୩୦ ବର୍ଷ ହେଲା ପଚାରୁନାହାନ୍ତି ପୁଅ, ଜିଲା ପ୍ରଶାସନର ଦ୍ୱାରସ୍ଥ ହେଲେ ବୃଦ୍ଧ ଦମ୍ପତି

ଛତ୍ରପୁର,୯ା୧୧(ଦିଲ୍ଲୀପ ସାମଲ): ଜନ୍ମଠାରୁ ମୃତ୍ୟୁ ପର୍ଯ୍ୟନ୍ତ ସରକାର ବିଭିନ୍ନ ଯୋଜନା କରିଛନ୍ତି। ବୃଦ୍ଧା କାଳକୁ ଚଳିବା ପାଇଁ ବାର୍ଦ୍ଧକ୍ୟ ଭତ୍ତା ବି ପ୍ରଦାନ କରୁଛନ୍ତି। ହେଲେ ସେ ସମସ୍ତ ଯୋଜନା ସଠିକ୍‌ ଭାବେ ହିତାଧିକାରୀମାନଙ୍କ ନିକଟରେ ପହଞ୍ଚି ପାରୁନି। ପରିଣତ ବୟସରେ ନିଜେ ଚାଲିବାକୁ ବି ସକ୍ଷମ ହୋଇପାରୁ ନ ଥିବା ଗଞ୍ଜାମ ଜିଲା ପାଣ୍ଡିଆ ଗ୍ରାମର ଜଣେ ବୃଦ୍ଧା ଦମ୍ପତି ଗୁରୁବାର ଛତ୍ରପୁରସ୍ଥିତ ଗଞ୍ଜାମ ଜିଲାପାଳଙ୍କ କାର୍ଯ୍ୟାଳୟକୁ ଆସି ଗୁହାରି କରିଛନ୍ତି। ଆଜକୁ ୩୦ ବର୍ଷ ହେଲା ତାଙ୍କ ପୁଅ ତାଙ୍କୁ ପଚାରୁନି। ସ୍ବାମୀଙ୍କ ଭତ୍ତା ଟଙ୍କା ଓ ରାଶନକାର୍ଡରୁ ଯେଉଁ ୫କେଜି ମିଳୁଥିବା ଚାଉଳରେ ହିଁ ସେମାନେ ସେମାନଙ୍କ ପରିବାର ପ୍ରତିପୋଷଣ କରୁଛନ୍ତି। ପାଣ୍ଡିଆ ଗ୍ରାମର ଆଡ୍ଡା ଆମାଇଙ୍କୁ ବୟସ ୭୦ ଟପିଥିଲେ ମଧ୍ୟ ତାଙ୍କୁ ଏ ପର୍ଯ୍ୟନ୍ତ ବାର୍ଦ୍ଧକ୍ୟ ଭତ୍ତା ମିଳିନାହିଁ। ଏନେଇ ସେମାନେ ବାରମ୍ବାର ବ୍ଲକ ପ୍ରଶାସନ ନିକଟରେ ଜଣାଇଥିଲେ ମଧ୍ୟ କୌଣସି ସୁଫଳ ମିଳିନାହିଁ। ଯାହାଫଳରେ ସେମାନେ ବାଧ୍ୟ ବାର୍ଦ୍ଧକ୍ୟ ଭତ୍ତା ପ୍ରଦାନ କରିବା ପାଇଁ ଜିଲାପାଳଙ୍କ କାର୍ଯ୍ୟାଳୟରେ ପହଞ୍ଚିଥିଲେ। ସେଠାରେ ହଠାତ୍‌ ଛତ୍ରପୁର ଉପଜିଲାପାଳ ଦେବଦତ୍ତ ମହାନ୍ତଙ୍କୁ ଭେଟି କାନ୍ଦି କାନ୍ଦି ନିବେଦନ କରିଛନ୍ତି। ସେ ତାଙ୍କ ସ୍ବାମୀ ଆଡ୍ଡା ଚିନ୍ନାଙ୍କ ବାର୍ଦ୍ଧକ୍ୟ ଭତ୍ତା ଟଙ୍କା ଓ ରାଶନକାର୍ଡରୁ ମିଳୁଥିବା ଚାଉଳରେ ଚଳିବା ସମ୍ଭବପର ହେଉ ନ ଥିବାରୁ ବୃଦ୍ଧ ଦମ୍ପତି ନାହିଁ ନ ଥିବା ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ଛତ୍ରପୁର ଉପଜିଲାପାଳ ଶ୍ରୀ ମହାନ୍ତ ଏ ଦିଗରେ ତୁରନ୍ତ ପଦକ୍ଷେପ ଗ୍ରହଣ କରି ଆଡ୍ଡା ଆମାଇଙ୍କୁ ବାର୍ଦ୍ଧକ୍ୟ ଭତ୍ତା ପ୍ରଦାନ କରିବା ପାଇଁ ପୁରୁଷୋତ୍ତମପୁର ବିଡିଓଙ୍କୁ ନିର୍ଦ୍ଦେଶ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଟ୍ରକ୍‌ରେ ପିଟି ହୋଇ ଦୁଇ ବାଇକ୍‌ ଆରୋହୀ ଗୁରୁତର, ଜଣେ ବୁର୍ଲା ସ୍ଥାନାନ୍ତର

ବଲାଙ୍ଗୀର,୧୦।୧୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର-ଭବାନୀପାଟଣା ୨୬ ନମ୍ବର ଜାତୀୟ ରାଜପଥର ମଠଖାଇ ମନ୍ଦିର ଓ ସିନଖମନ ରାସ୍ତା ମଝିରେ ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ରାସ୍ତାରେ...

ଏସବୁ ରାଜ୍ୟରେ ବଢିବ SIR ସମୟସୀମା: ରିପୋର୍ଟ

ନୂଆଦିଲ୍ଲୀ,,୧୦।୧୨: ସ୍ୱତନ୍ତ୍ର ପରିଚୟପତ୍ର ସଂଶୋଧନ (SIR) ପାଇଁ ଉତ୍ତରପ୍ରଦେଶ, ପଶ୍ଚିମବଙ୍ଗ ସମେତ ଅନେକ ରାଜ୍ୟରେ ସମୟସୀମା ବଢ଼ାଇବାକୁ ନିର୍ବାଚନ କମିଶନ (EC) ଯୋଜନା କରୁଥିବା ଶୀର୍ଷ...

ପଲାଣଘାଟି ପଞ୍ଚାୟତକୁ ଜିଲାସ୍ତରୀୟ ପୁରସ୍କାର

ପାଟଣା,୧୦ା୧୨(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ଅନ୍ତର୍ଗତ ପଲାଣଘାଟି ପଞ୍ଚାୟତକୁ ଜିଲା ଜଳ ଓ ପରିମଳ ମିଶନ ପକ୍ଷରୁ ବିଶ୍ୱ ଶୌଚାଳୟ ଦିବସରେ ଜିଲାସ୍ତରରେ...

ଚାଷୀଙ୍କ ସହ ଆଲୋଚନା କଲେ ବିଧାୟକ, ଅମଳ ଧାନକୁ ନେଇ…

ପାରଳାଖେମୁଣ୍ଡି,୧୦ା୧୨(ଗିରିଧାରୀ ପରିଛା): ଗଜପତି ଜିଲା ପାରଳାଖେମୁଣ୍ଡି ବିଧାୟକ ଇଂ. ରୂପେଶ କୁମାର ପାଣିଗ୍ରାହୀ କାଶୀନଗର ବ୍ଲକ ଖାରଡ଼ା ଗ୍ରାମାଞ୍ଚଳ ଗସ୍ତ କରି ଚାଷୀଙ୍କ ସହ ବିଭିନ୍ନ...

ରାସ୍ତାରେ ଓଲଟି ପଡ଼ିଲା ଗ୍ୟାସ୍‌ ବୋଝେଇ ଟ୍ୟାଙ୍କର, ଦୁର୍ଘଟଣା ଏତେ ଭୟଙ୍କର ଯେ ଲୋକେ…

ଲାଞ୍ଜିଗଡ଼,୧୦ା୧୨(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଭବାନୀପାଟଣାରୁ ରାୟଗଡ଼ାକୁ ସଂଯୋଗ କରୁଥିବା ୬ ନମ୍ବର ରାଜ୍ୟ ରାଜପଥ ବଞ୍ଜାରି ଘାଟି ନିକଟରେ ବୁଧବାର ସନ୍ଧ୍ୟାରେ ଗୋଟିଏ...

ନବନିଯୁକ୍ତ ରାଇରଙ୍ଗପୁର ଭାଜପା ପ୍ରଭାରୀଙ୍କୁ ଛୁଟୁଛି ଶୁଭେଚ୍ଛାର ସୁଅ

ପାଟଣା,୧୦ା୧୨(ବୀରକିଶୋର ଦାଶ): ଭାଜପା ରାଜ୍ୟ ସଭାପତି ମନମୋହନ ସାମଲ ଏବଂ ରାଜ୍ୟ ସଂଗଠନ ମନ୍ତ୍ରୀ ମାନସ ମହାନ୍ତି କେନ୍ଦୁଝର ଜିଲା ଭାଜପା ପୂର୍ବତନ ସଭାପତି ଅଂଶୁମାନ...

ଜାପାନରରେ ପୁଣି ୬.୫ ତୀବ୍ରତାର ଭୂକମ୍ପ; ଦୁଇ ଦିନରେ ଦ୍ୱିତୀୟ ଶକ୍ତିଶାଳୀ ଝଟକା

ମୁମ୍ବାଇ,୧୦।୧୨: ଗତ ସୋମବାର ୭.୫ ତୀବ୍ରତାର ଶକ୍ତିଶାଳୀ ଭୂକମ୍ପ ଯୋଗୁଁ ସୁନାମୀ ଚେତାବନୀ ଜାରି ହେବାର ୪୮ ଘଣ୍ଟା ମଧ୍ୟରେ ବୁଧବାର ପୁଣିଥରେ ଜାପାନର ଉତ୍ତରାଞ୍ଚଳ...

ଦିଗପହଣ୍ଡିରେ ଏଡିଜେ କୋର୍ଟ ପ୍ରତିଷ୍ଠା ଦାବି

ଦିଗପହଣ୍ଡି,୧୦ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲାର ଦିଗପହଣ୍ଡି ଠାରେ ଏଡିଜେ କୋର୍ଟ ସହ ଜିଲା ସବଡିଭିଜନ କାର୍ଯ୍ୟାଳୟ ପ୍ରତିଷ୍ଠା ନିମନ୍ତେ ସ୍ଥାନୀୟ ଖେମୁଣ୍ଡି ଓକିଲ ସଂଘ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri