ଷଷ୍ଠରୁ ଅଷ୍ଟମ ପାଇଁ ପ୍ରସ୍ତୁତ ହେବ ଏକକ ପ୍ରଶ୍ନପତ୍ର

ଭୁବନେଶ୍ୱର,୧୭ା୬(ଅନୁରାଧା ମହାରଣା) ରାଜ୍ୟ ବିଦ୍ୟାଳୟ ସ୍ତରୀୟ ଶିକ୍ଷା ବ୍ୟବସ୍ଥାରେ ବ୍ୟାପକ ପରିବର୍ତ୍ତନ ହେବାକୁ ଯାଉଛି। ଦଶମ ବୋର୍ଡ ପରୀକ୍ଷା ପରି ଷଷ୍ଠରୁ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ସମସ୍ତ ପରୀକ୍ଷାରେ ଏକକ ପ୍ରଶ୍ନପତ୍ର ରହିବ। ଏଥିସହ ଖାତା ମୂଲ୍ୟାୟନ ଢ଼ାଞ୍ଚା ବି ବଦଳିବ। ରାଜ୍ୟର ସମସ୍ତ ୬୫ ହଜାର ୨୭୯ଟି ସରକାରୀ ବିଦ୍ୟାଳୟରେ ଏହି ବ୍ୟବସ୍ଥା ଲାଗୁ କରାଯିବ। ଏହି ପ୍ରଶ୍ନପତ୍ର ପ୍ରସ୍ତୁତି କାର୍ଯ୍ୟ ଏସ୍‌ସିଇଆର୍‌ଟି ମାଧ୍ୟମରେ କରାଯିବ ବୋଲି ନିଷ୍ପତ୍ତି ହୋଇଛି। ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗର ଜଣେ ବରିଷ୍ଠ ଅଧିକାରୀଙ୍କ ସୂଚନାନୁସାରେ, ସରକାରୀ ବିଦ୍ୟାଳୟଗୁଡିକରେ ଷଷ୍ଠରୁ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ସବୁ ସ୍କୁଲ ଲାଗି ଏକକ ପ୍ରଶ୍ନପତ୍ର ବ୍ୟବସ୍ଥା ନାହିଁ। ଭିନ୍ନ ଭିନ୍ନ ବିଦ୍ୟାଳୟରେ ଅନୁଷ୍ଠିତ ହେଉଥିବା ପରୀକ୍ଷାରେ ଭିନ୍ନ ଭିନ୍ନ ପ୍ରଶ୍ନ ଆସୁଥବାରୁ ଛାତ୍ରୀଛାତ୍ରଙ୍କ ଦକ୍ଷତା ସ୍ପଷ୍ଟ ହୋଇପାରୁ ନାହିଁ। ସ୍କୁଲୱାରି ପ୍ରଶ୍ନପତ୍ର ପ୍ରସ୍ତୁତି ଲାଗି ନିର୍ଦ୍ଦିଷ୍ଟ ନିୟମ ରହିଥିଲେ ମଧ୍ୟ କେତେକ ବିଦ୍ୟାଳୟରେ ପରୀକ୍ଷାରେ ସରଳ ପ୍ରଶ୍ନ ଆସୁଥିବାବେଳେ କେତେକ ପରୀକ୍ଷାରେ ଜଟିଳ ପ୍ରଶ୍ନ ଆସୁଛି। ତେଣୁ ବିଭିନ୍ନ ସମୟରେ ଉପୁଜୁଥିବା ଦ୍ୱନ୍ଦ୍ୱ ଦୂର କରିବା ପାଇଁ ଏପରି ବ୍ୟବସ୍ଥା କରାଯାଉଛି। ଷଷ୍ଠରୁ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ଏକକ ପ୍ରଶ୍ନପତ୍ର ବ୍ୟବସ୍ଥା ଲାଗୁ ଦ୍ୱାରା ଦଶମ ପରୀକ୍ଷାରେ ପାସ୍‌ ହାର ବୃଦ୍ଧି ପାଇବା ସହ ଛାତ୍ରୀଛାତ୍ରଙ୍କ ମଧ୍ୟରେ ଥିବା ଦକ୍ଷତା ମଧ୍ୟ ସ୍ପଷ୍ଟ ହୋଇପାରିବ ବୋଲି ଆଶା କରାଯାଉଛି।
ଷଷ୍ଟରୁ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ବାର୍ଷିକ ପରୀକ୍ଷାର ପ୍ରଶ୍ନପତ୍ର ଏକ ପ୍ରକାର ଥିବାବେଳେ ଷାଣ୍ମାସିକ ପରୀକ୍ଷା ପ୍ରଶ୍ନପତ୍ର ଏକକ ନ ଥିଲା। ଆସନ୍ତା ଶିକ୍ଷା ବର୍ଷରୁ ଉଭୟ ଷାଣ୍ମାସିକ ଓ ବାର୍ଷିକ ପରୀକ୍ଷା ପ୍ରଶ୍ନପତ୍ର ସବୁ ବିଦ୍ୟାଳୟରେ ସମାନ ରହିବ। ସେହିପରି ପରୀକ୍ଷା ଶେଷ ହେବା ପରେ ସମ୍ପୃକ୍ତ ବିଦ୍ୟାଳୟର ଶିକ୍ଷକମାନେ ମୂଲ୍ୟାୟନ କରୁଥିବାବେଳେ ନୂତନ ବ୍ୟବସ୍ଥାରେ ଦଶମ ବୋର୍ଡ ପରୀକ୍ଷା ପରି ନିଜ ସ୍କୁଲର ପରୀକ୍ଷା ଖାତା ସେହି ସ୍କୁଲର ଶିକ୍ଷକମାନେ ଦେଖିପାରିବେ ନାହିଁ। ଏନେଇ ଏକ ଜୋନ୍‌ ଗଠନ ହେବ। ଯେଉଁଥିରେ ଜିଲ୍ଲାୱାରି ମୂଲ୍ୟାୟନ କେନ୍ଦ୍ର ଚୟନ କରାଯିବ। ସେହି ଜୋନ୍‌କେନ୍ଦ୍ରରେ ଜିଲାର ସବୁ ଉତ୍ତରଖାତା ଦାଖଲ ହେବା ପରେ ମନୋନୀତ ଶିକ୍ଷକମାନେ ମୂଲ୍ୟାୟନ କରିବେ। ଯଦି କୌଣସି ପିଲାଙ୍କ ଉତ୍ତର ଖାତା ମୂଲ୍ୟାୟନରେ ତ୍ରୁଟି ରହେ ତେବେ ବିଦ୍ୟାଳୟର ପ୍ରଧାନଶିକ୍ଷକ ତ୍ରୁଟି ସମ୍ପର୍କରେ ବ୍ଲକ ଶିକ୍ଷା ଅଧିକାରୀଙ୍କୁ ଅବଗତ କରିବେ। ସମ୍ପୃକ୍ତ ବିଷୟର ଶିକ୍ଷକଙ୍କ ଉପସ୍ଥିତିରେ ପୁଣି ମୂଲ୍ୟାୟନ କରାଯିବ ବୋଲି ନିଷ୍ପତ୍ତି ହୋଇଛି। ଏହାବ୍ୟତୀତ ଏକ ସମୟରେ ସବୁ ପିଲାଙ୍କ ପରୀକ୍ଷାଫଳ ମଧ୍ୟ ପ୍ରକାଶ ପାଇବ। ତେବେ ବିଷୟଭିତ୍ତିିକ ଶିକ୍ଷକଙ୍କୁ ଅଧିକ ଦକ୍ଷ କରିବା ଲାଗି ବର୍ଷକୁ ୨ଥର ରାଜ୍ୟ ବାହାରର ପ୍ରଶିକ୍ଷକଙ୍କ ଦ୍ୱାରା ପ୍ରଶିକ୍ଷଣ ପ୍ରଦାନ କରିବାକୁ ବିଭାଗ ପକ୍ଷରୁ ପ୍ରସ୍ତୁତି ଚାଲିଥିବା ସୂଚନା ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

କବାଡ଼ି ପ୍ରିମିୟର ଲିଗ୍‌ ସିଜନ-୨ ଆରମ୍ଭ

ନୂଆପଡ଼ା,୨୮ା୩(ମକାରୁ ବେମାଲ): ନୂଆପଡ଼ା କବାଡ଼ି ଖେଳାଳି ସଂଘ ପକ୍ଷରୁ ପୁରୁଷ ଓ ମହିଳା ବିଭାଗରେ କବାଡ଼ି ପ୍ରିମିୟର ଲିଗ ସିଜନ-୨ ଶୁକ୍ରବାର ସାରେ ଉଦ୍‌ଘାଟିତ ହୋଇଯାଇଛି। ଜିଲା…

ରାମ ନବମୀ ଶୋଭାଯାତ୍ରାରେ ଟିଟିଲାଗଡ଼ ବିଧାୟକଙ୍କ ଗୁଳିଚାଳନା, ସୁରକ୍ଷା ବ୍ୟବସ୍ଥା ଉପରେ…

ବଲାଙ୍ଗୀର,୨୮।୩(ସୁନୀଲ କୁମାର ମହାନ୍ତି): ଟିଟିଲାଗଡ଼ ସହରରେ ପବିତ୍ର ରାମ ନବମୀ ତିଥିରେ ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି। ଏକ ଆଧ୍ୟାତ୍ମିକ ଶୋଭାଯାତ୍ରା ଚାଲିଥିବା ସମୟରେ ସର୍ବସମ୍ମୁଖରେ…

ଜନଗଣନା ତାଲିମ ବେଳେ ଚେତାଶୂନ୍ୟ ହୋଇପଡ଼ିଲେ ଶିକ୍ଷୟିତ୍ରୀ, ଆଉ ତା’ପରେ…

ହିଞ୍ଜିଳିକାଟୁ, ୨୮।୩( ଦ୍ବିତୀକୃଷ୍ଣ ପଣ୍ଡା): ହିଞ୍ଜିଳିକାଟୁ ପିଏମଶ୍ରୀ ସରକାରୀ ବୃନ୍ଦାବନ ବିଦ୍ୟାଳୟରେ ଚାଲିଥିବା ଜନଗଣନା ତାଲିମର ତୃତୀୟ ପର୍ଯ୍ୟାୟରେ ତାଲିମ ବେଳେ ଶନିବାର କେନ୍ଦ୍ରରେ ଜଣେ ଶିକ୍ଷୟିତ୍ରୀ…

ଗିରଫ ପରେ ଜାମିନରେ ଖଲାସ ହେଲେ ଏହି ଗଲ୍‌ଫ ଖେଳାଳି, ଜାଣନ୍ତୁ ସମ୍ପୂର୍ଣ୍ଣ ଘଟଣା…

ଜୁପିଟର ଆଇଲାଣ୍ଡ, ୨୮ା୩: ବିଶିଷ୍ଟ ଗଲ୍‌ଫ ଖେଳାଳି ଟାଇଗର ଉଡ୍ସ ନିଶାଗ୍ରସ୍ତ ଅବସ୍ଥାରେ ଡ୍ରାଇଭିଂ କରିଥିବା ଅଭିଯୋଗରେ ପୋଲିସ ଦ୍ୱାରା ଗିରଫ ହେବାପରେ ଶୁକ୍ରବାର ବିଳମ୍ବିତ ରାତିରେ…

ବ୍ରହ୍ମବରଦା ଥାନାରୁ ଅଭିଯୁକ୍ତ ଚମ୍ପଟ ଘଟଣା: ଏଏସ୍‌ଆଇଙ୍କ ସମେତ ୩ ପୋଲିସ କର୍ମଚାରୀ ସସ୍‌ପେଣ୍ଡ

ଧର୍ମଶାଳା, ୨୮।୩(ଶିିବ ପ୍ରସାଦ ମହାନ୍ତି): ଯାଜପୁର ଜିଲା ବ୍ରହ୍ମବରଦା ଥାନାରୁ ଜଣେ ଅଭିଯୁକ୍ତ ଚମ୍ପଟ ମାରିବା ଘଟଣାରେ ଜିଲା ଆରକ୍ଷୀ ଅଧୀକ୍ଷକ (ଏସ୍‌ପି) କଠୋର କାର୍ଯ୍ୟାନୁଷ୍ଠାନ ଗ୍ରହଣ…

ସରକାରଙ୍କ ବିରୋଧରେ ଗର୍ଜିଲା କଂଗ୍ରେସ

ବଞ୍ଚୋ,୨୮ା୩(ପ୍ରଦୋଷ କୁମାର ବିଶ୍ୱାଳ): କେନ୍ଦୁଝର ଜିଲାର ଆନନ୍ଦପୁର ଉପଖଣ୍ଡ ହାଟଡିହୀ ବ୍ଲକ ଅନ୍ତର୍ଗତ ମରେଇଗାଁ ପଡ଼ିଆରେ କଂଗ୍ରେସ ଦଳର ଡାକରାରେ ଏକ ବିଶାଳ ଜନସମାବେଶ ଅନୁଷ୍ଠିତ ହୋଇଯାଇଛି।…

୧୦ ମାସ ତଳେ ବିବାହ କରିଥିଲେ ଅନୁପମା, ବେକରେ ଦାଗ ଦେଖି ବାପଘର ଲୋକେ ଆଣିଲେ ହତ୍ୟା ଅଭିଯୋଗ

ବଲାଙ୍ଗୀର,୨୮ା୩(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ତୁଷୁରା ଥାନା ମହିପୁର ଗାଁରେ ଜଣେ ନବବଧୂକୁ ହତ୍ୟା କରାଯାଇଥିବା ଅଭିଯୋଗ ହୋଇଛି। ୧୦ ମାସ ତଳେ ବାହା ହୋଇଥିବା…

ଉପଖଣ୍ଡ ମାନ୍ୟତା ପ୍ରଦାନ ନେଇ ମୁଖ୍ୟମନ୍ତ୍ରୀଙ୍କୁ ଦାବିପତ୍ର

ରିଷିଡ଼ା,୨୮ା୩ (ସୁଶାନ୍ତ ମଲ୍ଲିକ)କଳାହାଣ୍ଡି ଜିଲାର ମଦନପୁର ରାମପୁରକୁ ଉପଖଣ୍ଡ ମାନ୍ୟତା ଦେବା ପାଇଁ ଯୁବ ନେତା ତଥା ରାଜ ପରିବାର ସଦସ୍ୟ ନୀଳମାଧବ ସିଂଦେଓ ମୁଖ୍ୟମନ୍ତ୍ରୀ ମୋହନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri