ଏ ସ୍ମଲ ଷ୍ଟେପ୍‌’ ଡକ୍ୟୁମେଣ୍ଟାରି ଜାତୀୟ ପୁରସ୍କାର ପାଇଁ ମନୋନୀତ

କୋରାପୁଟ,୬ା୧୧(ଅମିତାଭ ବେହେରା): ଜାତୀୟତୀୟ ସ୍ତରରେ ଏକ ପ୍ରତିଷ୍ଠିତ ଅନୁଷ୍ଠାନ ଦ୍ୱାରା ‘କମ୍ୟୁନିଟି ମିଡିଆ ଚାଲେଞ୍ଜ-୨୦୨୩’ ଶୀର୍ଷକରେ ଆୟୋଜିତ ଡକ୍ୟୁମେଣ୍ଟାରି ଚଳଚ୍ଚିତ୍ର ପ୍ରତିଯୋଗିତାରେ ଓଡିଆ ଝିଅ ଝରଣା କାଦ୍ରାକା ଅଂଶଗ୍ରହଣ କରି ଜାତୀୟ ସ୍ତରୀୟ ଦ୍ୱିତୀୟ ପୁରସ୍କାର ପାଇବାକୁ ମନୋନୀତ ହୋଇଛନ୍ତି। ଚଳିତ ମାସ ୨୪ରେ ନୂଆଦିଲ୍ଲୀରେ ଅନୁଷ୍ଠିତ ହେବାକୁ ଥିବା ଏକ ସ୍ବତନ୍ତ୍ର କାର୍ଯ୍ୟକ୍ରମରେ ଝରଣାଙ୍କୁ ପୁରସ୍କୃତ କରାଯିବ ବୋଲି ଆୟୋଜକଙ୍କ ପକ୍ଷରୁ କୁହାଯାଇଛି। କମନ ୱେଲଥ ଅଫ୍‌ ଏଡୁକେଶନାଲ ମିଡିଆ ସେଣ୍ଟର (ସିଇଏମସିଏ) ପକ୍ଷରୁ କମ୍ୟୁନିଟି ମିଡିଆ ଚାଲେଞ୍ଜ-୨୦୨୩ ଶୀର୍ଷକରେ ବିଭିନ୍ନ ସବଥିମରେ ଦେଶର ପ୍ରତିଯୋଗୀମାନଙ୍କଠାରୁ ଅଡିଓ ଓ ଭିଡିଓ ଫର୍ମାଟରେ ଏଣ୍ଟ୍ରି ଆହ୍ବାନ କରାଯାଇଥିଲା। ଏଥିରେ ସାରା ଦେଶରୁ ବିଭିନ୍ନ କାଟାଗୋରିରେ ମୋଟ ୪୫ଟି ଏଣ୍ଟ୍ରି ଆସିଥିଲା। ଝରଣା ମଧ୍ୟ ନିଜ ଡକ୍ୟୁମେଣ୍ଟାରି ‘ଏ ସ୍ମଲ ଷ୍ଟେପ’ ପଠାଇଥିଲେ। ଏବେ ତାହା ଦ୍ୱିତୀୟ ପୁରସ୍କାର ପାଇଁ ଯୋଗ୍ୟ ବିବେଚିତ ହୋଇଛି। କୋରାପୁଟ ଜିଲା ଦାମନଯୋଡି ଅଞ୍ଚଳର ମେଘନାଦ କାଦ୍ରାକାଙ୍କ ଝିଅ ଝରଣା କୋରାପୁଟ ଜିଲା ଦଶମନ୍ତପୁର ବ୍ଲକ ଅନ୍ତର୍ଗତ ଚକାରଝଲା ଗ୍ରାମର ଆଦିବାସୀ ଚାଷୀମାନଙ୍କୁ ନେଇ ଏହି ଭିଡିଓ ପ୍ରସ୍ତୁତ କରିଥିଲେ। ଯେଉଁଥିରେ ସେ ପଲିଥିନର ବହୁଳ ବ୍ୟବହାର କିପରି ଆମ ପରିବେଶକୁ ନଷ୍ଟ କରିବା ସହିତ ଚାଷ ଉପରେ କୁପ୍ରଭାବ ପକାଉଛି ତାହା ଦର୍ଶାଇଥିଲେ। ବିଚାରକଙ୍କ ଦ୍ୱାରା ଦ୍ୱିତୀୟ ପୁରସ୍କାର ପାଇଁ ମନୋନୀତ ହୋଇଥିବା ଖବର ପାଇ ଝରଣା ଖୁସିବ୍ୟକ୍ତ କରିଛନ୍ତି। ଏହି ସଫଳତା ଆଗାମୀ ଦିନରେ ତାଙ୍କୁ ଆହୁରି ଅଧିକ ଭଲ କାର୍ଯ୍ୟ କରିବାକୁ ପ୍ରେରଣା ଯୋଗାଇବ ବୋଲି କହିଛନ୍ତି। ସୂଚନାଯୋଗ୍ୟ, ଝରଣା କୋରାପୁଟ କେନ୍ଦ୍ରୀୟ ବିଶ୍ୱବିଦ୍ୟାଳୟରେ ସାମ୍ବାଦିକତା ବିଭାଗରେ ପାଠ ପଢା ପରେ ବର୍ତ୍ତମାନ ସେ ସିୱାଇଏସ୍‌ଡିର ଲାଇଭଉଡ୍‌ ପ୍ରକଳ୍ପରେ କାର୍ଯ୍ୟରତ ଅଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମିଳିଲାନି ଷ୍ଟ୍ରେଚର, ଦିବ୍ୟାଙ୍ଗ ଭାଇଙ୍କୁ ପିଠିରେ ବୋହି ୱାର୍ଡକୁ ନେଲେ ଭଉଣୀ, ଭିଡିଓ ଦେଖିଲେ ଥରିଉଠିବ….

ଭୋପାଳ,୪ା୧୦: ସରକାରୀ ହସ୍ପିଟାଲରେ ରୋଗୀଙ୍କୁ ମିଳୁଥିବା ସୁବିଧାକୁ ନେଇ ପୁଣି ପ୍ରଶ୍ନ ଉଠିଛି । ମଧ୍ୟପ୍ରଦେଶର ଗୁନା ଜିଲାରୁ ଏଭଳି ଏକ ଭିଡିଓ ସାମ୍ନାକୁ ଆସିଛି, ଯାହା…

ନୟାପଲ୍ଲୀ ବଳାତ୍କାର ମାମଲା: ମୁଖ୍ୟ ଅଭିଯୁକ୍ତଙ୍କ ୨ ସହଯୋଗୀଙ୍କୁ ଗିରଫ କଲା ପୋଲିସ

ଭୁବନେଶ୍ୱର,୪ା୧୦: ରାଜଧାନୀରେ ଚର୍ଚ୍ଚାର ବିଷୟ ପାଲଟିଥିବା ନୟାପଲ୍ଲୀ ବଳାତ୍କାର ମାମଲାରେ ପୋଲିସକୁ ମିଳିଛି ଆଉ ଏକ ବଡ଼ ସଫଳତା। ବଳାତ୍କାର ମାମଲାର ମୁଖ୍ୟ ଅଭିଯୁକ୍ତ ଶ୍ରୀଧର ପଣ୍ଡାର…

ଦିବ୍ୟାଙ୍ଗ ନାବାଳକଙ୍କୁ ମୁଖ୍ୟମନ୍ତ୍ରୀଙ୍କ ପାଣ୍ଠିରୁ ମିଳିଲା ସହାୟତା

ଗଞ୍ଜାମ,୪ା୧୦(ବିଦ୍ୟାଧର ସାହୁ): ମାନ୍ୟବର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ନିଜସ୍ବ ପାଣ୍ଠିରୁ ଗଞ୍ଜାମ ବ୍ଲକ ଅନ୍ତର୍ଗତ ପାଳିବନ୍ଧ ପଞ୍ଚାୟତର ଲକ୍ଷ୍ମୀପୁର ଗ୍ରାମର ଦିବ୍ୟାଙ୍ଗ ନାବାଳକ ଏନ ନୀଳାଞ୍ଚଳ…

ଆଦିତ୍ୟଙ୍କ ସହ ମୁମ୍ବାଇ ଛାଡ଼ିଲେ ୟାମି ଗୌତମ? କାହିଁକି ଏତେ ବଡ଼ ନିଷ୍ପତ୍ତି ନେଲେ ଏହି ଦମ୍ପତ୍ତି? ଜାଣନ୍ତୁ…

ମୁମ୍ବାଇ: ଆଦିତ୍ୟ ଧର ହେଉଛନ୍ତି ବଲିଉଡର ଜଣେ ପ୍ରତିଷ୍ଠିତ ନିର୍ଦ୍ଦେଶକ, ଯିଏ ‘ଉରି: ଦ ସର୍ଜିକାଲ ଷ୍ଟ୍ରାଇକ’ (Uri: The Surgical Strike) ଭଳି ଲୋକପ୍ରିୟ ଚଳଚ୍ଚିତ୍ର…

ଦୁର୍ଘଟଣାରେ ଆହତ ବ୍ୟକ୍ତିଙ୍କୁ ତୁରନ୍ତ ମେଡିକାଲରେ ପହଞ୍ଚାଇ ଚର୍ଚ୍ଚାରେ ୨ ହୋମ୍‌ଗାର୍ଡ, ସାହସିକତାକୁ ଚାରିଆଡୁ ପ୍ରଶଂସା

ମୋହନା,୪ା୧୦(ମନ୍ମଥ ମିଶ୍ର): ଗଜପତି ଜିଲା ଅଡ଼ବା ଥାନା ଅନ୍ତର୍ଗତ ଅନ୍ତରବା ଛକ ନିକଟରେ ପିକଅପ୍‌ ଓ ଦୁଇଟି ବାଇକ୍‌ ମଧ୍ୟରେ ଦୁର୍ଘଟଣା ଘଟି ୩ ଗୁରୁତର ଥିବାବେଳେ…

ପାକିସ୍ତାନ କ୍ରିକେଟକୁ ନେଇ ଆସିଲା ବଡ଼ ଖବର, ସୋଏବ ଅଖତର ଦେଲେ ଏମିତି ଉତ୍ତର ସମସ୍ତେ ଚକିତ

ଇସଲାମାବାଦ,୪।୧୦: ଶୋଏବ ଅଖତର କ’ଣ ପାକିସ୍ତାନ କ୍ରିକେଟ ଦଳର ମୁଖ୍ୟ ଚୟନକର୍ତ୍ତା (ଚିଫ ସିଲେକ୍ଟର) ହେବାକୁ ଯାଉଛନ୍ତି? ସାମ୍ପ୍ରତିକ ସମୟରେ ଇଣ୍ଟରନେଟରେ ଏହାକୁ ନେଇ ବ୍ୟାପକ ଚର୍ଚ୍ଚା…

ଅକ୍ଟୋବରରେ ଅଷ୍ଟ୍ରେଲିଆ ବିପକ୍ଷରେ ପ୍ରଥମ ଦିନିକିଆ ମ୍ୟାଚ ଖେଳିବ ଟିମ ଇଣ୍ଡିଆ; ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ସ୍ଥାନ ନେବେ ଏହି ଖେଳାଳି

ନୂଆଦିଲ୍ଲୀ,୪।୧୦: ଭାରତୀୟ କ୍ରିକେଟ ଦଳ ଅକ୍ଟୋବର ୬ରୁ ୱେଷ୍ଟଇଣ୍ଡିଜ ବିପକ୍ଷରେ ଏକ ଟି-୨୦ ସିରିଜ ଖେଳିବାକୁ ଯାଉଛି। ଏହି ସମୟରେ, ଅନ୍ୟ ଏକ ଭାରତୀୟ ଦଳ ଅଷ୍ଟ୍ରେଲିଆର…

ଟିଏମସି (TMC)କୁ ଲାଗିବ ଶକ୍ତ ଧକ୍କା, ଦଳ ଛାଡିଥିବା ନେତାଙ୍କୁ ଭାଜପା ଦେଲା ବଡ଼ ସୁଯୋଗ

ନୂଆଦିଲ୍ଲୀ,୪।୧୦: ଭାରତୀୟ ଜନତା ପାର୍ଟି(ଭାଜପା)ର କେନ୍ଦ୍ରୀୟ ନିର୍ବାଚନ କମିଟି ରବିବାର (ଅକ୍ଟୋବର ୪) ରାଜ୍ୟ ସଭା ନିର୍ବାଚନ ପାଇଁ ଦୁଇଜଣ ପ୍ରମୁଖ ପ୍ରାର୍ଥୀଙ୍କ ନାମ ଘୋଷଣା କରିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?