ବାଳକ ପେଟରେ ପଶିଗଲା ବର୍ଚ୍ଛା

ବଲାଙ୍ଗୀର ଅଫିସ, ୩୦ା୧:ବଲାଙ୍ଗୀର ବେଲପଡ଼ା ଥାନା ଅଏଁଲାଭଟା ଗାଁରେ ରବିବାର ସକାଳେ ଏକ ଅଘଟଣ ଘଟିଥିଲା। ଗଁାର ରାଜୁ ଥନାପତି ନାମକ ଜଣେ ୧୬ ବର୍ଷ ବାଳକଙ୍କ ପେଟରେ ଏକ ବର୍ଚ୍ଛା ପଶିଯିବାରୁ ସେ ଗୁରୁତର ଆହତ ହୋଇଥିଲେ। ମାଛମରା ପାଇଁ ବ୍ୟବହୃତ ବର୍ଚ୍ଛା ଧରି ରାଜୁ ତାଙ୍କ କ୍ଷେତରେ ଖେଳୁଥିବାବେଳେ ହଠାତ୍‌ ସେ ଭାରସାମ୍ୟ ହରାଇ ଖସିପଡ଼ିବାରୁ ବର୍ଚ୍ଛା ତାଙ୍କ ପେଟ ଭିତରକୁ ପଶିଯାଇଥିଲା। ସରମୁହାଣ ହାଇସ୍କୁଲରେ ଅଷ୍ଟମ ଶ୍ରେଣୀରେ ପଢୁଥିବା ରାଜୁଙ୍କୁ ଗୁରୁତର ଅବସ୍ଥାରେ ପ୍ରଥମେ ବେଲପଡ଼ା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ନିଆଯାଇଥିଲା। ଅସ୍ତ୍ରୋପଚାର ଆବଶ୍ୟକ ପଡ଼ିବାରୁ ତାଙ୍କୁ ବଲାଙ୍ଗୀର ଭୀମ ଭୋଇ ମେଡିକାଲ କଲେଜ ହସ୍ପିଟାଲ ନେବାକୁ ଡାକ୍ତର ପରାମର୍ଶ ଦେଇଥିଲେ। ତାଙ୍କୁ ଆମ୍ବୁଲାନ୍ସ ଯୋଗେ ବଲାଙ୍ଗୀର ଅଣାଯାଇଥିଲା। ଶଲ୍ୟ ବିଭାଗ ମୁଖ୍ୟ ପ୍ରଫେସର ଡା. ଶ୍ରୀକାନ୍ତ ପଣ୍ଡାଙ୍କ ନେତୃତ୍ୱରେ ୮ ଜଣିଆ ଡାକ୍ତରୀ ଟିମ୍‌ ରାଜୁଙ୍କ ସ୍ବାସ୍ଥ୍ୟାବସ୍ଥା ପରୀକ୍ଷା କରିବା ପରେ ଅସ୍ତ୍ରୋପଚାର କରିଥିଲେ। ଦୀର୍ଘ ଦେଢ଼ଘଣ୍ଟାର ଅସ୍ତ୍ରୋପଚାର ପରେ ରାଜୁଙ୍କ ପେଟରୁ ବର୍ଚ୍ଛା ବାହାର କରାଯାଇଥିଲା। ତାଙ୍କ ସ୍ବାସ୍ଥ୍ୟାବସ୍ଥା ସ୍ଥିର ରହିଛି ବୋଲି ଡାକ୍ତରମାନେ କହିଛନ୍ତି। ୨/୩ ଦିନର ଚିକିତ୍ସା ପରେ ତାଙ୍କୁ ହସ୍ପିଟାଲରୁ ରିଲିଭ୍‌ କରାଯିବ। ସେହିପରି ଗତ ଡିସେମ୍ବର ୧୭ରେ ବଲାଙ୍ଗୀର ଜିଲା ଆଗଲପୁର ହାଇସ୍କୁଲ ବାର୍ଷିକ କ୍ରୀଡ଼ା ଚାଲିଥିବା ବେଳେ ନବମ ଶ୍ରେଣୀ ଛାତ୍ର ସଦାନନ୍ଦ ମେହେରଙ୍କ ବେକରେ ଜାଭେଲିନ ଗଳିଯାଇଥିଲା। ଭୀମ ଭୋଇ ମେଡିକାଲ କଲେଜ ହସ୍ପିଟାଲରେ ସଦାନନ୍ଦଙ୍କ ଅସ୍ତ୍ରୋପଚାର ପରେ ତାଙ୍କ ବେକରୁ ଜାଭେଲିନ୍‌ କାଢ଼ିବାରେ ଡାକ୍ତରୀ ଟିମ୍‌ ସଫଳ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ମା’ ହିରାନୀଳା ମହାବିଦ୍ୟାଳୟ: ଯାଞ୍ଚ ପରେ ସମସ୍ତ ପ୍ରାର୍ଥତ୍ପତ୍ର ନାକଚ, କାହିଁକି ଜାଣନ୍ତୁ…

ଲାଞ୍ଜିଗଡ଼,୧୦ା୧୦(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକ ବିଶ୍ୱନାଥପୁର ମା’ ହିରାନୀଳା ଡିଗ୍ରୀ ମହାବିଦ୍ୟାଳୟରେ ଛାତ୍ରସଂସଦ ନିର୍ବାଚନ ପାଇଁ ପ୍ରାର୍ଥତ୍ପତ୍ର ଯାଞ୍ଚ ପ୍ରକ୍ରିୟା ପରେ ଏକ…

ସାବିତ୍ରୀ ମହିଳା ମହାବିଦ୍ୟାଳୟର ୩୫ ପ୍ରାର୍ଥିନୀ ନିର୍ଦ୍ୱନ୍ଦ୍ୱରେ ନିର୍ବାଚିତ

ଭଞ୍ଜନଗର, ୧୦।୧୦ (ବାବୁଲା ପ୍ରଧାନ): ଛାତ୍ର ସଂସଦ ନିର୍ବାଚନରେ ଶନିବାର ପ୍ରାର୍ଥିପତ୍ର ପ୍ରତ୍ୟାହାର ପରେ ଅପରାହ୍ଣ ୩ଟାରେ ଚୂଡ଼ାନ୍ତ ପ୍ରାର୍ଥୀ ତାଲିକା ପ୍ରକାଶ ପାଇଛି। ଗଞ୍ଜାମ ଜିଲ୍ଲା…

ସୁନ୍ଦରଗଡ଼ ୱାଟରସେଡ୍ ପିଡି ପ୍ରସନ୍ନ ପାତ୍ର ଗିରଫ: ଆୟଠାରୁ ୨୦୪% ଅଧିକ ସମ୍ପତ୍ତି

ସୁନ୍ଦରଗଡ଼, ୧୦।୧୦ (ଜୟ ନାରାୟଣ ମେଣ୍ଡୁଳି): ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ମାମଲାରେ ସୁନ୍ଦରଗଡ଼ ମୃତ୍ତିକା ସଂରକ୍ଷଣ ଉପନିର୍ଦ୍ଦେଶକ ତଥା ଜଳବିଭାଜିକା ପ୍ରକଳ୍ପ ନିର୍ଦ୍ଦେଶକ (ୱାଟରସେଡ୍ ପିଡି)…

‘ଯୋଗ୍ୟ ହିତାଧିକାରୀଙ୍କ ନିକଟରେ ପହଞ୍ଚିବ ସରକାରୀ ସେବା’

ଭଞ୍ଜନଗର,୧୦ା୧୦(ବାବୁଲା ପ୍ରଧାନ): ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଶାସନର ୨୫ ବର୍ଷ ପୂର୍ତ୍ତି ଅବସରରେ ଗତ ସେପ୍ଟେମ୍ବର ୧୭ରୁ ଏକ ମାସ ବ୍ୟାପୀ ସେବା ସଂକଳ୍ପ ଅଭିଯାନ ଆରମ୍ଭ…

ଖେମୁଣ୍ଡି କଲେଜ ଛାତ୍ର ସଂସଦ ନିର୍ବାଚନ: ବିଭିନ୍ନ ପଦବୀ ପାଇଁ ମଇଦାନ ରେ ୧୪ ପ୍ରାର୍ଥୀ , ଦ୍ବିି – ମୁଖି ପ୍ରତିଦ୍ବନ୍ଦିତା

ଦିଗପହଣ୍ଡି,୧୦|୧୦(ଅଶେଷ ନାଥ ମିଶ୍ର)ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ଖେମୁଣ୍ଡି କଲେଜ ରେ ଦୀର୍ଘ ୮ ବର୍ଷ ପରେ ଛାତ୍ର ସଂସଦ ନିର୍ବାଚନ ହେଉଥିବାରୁ ଛାତ୍ରୀ ଛାତ୍ର ଙ୍କ…

ନ୍ୟାଶନାଲ ବୁକ୍‌ ଅଫ୍‌ ରେକର୍ଡସରେ ସ୍ଥାନ ପାଇଲେ ଛତ୍ରପୁର ଝିଅ ଶୁଭସ୍ମିତା

ଛତ୍ରପୁର,୧୦ା୧୦(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗଞ୍ଜାମ ଜିଲା ଛତ୍ରପୁର ଦେବୀନଗର ସାହିର ଯୁବ ଚିତ୍ରଶିଳ୍ପୀ ତଥା ଲେଖିକା ଶୁଭସ୍ମିତା ପଣ୍ଡା ନିଜର ଅନନ୍ୟ କଳାପ୍ରତିଭା ପାଇଁ ନ୍ୟାଶନାଲ ବୁକ୍‌…

ତାରାତାରିଣୀ କଲେଜରେ ତ୍ରିମୁଖୀ ଲଢ଼େଇ: ନାମାଙ୍କନ ପ୍ରତ୍ୟାହାର କଲେ ସଭାପତି ପ୍ରାର୍ଥୀ ଅଙ୍କିତ ପ୍ରଧାନ, ମଇଦାନରେ ଅଛନ୍ତି…

ପୁରୁଷୋତ୍ତମପୁର,୧୦ା୧୦(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ତାରାତାରିଣୀ କଲେଜ ଛାତ୍ର ସଂସଦ ନିର୍ବାଚନକୁ ନେଇ କ୍ୟାମ୍ପସରେ ରାଜନୈତିକ ଉଷ୍ଣତା ବଢ଼ିଛି। ଶନିବାର ପ୍ରାର୍ଥିପତ୍ର ପ୍ରତ୍ୟାହାର ଦିବସରେ ସଭାପତି…

ଉଠୁଛି ପଡୁଛି ସାରାଦେଶ: ଜ୍ଞାନେଶ କୁମାରଙ୍କ ଇସ୍ତଫା ଦାବିରେ ବି ବରଗଡ଼ରେ ତୀବ୍ର ଆନ୍ଦୋଳନ

ବରଗଡ଼,୧୦ା୧୦(ପ୍ରେମାନନ୍ଦ ଖମାରୀ): ଭୋଟ୍‌ ଚୋରି ଅଭିଯୋଗ ନେଇ ସାରାଦେଶ ଉଠୁଛି ଓ ପଡୁଛି। ଏଭଳି ଅଭିଯୋଗ ନେଇ ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନଶ କୁମାରଙ୍କ ଇସ୍ତଫା ଦାବିରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?