ତରବା ଛକରେ ଗୁରୁବାର ଏକ ସଡ଼କ ଦୁର୍ଘଟଣା ଘଟି ୩ ଜଣ ଗୁରୁତର ଓ ୨…

ଭାରତ-ପାକିସ୍ତାନ ମହାମୁକାବିଲା: ଓପନର ବୈଭବ ସୂର୍ଯ୍ୟବଂଶୀଙ୍କୁ ନେଇ ବଢ଼ିଲା ଚିନ୍ତା, ସାମ୍ନାକୁ ଆସିଲା…

ନୂଆଦିଲ୍ଲୀ,୨।୧୦: ଏସିଆନ୍ ଗେମ୍ସ କ୍ରିକେଟ୍ ପ୍ରତିଯୋଗିତାର ଫାଇନାଲ୍‌ରେ ଆସନ୍ତା ଅକ୍ଟୋବର ୩ ତାରିଖରେ ଭାରତ ଓ ପାକିସ୍ତାନ ମୁହାଁମୁହିଁ ହେବାକୁ ଯାଉଛନ୍ତି। ଏହି ହାଇ-ଭୋଲ୍ଟେଜ୍ ସ୍ୱର୍ଣ୍ଣ ପଦକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?