ଭାରତୀ ଆକ୍ସା ପକ୍ଷରୁ ସ୍ବତନ୍ତ୍ର ଅଭିଯାନ

ଭୁବନେଶ୍ୱର,୧୯।୬: ବାଲେଶ୍ୱର ବାହାନଗାଠାରେ ଘଟିଥିବା ଦୁଃଖଦ ଟ୍ରେନ୍‌ ଦୁର୍ଘଟଣାରେ ପ୍ରଭାବିତ ପରିବାରଙ୍କ ବୀମା ଦାବି ଫଇସଲା ପ୍ରକ୍ରିୟାକୁ ତ୍ୱରାନ୍ବିତ କରିବା ପାଇଁ ଭାରତୀ ଆକ୍ସା ଲାଇଫ୍‌ ଇନ୍‌ସ୍ୟୁରାନ୍ସ ପକ୍ଷରୁ ଏକ ସ୍ବତନ୍ତ୍ର ଅଭିଯାନର ଶୁଭାରମ୍ଭ କରାଯାଇଛି। ସ୍ଥିତିର ଗମ୍ଭୀରତାକୁ ନଜରରେ ରଖି ପଲିସି ଦାବିର ଶୀଘ୍ର ସମାଧାନ ପାଇଁ ମୃତ୍ୟୁକାଳୀନ ଓ ଦିବ୍ୟାଙ୍ଗ ଦାବିର ଫଇସଲା ପ୍ରକ୍ରିୟାକୁ ସହଜ କରାଯାଇଛି। ଭାରତୀ ଆକ୍ସା ଲାଇଫ୍‌ ଇନ୍‌ସ୍ୟୁରାନ୍ସ ପକ୍ଷରୁ ଏକ ସରଳୀକୃତ ଦାବି ପ୍ରକ୍ରିୟା ଲାଗୁ କରାଯାଇଛି, ଯେଉଁଥିପାଇଁ ସର୍ବନିମ୍ନ କାଗଜପତ୍ର ଆବଶ୍ୟକ। ଦାବି ପ୍ରକ୍ରିୟାକରଣ ପାଇଁ ଭାରତୀ ଆକ୍ସା ଲାଇଫ୍‌ ଇନ୍‌ସ୍ୟୁରାନ୍ସକୁ ପଲିସିଧାରକ କିମ୍ବା ନୋମିନି, ଆଇନଗତ ଉତ୍ତରାଧିକାରୀ ପ୍ରଦାନ କରିବାକୁ ଥିବା କାଗଜପତ୍ର ବିଷୟରେ ଓ୍ବେବସାଇଟରେ ସୂଚନା ଦିଆଯାଇଛି।
ଏ ସମ୍ପର୍କରେ ଭାରତୀ ଆକ୍ସା ଲାଇଫ୍‌ ଇନ୍‌ସ୍ୟୁରାନ୍ସର ଗ୍ରାହକ ଅଧିକାରୀ ମୁଖ୍ୟ ଓ ମାର୍କେଟିଂ, ଡିଜିଟାଲ୍‌ ଓ ଅନଲାଇନ୍‌ ବିକ୍ରି ମୁଖ୍ୟ ନୀତିନ ମେହ୍‌ତା କହିଛନ୍ତି, ଏହି କଠିନ ସମୟରେ ବାଲେଶ୍ୱର ଦୁଃଖଦ ଟ୍ରେନ୍‌ ଦୁର୍ଘଟଣାରେ ପୀଡ଼ିତ ଲୋକମାନଙ୍କ ପ୍ରଭାବିତ ପରିବାର ପ୍ରତି ଅମେ ଗଭୀର ସମଦେବନା ଜଣାଉଛୁ। ଟ୍ରେନ୍‌ ଦୁର୍ଘଟଣାର ପୀଡ଼ିତମାନେ ସାମ୍ନା କରୁଥିବା ଚାପକୁ ସହଜ କରିବା ଦିଗରେ ଆମର ନିଷ୍ଠାପର ଉଦ୍ୟମ ସ୍ବରୂପ ଆମେ ଦାବି ଫଇସଲା ପ୍ରକ୍ରିୟାର ସରଳୀକରଣ କରିଛୁ ଓ ଆଶା କରୁଛୁ ଯେ ଏହି ସହଜ ପଦ୍ଧତି ଲୋକଙ୍କୁ କିଛିଟା ଆରାମ ଓ ସହାୟତା ପ୍ରଦାନ କରିବ। ଭାରତୀ ଆକ୍ସା ଲାଇଫ୍‌ରେ ପ୍ରଭାବିତ ଗ୍ରାହକମାନଙ୍କୁ ଶ୍ରେଷ୍ଠ ଆର୍ଥିକ ରିଲିଫ୍‌ ପ୍ରଦାନ କରିବା ଦିଗରେ ଆମେ ନିରନ୍ତର ଭାବେ କାର୍ଯ୍ୟ କରୁଛୁ ।


Enter your email to get our daily news in your inbox.

All Right Reserved By Dharitri.Com

୨୦୨୭ ବିଜୟର ସ୍କ୍ରିପ୍ଟ ପ୍ରସ୍ତୁତ କଲାଣି ଭାଜପା: ଚକ୍ରବ୍ୟୁହରେ ଫସିବେ ବିରୋଧୀ

ନୂଆଦିଲ୍ଲୀ,୧୭।୮: ଭାରତୀୟ ଜନତା ପାର୍ଟି (ଭାଜପା) ସୋମବାର ନୂଆ ଟିମ୍‌ ଘୋଷଣା କରିଛି। ଏଥିରେ ଉତ୍ତର ପ୍ରଦେଶର ୮ ଜଣ ନେତା ପଦବୀ ପାଇଛନ୍ତି। ଏହା ମାଧ୍ୟମରେ…

ଡବ୍ଲ୍ୟୁସିଏଲ୍‌ ପାଇଁ ବଡ଼ ଘୋଷଣା, ସିଜନ-୩ରେ ଖେଳିବେ ଏହି ଷ୍ଟାର ଖେଳାଳି, ଜାଣନ୍ତୁ…

ନୂଆଦିଲ୍ଲୀ,୧୭ା: ଅକ୍ଟୋବର ୩ରୁ ଆରମ୍ଭ ହେବଓ୍ବାଲର୍‌ଡ ଚାମ୍ପିୟନଶିପ୍‌ ଅଫ୍‌ ଲିଜେଣ୍ଡ୍ସ(ଡବ୍ଲ୍ୟୁସିଏଲ୍‌)। ଏଥିରେ ଯୁବରାଜ ସିଂ, ଡ୍ବେନ ବ୍ରାଭୋ ଓ ଏବି ଡି’ଭିଲର୍ସଙ୍କ ଭଳି ପୂର୍ବତନ ଷ୍ଟାର ଖେଳାଳିଙ୍କ…

ରାହୁ ନକ୍ଷତ୍ରରେ ମଙ୍ଗଳଙ୍କ ପ୍ରବେଶ: ମେଷ ସମେତ ୪ ରାଶିଙ୍କ ଉପରେ ମାଡ଼ି ଆସୁଛି ଭୟଙ୍କର ସଙ୍କଟ! ସତର୍କ ନ ରହିଲେ…

ଜ୍ୟୋତିଷ ଶାସ୍ତ୍ରରେ ଗ୍ରହମାନଙ୍କ ରାଶି ପରିବର୍ତ୍ତନ ସହିତ ସେମାନଙ୍କର ନକ୍ଷତ୍ର ପରିବର୍ତ୍ତନକୁ ମଧ୍ୟ ବେଶ ପ୍ରଭାବଶାଳୀ ବୋଲି ମନେ କରାଯାଏ। ମଙ୍ଗଳଙ୍କୁ ସାହସ, ଶକ୍ତି, ଆତ୍ମବିଶ୍ୱାସ ଏବଂ…

ପଲିଥିନ୍ ତଳେ ଜୀବନ କଟୁଛି ଜୀବନ: ଜିଲା ପ୍ରଶାସନର ଦୃଷ୍ଟି ଦେବାକୁ ଦାବି

କେସିଙ୍ଗା, ୧୭।୮ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ କନ୍ତେଶିର ଗ୍ରାମ ପଞ୍ଚାୟତ ଅଧୀନ କୁର୍ଲୁପଡ଼ା ଗ୍ରାମ ନିକଟରେ ଥିବା କଲେକ୍ଟରପଡ଼ାରେ ବସବାସ କରୁଥିବା ପରମେଶ୍ୱର…

ଝିଅର ଚିକିତ୍ସାକୁ ନେଇ ବଚସା, ସ୍ତ୍ରୀଙ୍କୁ ହତ୍ୟା

ପାରଳାଖେମୁଣ୍ଡି,୧୭ା୮(ଗିରିଧାରୀ ପରିଛା): ଝିଅର ଚିକିତ୍ସାକୁ ନେଇ ସ୍ତ୍ରୀଙ୍କ ସହ ବଚସା ପରେ ତାଙ୍କୁ ହତ୍ୟା କରିବା ମାମଲାରେ ସ୍ବାମୀଙ୍କୁ ଆଜୀବନ କାରାଦଣ୍ଡ ହୋଇଛି। ଗଜପତି ଜିଲା ସେସନ୍ସ…

ବଚ୍ଚନ ପରିବାରର ଭିତିରି କଥା କହିଦେଲେ ଅମିତାଭ: ଜାଣିଲେ ହେବେ ଆଶ୍ଚର୍ଯ୍ୟ

ମେଗାଷ୍ଟାର ଅମିତାଭ ବଚ୍ଚନ ଆଜିକାଲି ‘କୌନ ବନେଗା କରୋଡ଼ପତି ସିଜିନ ୧୮’ କୁଇଜ ଶୋ’ ମାଧ୍ୟମରେ ଦର୍ଶକଙ୍କୁ ମନୋରଞ୍ଜନ କରୁଛନ୍ତି। ଶୋ’ରେ ଅଭିନେତା ପ୍ରାୟତଃ ତାଙ୍କ ବ୍ୟକ୍ତିଗତ…

‘ଯାହାଙ୍କ ପାଖରେ ଆଧାରକାର୍ଡ ଅଛି, ତାଙ୍କୁ ମିଳିବ ସୁନା’, ଘୋଷଣା କଲେ PM ମୋଦି? ଜାଣନ୍ତୁ ଭାଇରାଲ ଦାବି ପଛର ସତ୍ୟ

ନୂଆଦିଲ୍ଲୀ, ୧୭।୮: ସୋସିଆଲ ମିଡିଆରେ ପ୍ରତିଦିନ ସରକାରଙ୍କ ସହ ଜଡ଼ିତ ଅନେକ ଯୋଜନା ବିଷୟରେ ସୂଚନା ଦିଆଯାଉଛି। କେତେବେଳେ ପ୍ରଧାନମନ୍ତ୍ରୀ ମୋଦିଙ୍କ ଭିଡିଓ ଭାଇରାଲ ହେଉଛି, ତ…

ବୃହସ୍ପତି-ଶନିଙ୍କ ମଧ୍ୟରେ ହେବାକୁ ଯାଉଛି ଅଦ୍ଭୁତ ଯୋଗ: ପୂରା ସେପ୍ଟେମ୍ବରରେ ମାସରେ ଏହି ୫ ରାଶିଙ୍କର ବଲ୍ଲେ-ବଲ୍ଲେ

ସେପ୍ଟେମ୍ବର ୨୦୨୬ ମାସର ଆରମ୍ଭ ଏକ ଶୁଭ ଯୋଗରୁ ହେବାକୁ ଯାଉଛି। ଦ୍ରିକ ପଞ୍ଚାଙ୍ଗ ଅନୁଯାୟୀ, ସେପ୍ଟେମ୍ବର ୧ ତାରିଖରେ ଦେବଗୁରୁ ବୃହସ୍ପତି ଏବଂ ନ୍ୟାୟର ଦେବତା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri