ଧର୍ମେନ୍ଦ୍ରଙ୍କୁ ଭେଟିଲେ କ୍ଷୁଦ୍ର ଗ୍ରହ ଆବିଷ୍କାରକ ବନୀତା

ନବରଙ୍ଗପୁର, ୨୬।୧୦(ବି.ପ୍ର.): କ୍ଷୁଦ୍ର ଗ୍ରହର ଆବିଷ୍କାରକ ନବରଙ୍ଗପୁରର ଓଡିଆ ଝିଅ ବନୀତା ଦାସ ମଙ୍ଗଳବାର ନୂଆ ଦିଲ୍ଲୀରେ କେନ୍ଦ୍ର ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କୁ ସାକ୍ଷାତ କରିଛନ୍ତି। ମନ୍ତ୍ରୀ ପ୍ରଧାନ ବନୀତାଙ୍କୁ ସାଧୁବାଦ ଜଣାଇଛନ୍ତି। କ୍ଷୁଦ୍ର ଗ୍ରହ ଆବିଷ୍କାର କରି ବନୀତା ଓଡିଆ ମାଟିକୁ ଗର୍ବିତ କରିଛନ୍ତି ବୋଲି ଧର୍ମେନ୍ଦ୍ର କହିଛନ୍ତି। ଭବିଷ୍ୟତରେ ଜଣେ ମହାକାଶ ବିଜ୍ଞାନୀ ହୋଇ ମାନବ ସେବା କରିବାକୁ ଧର୍ମେନ୍ଦ୍ର ତାଙ୍କୁ ପରାମର୍ଶ ଦେଇଛନ୍ତି। ପ୍ରକାଶ ଯେ, ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟର ମୁଖ୍ୟ ବୈଜ୍ଞାନିକ ପରାମର୍ଶଦାତାଙ୍କ ନିମନ୍ତ୍ରଣକ୍ରମେ ବନୀତା ନୂଆଦିଲ୍ଲୀସ୍ଥିତ ଡିଆର୍‌ଡିଓ ତଥା ବିଭିନ୍ନ ଗବେଷଣା ସଂସ୍ଥାକୁ ଗସ୍ତ କରିଛନ୍ତି। ସୂଚନାଯୋଗ୍ୟ ଯେ, ନବରଙ୍ଗପୁର ଝିଅ ବନୀତା ମଧ୍ୟପ୍ରଦେଶର ଅନୁପୁରର ଜବାହର ନବୋଦୟ ବିଦ୍ୟାଳୟରେ ପଢୁଛନ୍ତି। ଚଳିତ ବର୍ଷ ଜାନୁଆରୀ ୨୦୨୧ରେ ଖାଗୋଲାଲା ଆଷ୍ଟ୍ରଏଡ୍‌ ସର୍ଚ୍ଚ ଅଭିଯାନ (କେଏଏସ୍‌ସି)ରେ ସେ ଯୋଗ ଦେଇଥିଲେ। ଯେଉଁଠାରେ ଜବାହର ନବୋଦୟ ବିଦ୍ୟାଳୟର ପିଲମାନଙ୍କୁ ଆଷ୍ଟ୍ରଏଡ୍‌ ଚିହ୍ନଟ ତାଲିମ ଦିଆଯାଇଥିଲା। ସେ ହାୱାଇରେ ଅବସ୍ଥିତ ଏକ ଟେଲିସ୍କୋପ ବ୍ୟବହାର କରି ଆଷ୍ଟ୍ରଏଡ୍‌ ଆବିଷ୍କାର କରିଥିଲେ। ନାସା, ହାର୍ଡିନ୍‌-ସିମନ୍ସ ୟୁନିଭରସିଟି ଏବଂ ଆନ୍ତର୍ଜାତୀୟ ଜ୍ୟୋର୍ତିବିଜ୍ଞାନ ସନ୍ଧାନ ସହଯୋଗରେ ଉକ୍ତ ଗ୍ରହକୁ ସ୍ବୀକୃତି ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ସଂଜ୍ଞା ବଦଳିପାରେ

ଧାର୍ଯ୍ୟ ସମୟସୀମାର ଦିନକ ପୂର୍ବରୁ ଅର୍ଥାତ୍‌ ୩୦ ମାର୍ଚ୍ଚରେ ଭାରତ ‘ମାଓବାଦୀ ମୁକ୍ତ’ ବୋଲି ସଂସଦରେ ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହା ଘୋଷଣା କରିଦେଇଛନ୍ତି। ଏହା ନିଶ୍ଚିତ ଭାବେ…

ବଢ଼ିଲା ଗ୍ୟାସ୍‌ ଦର: ଜାଣନ୍ତୁ କେତେ ହେଲା ସିଲିଣ୍ଡର

ନୂଆଦିଲ୍ଲୀ,୧।୪:କମର୍ସିଆଲ LPG ଦର ବଢ଼ାଇଛନ୍ତି କେନ୍ଦ୍ର ସରକାର। କମର୍ସିଆଲ LPG ସିଲିଣ୍ଡର ପିଛା ଦର ୧୯୫ ଟଙ୍କା ୫୦ ପଇସା ବୃଦ୍ଧି ହୋଇଛି। ନୂଆଦିଲ୍ଲୀରେ ୧୯ କେଜି…

ଆଜିଠୁ ନୂଆ ସୁଭଦ୍ରା ଆବେଦନ: ଜାଣନ୍ତୁ କେମିତି କରିବେ

ଭୁବନେଶ୍ୱର,୧ା୪(ସୁଚିସ୍ମିତା ସାହୁ):ସୁଭଦ୍ରା ଯୋଜନାରେ ନୂଆ ଆବେଦନକାରୀମାନେ ଏପ୍ରିଲ ୧ ବୁଧବାରଠାରୁ ପଞ୍ଜୀକରଣ କରିପାରିବେ। ସୁଭଦ୍ରା ପୋର୍ଟାଲ ମାଧ୍ୟମରେ ଏପ୍ରିଲ ୩୦ ପର୍ଯ୍ୟନ୍ତ ନୂତନ ଆବେଦନ କରାଯାଇପାରିବ। ଆବେଦନକାରୀଙ୍କ…

ଆଜିଠୁ ଜନଗଣନା: ଏପ୍ରିଲ ୧ରୁ ଅଗଷ୍ଟ ୩୧ ମଧ୍ୟରେ…

ନୂଆଦିଲ୍ଲୀ,୧ା୪:ଜନଗଣନା-୨୦୨୭ ବୁଧବାରଠାରୁ ଆରମ୍ଭ ହେଉଛି। ପ୍ରତି ୧୦ ବର୍ଷରେ ଜନଗଣନା କରାଯାଉଥିବାବେଳେ ଶେଷଥର ପାଇଁ ୨୦୧୧ରେ ହୋଇଥିଲା। କୋଭିଡ୍‌ ମହାମାରୀକୁ ନେଇ ୨୦୨୧ରେ ଜନଗଣନା ସ୍ଥଗିତ ରହିଥିଲା।…

ଆଣବିକ ଯୁଦ୍ଧ ସଙ୍କେତ: ସାରା ବିଶ୍ୱରେ ଖେଳିଗଲା ଆତଙ୍କ

ତେହରାନ୍‌/ଓ୍ବାଶିଂଟନ୍‌,୧ା୪(ରଏଟର୍ସ/ଏଜେନ୍ସି):ଇରାନ୍‌ ଆଣବିକ ଅସ୍ତ୍ର ତିଆରି କରୁଥିବା ନେଇ ଆମେରିକା ଓ ଇସ୍ରାଏଲ୍‌ ବାରମ୍ବାର ଅଭିଯୋଗ କରିଆସୁଛନ୍ତି। ତେହରାନ୍‌ ଏହାକୁ ଖଣ୍ଡନ କରୁଥିବାବେଳେ ଜାତିସଂଘର ଆଣବିକ ଜଗୁଆଳି ସଂସ୍ଥା…

ଡେବ୍ୟୁ ମ୍ୟାଚରେ କମାଲ କଲେ କୁପର କନୋଲି; ଗୁଜରାଟ ମୁହଁରୁ ବିଜୟ ଛଡ଼ାଇ ଆଣିଲା ପଞ୍ଜାବ

ନୂଆଦିଲ୍ଲୀ,୩୧।୩: ଆଇପିଏଲ୍‌ ୨୦୨୫ର ଉପବିଜେତା ପଞ୍ଜାବ କିଙ୍ଗସ ନୂଆ ସିଜନ୍‌ରେ ନିଜର ବିଜୟ ଯାତ୍ରା ଆରମ୍ଭ କରିଛି। ଶ୍ରେୟସ ଆୟରଙ୍କ ନେତୃତ୍ୱାଧୀନ ପଞ୍ଜାବ ଟିମ ଏକ କଡ଼ା…

ପେଟ୍ରୋଲ, ଡିଜେଲ, ଗ୍ୟାସ ଅଭାବକୁ ନେଇ ବଡ଼ କଥା କହିଦେଲେ ମୁଖ୍ୟମନ୍ତ୍ରୀ, ରାଜ୍ୟବାସୀ…

ଭୁବନେଶ୍ୱର, ୩୧।୩: ମଧ୍ୟପ୍ରାଚ୍ୟରେ ଲାଗିରହିଥିବା ଯୁଦ୍ଧ ପରିସ୍ଥିତି ଏବଂ ଏହାର ସମ୍ଭାବ୍ୟ ପ୍ରଭାବକୁ ନେଇ ଓଡ଼ିଶା ସରକାର ସମ୍ପୂର୍ଣ୍ଣ ସଜାଗ ଅଛନ୍ତି। ବିଧାନସଭାରେ ବ୍ୟୟ ମଞ୍ଜୁରୀ ବିଲ…

ଟ୍ରମ୍ପଙ୍କ ଚେତାବନୀ…’ତେଲ ଦରକାର ତ ଆମଠୁ କିଣ, ନଚେତ୍ ହର୍ମୁଜ୍‌କୁ ନିଜେ ଦଖଲ କର’

ୱାଶିଂଟନ,୩୧।୩: ଇରାନ ଯୁଦ୍ଧ ମଧ୍ୟରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ନିଜର ସହଯୋଗୀ ଦେଶମାନଙ୍କ ଉପରେ ବର୍ଷିଛନ୍ତି। ଯୁଦ୍ଧରେ ବ୍ୟାକଫୁଟକୁ ଯିବା ପରେ ରାଗିଯାଇ ଟ୍ରମ୍ପ ନିଜର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri