ଓଡ଼ିଶା ପାଇଁ ହେଉ ଏକକ ରେଳ ଜୋନ

ଭୁବନେଶ୍ୱର,୨୦।୧୧ (ବ୍ୟୁରୋ): ଓଡ଼ିଶାର ସବୁ ରେଳପଥକୁ ଗୋଟିଏ ଜୋନ ଅଧୀନକୁ ଆଣିବା ପାଇଁ ଶନିବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଚିଠି ଲେଖିଛନ୍ତି। ୨୦୦୩ରେ କେନ୍ଦ୍ର ସରକାର ରାଜ୍ୟ ପାଇଁ ସ୍ବତନ୍ତ୍ର ପୂର୍ବତଟ ରେଳ ଜୋନ ଗଠନ କରିଥିଲେ। ଏବେ କିନ୍ତୁ ବିଶାଖାପାଟଣାରେ ଦକ୍ଷିଣତଟ ରେଳ ଜୋନ ଗଠନ କରିବାକୁ ପ୍ରସ୍ତାବ ରଖିଛନ୍ତି। ଏହାଦ୍ବାରା ପୂର୍ବତଟ ରେଳପଥ ପ୍ରଭାବିତ ହେବ। ଏହାକୁ ଦୃଷ୍ଟିରେ ରଖି ମୁଖ୍ୟମନ୍ତ୍ରୀ ପ୍ରଧାନମନ୍ତ୍ରୀଙ୍କ ନିକଟକୁ ଚିଠି ଲେଖି ଓଡ଼ିଶା ପାଇଁ ଏକକ ରେଳ ଜୋନ ଗଠନ କରିବାକୁ ଦାବି କରିଛନ୍ତି। ଓଡ଼ିଶା ମଧ୍ୟଦେଇ ଯାଇଥିବା ସବୁ ରେଳପଥକୁ ପୂର୍ବତଟ ଅଧୀନକୁ ଆଣିବାକୁ ମୁଖ୍ୟମନ୍ତ୍ରୀ ଦାବି କରିଛନ୍ତି। ଏଥିପାଇଁ ରାଉରକେଲା, ଯାଜପୁର କିମ୍ବା ଯାଜପୁର-କେନ୍ଦୁଝର ରୋଡ୍‌ ଓ ରାୟଗଡ଼ାଠାରେ ତିନୋଟି ନୂଆ ରେଳ ଡିଭିଜନ ଗଠନ କରିବାକୁ ମୁଖ୍ୟମନ୍ତ୍ରୀ ଦାବି କରିଛନ୍ତି। ଦକ୍ଷିଣ-ପୂର୍ବ ରେଳପଥ ଅଧୀନରେ ଥିବା ଝାରସୁଗୁଡ଼ା-ବର୍ସୁଆଁ-କିରିବୁରୁ ରେଳପଥ, ରାଉରକେଲା-ନୂଆଗାଁ ଓ ଦକ୍ଷିଣ-ପୂର୍ବ-କେନ୍ଦ୍ରୀୟ ରେଳ ଡିଭିଜନ ଅଧୀନରେ ଥିବା ଝାରସୁଗୁଡ଼ା-ହିମଗିରି ରେଳପଥକୁ ପ୍ରସ୍ତାବିତ ରାଉରକେଲା ରେଳ ଡିଭିଜନ ସହ ସାମିଲ କରାଯାଉ। ସେହିଭଳି ଯାଜପୁର କିମ୍ବା ଯାଜପୁର-କେନ୍ଦୁଝର ରୋଡ୍‌ ଡିଭିଜନରେ ବାଂଶପାଣି, ରୂପସା-ବାଙ୍ଗିରିପୋଷି ଓ ଭଦ୍ରକ-ଲକ୍ଷ୍ମଣନାଥ ରୋଡ୍‌ ରେଳପଥକୁ ନୂଆ ଡିଭିଜନ ଅଧୀନକୁ ଅଣାଯାଉ। ରାୟଗଡ଼ାରେ ପୂର୍ବତଟ ରେଳ ଜୋନ ଅଧୀନରେ ଏକ ନୂଆ ଡିଭିଜନ ଗଠନ କରାଯାଉ। ଏହି ଡିଭିଜନରେ ନୂଆପଡ଼ା-ଗୁଣପୁର, ରାୟଗଡ଼ା-ଟିଟିଲାଗଡ଼-ରାୟପୁର,କୋରାପୁଟ-ରାୟଗଡ଼ା, କୋରାପୁଟ-ଜୟପୁର-ଜଗଦଲପୁର-କିରାଣ୍ଡୁଲ ଏବଂ ଲାଞ୍ଜିଗଡ଼ ରୋଡ୍‌-ଜୁନାଗଡ଼ ରେଳପଥକୁ ସାମିଲ କରିବାକୁ ମୁଖ୍ୟମନ୍ତ୍ରୀ ଦାବି କରିଛନ୍ତି। ମାଲକାନଗିରି, କୋରାପୁଟ ଓ ନବରଙ୍ଗପୁର ଜିଲାରେ ପ୍ରସ୍ତାବିତ ରେଳପଥ କାର୍ଯ୍ୟକୁ ତ୍ୱରାନ୍ବିତ କରିବାକୁ ମୁଖ୍ୟମନ୍ତ୍ରୀ ପ୍ରଧାନମନ୍ତ୍ରୀଙ୍କ ହସ୍ତକ୍ଷେପ ଲୋଡ଼ିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କୋସଲୀ ସାଂସ୍କୃତିକ ମହୋତ୍ସବ ଆରମ୍ଭ

ନୂଆପଡ଼ା,୨୦ା୧୨ (ମକାରୁ ବେମାଲ): ନୂଆପଡ଼ା ପୋଲିସ ପଡ଼ିଆ ରଙ୍ଗମଞ୍ଚଠାରେ କୋସଲୀ ସାଂସ୍କୃତିକ ମହୋତ୍ସବ ଉଦ୍‌ଘାଟିତ ହୋଇଯାଇଛି। ଅନୁଷ୍ଠାନର ସଭାପତି ସୁରଜିତସିଂ ମହାରଥାଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଉଦ୍‌ଘାଟନୀ...

ଶୀତରେ ଥରୁଛି କଳାହାଣ୍ଡି

ଭବାନୀପାଟଣା,୨୦ା୧୨(ଉତ୍ତମ କୁମାର ଦାଶ)- ସାରା ରାଜ୍ୟରେ ଶୀତର ପ୍ରକୋପ ଜାରି ରହିଛି। ଆହୁରି ସପ୍ତାହେ ଧରି ଏଭଳି ସ୍ଥିତି ଜାରି ରହିବ ବୋଲି ପାଣିପାଗ ବିଭାଗ...

ଆଶେସ ବିଜୟ ଲକ୍ଷ୍ୟରେ ଅଷ୍ଟ୍ରେଲିଆ

ଆଡିଲେଡ୍‌,୨୦ା୧୨: ଇଂଲଣ୍ଡର ଦ୍ୱିତୀୟ ଇନିଂସରେ ବିପର୍ଯ୍ୟୟ ପରେ ଅଷ୍ଟ୍ରେଲିଆ ଆଶେସ ସିରିଜ ବିଜୟ ପଥରେ ଅଗ୍ରସର ହେଉଛି। ନାଥାନ ଲିଅନ ଇଂଲଣ୍ଡର ୩ଟି ଉଇକେଟର ପତନ...

୩ ଜିଲାକୁ ଘନ କୁହୁଡ଼ି ଓ୍ବାର୍ନିଂ: ୭ଦିନ ଯାଏଁ…ଜି. ଉଦୟଗିରିରେ…

ଭୁବନେଶ୍ୱର, ୨୦ା୧୨(ବନ୍ଦନା ସେଠୀ) – ସାରା ରାଜ୍ୟରେ ଶୀତ ଲହରି ଜନଜୀବନକୁ ପ୍ରଭାବିତ କରୁଛି। ପାରଦ ତଳମୁହଁା ରହିଥିବାବେଳେ କେତେକ ଜିଲାରେ ଘନ କୁହୁଡ଼ି ଦେଖିବାକୁ...

ନୋରା ଫତେହିଙ୍କ କାର ଦୁର୍ଘଟଣା: ମଦ୍ୟପ ଚାଳକଙ୍କ ଧକ୍କାରେ…

ମୁମ୍ବାଇ,୨୦।୧୨: ଲୋକପ୍ରିୟ ବଲିଉଡ ଅଭିନେତ୍ରୀ ତଥା ନୃତ୍ୟଶିଳ୍ପୀ ନୋରା ଫତେହି ଶନିବାର ମୁମ୍ବାଇରେ ଏକ ସଡ଼କ ଦୁର୍ଘଟଣାର ସମ୍ମୁଖୀନ ହୋଇଛନ୍ତି। ବିଶ୍ୱପ୍ରସିଦ୍ଧ ମ୍ୟୁଜିକ୍ ପ୍ରୋଗ୍ରାମ ‘ସୁନବର୍ଣ୍ଣ...

ଇସ୍ରୋର ବଡ଼ ପଦକ୍ଷେପ: ଗଗନୟାନ ମିଶନ ପାଇଁ ସଫଳ ହେଲା ପାରାଚ୍ୟୁଟ୍‌ ପରୀକ୍ଷା

ନୂଆଦିଲ୍ଲୀ,୨୦ା୧୨: ମହାକାଶକୁ ଭାରତର ପ୍ରଥମ ମାନବ ପ୍ରେରଣ ଦିଗରେ ଶନିବାର ଆଉ ଏକ ବଡ଼ ପଦକ୍ଷେପ ସଫଳ ହୋଇଛି। ଭାରତୀୟ ମହାକାଶ ଗବେଷଣା ସଂଗଠନ (ଇସ୍ରୋ)...

ଅଣ୍ଡା ଖାଇଲେ ହେବେ କି କ୍ୟାନ୍ସର ? ସ୍ପଷ୍ଟୀକରଣ ଦେଲା FSSAI

ନୂଆଦିଲ୍ଲୀ,୨୦।୧୨: ଦେଶରେ ବିକ୍ରି ହେଉଥିବା ଅଣ୍ଡା ସମ୍ପୂର୍ଣ୍ଣ ସୁରକ୍ଷିତ। ଏଥିରେ କ୍ୟାନ୍ସର ସୃଷ୍ଟିକାରୀ ଉପାଦାନ ଥିବା ନେଇ ଚର୍ଚ୍ଚା ହେଉଥିବା ଖବରକୁ ଭାରତୀୟ ଖାଦ୍ୟ ସୁରକ୍ଷା...

ଭଗବାନଙ୍କ ଦର୍ଶନ ସାରି ଫେରିବା ବାଟରେ ଜଗିଥିଲା ଯମ: ବାପାମା’ଙ୍କ ସହ ଚାଲିଗଲା ଭଉଣୀଙ୍କ ଜୀବନ, ସୌଭାଗ୍ୟକୁ… 

ଗଜପତି,୨୦।୧୨(ଗିରିଧାରୀ ପରିଚ୍ଛା)- ଏମିତି ବି ଆସେ ମୃତ୍ୟୁ। ଭଗବାନଙ୍କ ଦର୍ଶନ ସାରି ଫେରିବା ବାଟରେ ଦୁର୍ଘଟଣା ଚାଲିଗଲା ଜୀବନ। ମୃତକମାନେ ହେଲେ ଗଜପତି ଜିଲା ଗୋଶାଣୀ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri