ଓଡ଼ିଶା ପାଇଁ ହେଉ ଏକକ ରେଳ ଜୋନ

ଭୁବନେଶ୍ୱର,୨୦।୧୧ (ବ୍ୟୁରୋ): ଓଡ଼ିଶାର ସବୁ ରେଳପଥକୁ ଗୋଟିଏ ଜୋନ ଅଧୀନକୁ ଆଣିବା ପାଇଁ ଶନିବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଚିଠି ଲେଖିଛନ୍ତି। ୨୦୦୩ରେ କେନ୍ଦ୍ର ସରକାର ରାଜ୍ୟ ପାଇଁ ସ୍ବତନ୍ତ୍ର ପୂର୍ବତଟ ରେଳ ଜୋନ ଗଠନ କରିଥିଲେ। ଏବେ କିନ୍ତୁ ବିଶାଖାପାଟଣାରେ ଦକ୍ଷିଣତଟ ରେଳ ଜୋନ ଗଠନ କରିବାକୁ ପ୍ରସ୍ତାବ ରଖିଛନ୍ତି। ଏହାଦ୍ବାରା ପୂର୍ବତଟ ରେଳପଥ ପ୍ରଭାବିତ ହେବ। ଏହାକୁ ଦୃଷ୍ଟିରେ ରଖି ମୁଖ୍ୟମନ୍ତ୍ରୀ ପ୍ରଧାନମନ୍ତ୍ରୀଙ୍କ ନିକଟକୁ ଚିଠି ଲେଖି ଓଡ଼ିଶା ପାଇଁ ଏକକ ରେଳ ଜୋନ ଗଠନ କରିବାକୁ ଦାବି କରିଛନ୍ତି। ଓଡ଼ିଶା ମଧ୍ୟଦେଇ ଯାଇଥିବା ସବୁ ରେଳପଥକୁ ପୂର୍ବତଟ ଅଧୀନକୁ ଆଣିବାକୁ ମୁଖ୍ୟମନ୍ତ୍ରୀ ଦାବି କରିଛନ୍ତି। ଏଥିପାଇଁ ରାଉରକେଲା, ଯାଜପୁର କିମ୍ବା ଯାଜପୁର-କେନ୍ଦୁଝର ରୋଡ୍‌ ଓ ରାୟଗଡ଼ାଠାରେ ତିନୋଟି ନୂଆ ରେଳ ଡିଭିଜନ ଗଠନ କରିବାକୁ ମୁଖ୍ୟମନ୍ତ୍ରୀ ଦାବି କରିଛନ୍ତି। ଦକ୍ଷିଣ-ପୂର୍ବ ରେଳପଥ ଅଧୀନରେ ଥିବା ଝାରସୁଗୁଡ଼ା-ବର୍ସୁଆଁ-କିରିବୁରୁ ରେଳପଥ, ରାଉରକେଲା-ନୂଆଗାଁ ଓ ଦକ୍ଷିଣ-ପୂର୍ବ-କେନ୍ଦ୍ରୀୟ ରେଳ ଡିଭିଜନ ଅଧୀନରେ ଥିବା ଝାରସୁଗୁଡ଼ା-ହିମଗିରି ରେଳପଥକୁ ପ୍ରସ୍ତାବିତ ରାଉରକେଲା ରେଳ ଡିଭିଜନ ସହ ସାମିଲ କରାଯାଉ। ସେହିଭଳି ଯାଜପୁର କିମ୍ବା ଯାଜପୁର-କେନ୍ଦୁଝର ରୋଡ୍‌ ଡିଭିଜନରେ ବାଂଶପାଣି, ରୂପସା-ବାଙ୍ଗିରିପୋଷି ଓ ଭଦ୍ରକ-ଲକ୍ଷ୍ମଣନାଥ ରୋଡ୍‌ ରେଳପଥକୁ ନୂଆ ଡିଭିଜନ ଅଧୀନକୁ ଅଣାଯାଉ। ରାୟଗଡ଼ାରେ ପୂର୍ବତଟ ରେଳ ଜୋନ ଅଧୀନରେ ଏକ ନୂଆ ଡିଭିଜନ ଗଠନ କରାଯାଉ। ଏହି ଡିଭିଜନରେ ନୂଆପଡ଼ା-ଗୁଣପୁର, ରାୟଗଡ଼ା-ଟିଟିଲାଗଡ଼-ରାୟପୁର,କୋରାପୁଟ-ରାୟଗଡ଼ା, କୋରାପୁଟ-ଜୟପୁର-ଜଗଦଲପୁର-କିରାଣ୍ଡୁଲ ଏବଂ ଲାଞ୍ଜିଗଡ଼ ରୋଡ୍‌-ଜୁନାଗଡ଼ ରେଳପଥକୁ ସାମିଲ କରିବାକୁ ମୁଖ୍ୟମନ୍ତ୍ରୀ ଦାବି କରିଛନ୍ତି। ମାଲକାନଗିରି, କୋରାପୁଟ ଓ ନବରଙ୍ଗପୁର ଜିଲାରେ ପ୍ରସ୍ତାବିତ ରେଳପଥ କାର୍ଯ୍ୟକୁ ତ୍ୱରାନ୍ବିତ କରିବାକୁ ମୁଖ୍ୟମନ୍ତ୍ରୀ ପ୍ରଧାନମନ୍ତ୍ରୀଙ୍କ ହସ୍ତକ୍ଷେପ ଲୋଡ଼ିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କ୍ଲାସେନଙ୍କ ବିସ୍ଫୋରକ ବ୍ୟାଟିଂ: ହାଇଦ୍ରାବାଦ୍‌ର ପ୍ରଥମ ବିଜୟ

କୋଲକାତା,୨ା୪: ହେନରିଚ୍‌ କ୍ଲାସେନଙ୍କ ଅର୍ଦ୍ଧଶତକ ଓ ନୀତୀଶ କୁମାର ରେଡ୍ଡୀଙ୍କ ଅଲରାଉଣ୍ଡ ପ୍ରଦର୍ଶନ ବଳରେ ସନରାଇଜର୍ସ ହାଇଦ୍ରାବାଦ୍‌(ଏସ୍‌ଆର୍‌ଏଚ୍‌) ୬୫ ରନରେ କୋଲକାତା ନାଇଟ୍‌ ରାଇଡର୍ସ (କେକେଆର)କୁ ପରାସ୍ତ…

ନା ହର୍ମୁଜ ଖୋଲୁଛି ନା ଇରାନ ନଇଁବାକୁ ରାଜି….ଦିନକୁ ଦିନ ଭାଙ୍ଗୁଛି ଟ୍ରମ୍ପଙ୍କ ସୁପରପାଓ୍ବାର ଦମ୍ଭ?

ୱାଶିଂଟନ୍/ତେହେରାନ୍,୨।୪: ବିଶ୍ୱର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ଜଳପଥ ‘ହର୍ମୁଜ ପ୍ରଣାଳୀ’କୁ ନେଇ ସୃଷ୍ଟି ହୋଇଥିବା ଯୁଦ୍ଧ ପରିସ୍ଥିତି ଏବେ ଅତି ଭୟଙ୍କର ରୂପ ଧାରଣ କରିଛି। ଗୋଟିଏ ପଟେ…

ଆସାମ ବିଧାନସଭା ନିର୍ବାଚନ: କଂଗ୍ରେସ ଇସ୍ତାହାରରେ ୧୧ ସଂକଳ୍ପ

ବୋକାଜାନ୍‌,୨ା୪: ଆସାମ ବିଧାନସଭା ନିର୍ବାଚନ ପାଇଁ କଂଗ୍ରେସ ନେତା ରାହୁଲ ଗାନ୍ଧୀ ଗୁରୁବାର ଦଳର ଇସ୍ତାହାର ଜାରି କରିଛନ୍ତି। ସେଥିରେ ୧୧ଟି ସଂକଳ୍ପନାମା ରହିଛି। ଶାସନ, ପରିଚୟ,…

ମୃତ୍ୟୁ ପରେ ବି ଅମର ରମେଶ: ଅଙ୍ଗଦାନ ପରେ ପ୍ରଶାସନ ପକ୍ଷରୁ ଦିଆଗଲା’ଗାର୍ଡ ଅଫ ଅନର’

ମୋହନା, ୨।୪( ମନ୍ମଥ ମିଶ୍ର ): ମଣିଷ ଚାଲିଗଲେ ମଧ୍ୟ ତାଙ୍କର ଅଙ୍ଗ ଅନ୍ୟ ଜଣଙ୍କ ଶରୀରରେ ଜୀବିତ ରହିପାରେ, ଏହାର ଏକ ଜ୍ୱଳନ୍ତ ଉଦାହରଣ ସାଜିଛନ୍ତି…

ବରଗଡ଼ରୁ ମଧ୍ୟପ୍ରଦେଶ ହେଉଥିଲା ଗଞ୍ଜେଇ ଚାଲାଣ: ଧରାପଡ଼ିଲେ ୨ ଅଭିଯୁକ୍ତ

ଅତାବିରା,୨ା୪(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ଥାନା ତଥା ଗୋଡ଼ଭଗା ଫାଣ୍ଡି ଅଧୀନ ସତୀଯୋର ପାଖରୁ ବୁଧବାର ପୋଲିସ ଗଞ୍ଜେଇ ଜବତ କରି ୨ ଜଣଙ୍କୁ ଅଟକ…

ରାଜ୍ୟରେ ସକାଳୁଆ ହେଲା ସ୍କୁଲ, ଗଣଶିକ୍ଷା ବିଭାଗର ନିର୍ଦ୍ଦେଶ ଅନୁଯାୟୀ ଏଣିକି…

ଭୁବନେଶ୍ୱର,୨।୪: ରାଜ୍ୟରେ  ପ୍ରବଳ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି। ଏଣିକି ରାଜ୍ୟର ସମସ୍ତ ସ୍କୁଲରେ…

ବିଚ୍‌ ରାସ୍ତାରେ ବୁଲିଲା ଭୁଜାଲି: ଦୋକାନୀ ଲହୁଲୁହାଣ, ପ୍ରତି ଆକ୍ରମଣରେ ଅଭିଯୁକ୍ତ ଗୁରୁତର

ଅତାବିରା,୨।୪(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ଥାନା ଅନ୍ତର୍ଗତ ଗୋଡ଼ଭଗା ଫାଣ୍ଡି ଅଞ୍ଚଳରେ ଦିନ ଦ୍ବିପ୍ରହରରେ ବିଚ୍‌ ରାସ୍ତାରେ ଭୁଜାଲି ମାଡ଼ ଘଟଣା ସାମ୍ନାକୁ ଆସିଛି। ଭୁଜାଲି…

ପୋଷ୍ଟ ଅଫିସକୁ ପଶି ଆସିଲା ବିରାଟକାୟ ଅହିରାଜ: ଆତଙ୍କିତ ହୋଇ ଟେକା ପଥର ମାରିଲେ ଲୋକେ, ପରେ…

ଆନନ୍ଦପୁର, ୨।୪(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ହଦଗଡ଼ ଅଞ୍ଚଳରେ ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି। ଗୁରୁବାର ଦିନ ହଦଗଡ଼ ରେଞ୍ଜ ଅଧୀନରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri