ଚକ୍‌ଖଡ଼ିରେ କ୍ଷୁଦ୍ର ରଥ

ଫୁଲବାଣୀ ଅଫିସ୍‌, ୮ା୧୧: କନ୍ଧମାଳ ଜିଲାର ଏନ୍‌. ପ୍ରତ୍ୟୁଷ କୁମାର ଚୌଧୁରୀଙ୍କ ଦ୍ୱାରା ଚକ୍‌ ଖଡ଼ିରେ ଖୋଦିତ ଜଗନ୍ନାଥଙ୍କ କ୍ଷୁଦ୍ରାକୃତି ରଥ ଏସିଆ ବୁକ୍‌ ଅଫ ରେକର୍ଡସ ଓ ଇଣ୍ଡିଆ ବୁକ୍‌ ଅଫ ରେକର୍ଡରେ ସ୍ଥାନ ପାଇଛି। ଫୁଲବାଣୀ ସହର ନଦୀଖଣ୍ଡି ସାହିର ପ୍ରତ୍ୟୁଷ କରିଥିବା ଏହି ରଥର ଆକାର ଦୈଘର୍‌ୟରେ ୨.୫ ସେ.ମି. ଏବଂ ଉଚ୍ଚତା ୧.୯ ସେ.ମି.। ଗତବର୍ଷ କୋଭିଡ୍‌ ଲାଗି ହୋଇଥିବା କଟକଣା ଯୋଗୁ ସର୍ବତ୍ର ରଥଟଣା ବନ୍ଦ ରହିଥିଲା। ରଥ ଟାଣି ନ ପାରିବାର ନୈରାଶ୍ୟ ତାଙ୍କୁ ରଥର କଳାକୃତି ସୃଷ୍ଟି କରିବାକୁ ପ୍ରେରିତ କରିଥିଲା। କେବଳ ଚକ୍‌ ଖଡ଼ିରେ କ୍ଷୁଦ୍ରରଥ ପ୍ରସ୍ତୁତ କରିଥିଲେ ଯୁବ ଭାସ୍କର୍ଯ୍ୟ ପ୍ରତ୍ୟୁଷ। ପରେ ସେ ଏହାକୁ ଆନ୍ତର୍ଜାତିକ ସ୍ବୀକୃତି ପାଇଁ ଆବେଦନ କରିଥିଲେ। ପିଲାବେଳୁ ଚିତ୍ରକଳାରେ ରୁଚି ରଖିଥିବା ପ୍ରତ୍ୟୁଷ ଫୁଲବାଣୀ ପବ୍ଲିକ ସ୍କୁଲରୁ ୧୦ମ ପାସ କରିବା ପରେ କେନ୍ଦ୍ରୀୟ ବିଦ୍ୟାଳୟରୁ ଯୁକ୍ତ ଦୁଇ ପାସ୍‌ କରିଛନ୍ତି। ଏବେ ସେ ଖଲ୍ଲିକୋଟ ମହାବିଦ୍ୟାଳୟରେ ଆର୍ଟ ଆଣ୍ଡ କ୍ରାଫ୍ଟ ବିଭାଗର ଭିଜୁଆଲ ଆର୍ଟରେ ଶେଷ ବର୍ଷର ଛାତ୍ର। ତାଙ୍କ କଳାକୃତି ରାଜ୍ୟ ଲଳିତକଳା ଏକାଡେମୀକୁ ମନୋନୀତ ହୋଇ ଦୁଇ ଥର ପ୍ରଦର୍ଶିତ ହୋଇଛି। ସେହିପରି ରାଜ୍ୟ ଭିନ୍ନକ୍ଷମ ସଶକ୍ତୀକରଣ ବିଭାଗ ପକ୍ଷରୁ ରାଜ୍ୟସ୍ତରୀୟ ପ୍ରତିଯୋଗିତାରେ ମଧ୍ୟ ସେ ପୁରସ୍କୃତ ହୋଇଛନ୍ତି। ସମସ୍ତ ଶ୍ରେୟ ପ୍ରତ୍ୟୁଷ ତାଙ୍କ ମା’ଙ୍କୁ ଦେଇଛନ୍ତି। ଅନ୍ତର୍ଜାତୀୟ ସ୍ବୀକୃତି ପାଇବାରେ କନ୍ଧମାଳ ଜିଲାପାଳ ଡ. ବୃନ୍ଦା ଡି’ଙ୍କ ସହଯୋଗ ପାଇଁ ସେ ଜିଲା ପ୍ରଶାସନକୁ କୃତଜ୍ଞତା ଜଣାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଦଶମ ବୋର୍ଡ ପରୀକ୍ଷା ଦେବାକୁ ଯିବା ବେଳେ କାର୍ ଦୁର୍ଘଟଣା, ଦୁଇ ପରୀକ୍ଷାର୍ଥୀ ସମେତ ୬ ଆହତ

କେନ୍ଦୁଝର,୧୭।୨ (ନରେଶ ଚନ୍ଦ୍ର ପଟ୍ଟନାୟକ): ମଙ୍ଗଳବାର ବା ଆଜିଠାରୁ ଦଶମ ଏବଂ ଦ୍ୱାଦଶ ଶ୍ରେଣୀ ବୋର୍ଡ ପରୀକ୍ଷା ଆରମ୍ଭ ହେଉଛି । ତେବେ ସକାଳ ପ୍ରାୟ ୮ଟା୩୦…

T20 World Cup 2026: ସୁପର ୮ରେ ପ୍ରଥମେ କେଉଁ ଟିମ୍‌ ସହ ଖେଳିବ ଟିମ୍‌ ଇଣ୍ଡିଆ ଜାଣନ୍ତୁ

ନୂଆଦିଲ୍ଲୀ,୧୭।୨: ଟିମ ଇଣ୍ଡିଆ ଗ୍ରୁପ ପର୍ଯ୍ୟାୟ ମ୍ୟାଚରେ ହ୍ୟାଟ୍ରିକ ବିଜୟ ସହିତ ICC T20 ବିଶ୍ୱକପ 2026ର ସୁପର ୮ ପର୍ଯ୍ୟାୟରେ ପହଞ୍ଚିଛି। ଭାରତ ତା’ର ତୃତୀୟ…

କବିତା ପାଠୋତ୍ସବ, ବରିଷ୍ଠ ନାଗରିକଙ୍କ ସମ୍ମାନ-ସୁରକ୍ଷା ସୁନିଶ୍ଚିତ ଲକ୍ଷ୍ୟ

ଭଞ୍ଜନଗର,୧୭।୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ପ୍ରଶାସନ ବରିଷ୍ଠ ନାଗରିକଙ୍କ ସମ୍ମାନ, ସୁରକ୍ଷା ସୁନିଶ୍ଚିତ କରିବା ଲକ୍ଷ୍ୟ ନେଇ ଏକ ଅଭିନବ ପ୍ରୟାସ ଇତିମଧ୍ୟରେ ଆରମ୍ଭ କରିଛି ।…

ଆଜିଠାରୁ ଆରମ୍ଭ ହେଲା ସିବିଏସଇ ଦଶମ-ଦ୍ୱାଦଶ ବୋର୍ଡ ପରୀକ୍ଷା

ନୂଆଦିଲ୍ଲୀ,୧୭।୨: ମଙ୍ଗଳବାର ବା ଆଜିଠାରୁ ଦଶମ ଏବଂ ଦ୍ୱାଦଶ ଶ୍ରେଣୀ ବୋର୍ଡ ପରୀକ୍ଷା ଆରମ୍ଭ ହେଉଛି, ଯେଉଁଥିରେ ୪୩ ଲକ୍ଷରୁ ଅଧିକ ଛାତ୍ରୀଛାତ୍ର ପରୀକ୍ଷା ଦେଉଛନ୍ତି, ପ୍ରାୟ…

ଛାତିଥରା… ପ୍ରେମିକାକୁ ହତ୍ୟା କରି ଯୌନ ସମ୍ପର୍କ ରଖିଲେ ପ୍ରେମିକ, ତନ୍ତ୍ର କରି ଆତ୍ମାକୁ କହିଲେ Sorry

ଭୋପାଳ,୧୭ା୨: ମଧ୍ୟପ୍ରଦେଶର ଇନ୍ଦୋରର ଦ୍ୱାରକାପୁରୀ ପୋଲିସ ଷ୍ଟେସନ ଅଞ୍ଚଳରେ ଜଣେ ଏମବିଏ ଛାତ୍ରୀଙ୍କ ହତ୍ୟା ମାମଲାରେ, ପୋଲିସ ଅଭିଯୁକ୍ତ ପ୍ରେମିକ ପୀୟୁଷକୁ ମୁମ୍ବାଇରୁ ଗିରଫ କରିଛି ।…

ନାବାଳିକା ବଳାତ୍କାର, ଗର୍ଭପାତ ମାମଲା: ମିଳିଲା ନବଜାତକ

ଯାଜପୁରରୋଡ଼, ୧୭ା୨(ପବିତ୍ର ରଞ୍ଜନ ମହାନ୍ତି): ଯାଜପୁରରୋଡ ଥାନା ପୋଲିସ ନାବାଳିକା ଗର୍ଭପାତ ଘଟଣାରେ ୨ ଜଣଙ୍କୁ ଗିରଫ କରିଛି। ଏହି ଘଟଣାରେ ନାବାଳିକାଙ୍କୁ ଗର୍ଭବତୀ କରିଥିବା କୋପଣ୍ଡ…

ଆଜି ବର୍ଷର ପ୍ରଥମ ସୂର୍ଯ୍ୟୋପରାଗ, ଭାରତରେ ଦୃଶ୍ୟମାନ…

ଭୁବନେଶ୍ୱର,୧୭ା୨ (ସୁଚିସ୍ମିତା ସାହୁ): ବର୍ଷର ପ୍ରଥମ ବଳୟ ସୂର୍ଯ୍ୟୋପରାଗ ମଙ୍ଗଳବାର ସଙ୍ଗଠିତ ହେବ । ଆଫ୍ରିକାର ଦକ୍ଷିଣ ପାର୍ଶ୍ୱ, ଦକ୍ଷିଣ ଆମେରିକାର ଦକ୍ଷିଣ ପାର୍ଶ୍ୱ, ପ୍ରଶାନ୍ତ ମହାସାଗର,…

ପାକିସ୍ତାନକୁ ଧୂଳି ଚଟାଇ ସ୍ବଦେଶ ଫେରିଲେ ମେନ ଇନ ବ୍ଲୁ, ଜାଣନ୍ତୁ ପରବର୍ତ୍ତି ମ୍ୟାଚ କାହା ସହ ଖେଳିବ ଟିମ୍‌ ଇଣ୍ଡିଆ

ନୂଆଦିଲ୍ଲୀ,୧୭।୨: ଗତ ରବିବାର (୧୫ ଫେବୃଆରୀ) କଲମ୍ବୋର ଆର. ପ୍ରେମଦାସା ଷ୍ଟାଡିୟମରେ ଖେଳାଯାଇଥିବା ମ୍ୟାଚରେ ଟିମ ଇଣ୍ଡିଆ ପାକିସ୍ତାନକୁ ୬୧ ରନରେ ପରାସ୍ତ କରିଥିଲା। ପରଦିନ, ସୋମବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri