ବାଳକ ପେଟରେ ପଶିଗଲା ବର୍ଚ୍ଛା

ବଲାଙ୍ଗୀର ଅଫିସ, ୩୦ା୧:ବଲାଙ୍ଗୀର ବେଲପଡ଼ା ଥାନା ଅଏଁଲାଭଟା ଗାଁରେ ରବିବାର ସକାଳେ ଏକ ଅଘଟଣ ଘଟିଥିଲା। ଗଁାର ରାଜୁ ଥନାପତି ନାମକ ଜଣେ ୧୬ ବର୍ଷ ବାଳକଙ୍କ ପେଟରେ ଏକ ବର୍ଚ୍ଛା ପଶିଯିବାରୁ ସେ ଗୁରୁତର ଆହତ ହୋଇଥିଲେ। ମାଛମରା ପାଇଁ ବ୍ୟବହୃତ ବର୍ଚ୍ଛା ଧରି ରାଜୁ ତାଙ୍କ କ୍ଷେତରେ ଖେଳୁଥିବାବେଳେ ହଠାତ୍‌ ସେ ଭାରସାମ୍ୟ ହରାଇ ଖସିପଡ଼ିବାରୁ ବର୍ଚ୍ଛା ତାଙ୍କ ପେଟ ଭିତରକୁ ପଶିଯାଇଥିଲା। ସରମୁହାଣ ହାଇସ୍କୁଲରେ ଅଷ୍ଟମ ଶ୍ରେଣୀରେ ପଢୁଥିବା ରାଜୁଙ୍କୁ ଗୁରୁତର ଅବସ୍ଥାରେ ପ୍ରଥମେ ବେଲପଡ଼ା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ନିଆଯାଇଥିଲା। ଅସ୍ତ୍ରୋପଚାର ଆବଶ୍ୟକ ପଡ଼ିବାରୁ ତାଙ୍କୁ ବଲାଙ୍ଗୀର ଭୀମ ଭୋଇ ମେଡିକାଲ କଲେଜ ହସ୍ପିଟାଲ ନେବାକୁ ଡାକ୍ତର ପରାମର୍ଶ ଦେଇଥିଲେ। ତାଙ୍କୁ ଆମ୍ବୁଲାନ୍ସ ଯୋଗେ ବଲାଙ୍ଗୀର ଅଣାଯାଇଥିଲା। ଶଲ୍ୟ ବିଭାଗ ମୁଖ୍ୟ ପ୍ରଫେସର ଡା. ଶ୍ରୀକାନ୍ତ ପଣ୍ଡାଙ୍କ ନେତୃତ୍ୱରେ ୮ ଜଣିଆ ଡାକ୍ତରୀ ଟିମ୍‌ ରାଜୁଙ୍କ ସ୍ବାସ୍ଥ୍ୟାବସ୍ଥା ପରୀକ୍ଷା କରିବା ପରେ ଅସ୍ତ୍ରୋପଚାର କରିଥିଲେ। ଦୀର୍ଘ ଦେଢ଼ଘଣ୍ଟାର ଅସ୍ତ୍ରୋପଚାର ପରେ ରାଜୁଙ୍କ ପେଟରୁ ବର୍ଚ୍ଛା ବାହାର କରାଯାଇଥିଲା। ତାଙ୍କ ସ୍ବାସ୍ଥ୍ୟାବସ୍ଥା ସ୍ଥିର ରହିଛି ବୋଲି ଡାକ୍ତରମାନେ କହିଛନ୍ତି। ୨/୩ ଦିନର ଚିକିତ୍ସା ପରେ ତାଙ୍କୁ ହସ୍ପିଟାଲରୁ ରିଲିଭ୍‌ କରାଯିବ। ସେହିପରି ଗତ ଡିସେମ୍ବର ୧୭ରେ ବଲାଙ୍ଗୀର ଜିଲା ଆଗଲପୁର ହାଇସ୍କୁଲ ବାର୍ଷିକ କ୍ରୀଡ଼ା ଚାଲିଥିବା ବେଳେ ନବମ ଶ୍ରେଣୀ ଛାତ୍ର ସଦାନନ୍ଦ ମେହେରଙ୍କ ବେକରେ ଜାଭେଲିନ ଗଳିଯାଇଥିଲା। ଭୀମ ଭୋଇ ମେଡିକାଲ କଲେଜ ହସ୍ପିଟାଲରେ ସଦାନନ୍ଦଙ୍କ ଅସ୍ତ୍ରୋପଚାର ପରେ ତାଙ୍କ ବେକରୁ ଜାଭେଲିନ୍‌ କାଢ଼ିବାରେ ଡାକ୍ତରୀ ଟିମ୍‌ ସଫଳ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଭିଜିଲାନ୍ସ ଜାଲରେ କିରାଣି

ବୌଦ୍ଧ,୧୯ା୪(ଅଜିତ ବାରିକ): ବୌଦ୍ଧ ଜିଲା ହରଭଙ୍ଗା ବ୍ଲକ ଶିକ୍ଷାଧିକାରୀଙ୍କ କାର୍ଯ୍ୟାଳୟର ବରିଷ୍ଠ କିରାଣି ରବୀନ୍ଦ୍ର ନାଥ ପାଢ଼ୀ ୨୦ ହଜାର ଟଙ୍କା ଲାଞ୍ଚ ନେଉଥିବାବେଳେ ବୌଦ୍ଧ...

ପୋଲିସ ଅଧିକାରୀଙ୍କୁ ଭର୍ତ୍ତୃହରିଙ୍କ ଦୁର୍ବ୍ୟବହାର ମାମଲା: କୋର୍ଟରେ ହାଜର ହେଲେ ଅମିତାଭ

କଟକ,୧୯।୪(କାର୍ତ୍ତିକ ସାହୁ): କଟକ ଏମ୍‌ପି ଭର୍ତ୍ତୃହରି ମହତାବ ପୋଲିସ ଅଧିକାରୀଙ୍କୁ ଦୁର୍ବ୍ୟବହାର କରିବା ମାମଲା ପୁଣି ଉଠିଛି। କଟକ ଜେଏମ୍‌ଏଫ୍‌ସି ଅଦାଲତରେ ଶୁକ୍ରବାର ସାକ୍ଷ୍ୟ ଗ୍ରହଣ...

ନାମାଙ୍କନପତ୍ର ଦାଖଲ କଲେ କୋରାପୁଟ କଂଗ୍ରେସ ଏମ୍‌ପି ପ୍ରାର୍ଥୀ

କୋରାପୁଟ,୧୯ା୪(ଅମିତାଭ ବେହେରା): ଶୁକ୍ରବାର ମଧ୍ୟାହ୍ନରେ କୋରାପୁଟ ଜିଲାପାଳ ଭି. କୀର୍ତ୍ତି ଭାସନଙ୍କ ନିକଟରେ କଂଗ୍ରେସର କୋରାପୁଟ ଏମ୍‌ପି ପ୍ରାର୍ଥୀ ସପ୍ତଗିରି ଶଙ୍କର ଉଲାକା ନାମାଙ୍କନପତ୍ର ଦାଖଲ...

ବାଇକ୍‌ଆରୋହୀଙ୍କଠାରୁ ଲକ୍ଷାଧିକ ଟଙ୍କା ଜବତ, ନିର୍ବାଚନ ସମୟରେ ଏତେ ଟଙ୍କା କେଉଁଠୁ ଆସିଲା ଚାଲିଛି ତନାଘନା

ଝାରବନ୍ଧ,୧୯ା୪(ଦେବେନ୍ଦ୍ର ସାହୁ): ବରଗଡ଼ ଜିଲା ଝାରବନ୍ଧ ଥାନା ପୋଲିସ ଗୁରୁବାର ରାତିରେ ଡଭାଛକଠାରେ ଚେକିଂ କରୁଥିବା ସମୟରେ ୨ ବାଇକ୍‌ଆରୋହୀଙ୍କଠାରୁ ୬ଲକ୍ଷ ୫୨ହଜାର ୮୦୦ ଟଙ୍କା...

ବିଜେଡି ଛାଡ଼ି ପାରନ୍ତି ପୂର୍ବତନ ଏମପି ପ୍ରସନ୍ନ ପାଟ୍ଟଶାଣୀ!

ଭୁବନେଶ୍ୱର,୧୯।୪: ଓଡ଼ିଶା ରାଜନୀତିରେ ଏବେ କେବଳ ଦଳ ବଦଳ ଚାଲିଛି। ଦଳରେ ଅନେକ ଦିନରୁ ଥିବା ବରିଷ୍ଠ ନେତାମାନେ ମଧ୍ୟ ଟିକେଟ ନ ମିଳିବାରୁ ଓ...

‘କ୍ରୁଜ୍‌’ କ୍ଷେପଣାସ୍ତ୍ରର ସଫଳ ପରୀକ୍ଷଣ

ବାଲେଶ୍ୱର, ୧୯।୪(ମାନସ ବିଶ୍ୱାଳ):ବାଲେଶ୍ୱର ଚାନ୍ଦିପୁରସ୍ଥିତ ପ୍ରତିରକ୍ଷା ଗବେଷଣା ଓ ବିକାଶ ସଙ୍ଗଠନ (ଡିଆରଡିଓ) ପକ୍ଷରୁ ଇଣ୍ଟିଗ୍ରେଟେଡ୍‌ ଟେଷ୍ଟ ରେଞ୍ଜ (ଆଇଟିଆର୍‌)ରୁ ସ୍ବଦେଶୀ ଜ୍ଞାନକୌଶଳରେ ନିର୍ମିତ ‘କ୍ରୁଜ୍‌’...

ବହୁ ପୁରାତନ ବଗିବନ୍ଧ କାର୍ଯ୍ୟାରମ୍ଭ

ରାଜକନିକା,୧୯।୪(ସଞ୍ଜୟ କୁମାର ଦାଶ): ରାଜକନିକା ବ୍ଲକର ମରହଟ୍ଟା ବନ୍ଧ ବା ବଗିବନ୍ଧ ଭାବେ ଜଣାଶୁଣା କନିକା ଉପଖଣ୍ଡ ସାଲାଇନ୍‌ ଏମବାଗମେଣ୍ଟର କାର୍ଯ୍ୟ ଆରମ୍ଭ ହୋଇଛି। ୨୫ ଲକ୍ଷ...

ମାଲକାନଗିରି ଜିଲା ସୀମାରେ ହାଇ ଆଲର୍ଟ

ମାଲକାନଗିରି,୧୯ା୪(ଦୁର୍ଯ୍ୟୋଧନ ପାତ୍ର):ମାଲକାନଗିରି ଜିଲା ସୀମାନ୍ତ ଛତିଶଗଡ଼ରେ ଶୁକ୍ରବାର ପ୍ରଥମ ପର୍ଯ୍ୟାୟ ନିର୍ବାଚନ ଅନୁଷ୍ଠିତ ହେବ। ମାଓବାଦୀମାନେ ସୀମାନ୍ତ ଛତିଶଗଡ଼ରେ ସେମାନଙ୍କର କାୟା ବିସ୍ତାରକରି ନିର୍ବାଚନକୁ ଭଣ୍ଡୁର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri