Posted inଫୁରସତ

ଆକାଶରେ ନିର୍ମିତ ଫୁଟ୍‌ବଲ ଗ୍ରାଉଣ୍ଡ

ୟୋଙ୍ଗ୍‌କାଙ୍ଗ୍‌(ଚାଇନା): ବିଶ୍ୱରେ ଏପରି ଅନେକ ଦେଶ ରହିଛନ୍ତି, ଯେଉଁମାନେ ନିଜ ଭିତ୍ତିଭୂମିରେ ଉନ୍ନତି ଆଣିବା ପାଇଁ ସବୁବେଳେ କିଛି ନା କିଛି ନୂତନ ଏବଂ ବିଶେଷ ପ୍ରୟାସ କରିଥାନ୍ତି। ନିକଟରେ ସାମାଜିକ ଗଣମାଧ୍ୟମ ଏକ୍ସ’ରେ ଏପରି ଏକ ଭିଡିଓ ଭାଇରାଲ ହେବାରେ ଲାଗିଛି, ଯାହା ଦେଖି ଆଖିକୁ ବିଶ୍ୱାସ ମଧ୍ୟ ହେଉ ନାହିଁ। ଏହି ଭିଡିଓରେ ଏକ ବିସ୍ମୟକର ଫୁଟ୍‌ବଲ ଗ୍ରାଉଣ୍ଡ୍‌ ନିର୍ମାଣ ହୋଇଥିବା ଦେଖି ଅନେକ ୟୁଜର୍ସ ଆଶ୍ଚର୍ଯ୍ୟ ଚକିତ ହୋଇଯାଇଛନ୍ତି। ଭାଇରାଲ ହେବାରେ ଲାଗିଥିବା ଏହି ଅବିଶ୍ୱସନୀୟ ଭିଡିଓ ଚାଇନାର ଝେଜିଆଙ୍ଗ୍‌ ପ୍ରଦେଶର ୟୋଙ୍ଗ୍‌କାଙ୍ଗ୍‌ ସହରର ହୋଇଥିବା ସୂଚନା ମିଳିଛି। ଭିଡିଓରେ ଏକ ଫୁଟ୍‌ବଲ ଗ୍ରାଉଣ୍ଡ ଦେଖିବାକୁ ମିଳୁଛି, ଯାହା ଭୂମିରେ ନୁହେଁ, ବରଂ ବହୁ ଉଚ୍ଚରେ ଆକାଶରେ ନିର୍ମିତ ହୋଇଛି। ଭିଡିଓରୁ ଭଲ ଭାବେ ଜଣାପଡୁଛି ଯେ, ଏହି ଫୁଟ୍‌ବଲ ଗ୍ରାଉଣ୍ଡ ଭୂମିଠାରୁ ଯଥେଷ୍ଟ ଉଚ୍ଚରେ ଦୁଇଟି ପର୍ବତ ମଧ୍ୟରେ ଥିବା ଅବଶିଷ୍ଟ ସ୍ଥାନରେ ଏକ ନେଟ୍‌ ସାହାଯ୍ୟରେ ନିର୍ମିତ ହୋଇଛି। ଏହି ଆଶ୍ଚର୍ଯ୍ୟକର ଫୁଟ୍‌ବଲ ଗ୍ରାଉଣ୍ଡ୍‌ରେ କିଛି ଲୋକ ଆନନ୍ଦରେ ଖେଳୁଥିବା ମଧ୍ୟ ଦେଖିବାକୁ ମିଳିଛି। ସାମାଜିକ ଗଣମାଧ୍ୟମ ଏକ୍ସ’ରେ ଏହି ଭିଡିଓ ବେଶ ଭାଇରାଲ ହେବାରେ ଲାଗିଛି। ୟୁଜର୍ସମାନେ ଭିଡିଓକୁ ଦେଖି ବିଭିନ୍ନ ପ୍ରକାରର ପ୍ରତିକ୍ରିୟା ଦେଉଛନ୍ତି । କିଛି ୟୁଜର୍ସ ଏଭଳି ଗ୍ରାଉଣ୍ଡରେ ଖେଳିବାକୁ ଭୟାବହ ଦର୍ଶାଇଛନ୍ତି। ଭୂମି ଠାରୁ ଅତ୍ୟଧିକ ଉଚ୍ଚାରେ ଥିବା ଏହି ଗ୍ରାଉଣ୍ଡରେ ଖେଳିବାକୁ ସାହସ ନ ଥିବା କହି ମଜାଳିଆ ଢଙ୍ଗରେ ଅନେକ ନିଜ ମତ ରଖିଛନ୍ତି। ସେହିପରି ନେଟ୍‌ ଦ୍ୱାରା ନିର୍ମିତ ଏହି ଗ୍ରାଉଣ୍ଡ ଖସି ପଡ଼ିବା ନେଇ କିଛି ୟୁଜର୍ସ ଆଶଙ୍କା ପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସୋନିଆଙ୍କ ସ୍ବାସ୍ଥ୍ୟକୁ ନେଇ ଆସିଲା ବଡ଼ ଅପଡେଟ, ଆଣ୍ଟିବାୟୋଟିକରେ ଚାଲିଛି ଚିକିତ୍ସା

ନୂଆଦିଲ୍ଲୀ,୨୬।୩: କଂଗ୍ରେସ ସଂସଦୀୟ ଦଳ ଅଧ୍ୟକ୍ଷା ସୋନିଆ ଗାନ୍ଧୀଙ୍କ ସ୍ବାସ୍ଥ୍ୟାବସ୍ଥା ସମ୍ପର୍କରେ ଗୁରୁତ୍ୱପୂର୍ଣ୍ଣ ସୂଚନା ମିଳିଛି। ଦିଲ୍ଲୀର ସାର୍‌ ଗଙ୍ଗାରାମ ହସ୍ପିଟାଲରେ ଭର୍ତ୍ତି ହୋଇଥିବା ସୋନିଆ ଗାନ୍ଧୀ…

ପ୍ରଧାନମନ୍ତ୍ରୀ ମୋଦି, ନିର୍ବାଚନ କମିଶନଙ୍କ AI ଭିଡିଓ ଭାଇରାଲ, X ବିରୋଧରେ ମାମଲା ରୁଜୁ

ନୂଆଦିଲ୍ଲୀ,୨୬।୩: କେରଳ ପୋଲିସର ସାଇବର ଶାଖା ସୋସିଆଲ ମିଡିଆ ପ୍ଲାଟଫର୍ମ X ଏବଂ ଏହାର ଏକ ହ୍ୟାଣ୍ଡେଲ ବିରୋଧରେ ଏକ ମାମଲା ରୁଜୁ କରିଛି। ଅଭିଯୋଗ ହୋଇଛି…

ଯୁବକଙ୍କ ଗୀତରେ ହଠାତ୍‌ ମୁଣ୍ଡ ହଲାଇ ନାଚି ଉଠିଲା ଦନ୍ତା ହାତୀ, Video ଦେଖିଲେ…..

କେନ୍ଦୁଝର,୨୬ା୩ (ନରେଶ ଚନ୍ଦ୍ର ପଟ୍ଟନାୟକ): ଦନ୍ତା ହାତୀର ଜଳ କ୍ରୀଡ଼ା ଏବଂ ଉଗ୍ରରୂପ ସମସ୍ତେ ଦେଖିଛନ୍ତି । ତେବେ ହାତୀର ମଜାଳିଆ ଢଙ୍ଗ ବହୁତ୍ କମ ଦେଖିବାକୁ…

ଫେକ୍‌ ଆକାଉଣ୍ଟ ଥିଲେ ସାବଧାନ! ଏହି କାମ ନ କଲେ ଆଉ ଚାଲିବନି ଫେସବୁକ-ଇନଷ୍ଟାଗ୍ରାମ!

ନୂଆଦିଲ୍ଲୀ,୨୬।୩: ସୋସିଆଲ ମିଡିଆ ଆମ ଜୀବନର ଏକ ଅବିଚ୍ଛେଦ୍ୟ ଅଂଶ ପାଲଟିଛି, କିନ୍ତୁ ଏହା ସହିତ ଜଡିତ ସମସ୍ୟାଗୁଡ଼ିକ ମଧ୍ୟ ଦ୍ରୁତ ଗତିରେ ବୃଦ୍ଧି ପାଉଛି। ନକଲି…

ସାମରିକ ଆକ୍ରମଣରେ ହର୍ମୁଜ ଷ୍ଟ୍ରେଟ୍‌ ବନ୍ଦ କରିଥିବା ମୁଖ୍ୟ କାର୍ପଟଦାର ନିହତ!

ଜେରୁଜେଲମ,୨୬।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷ ମଧ୍ୟରେ, ଇସ୍ରାଏଲ ଏକ ବଡ଼ ଦାବି କରିଛି। ଜଣେ ଇସ୍ରାଏଲୀ ସାମରିକ ଅଧିକାରୀଙ୍କ ଅନୁଯାୟୀ, ଇରାନର IRGC ନୌସେନାର ମୁଖ୍ୟ ଆଲିରେଜା…

ପଞ୍ଚାୟତ ନିର୍ବାଚିତ ପ୍ରତିନିଧିଙ୍କୁ ଅଣଦେଖାର ପ୍ରତିବାଦ, ମୁଖ୍ୟ ଫାଟକ ସାମ୍ନାରେ ଧାରଣା ଦେଇ…

ପଟ୍ଟାଙ୍ଗି,୨୬ା୩(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ କାର୍ଯ୍ୟାଳୟ ସମ୍ମୁଖରେ ପଞ୍ଚାୟତ ନିର୍ବାଚିତ ଜନପ୍ରତିନିଧିଙ୍କୁ ଅଣଦେଖା ପ୍ରତିବାଦ କରି ବ୍ଲକ ମୁଖ୍ୟ ଫାଟକ ସମ୍ମୁଖରେ ଜିଲାପରିଷଦ…

ଫରେଷ୍ଟଗାର୍ଡଙ୍କୁ ନିର୍ଦ୍ଧୁମ ପିଟିଲେ କୁଲଡିହା ACF, କାରଣ ଜାଣିଲେ……

ନୀଳଗିରି,୨୬ା୩,(ପ୍ରଶାନ୍ତ କୁମାର ବିଶ୍ବାଳ): ବାଲେଶ୍ବର ଜିଲା ନୀଳଗିରି ଉପଖଣ୍ଡ ଅଧିନ କୁଲଡିହା ଏ.ସି.ଏଫଙ୍କ ମାଡ଼ରେ ଫରେଷ୍ଟଗାର୍ଡ ଗୁରୁତର ହୋଇଛନ୍ତି । ଗୁରୁତର ବନ କର୍ମଚାରୀଙ୍କୁ ଉଦ୍ଧାର କରାଯାଇ…

ଯୁଦ୍ଧ ରୋକିବା ପାଇଁ ଭାରତ ଉପରେ କାହିଁକି ନିର୍ଭର କରୁଛି ଇରାନ? ଜାଣନ୍ତୁ ୫ କାରଣ

ନୂଆଦିଲ୍ଲୀ,୨୬।୩: ଗତକାଲି ନୂଆଦିଲ୍ଲୀରେ ଦେଇଥିବା ବିବୃତ୍ତିରେ, ଇରାନ ରାଷ୍ଟ୍ରଦୂତ ମହମ୍ମଦ ଫଥାଲି ଇରାନ-ଇସ୍ରାଏଲ ବିବାଦରେ ଭାରତକୁ ଏକ ନିର୍ଭରଯୋଗ୍ୟ ମଧ୍ୟସ୍ଥି ଭାବରେ ବର୍ଣ୍ଣନା କରିଥିଲେ, ଯାହା ମଧ୍ୟପ୍ରାଚ୍ୟରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri